Tuesday, June 23, 2026 11:40 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ଜଟଣୀ ଖାସମାହଲ ଜମି ସମସ୍ୟାର ସମାଧାନ, ଡିସେମ୍ବରରୁ ପଟ୍ଟା ବଣ୍ଟନ

୫-ଟି ସଚିବଙ୍କ ଜିଲ୍ଲା ଗସ୍ତ ପରବର୍ତ୍ତୀ ଉଚ୍ଚସ୍ତରୀୟ ସମୀକ୍ଷା

by Our Correspondent
04 Sep, 2023- 06:26 PM
in Latest News, News
1 min read
0
ଜଟଣୀ ଖାସମାହଲ ଜମି ସମସ୍ୟାର ସମାଧାନ, ଡିସେମ୍ବରରୁ ପଟ୍ଟା ବଣ୍ଟନ

ଭୁବନେଶ୍ୱର: ଜଟଣୀ ଖାସମାହଲ ଜମି ସମସ୍ୟାର ସମାଧାନ କରି ଲୋକଙ୍କୁ ପଟ୍ଟା ଦେବାପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ନିର୍ଦ୍ଦେଶ ଦେଇଛନ୍ତି । ୫-ଟି ସଚିବ ଭି.କେ. ପାଣ୍ଡିଆନ ତାଙ୍କର ଜିଲ୍ଲାଗସ୍ତ ସମୟରେ ଜମିଜମା ସଂପର୍କିତ ଅନେକ ଅଭିଯୋଗ ଲୋକଙ୍କ ଠାରୁ ପାଇଥିଲେ। ଜଟଣୀ ତହସିଲରେ ଖାସମାହଲ ସମସ୍ୟା, ଦୀର୍ଘ ବର୍ଷର ସମସ୍ୟା । ଏ ସମସ୍ୟା ସଂପର୍କରେ ଜନସାଧାରଣ ୫-ଟି ସଚିବଙ୍କୁ ଜଣାଇଥିଲେ । ଏ ବିଷୟରେ ୫-ଟି ସଚିବ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇବା ପରେ, ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଆଜି ଏ ସଂପର୍କରେ ଏକ ଉଚ୍ଚସ୍ତରୀୟ ବୈଠକ କରାଯାଇ ନିଷ୍ପତ୍ତି ନିଆଯାଇଛି ।

ବୈଠକରେ ୫-ଟି ସଚିବ ଶ୍ରୀ ପାଣ୍ଡିଆନଙ୍କ ସହିତ, ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା, ଉନ୍ନୟନ କମିଶନର ଶ୍ରୀମତୀ ଅନୁ ଗର୍ଗ, ରାଜସ୍ୱ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ, ଖୋର୍ଦ୍ଧା ଜିଲ୍ଲାପାଳ ଏବଂ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ । ବୈଠକରେ ତିନି ମାସ ମଧ୍ୟରେ ଜମିଜମା ସମସ୍ୟାର ସ୍ଥାୟୀ ସମାଧାନ କରାଯାଇ ଆଗାମୀ ଡିସେମ୍ବରରେ ଲୋକଙ୍କୁ ପଟ୍ଟା ବଣ୍ଟନ କରିବାକୁ ଖୋର୍ଦ୍ଧା ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଏହା ଦ୍ୱାରା ୫୩୭ ପରିବାର ଉପକାର ପାଇବେ।

ସେହିପରି ଭୁବନେଶ୍ୱର ତହସିଲରେ ପତିତ ଜମିର ସତ୍ତ୍ୱ ନେଇ ଦୀର୍ଘ ୬୦ ବର୍ଷ ଧରି ସମସ୍ୟା ଲାଗି ରହିଛି । ଏ ସମ୍ପର୍କରେ ବିଭିନ୍ନ ରାଜସ୍ୱ ଅଦାଲତରେ ୧୦୫୪୩ଟି ମାମଲା ଚାଲିଛି। ଏହି ପତିତ ଜମି ସମ୍ପର୍କରେ ଗଠିତ ରାଜସ୍ୱ ବିଭାଗର Task Force ଦ୍ୱାରା ନିର୍ଦ୍ଧାରିତ SOP ଭିତ୍ତିରେ ଏ ସମସ୍ୟାର ସମାଧାନ କରାଯିବ ବୋଲି ବୈଠକରେ ନିଷ୍ପତ୍ତି ହୋଇଛି।

ସୂଚନାଯୋଗ୍ୟ ଯେ ୫-ଟି ସଚିବ ଶ୍ରୀ ପାଣ୍ଡିଆନଙ୍କ ଜିଲା ଗସ୍ତ ସମୟରେ ମିଳିଥିବା ଲୋକଙ୍କ ବିଭିନ୍ନ ଅଭିଯୋଗର ସମାଧାନ ନିମନ୍ତେ ସମୟ ବଦ୍ଧ ପଦକ୍ଷେପ ନେବା ପାଇଁ ମୁଖ୍ୟମନ୍ତ୍ରୀ ବିଭିନ୍ନ ବିଭାଗ ତଥା ଜିଲ୍ଲାପାଳ ମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଚଳିତ ସେପ୍ଟେମ୍ବର ମଧ୍ୟ ଭାଗରେ ମୁଖମନ୍ତ୍ରୀ ଏହାର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିବେ।

Previous Post

ବିଜେପିର ବିଜେଡି ହଟାଓ ଆକ୍ସନ ପ୍ଲାନ୍

Next Post

ବିଜ୍ଞାପନ ଝାମେଲାରେ ଫସିଗଲେ ସୌମ୍ୟ!

Next Post
ବିଜ୍ଞାପନ ଝାମେଲାରେ ଫସିଗଲେ ସୌମ୍ୟ!

ବିଜ୍ଞାପନ ଝାମେଲାରେ ଫସିଗଲେ ସୌମ୍ୟ!

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA