Sunday, June 28, 2026 01:01 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ସରପଞ୍ଚମାନଙ୍କୁ ମାସକୁ ମିଳିବ ୧୦ ହଜାର

ପଞ୍ଚାୟତିରାଜ ପ୍ରତିନିଧିମାନଙ୍କ ପାରିତୋଷିକ ଓ ବୈଠକ ଭତ୍ତାରେ ବୃଦ୍ଧି

by Our Correspondent
12 Mar, 2024- 06:25 PM
in Latest News, News
1 min read
0
ସରପଞ୍ଚମାନଙ୍କୁ ମାସକୁ ମିଳିବ ୧୦ ହଜାର

ଭୁବନେଶ୍ୱର: ରାଜ୍ୟର ପଞ୍ଚାୟତିରାଜ ପ୍ରତିନିଧିମାନଙ୍କର ପାରିତୋଷିକ ଓ ଭତ୍ତା ବୃଦ୍ଧି କରାଯାଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଏହା ଘୋଷଣା କରିଛନ୍ତି ।

ସୂଚନାଯୋଗ୍ୟ ଯେ ୫-ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ବିଭିନ୍ନ ଜିଲ୍ଲାଗସ୍ତ ସମୟରେ ପଞ୍ଚାୟତିରାଜ ପ୍ରତିନିଧିମାନେ ତାଙ୍କୁ ଭେଟି ଏହି ପାରିତୋଷିକ ବୃଦ୍ଧି ସମ୍ପର୍କରେ ଅନୁରୋଧ ଓ ପ୍ରସ୍ତାବ ଦେଇଥିଲେ।

ନିଷ୍ପତ୍ତି ଅନୁଯାୟୀ ଜିଲ୍ଲା ପରିଷଦ ସଭାପତିମାନେ ୯,୩୮୦ ଟଙ୍କା ପରିବର୍ତ୍ତେ ୩୦,୦୦୦ ଟଙ୍କା ମାସିକ ପାରିତୋଷିକ ପାଇବେ। ସେମାନଙ୍କ ଦୈନିକ ଭତ୍ତା DA+Sitting fee ମଧ୍ୟ ୩୦୦ ଟଙ୍କାରୁ ୬୦୦ ଟଙ୍କାକୁ ବୃଦ୍ଧି କରାଯାଇଛି। ଜିଲ୍ଲା ପରିଷଦ ଉପ-ସଭାପତି ମାନଙ୍କ ପାରିତୋଷିକ ୭,୦୪୦ ଟଙ୍କାରୁ ୨୦,୦୦୦ ଟଙ୍କା କୁ ବୃଦ୍ଧି କରାଯାଇଛି ଏବଂ ସେମାନଙ୍କ ଭତ୍ତା DA+SF ମଧ୍ୟ ୩୦୦ ଟଙ୍କାରୁ ୬୦୦ ଟଙ୍କାକୁ ବୃଦ୍ଧି କରାଯାଇଛି। ଜିଲ୍ଲା ପରିଷଦ ସଦସ୍ୟମାନେ ପୂର୍ବରୁ ୩,୫୩୦ ଟଙ୍କା ପାଉଥିବା ବେଳେ ଏବେ ୧୦,୦୦୦ ଟଙ୍କା ମାସିକ ପାରିତୋଷିକ ପାଇବେ ଏବଂ ସେମାନଙ୍କ ଦୈନିକ ଭତ୍ତା DA+SFମଧ୍ୟ ୩୦୦ ଟଙ୍କାରୁ ୬୦୦ ଟଙ୍କାକୁ ବୃଦ୍ଧି କରାଯାଇଛି।

ସେହିଭଳି ପଞ୍ଚାୟତ ସମିତି ଅଧ୍ୟକ୍ଷମାନେ ୩,୫୩୦ ଟଙ୍କା ପାଉଥିଲେ । ଏବେ ୧୫,୦୦୦ ଟଙ୍କା ପାଇବେ। ପଞ୍ଚାୟତ ସମିତି ଉପାଧ୍ୟକ୍ଷମାନେ ପୂର୍ବରୁ ପାରିତୋଷିକ ୨,୩୫୦ ଟଙ୍କା ପାଉଥିଲେ । ଏବେ ୭,୫୦୦ ଟଙ୍କା ପାଇବେ। ପଞ୍ଚାୟତ ସମିତି ସଦସ୍ୟମାନେ ପୂର୍ବରୁ ୨,୩୫୦ ଟଙ୍କା ପାଉଥିଲେ । ଏବେ ୭,୫୦୦ ଟଙ୍କା ପାଇବେ। ସେହିଭଳି ସରପଞ୍ଚମାନେ ପୂର୍ବରୁ ୨,୩୫୦ ଟଙ୍କା ପାଉଥିବା ବେଳେ ଏବେ ୧୦,୦୦୦ ଟଙ୍କା ପାଇବେ। ନାଏବ ସରପଞ୍ଚମାନେ ପୂର୍ବରୁ ୯୪୦ ଟଙ୍କା ପାଉଥିବା ବେଳେ ଏବେ ୪,୦୦୦ ଟଙ୍କା ପାଇବେ। ପଞ୍ଚାୟତ ସମିତି ଅଧ୍ୟକ୍ଷ ,ଉପାଧକ୍ଷ ,ପଞ୍ଚାୟତ ସମିତି ସଭ୍ୟ , ସରପଞ୍ଚ ନାଏବ ସରପଞ୍ଚ ଏବଂ ୱାର୍ଡମେମ୍ବରମାନଙ୍କର ଦୈନିକ ଭତ୍ତା DA+SF ୨୪୦ ଟଙ୍କାରୁ ୪୮୦ ଟଙ୍କାକୁ ବୃଦ୍ଧି କରାଯାଇଛି।

ସୂଚନାଯୋଗ୍ୟ ଯେ ପୂର୍ବରୁ ପଞ୍ଚାୟତିରାଜ ପ୍ରତିନିଧିମାନଙ୍କର ପାରିତୋଷିକ ଓ ଭତ୍ତା ବାବଦରେ ୭୯.୮୮ କୋଟି ଟଙ୍କା ଖର୍ଚ୍ଚ ହୋଉଥିଲା। ବର୍ଦ୍ଧିତ ରାଶି ଅନୁଯାୟୀ ଏବେ ୨୪୨.୫୬ କୋଟି ଟଙ୍କା ଖର୍ଚ୍ଚ ହେବ। ରାଜ୍ୟ ସରକାର ଏଥିପାଇଁ ୧୬୨.୬୮ କୋଟି ଟଙ୍କା ଅତିରିକ୍ତ ଖର୍ଚ୍ଚ ବହନ କରିବେ।

ଏହା ବ୍ୟତିତ ପଞ୍ଚାୟତିରାଜ ପ୍ରତିନିଧିମାନଙ୍କର ପଦବୀରେ ଥିବା ସମୟରେ ବିୟୋଗ ଘଟିଲେ ଅନୁକମ୍ପମୂଳକ ସହାୟତା ରାଶି ବାବଦରେ ୨ ଲକ୍ଷ ଟଙ୍କା ମିଳିବ । ଏହା ସହିତ ଦୂର୍ଘଟଣାଜନିତ ପୂର୍ଣ୍ଣ ଅକ୍ଷମତା କ୍ଷେତ୍ରରେ (Irrecoverable Loss of both eyes, hands and feet) ୨ ଲକ୍ଷ ଟଙ୍କା ସହାୟତା ଦିଆଯିବ। ସେହିପରି ଆଂଶିକ ଅକ୍ଷମତା କ୍ଷେତ୍ରରେ (Irrecoverable Loss of one eye, one hand or one leg) ୧ ଲକ୍ଷ ଟଙ୍କା ସହାୟତା ଦିଆଯିବ।

Previous Post

ମହିଳା ସରକାରୀ କର୍ମଚାରୀଙ୍କୁ ବାର୍ଷିକ ୨୫ ଦିନର ସିଏଲ୍

Next Post

ସେବାୟତଙ୍କ ସ୍ୱାସ୍ଥ୍ୟ ବୀମାରାଶି ୫ ଲକ୍ଷ, ଭାଗବତ ଟୁଙ୍ଗୀକୁ ୫୦ ହଜାର

Next Post
ସେବାୟତଙ୍କ ସ୍ୱାସ୍ଥ୍ୟ ବୀମାରାଶି ୫ ଲକ୍ଷ, ଭାଗବତ ଟୁଙ୍ଗୀକୁ ୫୦ ହଜାର

ସେବାୟତଙ୍କ ସ୍ୱାସ୍ଥ୍ୟ ବୀମାରାଶି ୫ ଲକ୍ଷ, ଭାଗବତ ଟୁଙ୍ଗୀକୁ ୫୦ ହଜାର

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA