Tuesday, June 23, 2026 04:10 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ବୟସ୍କ,ଗର୍ଭବତୀଙ୍କୁ ଆଗ ମିଳିବ ଟୀକା

ବର୍ତ୍ତମାନ ପରିସ୍ଥିତିରେ ମାସ୍କ ହିଁ ଫଳପ୍ରଦ ପ୍ରତିରୋଧକ: ମୁଖ୍ୟମନ୍ତ୍ରୀ

by Our Correspondent
18 Nov, 2020- 11:57 PM
in Health, Latest News, News
1 min read
0
ବୟସ୍କ,ଗର୍ଭବତୀଙ୍କୁ ଆଗ ମିଳିବ ଟୀକା

ଭୁବନେଶ୍ବର: କରୋନାର ମୁକାବିଲା ପାଇଁ ବିଭିନ୍ନ ଟୀକାର ପରୀକ୍ଷା ନିରୀକ୍ଷା ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି ଏବଂ ଟୀକା ମିଳିବାର ଆଶା ଉଜ୍ଜଳ ହୋଇଛି । ଟୀକା ପ୍ରଦାନ ସମୟରେ ସ୍ବାସ୍ଥ୍ୟକର୍ମୀଙ୍କ ସମେତ ଗର୍ଭବତୀ ମହିଳା ଓ ୬୦ ବର୍ଷରୁ ଉର୍ଦ୍ଧ୍ବ ବୟସ୍କ ବ୍ୟକ୍ତିଙ୍କୁ ଟୀକା ପ୍ରଦାନରେ ପ୍ରାଥମିକତା ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କହିଛନ୍ତି ।

ଆଜି କୋଭିଡ ପରିଚାଳନା ସଂପର୍କରେ ସମୀକ୍ଷା ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଟୀକା ନେବା ପର୍ଯ୍ୟନ୍ତ ମାସ୍କ ହିଁ ହେଉଛି ସବୁଠାରୁ ଅଧିକ ଫଳପ୍ରଦ ପ୍ରତିରୋଧକ । ତେଣୁ ମାସ୍କ ବ୍ୟବହାର ସହିତ ସାମାଜିକ ଦୂରତା ଏବଂ ହାତ ଧୋଇବା ଆଦି ସୁରକ୍ଷା ବ୍ୟବସ୍ଥା ଜାରି ରଖିବା ପାଇଁ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କୁ ଅନୁରୋଧ କରିଥିଲେ ।

ଆମେରିକା ଓ ପଶ୍ଚିମ ଇଉରୋପୀୟ ଦେଶ ଏବଂ ଆମର ନୂଆଦିଲ୍ଲୀରେ ଯେଭଳି କୋଭିଡ ର ଦ୍ବିତୀୟ ପ୍ରବାହ ଆରମ୍ଭ ହୋଇଛି, ତାକୁ ଦୃଷ୍ଟିରେ ରଖି ଆମେ ସତର୍କତାକୁ ଜାରି ରଖିବା ଆବଶ୍ୟକ। ଗୋଟିଏ ମାସ ଭିତରେ ଆମେରିକାରେ ସଂକ୍ରମଣ ତିନି ଗୁଣ ବଢିବା ରୋଗର ଗୁରୁତର ଦିଗ ପ୍ରତି ସୂଚୀତ କରୁଛି । ତେଣୁ ଆମକୁ ଶୀତ ଋତୁ ପାଇଁ ସତର୍କ ରହିବା ସହିତ କୋଭିଡ ହସ୍‌ପିଟାଲର ICU ଗୁଡିକୁ ମଧ୍ୟ କାର୍ଯ୍ୟକ୍ଷମ ରଖାଯାଇଛି ବୋଲି କହିଥିଲେ ।

ଆମର ଆଗୁଆ ଯୋଜନା, ଭିତ୍ତିଭୂମି ସୃଷ୍ଟି, ଦକ୍ଷତା ଏବଂ ବିଭିନ୍ନ ସ୍ତରରେ ଯୋଜନାକୁ କାର୍ଯ୍ୟକାରୀ କରିବାରେ ଫଳପ୍ରଦ ତଦାରଖ ଜରିଆରେ ଆମେ ଯେପରି ସଂକ୍ରମଣକୁ ନିୟନ୍ତ୍ରଣ କରିପାରିଲେ, ଟୀକାକରଣ ପାଇଁ ମଧ୍ୟ ଏବେଠାରୁ ସେହି ଅନୁଭବକୁ ଉପଯୋଗ କରିବାର ଆବଶ୍ୟକତା ରହିଛି । ସେହିପରି ଲୋକଙ୍କ ଜୀବନ ଜୀବିକା ଯେପରି ବ୍ୟାହତ ନ ହୁଏ, ସେ ଦିଗ ପ୍ରତି ମଧ୍ୟ ସ୍ବତନ୍ତ୍ର ଧ୍ୟାନ ଦେବାକୁ ମୁଖ୍ୟମନ୍ତ୍ରୀ ପ୍ରଶାସନକୁ ପରାମର୍ଶ ଦେଇଥିଲେ ଏବଂ ଏହାର ନିୟମିତ ସମୀକ୍ଷା ପାଇଁ ମୁଖ୍ୟ ଶାସନ ସଚିବଙ୍କୁ ନିର୍ଦ୍ଦେଶ ଦେଇଥିଲେ।

ମୁଖ୍ୟ ଶାସନ ସଚିବ ଶ୍ରୀ ଅସିତ ତ୍ରିପାଠୀ ଶୀତ ଋତୁରେ ସଂକ୍ରମଣ ନିୟନ୍ତ୍ରଣ ପାଇଁ କରାଯାଇଥିବା ବ୍ୟବସ୍ଥା ଏବଂ ଜୀବନଜୀବିକା ସଂପର୍କରେ ନିଆଯାଇଥିବା ପଦକ୍ଷେପ ସଂପର୍କରେ ମୁଖ୍ୟମନ୍ତ୍ରୀ ଙ୍କ ବିସ୍ତୃତ ଭାବରେ ଅବଗତ କରାଇଥିଲେ। ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ପ୍ରଦୀପ କୁମାର ମହାପାତ୍ର ଶୃଙ୍ଖଳିତ ଟୀକାକରଣ ପାଇଁ ନିଆଯାଇଥିବା ପଦଷେପ ସଂପର୍କରେ ଉପସ୍ଥାପନା କରିଥିଲେ ।ରାଜ୍ୟରେ କରୋନା ସଂକ୍ରମଣରେ ଉଲ୍କେଖନୀୟ ହ୍ରାସ ଘଟୁଛି ବୋଲି ସୂଚନା ଦେଇଥିଲେ

ବୈଠକରେ ଅନ୍ୟ ମାନଙ୍କ ମଧ୍ୟରେ ଉନ୍ନୟନ କମିଶନର, ପୋଲିସ ମହାନିର୍ଦ୍ଦେଶକ, ସ୍ବତନ୍ତ୍ର ରିଲିଫ କମିଶନର, ମୁଖ୍ୟମନ୍ତ୍ରୀଙ୍କ ସଚିବ(୫-ଟି) ପ୍ରମୁଖ ଅଂଶଗ୍ରହଣ କରିଥିଲେ ।

Previous Post

ତଦନ୍ତ ସାମନାକୁ ଡରୁଛନ୍ତି ଜାଗୀ ମ୍ୟାଡାମ୍!

Next Post

ବୈଜୟନ୍ତ, ଜାଗୀଙ୍କ ଗିରଫ ରାସ୍ତା ସଫା

Next Post
ବୈଜୟନ୍ତ, ଜାଗୀଙ୍କ ଗିରଫ ରାସ୍ତା ସଫା

ବୈଜୟନ୍ତ, ଜାଗୀଙ୍କ ଗିରଫ ରାସ୍ତା ସଫା

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA