Wednesday, April 29, 2026 09:04 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ଆଉ ୫ ଦୁର୍ନୀତିଗ୍ରସ୍ତ ଅଧିକାରୀ ଚାକିରିରୁ ବିଦା

by Our Correspondent
08 Feb, 2022- 03:51 PM
in Latest News, News
1 min read
0
ଆଉ ୫ ଦୁର୍ନୀତିଗ୍ରସ୍ତ ଅଧିକାରୀ ଚାକିରିରୁ ବିଦା

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦୁର୍ନୀତି ବିରୋଧୀ କଠୋର ଆଭିମୁଖ୍ୟରେ ପୁଣି ବଳି ପଡ଼ିଛନ୍ତି ୫ ଅଧିକାରୀ । ସେମାନଙ୍କୁ ଚାକିରିରୁ ବାଧ୍ୟତାମୂଳକ ଅବସର ଦିଆଯାଇଛି । ସେମାନଙ୍କ ମଧ୍ୟରେ ଅଛନ୍ତି ଇଞ୍ଜିନିୟର, ସିଡ଼ିପିଓ, ଅଙ୍ଗନବାଡ଼ି ସୁପରଭାଇଜର, ପୁଲିସ ଇନସପେକ୍ଟର ଏବଂ ରେଭେନୁ୍ୟ ସୁପରଭାଇଜର । ଏମାନଙ୍କୁ ମିଶାଇ ବର୍ତ୍ତମାନ ସୁଦ୍ଧା ୧୪୬ ଅଧିକାରୀଙ୍କୁ ଚାକିରିରୁ ବରଖାସ୍ତ କିମ୍ବା ବାଧ୍ୟତାମୂଳକ ଅବସର ଦିଆଗଲାଣି ।

ବାଧ୍ୟତାମୂଳକ ଅବସର ପାଇଥିବା ଏହି ଅଧିକାରୀମାନେ କିଏ ଜାଣନ୍ତୁ..

ସନ୍ତୋଷ କୁମାର ଦାସ: ମୟୂରଭଂଜ ଜିଲ୍ଲା ବାରିପଦା ଆଇ.ଟି.ଡି.ଏ ର ଆସିଷ୍ଟାଣ୍ଟ ଇଂଜିନିୟର ସନ୍ତୋଷ କୁମାର ଦାସଙ୍କ ନାମରେ ଗୋଟିଏ ଦୁର୍ନୀତି ଅଭିଯୋଗ ରହିଛି। ତାଙ୍କ ବିରୋଧରେ ୨.୮୦ କୋଟି ଟଙ୍କାର ଆୟ ବହିର୍ଭୁତ ସମ୍ପତ୍ତି ରହିଛି । ସେଥିପାଇଁ ତାଙ୍କୁ ଗିରଫ କରାଯାଇ କୋର୍ଟ ଚାଲାଣ କରାଯାଇଥିଲା। ଏହି ଆୟ ବହିର୍ଭୁତ ସମ୍ପତ୍ତି ମଧ୍ୟରେ ୪୧.୭୭ ଲକ୍ଷ ଟଙ୍କା ତାଙ୍କ ଘରୁ ନଗଦ ଜବତ କରାଯାଇଥିଲା । ତାଙ୍କର ଭୁବନେଶ୍ୱର ବରଗଡରେ ଏକ ଦୁଇତାଲା ବିଶିଷ୍ଟ ଘର, ଶୈଳଶ୍ରୀ ବିହାରରେ ଏକ ଫ୍ଲାଟ୍, କଳିଙ୍ଗ ବିହାରରେ ଏକ ଅର୍ଦ୍ଧନିର୍ମିତ ବିଲ୍ଡିଂ ରହିଛି । ଏହା ସହିତ ବାଲେଶ୍ୱରରେ ୩ଟି ପ୍ଲଟ୍ ମଧ୍ୟ ଅଛି । ଅପାରଗତା, ଅସାଧୁତା ଓ ଆର୍ଥିକ ଅନିୟମିତତା ଯୋଗୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି ।

ଶ୍ରୀମତୀ ସରଳା ଦେଇ: ଜଗତସିଂହପୁର ଜିଲ୍ଲା ବାଲିକୁଦାର ଗୋଷ୍ଠୀ ଉନ୍ନୟନ ପ୍ରକଳ୍ପ ଅଧିକାରୀ (ସିଡିପିଓ) ଶ୍ରୀମତୀ ସରଳା ଦେଇଙ୍କ ନାମରେ ଗୋଟିଏ ଦୁର୍ନୀତି ଅଭିଯୋଗ ରହିଛି । ୨୦ ହଜାର ଟଙ୍କା ଲାଞ୍ଚ ଦାବୀ କରି ଗ୍ରହଣ କରୁଥିବା ବେଳେ ଦୁର୍ନୀତି ନିବାରଣ ବିଭାଗ ଦ୍ୱାରା ଧରା ପଡିଥିଲେ। ଦୁର୍ନୀତି ନିବାରଣ ବିଭାଗର ଅନୁସଂଧାନରୁ ଜଣାଯାଇଛି ଯେ ତାଙ୍କର ଭୁବନେଶ୍ୱରରେ ୫ଟି ପ୍ଲଟ, ପିପିଲିରେ ଗୋଟିଏ ପ୍ଲଟ ଓ ଜଗତସିଂହପୁରରେ ଦୁଇଟି ପ୍ଲଟ ରହିଛି । ତା ସହିତ ଜଗତସିଂପୁରରେ ଗୋଟିଏ ଦୁଇତାଲା ବିଲ୍ଡିଂ ଅଛି । ଏହାସହିତ ଟଙ୍କା ଓ ସୁନାଗହଣା ଜବତ କରାଯାଇଛି । ଅପାରଗତା ଓ ଅସାଧୁତା ଯୋଗୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି ।

ଶ୍ରୀମତୀ ପ୍ରତିମା ସାହୁ: ଜଗତସିଂହପୁର ବାଲିକୁଦାର ଅଙ୍ଗନବାଡି ସୁପରଭାଇଜର ଶ୍ରୀମତୀ ପ୍ରତିମା ସାହୁଙ୍କ ନାମରେ ଗୋଟିଏ ଦୁର୍ନୀତି ଅଭିଯୋଗ ଅଛି। ଲାଞ୍ଚ ଗ୍ରହଣ କରୁଥିବା ବେଳେ ସେ ଦୁର୍ନୀତି ନିବାରଣ ବିଭାଗ ଦ୍ୱାରା ଧରା ପଡିଥିଲେ । ତାଙ୍କୁ ଗିରଫ କରାଯାଇ ବିଚାର ବିଭାଗୀୟ ହାଜତକୁ ପଠାଯାଇଥିଲା । ଅପାରଗତା ଓ ଅସାଧୁତା ଯୋଗୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି ।

ରାମଚନ୍ଦ୍ର ବେହେରା: ଅନୁଗୁଳ ପୋଲିସ ଟ୍ରେନିଂ କଲେଜର ପୋଲିସ ଇନ୍‌ସପେକ୍ଟର ରାମଚନ୍ଦ୍ର ବେହେରାଙ୍କ ନାମରେ ଅନେକ ଅଭିଯୋଗ ରହିଥିଲା । ଅପାରଗତା ଓ ବିଶୃଙ୍ଖଳ ଆଚରଣ ଯୋଗୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି ।

ହୃଦାନନ୍ଦ ସାହୁ: କେନ୍ଦୁଝର ଜିଲ୍ଲା ସଦର ତହସିଲଦାରଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ ରେଭିନ୍ୟୁ ସୁପରଭାଇଜର ହୃଦାନନ୍ଦ ସାହୁଙ୍କ ନାମରେ ଗୋଟିଏ ଦୁର୍ନୀତି ଅଭିଯୋଗ ରହିଛି । ଜମିଜମା ମାପଚୁପ ସମୟରେ ଜଣେ ବ୍ୟକ୍ତିଙ୍କ ଠାରୁ ୨୦ ହଜାର ଟଙ୍କା ଲାଞ୍ଚ ଗ୍ରହଣ କରୁଥିବା ବେଳେ, ସେ ଦୁର୍ନୀତି ନିବାରଣ ବିଭାଗ ଦ୍ୱାରା ଧରା ପଡିଥିଲେ । ଅସାଧୁ କାର୍ଯ୍ୟକଳାପ ଯୋଗୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି।

ମୋ ସରକାର ତଥା ଅନ୍ୟ ସୂତ୍ରରୁ ମିଳିଥିବା feedbackକୁ ମଧ୍ୟ ବିଚାର କୁ ନିଆଯାଇ କାର୍ଯାନୁଷ୍ଠାନ ଗ୍ରହଣ କରାଯାଇଥିବା ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

ସୂଚନାଥାଉକି, ଯେତେବଡ଼ ଅଧିକାରୀ ହୋଇଥାନ୍ତୁ ନା କାହିଁକି ଦୁର୍ନୀତିଗ୍ରସ୍ତ କାହାରିକୁ ଛାଡ଼ ନାହିଁ ବୋଲି ରାଜ୍ୟ ସରକାର ନୀତିଗତ ନିଷ୍ପତ୍ତି ନେଇଛନ୍ତି । ନିକଟରେ ରାଜ୍ୟ ସରକାର ଦୁର୍ନୀତିଗ୍ରସ୍ତ ବରିଷ୍ଠ ଆଇଏଏସ୍ ବିନୋଦ କୁମାରଙ୍କୁ ଚାକିରିରୁ ବହିଷ୍କାର କରିଥିଲେ । ତାଙ୍କ ପୂର୍ବରୁ ବରିଷ୍ଠ ଆଇଏଫଏସ୍ ଅଭୟ କାନ୍ତ ପାଠକଙ୍କୁ ଚାକିରିରୁ ବହିଷ୍କାର କରାଯାଇଥିଲା ।

Previous Post

ବରିଷ୍ଠ ସାମ୍ବାଦିକ ପ୍ରତାପ ମହାନ୍ତିଙ୍କ ମାତୃ ବିୟୋଗ

Next Post

ନବୀନଙ୍କୁ ମୋଦିଙ୍କ ସାବାସି, ପ୍ରଶଂସା

Next Post
ନବୀନଙ୍କୁ ମୋଦିଙ୍କ ସାବାସି, ପ୍ରଶଂସା

ନବୀନଙ୍କୁ ମୋଦିଙ୍କ ସାବାସି, ପ୍ରଶଂସା

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19182 shares
    Share 7673 Tweet 4796
  • ନବୀନ..ନବୀନ, ମୋହନ..ମୋହନ

    16601 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5815 shares
    Share 2326 Tweet 1454
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5485 shares
    Share 2194 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA