Sunday, August 9, 2026 03:52 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ଜାତୀୟ ଖାଦ୍ୟ ସୁରକ୍ଷା ଆଇନ କାର୍ଯ୍ୟକାରିତାରେ ଓଡ଼ିଶା ଏକ ନମ୍ବର

'ଷ୍ଟେଟ୍ ରାଙ୍କିଙ୍ଗ୍ ଇଣ୍ଡେକ୍ସ ଫର ଏନଏଫଏସଏ ୨୦୨୨'

by Our Correspondent
05 Jul, 2022- 08:04 PM
in Latest News, News
1 min read
0
ଜାତୀୟ ଖାଦ୍ୟ ସୁରକ୍ଷା ଆଇନ କାର୍ଯ୍ୟକାରିତାରେ ଓଡ଼ିଶା ଏକ ନମ୍ବର

ଭୁବନେଶ୍ୱର: ଜାତୀୟ ଖାଦ୍ୟ ସୁରକ୍ଷା ଆଇନ(NFSA) ସଫଳ ରୂପାୟନରେ ଓଡ଼ିଶା ଏକ ନମ୍ବର । ଏକ ସଶକ୍ତ ଖାଦ୍ୟ ସୁରକ୍ଷା ପ୍ରଣାଳୀ ସୃଷ୍ଟି କରିବା ତଥା ସାଧାରଣ ବଣ୍ଟନ ବ୍ୟବସ୍ଥାକୁ ସୁଦୃଢ ଏବଂ ଲୋକାଭିମୁଖୀ କରିବା କ୍ଷେତ୍ରରେ କେନ୍ଦ୍ର ସରକାରଙ୍କ ଦ୍ୱାରା ଜାରି କରାଯାଇଥିବା ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ରାଙ୍କିଙ୍ଗ୍ ତାଲିକାରେ ଓଡ଼ିଶା ପ୍ରଥମ ସ୍ଥାନ ହାସଲ କରିଛି । ତାଲିକାରେ ଉତ୍ତର ପ୍ରଦେଶ ଦ୍ୱିତୀୟ ସ୍ଥାନରେ ଥିବା ବେଳେ ଆନ୍ଧ୍ର ପ୍ରଦେଶ ତୃତୀୟ ଏବଂ ଗୁଜୁରାଟ ଚତୁର୍ଥ ସ୍ଥାନରେ ରହିଛି ।

ଆଜି ନୂଆଦିଲ୍ଲୀଠାରେ ଖାଦ୍ୟ ଓ ପୋଷଣ ସୁରକ୍ଷା ଉପରେ ଆୟୋଜିତ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ଖାଦ୍ୟମନ୍ତ୍ରୀଙ୍କ ସମ୍ମିଳନୀରେ କେନ୍ଦ୍ର ଖାଦ୍ୟ ଏବଂ ଖାଉଟୀ କଲ୍ୟାଣ ମନ୍ତ୍ରୀ ପିୟୂଷ ଗୋଏଲ୍ ଏହି ଘୋଷଣା କରିଛନ୍ତି । ଏହି ଅବସରରେ ସେ ପ୍ରଥମ ଥର ପାଇଁ ଏନଏଫଏସଏ ଆଧାରିତ ଷ୍ଟେ ରାଙ୍କିଙ୍ଗ୍ ତାଲିକା (ଷ୍ଟେଟ୍ ରାଙ୍କିଙ୍ଗ୍ ଇଣ୍ଡେକ୍ସ ଫର ଏନଏଫଏସଏ ୨୦୨୨) ଜାରି କରିଥିଲେ ।

ପ୍ରଥମ ସ୍ଥାନରେ ଥିବା ଓଡ଼ିଶାର ଇଣ୍ଡେକ୍ସ ସ୍କୋର ୦.୮୩୬ ଥିବା ବେଳେ ଉତ୍ତର ପ୍ରଦେଶର ସ୍କୋର ୦.୭୯୭ ଏବଂ ଆନ୍ଧ୍ର ପ୍ରଦେଶ ସ୍କୋର ୦.୭୯୪ ରହିଛି । ଜାତୀୟ ଖାଦ୍ୟ ସୁରକ୍ଷା ପ୍ରଣୟନରେ ଓଡ଼ିଶାର ସର୍ବଶ୍ରେଷ୍ଠ ପ୍ରଦର୍ଶନ ପାଇଁ କେନ୍ଦ୍ରମନ୍ତ୍ରୀ ଶ୍ରୀ ଗୋଏଲ୍ ଟୁଇଟ୍ ଯୋଗେ ରାଜ୍ୟ ସରକାରଙ୍କୁ ବଧେଇ ଜଣାଇଛନ୍ତି ।

ଖାଦ୍ୟ ସୁରକ୍ଷା ଆଇନର ସଫଳ କାର୍ଯ୍ୟକାରିତାରେ କ୍ରମାନ୍ୱୟ ରାଜ୍ୟ ତାଲିକା ଏହିଭଳି.. ଓଡ଼ିଶା, ଉତ୍ତର ପ୍ରଦେଶ, ଆନ୍ଧ୍ର ପ୍ରଦେଶ, ଗୁଜୁରାଟ, ଦାଦରା ନଗର ହାବେଳୀ ଏବଂ ଡାମନ ଡିଉ, ମଧ୍ୟ ପ୍ରଦେଶ, ବିହାର, କର୍ଣ୍ଣାଟକ, ତାମିଲନାଡୁ, ଝାଡ଼ଖଣ୍ଡ, କେରଳ, ତେଲେଙ୍ଗାନା, ମହାରାଷ୍ଟ୍ର, ପଶ୍ଚିମବଙ୍ଗ, ରାଜସ୍ଥାନ, ପଞ୍ଜାବ, ହରିଆନା, ଦିଲ୍ଲୀ, ଛତିଶଗଡ଼ ଏବଂ ଗୋଆ ।

ସ୍ୱତନ୍ତ୍ର କାଟାଗୋରି ରାଜ୍ୟମାନଙ୍କ ମଧ୍ୟରେ ତ୍ରିପୁରା ପ୍ରଥମ ସ୍ଥାନରେ ଥିବା ବେଳେ ହିମାଚଳ ପ୍ରଦେଶ ଦ୍ୱିତୀୟ ଏବଂ ସିକିମ୍ ତୃତୀୟ ସ୍ଥାନରେ ଅଛନ୍ତି ।

ସୂଚନାଥାଉକି, ଓଡ଼ିଶାରେ ଜଣେ ହେଲେ ବି ଗରିବ ଲୋକଙ୍କୁ ଖାଦ୍ୟ ସୁରକ୍ଷାରୁ ବଞ୍ଚିତ ହେବାକୁ ଦିଆଯିବ ନାହିଁ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଯୋଜନା ଆରମ୍ଭ ଅବସରରେ ଘୋଷଣା କରିଥିଲେ । ଏହି ଆଇନ କାର୍ଯ୍ୟକାରିତାରେ ରାଜ୍ୟ ସରକାର ଆଜି ସଫଳତା ହାସଲ କରି କେନ୍ଦ୍ର ସରକାରଙ୍କଠାରୁ ସାବାସି ପାଇଛନ୍ତି ।

ଓଡ଼ିଶାର ଏହି ସଫଳତା ପଛରେ ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦୂରଦୃଷ୍ଟିସମ୍ପନ୍ନ ନେତୃତ୍ୱ ରହିଛି ବୋଲି ଖାଦ୍ୟ ଯୋଗାଣ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ କହିଛନ୍ତି । ବିଭାଗୀୟ କର୍ମଚାରୀଙ୍କ ଅଦମ୍ୟ ପରିଶ୍ରମ ଏବଂ ନିରନ୍ତର ପ୍ରଚେଷ୍ଟାକୁ ମଧ୍ୟ ସେ ପ୍ରଶଂସା କରିଛନ୍ତି ।

ଏକ ପ୍ରେସ୍ ବିବୃତିରେ ମନ୍ତ୍ରୀ ଶ୍ରୀ ନାୟକ କହିଛନ୍ତି,  ଡିସେମ୍ବର ୨୦୧୫ ଠାରୁ, ଜାତୀୟ ଖାଦ୍ୟ ସୁରକ୍ଷା ଆଇନ କାର୍ଯ୍ୟକାରୀ ହେବା ପରେ, ରାଜ୍ୟରେ ଖାଦ୍ୟ ସୁରକ୍ଷା ଏବଂ ବଣ୍ଟନ ପ୍ରଣାଳୀରେ, ଏକ ଆମୁଳଚୁଳ ରୂପାନ୍ତରଣ କରାଯାଇଥିଲା ଓ ଖାଦ୍ୟ ସୁରକ୍ଷା ଆଇନରେ ଅନ୍ତର୍ଭୁକ୍ତ ସମସ୍ତ ହିତାଧିକାରୀଙ୍କ ତଥ୍ୟଗୁଡିକୁ ଡିଜିଟାଇଜ କରି ୩.୨୫ କୋଟି ର ଏକ ବିଶାଳ ଡାଟାବେସ ତିଆରି କରାଯାଇଛି ଯାହା ଜନସାଧାରଣଙ୍କ ଅବଗତି ନିମନ୍ତେ ୱେବପୋର୍ଟାଲରେ ଉପଲବ୍ଧ କରାଯାଇଛି ।

ନୂତନ ଯୋଗ୍ୟ ହିତାଧିକାରୀଙ୍କୁ ଖାଦ୍ୟ ସୁରକ୍ଷା ଯୋଜନାରେ ଅନ୍ତର୍ଭୁକ୍ତ କରିବା ତଥା ତଥ୍ୟ ଗୁଡିକୁ ସଂଶୋଧନ କରିବା ନିମନ୍ତେ, ୩୧୪ ଗୋଟି ବ୍ଲକ ଓ ୬୪ ଗୋଟି ପୌର କାର‌୍ୟ୍ୟାଳୟ ଗୁଡିକରେ, ସମୁଦାୟ ୩୭୮ ଗୋଟି ରାସନ କାର୍ଡ ପରିଚାଳନା କେନ୍ଦ୍ର ଗୁଡିକ ଖୋଲାଯାଇଛି । ରାଜ୍ୟର ସମସ୍ତ ୧୫୨ ଗୋଟି ଖାଦ୍ୟଶସ୍ୟ ଗୋଦାମ ଗୃହ ଗୁଡିକର କମ୍ପ୍ୟୁଟିକରଣ କରାଯାଇଛି ଓ ଏହି ୧୫୨ ଗୋଟି ଖାଦ୍ୟଶସ୍ୟ ଗୋଦାମ ଗୃହ ଗୁଡିକରୁ. ୧୨୧୩୩ ଗୋଟି ସରକାରୀ ସୁଲଭ ମୂଲ୍ୟ ଦୋକାନ ଗୁଡିକୁ ସିଧାସଳଖ ମାସିକ ୧.୮୭ ଲକ୍ଷ ମେଟ୍ରିକଟନ ଖାଦ୍ୟସାମଗ୍ରୀ, ସରକାରୀ ଖର୍ଚ୍ଚରେ ପରିବହନ କରି ପହଞ୍ଚାଇଦିଆଯାଉଛି। ସମସ୍ତ ୧୨୧୩୩ ଗୋଟି ସରକାରୀ ସୁଲଭ ମୂଲ୍ୟ ଦୋକାନ ଗୁଡିକୁରେ, ସ୍ୱୟଂଚାଳିତ ଇ-ପସ ମେସିନ ଜରିଆରେ, ହିତାଧିକାରୀଙ୍କୁ ରାସନ ସାମଗ୍ରୀ ବଣ୍ଟନ କରାଯାଉଛି ।

ଗୋଟିଏ ଦେଶ ଗୋଟିଏ ରେସନ କାର୍ଡ ଯୋଜନା ରାଜ୍ୟରେ ୨୦୨୧ ମସିହା ଜୁଲାଇ ମାସଠାରୁ ଲାଗୁ ହୋଇଛି। ଏହି ଯୋଜନା ମାଧ୍ୟମରେ ଜାତୀୟ ଖାଦ୍ୟ ସୁରକ୍ଷା ଆଇନ ଅନୁସାରେ ଜଣେ ହିତାଧିକାରୀ ଦେଶର ଯେକୌଣସି ସୁଲଭମୂଲ୍ୟ ଦୋକାନରୁ ନିଜ ରାସନ ସାମଗ୍ରୀ ଉଠାଣ କରିପାରିବ। ଏହି ଯୋଜନା ମାଧ୍ୟମରେ ରାଜ୍ୟରେ ୧୦,୫୭୮ ଗୋଟି ସୁଲଭ ମୂଲ୍ୟ ଦୋକାନ ଜରିଆରେ ୧,୧୦,୦୦୦ ପରିବାର ଉପକୃତ ହେଉଛନ୍ତି। ସେହିପରି, ୫୩୩ ଆନ୍ତଃରାଜ୍ୟ ହିତାଧିକାରୀମାନେ ଏହି ଯୋଜନାରେ ଉପକୃତ ହେଉଛନ୍ତି।

ଓଡିଶାର ମାଲକାନଗିରି ଜିଲ୍ଲାରେ ୨୦୨୧ ମସିହା ଜୁଲାଇ ମାସ ଠାରୁ ହିତାଧିକାରୀଙ୍କୁ ସାଧାରଣ ବଣ୍ଟନ ବ୍ୟବସ୍ଥାରେ ଭିଟାମିନଯୁକ୍ତ ଚାଉଳ ଯୋଗାଣ ଯୋଜନା ଲାଗୁ କରାଯାଇଛି। ଏହି କ୍ରମରେ ୧.୨୯ ଲକ୍ଷ ପରିବାରର ୪.୬୬ ଲକ୍ଷ ହିତାଧିକାରୀଙ୍କୁ ୩,୧୩୮ ମେଟ୍ରିକ ଟନ ପୃଷ୍ଟିକର ଚାଉଳ ପ୍ରତିମାସ ଯୋଗାଇ ଦିଆଯାଉଛି। ଏହାଛଡା, ସ୍କୁଲ ଓ ଗଣଶିକ୍ଷା ବିଭାଗ ଅଧୀନରେ, ସ୍କୁଲ ଯାଉଥିବା ପିଲାମାନଙ୍କ ମଧ୍ୟାହ୍ନ ଭୋଜନ (PM-POSHAN) ନିମନ୍ତେ ଓ ମହିଳା ଓ ଶିଶୁ କଲ୍ୟାଣ ବିଭାଗ ଅଧୀନରେ, ଅତିରିକ୍ତ ପୃଷ୍ଟି ଯୋଜନା (Supplementary Nutrition Programme)) ନିମନ୍ତେ ମଧ୍ୟ ଭିଟାମିନଯୁକ୍ତ ଚାଉଳ ଯୋଗାଇଦିଆଯାଉଛି ।

Previous Post

୫୫ ଟି ନୂତନ ବାତ୍ୟା ଓ ବନ୍ୟା ଆଶ୍ରୟ ସ୍ଥଳ ନିର୍ମାଣ ପାଇଁ ୨୯.୩୬ କୋଟି ମଞ୍ଜୁର

Next Post

ନବୀନଙ୍କ ମାଷ୍ଟର ଷ୍ଟ୍ରୋକ୍.. ବିଜେପି କାମ ବିଜେଡ଼ି କଲା !

Next Post
ନବୀନଙ୍କ ମାଷ୍ଟର ଷ୍ଟ୍ରୋକ୍.. ବିଜେପି କାମ ବିଜେଡ଼ି କଲା !

ନବୀନଙ୍କ ମାଷ୍ଟର ଷ୍ଟ୍ରୋକ୍.. ବିଜେପି କାମ ବିଜେଡ଼ି କଲା !

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA