ଭୁବନେଶ୍ୱର: ପଦ୍ମ ପୁରସ୍କାର ଦେଶର ଗୌରବମୟ ବେସାମରିକ ସମ୍ମାନ । ବିଭିନ୍ନ କ୍ଷେତ୍ରରେ ଦେଶକୁ ଗୌରବାନ୍ୱିତ କରିଥିବା ବ୍ୟକ୍ତିବିଶେଷଙ୍କୁ ଏହି ସମ୍ମାନ ମିଳିଥାଏ । ପଦ୍ମ ପୁରସ୍କାରପ୍ରାପ୍ତ କୃତୀ ସନ୍ତାନମାନେ ସେମାନଙ୍କ ପ୍ରତିଭା ଓ ସେବା କାର୍ଯ୍ୟ ଦ୍ୱାରା ଓଡ଼ିଶାର ଗୌରବ ବୃଦ୍ଧି କରିଛନ୍ତି ।
ସମାଜକୁ ସେମାନଙ୍କ ବଳିଷ୍ଠ ଅବଦାନ ସ୍ୱୀକୃତି ସ୍ୱରୂପ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସେମାନଙ୍କ ସମ୍ମାନାର୍ଥେ ମାସକ ୨୫ ହଜାର ଟଙ୍କା ଲେଖାଏଁ ଅର୍ଥ ସମ୍ମାନ ରାଶି ପ୍ରଦାନ କରିବା ପାଇଁ ନିଷ୍ପତ୍ତି ଗ୍ରହଣ କରିଛନ୍ତି । ଚଳିତବର୍ଷ ଅପ୍ରେଲ ମାସଠାରୁ ଏହି ସମ୍ମାନ ରାଶି ପ୍ରଦାନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ।






