Monday, June 29, 2026 04:49 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ରାଜ୍ୟର କୋଭିଡ ସ୍ଥିତି ନିୟନ୍ତ୍ରଣରେ: ମୁଖ୍ୟମନ୍ତ୍ରୀ

୧୮ ପ୍ରତିଶତକୁ ଖସିଲା ପଜିଟିଭ୍ ହାର

by Our Correspondent
18 May, 2021- 09:08 PM
in Latest News, News
1 min read
0
ରାଜ୍ୟର କୋଭିଡ ସ୍ଥିତି ନିୟନ୍ତ୍ରଣରେ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟରେ କୋଭିଡ୍ ସ୍ଥିତି ନିୟନ୍ତ୍ରଣରେ ଥିବା ଆଜି କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରାଜ୍ୟରେ ସୁସ୍ଥ ହେଉଥିବା ରୋଗୀଙ୍କ ସଂଖ୍ୟା ନୂଆ ଚିହ୍ନଟ ହେଉଥିବା ରୋଗୀଙ୍କଠାରୁ ଅଧିକ ରହୁଛି । ଗତ ସପ୍ତାହରୁ କେତେକ ଜିଲ୍ଲାରେ ସଂକ୍ରମଣ କମିବା ଆରମ୍ଭ କରିଛି । ରାଜ୍ୟରେ ପଜିଟିଭ୍ ହାର ମଧ୍ୟ କମିଛି । ଲକଡାଉନ୍ ଓ ଲୋକଙ୍କ ମଧ୍ୟରେ ସଚେତନତା ଯୋଗୁଁ ଏହା ସମ୍ଭବ ହୋଇଥିବା ମୁଖ୍ୟମନ୍ତ୍ରୀ କହିବା ସହ କୋଭିଡ୍ ନିୟମ ମାନି ଏହି ଲଢ଼େଇ ନିଶ୍ଚିତ ଜିତିପାରିବା ବୋଲି କହିଛନ୍ତି ।

ମୁଖ୍ୟମନ୍ତ୍ରୀ ଆଜି ସଂଧ୍ୟାରେ କୋଭିଡ୍ ସ୍ଥିତି ସମ୍ପର୍କରେ ସମୀକ୍ଷା କରିଥିଲେ । ଗତକାଲି ସର୍ବଦଳୀୟ ବୈଠକରେ ଘୋଷଣା କରିଥିବା କାର୍ଯ୍ୟକ୍ରମର ସଫଳ କାର୍ଯ୍ୟକାରିତା ସହିତ ରୋଗୀଙ୍କ ଅବସ୍ଥା ସଂପର୍କରେ ସଂପର୍କୀୟଙ୍କୁ ସଠିକ ସୂଚନା ଦେବା ଏବଂ ଟିକାକରଣ କେନ୍ଦ୍ରମାନଙ୍କରେ ସାମାଜିକ ଦୂରତା ରକ୍ଷା କରିବା ଉପରେ ଗୁରୁତ୍ବ ଆରୋପ କରିଥିଲେ । କୋଭିଡ ଯୋଗୁ ଅନେକ ପରିବାର ଛାରଖାର ହୋଇଯାଇଛି। ତେଣୁ କୋଭିଡ ମୃତକଙ୍କ ବିଧବା ଏବଂ ବାପା-ମା’ଙ୍କୁ ହରାଇଥିବା ପିଲାମାନେ ଯେପରି ତୁରନ୍ତ ସହାୟତା ପାଇପାରିବେ, ସେଥିପାଇଁ ତୁରନ୍ତ ପଦକ୍ଷେପ ନେବା କୁ ମୁଖ୍ୟମନ୍ତ୍ରୀ ପ୍ରଶାସନକୁ ନିର୍ଦ୍ଦେଶ ଦେଇଥିଲେ ।

ସଂକ୍ରମଣ ରୋକିବାକୁ ମଇ ୨୪ ରୁ ଆରମ୍ଭ ହେବାକୁ ଥିବା ସର୍ଭେ ଯେପରି ସଂପୂର୍ଣ୍ଣ ତ୍ରୁଟିଶୂନ୍ୟ ହେବ, ତାକୁ ଆଖି ଆଗରେ ରଖି ଯୋଜନା ପ୍ରସ୍ତୁତ କରିବା ପାଇଁ ଜିଲ୍ଲାପାଳ ମାନଙ୍କୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ । ଏଥିରେ ପଞ୍ଚାୟତ ଓ ଗାଁ କଲ୍ୟାଣ ସମିତି ମାନଙ୍କୁ ସକ୍ରିୟ ଭାବେ ସାମିଲ କରିବାକୁ ନିର୍ଦ୍ଦେଶ ଦେଇଥିଲେ।

କୋଭିଡରେ ପୀଡିତ ହୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ରୋଗୀମାନଙ୍କ ସଂପର୍କୀୟ ମାନେ ରୋଗୀଙ୍କ ଅବସ୍ଥା ସଂପର୍କରେ ଯେପରି ସଠିକ ସୂଚନା ପାଇପାରିବେ, ସେ ଦିଗରେ ପଦକ୍ଷେପ ନେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ । ସେଥିପାଇଁ Helf Desk ବ୍ୟବସ୍ଥାରେ ଉନ୍ନତି ଆଣିବା ସହିତ ନିୟୋଜିତ କର୍ମଚାରୀମାନଙ୍କୁ ମାନବିକ ଦୃଷ୍ଟିଭଙ୍ଗୀ ନେଇ କାର୍ଯ୍ୟ କରିବା ପାଇଁ ପରାମର୍ଶ ଦେଇଥିଲେ ।

ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର କହିଥିଲେ ଯେ ଲକ୍‌ଡାଉନର ସୁଫଳକୁ ଅନୁଭବ କରି ଆଉ ଦୁଇ ସପ୍ତାହ ପାଇଁ ଏହାର ଅବଧିକୁ ବଢାଯାଇଛି ଏବଂ ଏହାକୁ କଡାକଡି ଭାବରେ କାର୍ଯ୍ୟକାରୀ କରାଯିବ । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଅନୁଯାୟୀ ମଇ ୨୪ ତାରିଖରୁ ଘରକୁ ଘର ସର୍ଭେ ଆରମ୍ଭ କରାଯିବ । ଏଥିପାଇଁ ସଂପୃକ୍ତ ବିଭାଗକୁ ଆବଶ୍ୟକ ଗାଇଡଲାଇନ ଜାରି କରିବାକୁ ନିର୍ଦ୍ଦେଶ ଦିଆଯାଇଛି ।

ରାଜ୍ୟର କୋଭିଡ ପରିସ୍ଥିତି ଉପରେ ଉପସ୍ଥାପନା ରଖିଥିଲେ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ପି.କେ. ମହାପାତ୍ର ।

ଭାରତରେ ମଇ ୮ ତାରିଖରେ ଏହା ସର୍ବାଧିକ (Peak) ୪,୧୪,୧୮୮ ହୋଇଥିଲା । ଆଜି ଏହା ୨,୬୩,୦୨୧ ଅଛି। ସେହିପରି ଓଡିଶାରେ ମଧ୍ୟ ସଂକ୍ରମଣ କମିବାରେ ଲାଗିଛି। ଓଡିଶାରେ ସଂକ୍ରମଣ ମଇ ୧୩ ତାରିଖରେ ସର୍ବାଧିକ ହୋଇଥିଲା ଏବଂ ତା ପରଠାରୁ ଏହା କମିବାରେ ଲାଗିଛି । ଆମର positivity rate ଗତ ସପ୍ତାହରେ ୨୧ ପ୍ରତିଶତ ଥିବାବେଳେ ଏବେ ଏହା ୧୮ ପ୍ରତିଶତକୁ କମିଛି। ଟେଷ୍ଟ ସଂଖ୍ୟା ବୃଦ୍ଧି ପାଇବା ସତ୍ତ୍ବେ, positivity କମିବା ଏକ ଭଲ ସୂଚନା। ଆଗାମୀ ସପ୍ତାହ ମଧ୍ୟରେ ଟେଷ୍ଟ ସଂଖ୍ୟା ୭୦ ହଜାରକୁ ବୃଦ୍ଧି କରାଯିବ । ଆମର ମୃତ୍ୟୁହାର ୦.୪୦ରୁ କମି ୦.୩୭ ହୋଇଛି। ଗତ ୧୫ ଦିନର ମୃତ୍ୟୁହାରକୁ ଲକ୍ଷ୍ୟ କଲେ ଏହା ୦.୧୬ ଅଛି, ଯାହାକି ସାରା ଭାରତରେ ସର୍ବନିମ୍ନ । ରାଜ୍ୟରେ ICU ବେଡ୍‌ର ସଂଖ୍ୟା ବୃଦ୍ଧି କରାଯାଇଛି ଏବଂ ଖୁବ୍‌ଶୀଘ୍ର ଆଉ ୩୬୮ଟି ICU ବେଡ୍‌ର ବ୍ୟବସ୍ଥା କରାଯିବ। ରାଜ୍ୟରେ ଆଉ ପ୍ଲାଜମା ଥେରାପି କରାଯିବ ନାହିଁ ବୋଲି ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ମହାପାତ୍ର ସୂଚନା ଦେଇଥିଲେ।

ପୋଲିସ ମହାନିର୍ଦ୍ଦେଶକ ଶ୍ରୀ ଅଭୟ କହିଥିଲେ, ଓଡିଶାରୁ ଅନ୍ୟ ରାଜ୍ୟକୁ ବର୍ତ୍ତମାନ ସୁଦ୍ଧା ୮୬୮ଟି ଟ୍ୟାଙ୍କର ଜରିଆରେ ୧୫୯୧୨ ମେଟ୍ରିକ ଟନ୍‌ ଅକ୍‌ସିଜେନ ପଠାଯାଇଛି । ଅଗ୍ନିଶମ ସେବା ମହାନିର୍ଦ୍ଦେଶକ ଶ୍ରୀ ଏମ୍‌. ଅକ୍ଷୟ କହିଥିଲେ ଯେ ଅଗ୍ନି ସୂରକ୍ଷା ପାଇଁ ୬୨ଟି କୋଭିଡ ହସ୍‌ପିଟାଲରେ ଅଗ୍ନିଶମ ସେବା କର୍ମଚାରୀଙ୍କୁ ନିୟୋଜିତ କରାଯାଇଛି।

ବୈଠକରେ ଝାରସୁଗୁଡା ଓ ସୁନ୍ଦରଗଡ ଜିଲ୍ଲାର ଅବଜରଭର ଶ୍ରୀ ନିକୁଞ୍ଜ ବିହାରି ଧଳ, କଳାହାଣ୍ଡି-ନୂଆପଡାର ଅବଜର୍‌ଭର ଶ୍ରୀ ସତ୍ୟବ୍ରତ ସାହୁ, ଅନୁଗୁଳ-ଢେଙ୍କାନାଳର ଅବଜର୍‌ଭର ଶ୍ରୀ ବିଷ୍ଣୁପଦ ସେଠୀ, ଅନୁଗୁଳ, କେନ୍ଦୁଝର ଓ ମୟୁରଭଂଜର ଜିଲ୍ଲାପାଳ, କଟକ ଓ ଭୁବନେଶ୍ବର ମ୍ୟୁନିସପାଲ କମିଶନର ମାନେ ସେମାନଙ୍କ ଜିଲ୍ଲାରେ କୋଭିଡ ପରିଚାଳନା ସଂପର୍କରେ ବିସ୍ତୃତ ସୂଚନା ଦେଇଥିଲେ।

ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ ବୈଠକ ସଂଚାଳନ କରିଥିଲେ।

Previous Post

ଜୁନ୍ ୧ ଯାଏଁ ବଢ଼ିଲା ଲକଡାଉନ୍

Next Post

ରକ୍ତ ଅଭାବ ମେଣ୍ଟାଇବାକୁ ଅଣ୍ଟା ଭିଡ଼ିଲା ଓଡ଼ିଶା-ମୋ ପରିବାର

Next Post
ରକ୍ତ ଅଭାବ ମେଣ୍ଟାଇବାକୁ ଅଣ୍ଟା ଭିଡ଼ିଲା ଓଡ଼ିଶା-ମୋ ପରିବାର

ରକ୍ତ ଅଭାବ ମେଣ୍ଟାଇବାକୁ ଅଣ୍ଟା ଭିଡ଼ିଲା ଓଡ଼ିଶା-ମୋ ପରିବାର

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA