Thursday, August 27, 2026 03:31 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ଚାଷୀ ପାଇଲେ ‘କାଳିଆ’ ଟଙ୍କା

୪୦ ଲକ୍ଷରୁ ଅଧିକ ଚାଷୀଙ୍କ ବ୍ୟାଙ୍କ ଖାତାକୁ ଗଲା ୮୦୦ କୋଟି ଟଙ୍କା

by Our Correspondent
03 May, 2022- 08:24 PM
in Latest News, News
1 min read
0
ଚାଷୀ ପାଇଲେ ‘କାଳିଆ’ ଟଙ୍କା

ଭୁୁବନେଶ୍ୱର: ଆଜି ଅକ୍ଷୟ ତୃତୀୟା ଅବସରରେ ଚାଷୀଙ୍କୁ ମିଳିଛି କାଳିଆ ଟଙ୍କା । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ହିତାଧିକାରୀ ଚାଷୀମାନଙ୍କୁ ସହାୟତା ରାଶି ପ୍ରଦାନ କରିଛନ୍ତି । ଝାରସୁଗୁଡ଼ା ବ୍ୟତୀତ ରାଜ୍ୟର ପ୍ରାୟ ୪୦ ଲକ୍ଷ କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କ ବ୍ୟାଙ୍କ ଖାତାକୁ ପାଖାପାଖି ୮୦୦ କୋଟି ଟଙ୍କା ସିଧାସଳଖ ପ୍ରଦାନ କରାଯାଇଛି । ପ୍ରତି ଚାଷୀଙ୍କୁ ମିଳିଛି ୨ ହଜାର ଟଙ୍କା । ଏହି ଟଙ୍କାକୁ ଚାଷ କାମରେ ଲଗାଇ କୃଷିରେ ଉନ୍ନତି ଆଣିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି ।

ଭିଡିଓ କନଫରେନ୍ସିଂ ଜରିଆରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ କହିଥିଲେ, ଚାଷୀ ଆମ ଅର୍ଥନୀତିର ମୁଖ୍ୟ ଆଧାର । ଆମ ଚାଷୀମାନେ କେବଳ ଓଡ଼ିଶା ନୁହେଁ, ସାରା ଦେଶର ଖାଦ୍ୟ ସୁରକ୍ଷାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରି ଓଡ଼ିଶା ପାଇଁ ଗୌରବ ଆଣିଛନ୍ତି । କୃଷି ବିକାଶ ଓ କୃଷକ କଲ୍ୟାଣ ରାଜ୍ୟ ସରକାରଙ୍କ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକ୍ରମ । ଚଳିତବର୍ଷ କୃଷି ପାଇଁ ୨୦ ହଜାର କୋଟିରୁ ଅଧିକ ଟଙ୍କାର ବଜେଟ୍ ରଖାଯାଇଛି ।

ଏହି ଅବସରରେ କୃଷି ବିକାଶ ପାଇଁ ୮ଟି ନୂଆ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ ମୁଖ୍ୟମନ୍ତ୍ରୀ । ସେଥିମଧ୍ୟରେ ରହିଛି ପଣସ ମିଶନ ଓ ରିୱାର୍ଡ କାର୍ଯ୍ୟକ୍ରମ । ମିଲେଟ୍ ମିଶନ ଓ ସମନ୍ୱିତ କୃଷି ପ୍ରୋତ୍ସାହନ ନିମନ୍ତେ ସ୍ୱତନ୍ତ୍ର କାର୍ଯ୍ୟକ୍ରମର ପ୍ରସାର ମଧ୍ୟ କରାଯାଇଛି । ମୁଖ୍ୟମନ୍ତ୍ରୀ କହିଥିଲେ ଯେ କୃଷି କ୍ଷେତ୍ରରେ ପୁଞ୍ଜି ବିନିଯୋଗ ଉପରେ ଆମେ ବିଶେଷ ଗୁରୁତ୍ୱ ଦେଉଛୁ। କୃଷିକୁ ଏକ ଲାଭଜନକ ବୃତ୍ତି ଭାବରେ ବିକଶିତ କରବା ପାଇଁ ଆମର ଉଦ୍ୟମ ଜାରି ରହିବ ବୋଲି ସେ କହିଥିଲେ।

ସୂଚନାଯୋଗ୍ୟ ଯେ ପଣସ ମିଶନରେ ୯ଟି ଜିଲ୍ଲାର ପଣସ ଚାଷୀଙ୍କ ପାଇଁ ୯୭ କୋଟି ଟଙ୍କାର ପ୍ରୋତ୍ସାହନ ରଖାଯାଇଥିବା ବେଳେ, ରିୱାର୍ଡ ଯୋଜନାରେ ବୈଜ୍ଞାନିକ ପ୍ରଣାଳୀରେ ଜଳବିଭାଜିକା କାର୍ଯ୍ୟକ୍ରମ ଜରିଆରେ ଚାଷ ଜମିର ଉତ୍ପାଦକତା ବୃଦ୍ଧି ପାଇଁ ୫୦୦ କୋଟି ଟଙ୍କାର ଅର୍ଥ ବ୍ୟବସ୍ଥା କରାଯାଇଛି । ସେହିପରି ଓଡିଶା ମିଲେଟ୍‌ ମିଶନରେ ୧୯ଟି ଜିଲ୍ଲାର ୧୮୨ଟି ବ୍ଲକ୍‌ର ଚାଷୀ ମାନଙ୍କ ପାଇଁ ୨୮୦୮ କୋଟି ଟଙ୍କାର ବ୍ୟବସ୍ଥା କରାଯାଇଥିବା ବେଳେ ସମନ୍ବିତ କୃଷିର ପ୍ରୋତ୍ସାହନ ପାଇଁ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ୮ଟି ଜିଲ୍ଲାର ୧.୮ ଲକ୍ଷ କୃଷକ ପରିବାରକୁ ସାମିଲ କରିବା ପାଇଁ ୨୩୯ କୋଟି ଟଙ୍କାର ଅର୍ଥ ବ୍ୟବସ୍ଥା କରାଯାଇଛି । ଏହି ୪ଟି ଯୋଜନା ପାଇଁ ୩୬୪୪ କୋଟି ଟଙ୍କା ଖର୍ଚ୍ଚ କରାଯିବ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ଚାଷୀ ଭାଇ ମାନଙ୍କ ପାଇଁ ନୂଆ ‘କୃଷକ ଓଡିଶା’ ପୋର୍ଟାଲ ଲୋକାର୍ପିତ କରିଥିଲେ । ଏଥିରେ ଚାଷୀମାନେ ସାମିଲ ହୋଇ ସେମାନଙ୍କ ତଥ୍ୟ ଅପ୍‌ଡେଟ କଲେ ଆବଶ୍ୟକ ସେବା ଓ ପରାମର୍ଶ ପାଇପାରିବେ । ଏହାସହିତ କୃଷକ ଓ କୃଷି ଉଦ୍ୟୋଗୀ ମାନଙ୍କ ପାଇଁ ‘ଗୋ-ସୁଗମ’ ପୋର୍ଟାଲର ମଧ୍ୟ ଶୁଭାରମ୍ଭ କରିଥିଲେ । ଏହା କୃଷକ ମାନଙ୍କ ପାଇଁ ଦେଶର ପ୍ରଥମ ସିଙ୍ଗଲ ୱିନଡୋ ପ୍ଲାଟଫର୍ମ।

ଏହାସହିତ କୃଷି ଓ ଆନୁସଂଗିକ କ୍ଷେତ୍ରରେ କୃଷକଙ୍କ ଆୟ ବୃଦ୍ଧି ନିମନ୍ତେ ବାସ୍ତବମୁଖୀ ନୀତି ନିର୍ଦ୍ଧାରଣ ପାଇଁ “ଆନ୍ତର୍ଜାତିକ ଖାଦ୍ୟ ନୀତି ଗବେଷଣା ପ୍ରତିଷ୍ଠାନ” ଓ ରାଜ୍ୟ କୃଷି ବିଭାଗ ମଧ୍ୟରେ ଏକ ବୁଝାମଣାପତ୍ର ମଧ୍ୟ ସ୍ୱାକ୍ଷରିତ ହୋଇଥିଲା । କୃଷକ ମାନଙ୍କ ସଶକ୍ତିକରଣ ପାଇଁ କୃଷକ ଉତ୍ପାଦକ ସଂଗଠନର ଏକ ମାର୍ଗଦର୍ଶିକା ମଧ୍ୟ  ମୁଖ୍ୟମନ୍ତ୍ରୀ ଉନ୍ମୋଚିତ କରିଥିଲେ ।

କାର୍ଯ୍ୟକ୍ରମରେ ଯୋଗଦେଇ କୃଷିମନ୍ତ୍ରୀ ଡକ୍ଟର ଅରୁଣ ସାହୁ କହିଥିଲେ ଯେ ଅନେକ ପ୍ରାକୃତିକ ବିପର୍ଯ୍ୟୟ ର ସମ୍ମୁଖୀନ ହେଲେ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କ
ଦୂର ଦୃଷ୍ଟି ଓ ଦୃଢ଼ ନେତୃତ୍ୱ ପାଇଁ ଓଡ଼ିଶା ଆଜି କୃଷି କ୍ଷେତ୍ରରେ ଅଗ୍ରଣୀ ହୋଇ ପାରିଛି। କୃଷି କ୍ଷେତ୍ର ରେ ମହିଳା ମାନଙ୍କୁ ଅଗ୍ରାଧିକାର ଦିଆ ଯାଉଛି। 

କୃଷି ଓ କୃଷକ ସଶକ୍ତିକରଣ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ସଂଜୀବ ଚୋପ୍ରା ସ୍ୱାଗତ ଭାଷଣ ଦେଇଥିଲେ। କୃଷି ବିଭାଗର ସ୍ୱତନ୍ତ୍ର ସଚିବ ଧନ୍ୟବାଦ ଅର୍ପଣ କରିଥିଲେ । ବିଭିନ୍ନ ଜିଲ୍ଲାରେ ଜିଲ୍ଲାପାଳ ଓ ଚାଷୀ ମାନେ ଉପସ୍ଥିତ ଥିଲେ।

Previous Post

ଆସନ୍ତାକାଲି ଚାଷୀଙ୍କୁ ମିଳିବ ‘କାଳିଆ’ ଟଙ୍କା

Next Post

ସହିଦ ପରିବାର ଅନୁକମ୍ପା ସହାୟତା ୧୦ ଲକ୍ଷକୁ ବୃଦ୍ଧି

Next Post
ସହିଦ ପରିବାର ଅନୁକମ୍ପା ସହାୟତା ୧୦ ଲକ୍ଷକୁ ବୃଦ୍ଧି

ସହିଦ ପରିବାର ଅନୁକମ୍ପା ସହାୟତା ୧୦ ଲକ୍ଷକୁ ବୃଦ୍ଧି

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA