ଭୁବନେଶ୍ୱର: ଆସନ୍ତା ୨୫ ତାରିଖ ମଙ୍ଗଳବାର ଦିନ ପଡୁଛି ସୂର୍ଯ୍ୟପରାଗ । ଏହି ଦିନଟିକୁ ଛୁଟି ଘୋଷଣା କରିଛନ୍ତି ରାଜ୍ୟ ସରକାର । ତଦନୁଯାୟୀ ଅକ୍ଟୋବର ୨୫ ମଙ୍ଗଳବାର ଦିନ ରାଜ୍ୟର ସମସ୍ତ ସରକାରୀ ଅଫିସ, ସ୍କୁଲ କଲେଜ ଆଦି ସମସ୍ତ ଶିକ୍ଷାନୁଷ୍ଠାନ, ବିଭାଗୀୟ କୋର୍ଟ, ବ୍ୟାଙ୍କ ଏବଂ ଅନ୍ୟ ବ୍ୟାଙ୍କିଙ୍ଗ୍ ଅନୁଷ୍ଠାନ ବନ୍ଦ ରହିବ । ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଆଜି ଏହି ସୂଚନା ଦିଆଯାଇଛି ।