Saturday, April 18, 2026 10:06 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ଐତିହାସିକ ନିଷ୍ପତ୍ତି: ଚୁକ୍ତି ଭିତ୍ତିକ ନିଯୁକ୍ତି ବ୍ୟବସ୍ଥା ଉଚ୍ଛେଦ

ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କର ବଡ଼ ଉପହାର

by Our Correspondent
15 Oct, 2022- 06:50 PM
in Latest News, News
1 min read
0
ଐତିହାସିକ ନିଷ୍ପତ୍ତି: ଚୁକ୍ତି ଭିତ୍ତିକ ନିଯୁକ୍ତି ବ୍ୟବସ୍ଥା ଉଚ୍ଛେଦ

ଭୁୁବନେଶ୍ୱର: ଠିକା ନିଯୁକ୍ତି ଯୁଗ ଶେଷ ହୋଇଛି । ରାଜ୍ୟରେ ଚୁକ୍ତିଭିତ୍ତିକ ନିଯୁକ୍ତି ବ୍ୟବସ୍ଥା ଉଚ୍ଛେଦ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସବୁ ଚୁକ୍ତିଭିତ୍ତିକ ନିଯୁକ୍ତିକୁ ନିୟମିତ କରାଯାଇଛି । ରାଜ୍ୟରେ ୫୭ ହଜାରରୁ ଅଧିକ ଚୁକ୍ତିଭିତ୍ତିକ କର୍ମଚାରୀ ନିୟମିତ ହେବେ । ଏଥିପାଇଁ ୧୩୦୦ କୋଟିରୁ ଅଧିକ ଟଙ୍କା ଖର୍ଚ୍ଚ ହେବ । ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟବିନେଟ୍ ବୈଠକରେ ଆଜି ଏହି ଐତିହାସିକ ନିଷ୍ପତ୍ତି ନିଆଯାଇଛି । ରାଜ୍ୟବାସୀଙ୍କୁ ଉଦବୋଧନ ଦେଇ ନିଜେ ମୁଖ୍ୟମନ୍ତ୍ରୀ ଏହା ଘୋଷଣା କରିଛନ୍ତି । ଆସନ୍ତାକାଲି ଏହି ବିଜ୍ଞପ୍ତି ପ୍ରକାଶ ପାଇବ । ଏହି ଯୁଗାନ୍ତକାରୀ ନିଷ୍ପତ୍ତି କର୍ମଚାରୀ ମହଲରେ ଆନନ୍ଦ ଖେଳାଇ ଦେଇଛି ।

କ୍ୟାବିନେଟ୍ ନିଷ୍ପତ୍ତି ସମ୍ପର୍କରେ ମୁଖ୍ୟମନ୍ତ୍ରୀ ଓଡ଼ିଶାବାସୀଙ୍କୁ ଦେଇଥିବା ବାର୍ତ୍ତା..

ପ୍ରିୟ ଭାଇ ଓ ଭଉଣୀମାନେ,

ଆପଣମାନଙ୍କୁ ସମସ୍ତଙ୍କୁ ନମସ୍କାର। ଆପଣମାନଙ୍କ ଆଶୀର୍ବାଦରେ ୨୦୦୦ ମସିହାରେ ମୁଁ ଓଡିଶା ମା’ର ସେବାର ସୁଯୋଗ ପାଇଥିଲି। ମହାବାତ୍ୟା ପର ସ୍ଥିତି ଓ ଦୁର୍ବଳ ଆର୍ଥିକ ଅବସ୍ଥା ମୋ ପାଇଁ ସବୁଠାରୁ ବଡ ଚ୍ୟାଲେଞ୍ଜ ଥିଲା । ରାଜ୍ୟ ଓଭର ଡ୍ରାଫ୍ଟରେ ଚାଲୁଥିଲା। ନିତି ଦିନ ଖର୍ଚ୍ଚ ପାଇଁ ସରକାରଙ୍କୁ ରିଜର୍ଭ ବ୍ୟାଙ୍କ ଉପରେ ନିର୍ଭର କରିବାକୁ ପଡୁଥିଲା ।

ଓଡିଶା ଅର୍ଥନୀତି ପାଇଁ ଏହା ଏକ କଳା ସମୟ ଥିଲା । ରାଜକୋଷ ଖାଲି ଥିଲା। ଅର୍ଥନୀତି ଉପରେ ବହୁତ ଚାପ ଥିଲା। ଶିକ୍ଷା, ସ୍ବାସ୍ଥ୍ୟ, ଭିତ୍ତିଭୂମି, କୃଷି, ଜଳସେଚନ ଆଦି ବିଭିନ୍ନ କ୍ଷେତ୍ରରେ ଆମେ ବହୁତ ପଛୁଆ ଥିଲୁ । ବନ୍ୟା ବାତ୍ୟା ମରୁଡି ଲାଗି ରହି ଥିଲା ଗରିବୀ ବହୁ ଅଧିକ ଥିଲା.

ସୀମିତ ସମ୍ବଳ ଭିତରେ ଏସବୁ କ୍ଷେତ୍ରରେ ଉନ୍ନତି ଆଣିବା ଥିଲା ଆମ ପାଇଁ ସବୁଠାରୁ ବଡ ପ୍ରାଥମିକତା।

ସେତେବେଳେ ନିଯୁକ୍ତି ପୁରାପୁରି ବନ୍ଦ ଥିଲା । ପୋଷ୍ଟ ସବୁ ଉଚ୍ଛେଦ କରିବାକୁ ପଡୁଥିଲା । ଏହା ମୋ ପାଇଁ ବହୁତ କଷ୍ଟକର ଥିଲା। ମୋ ରାଜ୍ୟର ପିଲାମାନେ ନିଯୁକ୍ତି ନ ପାଇ ହଇରାଣ ହେଉଥିଲେ। ଏହା ମୋତେ ବହୁତ ଦୁଃଖ ଦେଉଥିଲା । ପ୍ରତିଦିନ ମୋ ମନରେ ଚିନ୍ତା ଥିଲା, କେବେ ପରିସ୍ଥିତିରେ ଉନ୍ନତି ଆସିବ ଏବଂ ଆମ ପିଲାମାନେ ରେଗୁଲାର ନିଯୁକ୍ତି ପାଇବେ ?

ଆପଣମାନଙ୍କର ସହଯୋଗ ଓ ମହାପ୍ରଭୁଙ୍କ ଆଶୀର୍ବାଦ ହିଁ ଆମର ସବୁଠାରୁ ବଡ ଶକ୍ତି । ଉତ୍ତମ ଆର୍ଥିକ ପରିଚାଳନା ଓ ସୁଶାସନ ଜରିଆରେ ହିଁ ଧିରେ ଧିରେ ପରିସ୍ଥିତିରେ ଉନ୍ନତି ଆସିଲା । ୨୦୧୩ରୁ ଆମେ ଚୁକ୍ତିଭିତ୍ତିକ ନିଯୁକ୍ତି ଆରମ୍ଭ କଲୁ । ଏହା ମଧ୍ୟ ମୋ ପାଇଁ ଏକ କଷ୍ଟକର ନିଷ୍ପତ୍ତି ଥିଲା। ଏବେ ଆମ ଅର୍ଥନୀତିରେ ଉନ୍ନତି ଆସିଛି । ବିକାଶ କ୍ଷେତ୍ରରେ ଓଡିଶା ସାରା ଦେଶରେ ଏକ ନୂଆ ପରିଚୟ ସୃଷ୍ଟି କରିପାରିଛି । ଗତ ବର୍ଷ ଆମେ ଏହି ଚୁକ୍ତିଭିତ୍ତିକ ନିଯୁକ୍ତି କୁ ପରିବର୍ତ୍ତନ କରି ଇନିସିଆଲ ଆପଏଣ୍ଟି କରିଥିଲୁ ।

ଆଜି ମୁଁ ଖୁସିର ସହ ଘୋଷଣା କରୁଛି ଯେ ଆଜି ରାଜ୍ୟ କ୍ୟାବିନେଟ ଚୁକ୍ତିଭିତ୍ତିକ ନିଯୁକ୍ତି ବ୍ୟବ୍ୟସ୍ଥାକୁ ସବୁଦିନ ପାଇଁ ଉଚ୍ଛେଦ କରିବାକୁ ନିଷ୍ପତ୍ତି ନେଇଛନ୍ତି । ଏବେ ବି ଅନେକ ରାଜ୍ୟରେ ନିୟମିତ ନିଯୁକ୍ତି ବନ୍ଦ ଅଛି । ଚୁକ୍ତିଭିତ୍ତିକ ନିଯୁକ୍ତି ଚାଲିଛି। ଓଡିଶାରେ ଚୁକ୍ତିଭିତ୍ତିକ ନିଯୁକ୍ତିର ଯୁଗ ଶେଷ ହେଲା। ସବୁ ଚୁକ୍ତିଭିତ୍ତିକ ନିଯୁକ୍ତି ନିୟମିତ ହେବ । ବହୁ ଦିନ ଧରି ଏ ସୁଦିନକୁ ମୁଁ ଅପେକ୍ଷା କରିଥିଲି। ଆସନ୍ତାକାଲି ବିଜ୍ଞପ୍ତି ପ୍ରକାଶ ପାଇବ। ୫୭ ହଜାରରୁ ଅଧିକ କର୍ମଚାରୀ ନିୟମିତ ହେବେ । ଏଥିପାଇଁ ହାରାହାରି ୧୩୦୦ କୋଟିରୁ ଅଧିକ ଟଙ୍କା ଖର୍ଚ୍ଚ ହେବ। ସେମାନଙ୍କ ପରିବାର ପାଇଁ ଏହା ଆଗୁଆ ଦୀପାବଳି ଆଣିଛି।

ଆଜି ଓଡିଶା ଆତ୍ମବିଶ୍ୱାସର ସହ ଆଗକୁ ବଢୁଛି । ସଶକ୍ତ ହେଉଛି। ଓଡିଶା ଇତିହାସର ଏହା ଏକ ସୁବର୍ଣ୍ଣ ମୂହୁର୍ତ୍ତ ।

ସରକାରୀ କର୍ମଚାରୀ ମାନଙ୍କୁ ମୋର ଅନୁରୋଧ, ଆପଣମାନେ ସମସ୍ତେ ଭଲ କାମ କରନ୍ତୁ। ନିଷ୍ଠାର ସହ ଲୋକଙ୍କ ସେବା କରନ୍ତୁ । ଦାୟିତ୍ବ ପାଳନ କରିବାବେଳେ, ୫-ଟି ଉପକ୍ରମ – ଟିମ୍‌ ୱାର୍କ, ଟେକ୍‌ନୋଲୋଜି, ଟ୍ରାନ୍‌ସପ୍ୟାରେନ୍‌ସି ଓ ଟ୍ରାନସଫରମେସନକୁ ଅନୁସରଣ କରନ୍ତୁ। ସରକାରଙ୍କ ପରିଚୟକୁ ଆହୁରି ଉଜ୍ଜଳ କରନ୍ତୁ ଏବଂ ଓଡିଶାର ରୂପାନ୍ତରରେ ନିଜର ଗୁରୁତ୍ବପୂର୍ଣ୍ଣ ଅବଦାନ ରଖନ୍ତୁ ।

ବନ୍ଦେ ଉତ୍କଳ ଜନନୀ

Previous Post

ବିଭିନ୍ନ ଦଳର ଷ୍ଟାର ପ୍ରଚାରକ

Next Post

୭୭ ବର୍ଷରେ ନବୀନ

Next Post
୭୭ ବର୍ଷରେ ନବୀନ

୭୭ ବର୍ଷରେ ନବୀନ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19181 shares
    Share 7672 Tweet 4795
  • ନବୀନ..ନବୀନ, ମୋହନ..ମୋହନ

    16600 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5815 shares
    Share 2326 Tweet 1454
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5485 shares
    Share 2194 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA