Friday, June 26, 2026 01:33 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

୪୧୬୬ ମାଧ୍ୟମିକ ଶିକ୍ଷକ ନିଯୁକ୍ତ

କଳିଙ୍ଗ ଷ୍ଟାଡିୟମରେ ନିଯୁକ୍ତି ପର୍ବ

by Our Correspondent
20 Dec, 2023- 11:00 PM
in Latest News, News
1 min read
0
୪୧୬୬ ମାଧ୍ୟମିକ ଶିକ୍ଷକ ନିଯୁକ୍ତ

ଭୁବନେଶ୍ୱର: ଆଜି ରାଜ୍ୟ ସରକାରଙ୍କ ବିଭିନ୍ନ ବିଦ୍ୟାଳୟଗୁଡିକରେ ୪୧୬୬ ଜଣ ମାଧ୍ୟମିକ ଶିକ୍ଷକ ଶିକ୍ଷୟତ୍ରୀ ଯୋଗ ଦେଇଛନ୍ତି। ଏଥିପାଇଁ ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମରେ ଏକ ନିଯୁକ୍ତି ପର୍ବ କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା।ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି କାର୍ଯ୍ୟକ୍ରମରେ ଯୋଗଦେଇ ପିଲାମାନଙ୍କ ମଧ୍ୟରେ ଗଭୀର ଆତ୍ମବିଶ୍ୱାସ ସୃଷ୍ଟି କରିବା ପାଇଁ ନବନିଯୁକ୍ତ ଶିକ୍ଷକ ଶିକ୍ଷୟତ୍ରୀମାନଙ୍କୁ ଆହ୍ୱାନ ଦେଇଛନ୍ତି। ଏହା ସହିତ ଆମର ମହାନ ଦେଶ, ମହାନ ଜାତି ଓ ମହାନ ସଂସ୍କୃତିକୁ ଭଲ ପାଇବା ସହିତ ଏଥିପାଇଁ ଗର୍ବ ଅନୁଭବ କରିବାକୁ ପିଲାମାନଙ୍କୁ ପ୍ରେରଣା ଦେବାପାଇଁ ସେ ପରାମର୍ଶ ଦେଇଛନ୍ତି। ଛାତ୍ରଛାତ୍ରୀ ଯେପରି ବଡ ସ୍ୱପ୍ନ ଦେଖିବେ ଓ ନିଜର ଲକ୍ଷ୍ୟ ହାସଲ କରିବାରେ ସଫଳ ହେବେ ସେଥିପାଇଁ ଉଦ୍ୟମ କରିବାକୁ ସେ ପରାମର୍ଶ ଦେଇଥିଲେ। ଏକ ବିଂଶ ଶତାବ୍ଦୀରେ ଏକ ନୂଆ ଓଡିଶା, ସଶକ୍ତ ଓଡିଶା ଗଠନରେ ଶିକ୍ଷକ ଶିକ୍ଷୟତ୍ରୀମାନଙ୍କ ଗୁରୁତ୍ୱପୂର୍ଣ୍ଣ ଅବଦାନ ରହିବ ବୋଲି ସେ କହିଥିଲେ।

ମୁଖ୍ୟମନ୍ତ୍ରୀ କହିଲେ ଯେ ଶିକ୍ଷା ପିଲାମାନଙ୍କ ମଧ୍ୟରେ ମୌଳିକ ଜ୍ଞାନ ଓ ଦକ୍ଷତା ସୃଷ୍ଟି କରେ। ସେମାନଙ୍କ ମଧ୍ୟରେ ଏକ ପ୍ରତିଯୋଗିତାମୂଳକ ମନୋଭାବ ସୃଷ୍ଟି କରିବା ସହିତ ସେମାନଙ୍କୁ ରୂପାନ୍ତରିତ ନାଗରିକରେ ପରିଣତ କରିବାରେ ସାହାଯ୍ୟ କରେ। ମୁଖ୍ୟମନ୍ତ୍ରୀ ପୁଣି କହିଲେ ଯେ ଶିକ୍ଷକମାନଙ୍କ ଲକ୍ଷ୍ୟ କେବଳ ଭଲ ଛାତ୍ର ସୃଷ୍ଟି କରିବା ନୁହେଁ, ଭଲ ଛାତ୍ର ସହିତ ଭଲ ମଣିଷ ମଧ୍ୟ ସୃଷ୍ଟି କରିବା ସେମାନଙ୍କର ଲକ୍ଷ୍ୟ ହେବା ଆବଶ୍ୟକ। ଶିକ୍ଷାଦାନ କେବଳ ଏକ ବୃତ୍ତି ନୁହେଁ ବରଂ ଭବିଷ୍ୟତ ପାଇଁ ଓଡିଶାକୁ ପ୍ରସ୍ତୁତ କରିବାର ଏକ ମିଶନ ।

ଶିକ୍ଷା ଉପରେ ରାଜ୍ୟ ସରକାର ସର୍ବାଧିକ ଗୁରୁତ୍ୱାରୋପ କରିଛନ୍ତି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ବର୍ତ୍ତମାନ ସୁଦ୍ଧା 5T ଉପକ୍ରମରେ ୬୮୮୩ଟି ହାଇସ୍କୁଲର ରୂପାନ୍ତରଣ କରାଯାଇଛି। ଏହା ଦ୍ୱାରା ସ୍କୁଲର ଭିତ୍ତିଭୂମି ଓ ସାମଗ୍ରୀକ ବାତାବରଣରେ ବିରାଟ ପରିବର୍ତ୍ତନ ଆସିଛି। ଏହା ଦ୍ୱାରା ରାଜ୍ୟର ଶିକ୍ଷା ଦୃଶ୍ୟପଟ୍ଟରେ ରୂପାନ୍ତର ଆସିଛି। ଏଥିପାଇଁ ସରକାରୀ ସ୍କୁଲଗୁଡିକରେ ନାମଲେଖା ଯଥେଷ୍ଟ ପରିମାଣରେ ବୃଦ୍ଧି ପାଇଛି।

ଶିକ୍ଷା କ୍ଷେତ୍ରରେ ପ୍ରୋତ୍ସାହନ ପାଇଁ ରାଜ୍ୟ ସରକାର ‘ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର’ ଯୋଜନା ଆରମ୍ଭ କରିଛନ୍ତି ବୋଲି ପ୍ରକାଶ କରି ସେ କହିଥିଲେ ଯେ ଏଥିରେ ଶିକ୍ଷା ପରିବ୍ୟବସ୍ଥାରେ ଜଡିତ ସମସ୍ତଙ୍କୁ ପୁରସ୍କାର ଦେବାର ବ୍ୟବସ୍ଥା କରାଯାଇଛି । ଏଥିପାଇଁ ବର୍ଷକୁ ୧୩୮ କୋଟି ଟଙ୍କାର ବଜେଟ ବ୍ୟବସ୍ଥା କରାଯାଇଛି ବୋଲି ସେ କହିଥିଲେ। ଏହି ପୁରସ୍କାର ଶିକ୍ଷକ ଶିକ୍ଷୟତ୍ରୀ, ଛାତ୍ରଛାତ୍ରୀ, ସରକାରୀ ସ୍କୁଲ, ଗ୍ରାମ ପଞ୍ଚାୟତ, ସ୍କୁଲ ପରିଚାଳନା କମିଟି, ପ୍ରାକ୍ତନ ଛାତ୍ରଛାତ୍ରୀ ଓ ଜିଲ୍ଲା ଏବଂ ବ୍ଲକସ୍ତରୀୟ ଶିକ୍ଷା ଅଧିକାରୀମାନଙ୍କୁ ଦିଆଯିବ ବୋଲି ସେ କହିଥିଲେ।

କାର୍ଯ୍ୟକ୍ରମରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସୁଦାମ ମାର୍ଣ୍ଡି ନବନିଯୁକ୍ତ ଶିକ୍ଷକ ଶିକ୍ଷୟତ୍ରୀମାନଙ୍କୁ ଉଦ୍‌ବୋଧନ ଦେଇ କହିଲେ ଯେ ଆଜି ରାଜ୍ୟରେ ଆମ ମୁଖ୍ୟମନ୍ତ୍ରୀଙ୍କ 5T ରୂପାନ୍ତରଣର ପର୍ବ ଜାରି ରହିଛି। ସବୁ କ୍ଷେତ୍ରରେ ରୂପାନ୍ତରଣକରି ଏକ ସଶକ୍ତ ଓଡିଶା ଗଠନ କରିବା ଆମ ମୁଖ୍ୟମନ୍ତ୍ରୀ ଲକ୍ଷ୍ୟ ରଖିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ସଶକ୍ତ ଓଡିଶା ସ୍ୱପ୍ନକୁ ସାକାର କରିବା ପାଇଁ ନିଷ୍ଠାର ସହ ଛାତ୍ରଛାତ୍ରୀମାନଙ୍କୁ ଶିକ୍ଷାଦାନ କରିବାପାଇଁ ସେ ନବନିଯୁକ୍ତ ଶିକ୍ଷକ ଶିକ୍ଷୟତ୍ରୀମାନଙ୍କୁ ପରାମର୍ଶ ଦେଇଥିଲେ।

5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମରେ ନବନିଯୁକ୍ତ ଶିକ୍ଷକ ଶିକ୍ଷୟତ୍ରୀମାନଙ୍କ ସହ ମତ ବିନିମୟ କରି କହିଥିଲେ ଯେ ରାଜ୍ୟରେ ପିଲାମାନଙ୍କର ଉଜ୍ଜଳ ଭବିଷ୍ୟତ ଗଠନ ଦାୟିତ୍ୱ ଆପଣମାନଙ୍କର। ପିଲାମାନଙ୍କୁ ଭଲ ପାଠ ପଢାଇ ସେମାନଙ୍କ ବାପା ମା’ମାନଙ୍କ ମନରେ ଖୁସି ଆଣିବା ପାଇଁ ସେ ପରାମର୍ଶ ଦେବା ସହିତ ବାପା ମା’ଙ୍କ ପରେ ଶିକ୍ଷକ ହେଉଛନ୍ତି ପିଲାଙ୍କ ରୋଲ୍‌ ମଡେଲ ବୋଲି କହି ସେ ପିଲାମାନଙ୍କ ପାଇଁ ସମସ୍ତ କ୍ଷେତ୍ରରେ ପ୍ରେରଣାଦାୟୀ ହୋଇ କାର୍ଯ୍ୟ କରିବା ପାଇଁ କହିଥିଲେ।

କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା ନବନିଯୁକ୍ତ ଶିକ୍ଷକ ଶିକ୍ଷୟତ୍ରୀମାନଙ୍କୁ ଉଦ୍‌ବୋଧନ ଦେଇ କହିଲେ ଯେ ମାନ୍ୟବର ମୁଖ୍ୟମନ୍ତ୍ରୀ ରାଜ୍ୟରେ ଶିକ୍ଷା ବ୍ୟବସ୍ଥାରେ ବ୍ୟାପକ ରୂପାନ୍ତରଣ ଆଣିଛନ୍ତି। ଆମ ଶିକ୍ଷା ବ୍ୟବସ୍ଥାକୁ ସଶକ୍ତ କରିବା ପାଇଁ ଉଦ୍ୟମ କରିବାକୁ ସେ ସେମାନଙ୍କୁ ପରାମର୍ଶ ଦେଇଥିଲେ।

ଏହି ଅବସରରେ କୋରାପୁଟର ନବନିଯୁକ୍ତ ଶିକ୍ଷୟତ୍ରୀ ସ୍ରୋତସ୍ୱିନୀ ଲେଙ୍କା ନିଯୁକ୍ତି ସମ୍ପର୍କରେ ତାଙ୍କର ଅନୁଭୂତି ବର୍ଣ୍ଣନା କରି ସମ୍ପୂର୍ଣ୍ଣ ସ୍ୱଚ୍ଛତା ଓ ନିର୍ଦ୍ଦିଷ୍ଟ ସମୟସୀମା ମଧ୍ୟରେ 5T ନୀତି ଅନୁଯାୟୀ ଏହି ନିଯୁକ୍ତି ପ୍ରକ୍ରିୟା ସମାପନ କରି ଖୁବ ଶୀଘ୍ର ନିଯୁକ୍ତି ମିଳିଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଥିଲେ। ମୁଖ୍ୟମନ୍ତ୍ରୀଙ୍କ ଏଭଳି ତ୍ୱରିତ୍ୱ ପଦକ୍ଷେପ ଯୁବ ସମାଜ ପାଇଁ ବେଶ ଉତ୍ସାହଜନକ ବୋଲି ସେ କହିଥିଲେ।

କାର୍ଯ୍ୟକ୍ରମରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ କମିଶନର ତଥା ଶାସନ ସଚିବ ଅଶ୍ୱଥି. ଏସ୍ ସ୍ୱାଗତ ଭାଷଣ ଦେଇଥିଲେ ଏବଂ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକ ଧନ୍ୟବାଦ ଅର୍ପଣ କରିଥିଲେ।

Previous Post

ଫେବ୍ରୁଆରୀରେ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ

Next Post

ଅନୁଭବ-ବର୍ଷା ବିବାହ ବିଚ୍ଛେଦକୁ ହାଇକୋର୍ଟଙ୍କ ଅନୁମତି

Next Post
ଅନୁଭବ-ବର୍ଷା ବିବାହ ବିଚ୍ଛେଦକୁ ହାଇକୋର୍ଟଙ୍କ ଅନୁମତି

ଅନୁଭବ-ବର୍ଷା ବିବାହ ବିଚ୍ଛେଦକୁ ହାଇକୋର୍ଟଙ୍କ ଅନୁମତି

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA