ଭୁୁବନେଶ୍ୱର: ସରକାରୀ କର୍ମଚାରୀଙ୍କୁ ରାଜ୍ୟ ସରକାରଙ୍କ ପୂଜା ଭେଟି । ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ତିନି ପ୍ରତିଶତ ବୃଦ୍ଧି କରାଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି। ଏହା ଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୩୧ ପ୍ରତିଶତରୁ ୩୪ ପ୍ରତିଶତକୁ ବୃଦ୍ଧି ପାଇଲା। ଏହା ୧.୧.୨୦୨୨ରୁ ପିଚ୍ଛିଲା ଭାବରେ ଲାଗୁ କରାଯାଇଛି।
ସଂଶୋଧିତ ହାରରେ ପେନ୍ସନ ପାଉଥିବା ପେନ୍ସନଭୋଗୀ ମାନଙ୍କ ଟି.ଆଇ ରେ ମଧ୍ୟ ତିନି ପ୍ରତିଶତ ବୃଦ୍ଧି କରାଯାଇଛି।
କର୍ମଚାରୀ ଓ ପେନସନଭୋଗୀ ମାନେ ଚଳିତ ମାସର ଦରମାରେ ଏହି ବର୍ଦ୍ଧିତ ଭତ୍ତା ପାଇବା ସହିତ ୨୦୨୨ ଜାନୁଆରୀରୁ ଅଗଷ୍ଟ ପର୍ଯ୍ୟନ୍ତ ବକେୟା ଭତ୍ତା ଅଲଗା ଭାବେ ପ୍ରଦାନ କରାଯିବ। ଏହାଦ୍ୱାରା ରାଜ୍ୟ ସରକାରଙ୍କ ୪ ଲକ୍ଷ କର୍ମଚାରୀ ଓ ୩.୫ ଲକ୍ଷ ପେନସନଭୋଗୀ ଉପକୃତ ହେବେ ବୋଲି ମୁଖ୍ୟମନ୍ତ୍ରୀଙ୍କ ଅଫିସ ପକ୍ଷରୁ ସୂଚନା ଦିଆଯାଇଛି ।