Wednesday, September 9, 2026 04:21 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ୟୁଏଇ ଗସ୍ତରେ ମୁଖ୍ୟମନ୍ତ୍ରୀ

ଦୁବାଇରେ ଇନ୍‌ଭେଷ୍ଟର୍ସ ମିଟ୍ ୧୧ରେ

by Our Correspondent
08 Sep, 2026- 11:42 PM
in Latest News, News
1 min read
0
ୟୁଏଇ ଗସ୍ତରେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୫ ଦିନିଆ ୟୁଏଇ ଗସ୍ତରେ ଯାଇଛନ୍ତି । ଆଜି ଭୁବନେଶ୍ୱରରୁ ନୂଆଦିଲ୍ଲୀ ହୋଇ ଆବୁଧାବି ଯାତ୍ରା କରିଛନ୍ତି । ଆସନ୍ତାକାଲି(୯ ତାରିଖ) ଇଣ୍ଟରନ୍ୟାସନାଲ୍ ହୋଲଡିଂ କମ୍ପାନି(ଆଇଏଚସି), ଇଣ୍ଡିଆନ ବିଜିନେସ୍ ଆଣ୍ଡ ପ୍ରଫେସନାଲ ଗ୍ରୁପ୍, ପେଟ୍ରୋ କେମିକାଲ କ୍ଷେତ୍ରର ବୋରଗ କମ୍ପାନୀ ଆଦି ବିଶ୍ୱସ୍ତରୀୟ କମ୍ପାନୀର ପ୍ରମୁଖ ନେତୃତ୍ୱ ଏବଂ ଅଧିକାରୀମାନଙ୍କ ସହିତ ଆଲୋଚନା କରିବେ । ସଂଧ୍ୟାରେ ଦୁବାଇରେ ‘ୱାନ୍ ଡିଷ୍ଟ୍ରିକ୍ଟ ୱାନ୍ ପ୍ରଡକ୍ଟ’ କାର୍ଯ୍ୟକ୍ରମ ଅଧୀନରେ ଉତ୍ପାଦିତ ଓଡ଼ିଶାର ବିଭିନ୍ନ ଦ୍ରବ୍ୟର ଏକ ପ୍ରଦର୍ଶନୀ ଉଦଘାଟିତ ହେବାର କାର୍ଯ୍ୟକ୍ରମ ରହିଛି ।

୧୦ ତାରିଖ ଦିନ ୟୁଏଇର ଅର୍ଥନୀତି ତଥା ପର୍ଯ୍ୟଟନ ମନ୍ତ୍ରୀ ଏବଂ କାଉନ୍‌ସିଲ ଅଫ୍ ଇଣ୍ଟରନ୍ୟାସନାଲ ଇନ୍‌ଭେଷ୍ଟମେଣ୍ଟସ’ର ଅଧ୍ୟକ୍ଷ ଅବଦୁଲ୍ଲା ବିନ୍ ତକ୍ ଅଲ୍ ମାରିଙ୍କୁ ମଧ୍ୟ ଭେଟିବାର କାର୍ଯ୍ୟକ୍ରମ ରହିଛି। ଏହାସହିତ ଇଣ୍ଡିଆନ ବିଜନେସ ଆଣ୍ଡ ପ୍ରଫେସନାଲ କାଉନସିଲ, ଏମିରେଟ୍ସ ଗ୍ଲୋବାଲ ଆଲୁମିନିଅମ୍‌ର ପ୍ରମୁଖ ନେତୃତ୍ୱମାନଙ୍କ ସହିତ ଆଲୋଚନା କରିବେ । ମିଡିଲ ଇଷ୍ଟ ରିସାଇକ୍ଲିଙ୍ଗ୍ ଆସୋସିଏସନ୍ ସହିତ ରାଉଣ୍ଡ ଟେବୁଲ ବୈଠକ, ଓଡ଼ିଶା ବିଜନେସ ଡେଲିଗେସନ୍ ସହିତ ଆଲୋଚନା ଆଦି କାର୍ଯ୍ୟକ୍ରମ ମଧ୍ୟ ରହିଛି ।

୧୧ ତାରିଖ ଦିନ ଦୁବାଇରେ ମୁଖ୍ୟମନ୍ତ୍ରୀ ଓଡ଼ିଶା ଇନ୍‌ଭେଷ୍ଟର୍ସ ମିଟ୍’ରେ ଉଦ୍ୟୋଗପତି ଓ ଶିଳ୍ପପତିମାନଙ୍କୁ ଭେଟି ଓଡ଼ିଶାରେ ପୁଞ୍ଜି ନିବେଶ ପାଇଁ ବ୍ୟାପକ ସୁଯୋଗ ସମ୍ପର୍କରେ ଆଲୋଚନା କରିବେ । ଏହାସହିତ ପ୍ରବାସୀ ଓଡ଼ିଆ ମାନଙ୍କ ସହିତ ମଧ୍ୟ ବ୍ୟାପକ ମତ ବିନିମୟ କାର୍ଯ୍ୟକ୍ରମ ରହିଛି । ୧୨ ତାରିଖ ଦିନ ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର ଫେରି ଆସିବେ।

ମୁଖ୍ୟମନ୍ତ୍ରୀଙ୍କ ସହିତ ଶିଳ୍ପମନ୍ତ୍ରୀ, ମୁଖ୍ୟ ଶାସନ ସଚିବ, ଶିଳ୍ପ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଏବଂ ରାଜ୍ୟ ସରକାରଙ୍କ ଅନ୍ୟ ବରିଷ୍ଠ ଅଧିକାରୀମାନେ ଯାଇଛନ୍ତି ।

ୟୁଏଇ ଗସ୍ତ ଆରମ୍ଭ ପୂର୍ବରୁ ମୁଖ୍ୟମନ୍ତ୍ରୀ ଆଜି ଏକ ଟୁଇଟ୍ କରି ଓଡ଼ିଶାକୁ ନିବେଶକାରୀମାନଙ୍କ ପ୍ରଥମ ପସନ୍ଦ ଭାବେ ଗଢ଼ି ତୋଳିବା ଆମର ଲକ୍ଷ୍ୟ ବୋଲି କହିଛନ୍ତି । ଏହି ବାର୍ତ୍ତା ନେଇ ଆମେ ଯାଉଛୁ ଏବଂ ସେଠାରେ ବିଶ୍ୱସ୍ତରୀୟ ନିବେଶକାରୀ ଏବଂ ଶିଳ୍ପପତିମାନଙ୍କ ସହ ଆଲୋଚନାକୁ ଏହା ମଜବୁତ କରିବ ବୋଲି ମୁଖ୍ୟମନ୍ତ୍ରୀ ଆଶା ରଖିଛନ୍ତି ।

ସୂଚନାଥାଉକି, ମୁଖ୍ୟମନ୍ତ୍ରୀଙ୍କର ଏହା ଦ୍ୱିତୀୟ ଅନ୍ତର୍ଜାତୀୟ ନିବେଶ ରୋଡ୍ ସୋ କାର୍ଯ୍ୟକ୍ରମ । ୨୦୨୪ ନଭେମ୍ବର ୧୮ରୁ ୨୨ ପର୍ଯ୍ୟନ୍ତ ସେ ସିଙ୍ଗାପୁର ଗସ୍ତ କରି ନିବେଶ ରୋଡ୍ ସୋ କରିଥିଲେ ।

Previous Post

ଆଉ ହବନି, ଆଶାୟୀ କାନ୍ଦିଲେଣି!

Next Post

ଗୁମର ଖୋଲିଲେ ଆମିକସକ୍ୟୁରି !

Next Post
ଗୁମର ଖୋଲିଲେ ଆମିକସକ୍ୟୁରି !

ଗୁମର ଖୋଲିଲେ ଆମିକସକ୍ୟୁରି !

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA