ଭୁବନେଶ୍ୱର: ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର । ସେମାନଙ୍କ ମହଙ୍ଗା ଭତ୍ତାରେ ୪% ବୃଦ୍ଧି ହୋଇଛି । ରଜ ଉତ୍ସବର ଅବ୍ୟବହିତ ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଏହି ଘୋଷଣା କରିଛନ୍ତି । ଏହା ଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୩୮% ରୁ ୪୨%କୁ ବୃଦ୍ଧି ପାଇଛି । ଚଳିତବର୍ଷ ଜାନୁଆରୀ ପହିଲାରୁ ପିଛିଲା ଭାବରେ ଏହା ଲାଗୁ ହେବ । ଏହି ବର୍ଦ୍ଧିତ ମହଙ୍ଗା ଭତ୍ତା ଚଳିତ ଜୁନ୍ ମାସ ଦରମାରେ ନଗଦ ଆକାରରେ ମିଳିବ ।
ଏଥିସହ ପେନସନଭୋଗୀମାନଙ୍କ ଟି.ଆଇ ରେ ମଧ୍ୟ ୪% ବୃଦ୍ଧି କରାଯାଇଛି । ସେମାନେ ମଧ୍ୟ ଅନୁରୂପ ଭାବେ ଜୁନ୍ ମାସ ପେନସନରେ ଏହି ବର୍ଦ୍ଧିତ ଟି.ଆଇ ପାଇବେ । ଏହାଦ୍ୱାରା ପ୍ରାୟ ସାଢ଼େ ୭ ଲକ୍ଷ ସରକାରୀ କର୍ମଚାରୀ ଓ ପେନସନଭୋଗୀ ଉପକୃତ ହେବେ ।