Saturday, August 22, 2026 05:05 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ଆରମ୍ଭ ହେଲା ‘ୱାନ୍ ନେସନ୍, ୱାନ ରେସନ୍’

ରାଜ୍ୟର ୧୦,୫୭୮ ସୁଲଭ ଦୋକାନରେ ମିଳିବ ସୁବିଧା

by Our Correspondent
29 Jul, 2021- 08:52 PM
in Latest News, News
1 min read
0
ଆରମ୍ଭ ହେଲା ‘ୱାନ୍ ନେସନ୍, ୱାନ ରେସନ୍’

ଭୁବନେଶ୍ୱର: ଆଜିଠାରୁ ଓଡ଼ିଶାର ସବୁ ଜିଲ୍ଲାରେ ‘ୱାନ୍ ନେସନ୍, ୱାନ ରେସନ୍’ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି । ଏଣିକି ରାଜ୍ୟ ବାହାରର ଲୋକ ଓଡ଼ିଶାରେ ଏବଂ ଓଡ଼ିଶାର ଲୋକ ରାଜ୍ୟ ବାହାରେ ତାଙ୍କ ପସନ୍ଦର ଦୋକାନରୁ ରେସନ୍ ପାଇପାରିବେ । ରାଜ୍ୟର ୧୦,୫୭୮ ସୁଲଭ ମୂଲ୍ୟ ଦୋକାନରେ ହିତାଧିକାରୀମାନେ ଏହି ସୁବିଧା ପାଇବେ । ଏଥିସହ ସାଧାରଣ ବଣ୍ଟନ ବ୍ୟବସ୍ଥାରେ ପାଇଲଟ୍ ପ୍ରକଳ୍ପ ଭାବରେ ମାଲକାନଗିରି ଜିଲ୍ଲାରେ ଭିଟାମିନଯୁକ୍ତ ଚାଉଳ ପ୍ରଦାନ କାର୍ଯ୍ୟକ୍ରମ ଆରମ୍ଭ କରାଯାଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଦୁଇଟି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି । ପୂର୍ବରୁ ଭୁବନେଶ୍ୱର ସହରରେ ପାଇଲଟ ପ୍ରୋଜେକ୍ଟ ଭାବରେ ‘ୱାନ ନେସନ, ୱାନ ରେସନ’ ଯୋଜନା କାର୍ଯ୍ୟକାରୀ ହୋଇଛି । 

ସ୍ୱାଭିମାନର ସହ ବଞ୍ଚିବା ସମସ୍ତଙ୍କର ଅଧିକାର ଓ ଗରିବ ଲୋକଙ୍କୁ ଏହି ଅଧିକାରରୁ କେହି ବଞ୍ଚିତ କରିପାରିବ ନାହିଁ । ଆମର ବିଭିନ୍ନ କାର୍ଯ୍ୟକ୍ରମ ଜରିଆରେ ଏହି ଅଧିକାରକୁ ଆମେ ସବୁବେଳେ ସମ୍ମାନ ଜଣାଇଆସିଛୁ । ଗରିବ ଲୋକଙ୍କ କଲ୍ୟାଣ ପାଇଁ ଆମର ଉଦ୍ୟମ ଜାରି ରହିବ । ଜଣେ ବି ଗରିବ ଲୋକ ଯେପରି ଖାଦ୍ୟ ସୁରକ୍ଷାରୁ ବଞ୍ଚିତ ନ ହୁଏ, ତାହା ଆମର ଲକ୍ଷ୍ୟ । : ମୁଖ୍ୟମନ୍ତ୍ରୀ

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଖାଦ୍ୟ ସୁରକ୍ଷା ରାଜ୍ୟ ସରକାରଙ୍କ ସବୁଠାରୁ ବଡ କଲ୍ୟାଣ କାର୍ଯ୍ୟକ୍ରମ। ଏହି କାର୍ଯ୍ୟକ୍ରମ ଜରିଆରେ ରାଜ୍ୟର ୯୩ ଲକ୍ଷ ପରିବାର ଓ ସାଢେ ୩ କୋଟି ଲୋକ ଉପକାର ପାଉଛନ୍ତି। ୨୦୦୮ରେ ଆପଣଙ୍କ ରାଜ୍ୟ ସରକାର କେଜି ୨ ଟଙ୍କାରେ ଓ ୨୦୧୩ରୁ କେଜି ୧ ଟଙ୍କାରେ ଚାଉଳ ଯୋଗାଇ ଆସୁଛି । କେଜି ୧ ଟଙ୍କାରେ ଚାଉଳ ମିଳିବା ଦ୍ୱାରା ଗରିବ ଲୋକଙ୍କର ଖାଦ୍ୟ ନିରାପତ୍ତା ମଜବୁତ ହୋଇଛି । ଖାଦ୍ୟ ନିରାପତ୍ତା ସହିତ ରାଜ୍ୟ ସରକାର ମାଗଣାରେ ପିଲାମାନଙ୍କ ପାଇଁ ଶିକ୍ଷା ବ୍ୟବସ୍ଥା କରିଛନ୍ତି। ଜୋତା ଠାରୁ ଆରମ୍ଭ କରି ପୋଷାକ, ବହି, ସାଇକେଲ – ସବୁ ସରକାର ଯୋଗାଇ ଦେଉଛନ୍ତି। ସ୍ୱାସ୍ଥ୍ୟ ସୁବିଧା ପାଇଁ ସବୁ ସରକାରୀ ଡାକ୍ତରଖାନାରେ ସମସ୍ତଙ୍କ ପାଇଁ ମାଗଣାରେ ଚିକିତ୍ସା ଯୋଗାଇ ଦିଆଯାଉଛି । ତା ସହିତ ଗରିବ ଲୋକଙ୍କ ପାଇଁ ବିଭିନ୍ନ ରୋଜଗାର ଯୋଜନା ମଧ୍ୟ କାର୍ଯ୍ୟକାରୀ କରାଯାଉଛି । ମିଶନ ଶକ୍ତି କାର୍ଯ୍ୟକ୍ରମ ମଧ୍ୟ ଗରିବ ପରିବାରର ମା ମାନଙ୍କୁ ରୋଜଗାର ଦେଇଛି । ଚାଷଙ୍କ ପାଇଁ କାଳିଆ ଯୋଜନା ସାରା ଦେଶରେ ଆଦର ଲାଭ କରିଛି ।

କୋଭିଡ ମହାମାରୀ ସମୟରେ ଗରିବ ଲୋକଙ୍କ ପାଇଁ ରାଜ୍ୟ ସରକାରଙ୍କ ପଦକ୍ଷେପ ସଂପର୍କରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ କୋଭିଡ ମହାମାରୀ, ବହୁ ଲୋକ ବିଶେଷକରି, ଗରିବ ଲୋକଙ୍କର ରୋଜଗାର ଉପରେ ଗଭୀର ପ୍ରଭାବ ପକାଇଛି। ତେଣୁ ଗରିବ ଲୋକଙ୍କ ରୋଜଗାର ପାଇଁ – ଚାଷୀ, ମହିଳା, ଶ୍ରମିକ ମାନଙ୍କ ପାଇଁ – ରାଜ୍ୟ ସରକାର ୨୦୦୦ କୋଟି ଟଙ୍କାର ସହାୟତା ଦେଇଛନ୍ତି। ଆମର ଏହିସବୁ କାର୍ଯ୍ୟକ୍ରମ ଗରିବ ଲୋକର ସାମାଜିକ ସ୍ଥିତିରେ ଉନ୍ନତି ଆଣିଛି ।

ଏହି କାର୍ଯ୍ୟକ୍ରମରେ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ, ତୁଷାରକାନ୍ତି ବେହେରା, ବିକ୍ରମ କେଶରୀ ଆରୁଖ, ଅଶୋକ ପଣ୍ଡା, ଚିତ୍ରକୋଣ୍ଡା ବିଧାୟକ ପୂର୍ଣ୍ଣଚନ୍ଦ୍ର ବାକ, ବ୍ରହ୍ମପୁର ବିଧାୟକ ଶ୍ରୀ ବିକ୍ରମ କୁମାର ପଣ୍ଡା ଏବଂ ଭୁବନେଶ୍ବର କେନ୍ଦ୍ର ବିଧାୟକ ଅନନ୍ତ ନାରାୟଣ ଜେନା ପ୍ରମୁଖ ଯୋଗଦେଇଥିଲେ ।

ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି)  ଭି.କେ.ପାଣ୍ଡିଆନ କାର୍ଯ୍ୟକ୍ରମ ସଂଚାଳନ କରିଥିଲେ ।

ଖାଦ୍ୟ ଯୋଗାଣ ଓ ଖାଉଟୀ କଲ୍ୟାଣ ବିଭାଗ ପ୍ରମୁଖ ସଚିବ ଶ୍ରୀ ଭି.ଭି ଯାଦବ ସ୍ୱାଗତ ଭାଷଣ ଦେଇଥିଲେ ଏବଂ ବିଭାଗର ଅତିରିକ୍ତ ସଚିବ ଧନ୍ୟବାଦ ଅର୍ପଣ କରିଥିଲେ ।

ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର, ଉନ୍ନୟନ କମିଶନର ପ୍ରଦୀପ ଜେନା, ସ୍ୱାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ ମହାପାତ୍ର, କୃଷି ଉତ୍ପାଦନ କମିଶନର  ଆର୍‌. କେ. ଶର୍ମା ଏବଂ ବିଭିନ୍ନ ବିଭାଗର ପ୍ରମୁଖ ସଚିବ ଓ ସଚିବମାନେ ଉପସ୍ଥିତ ଥିଲେ ।

Previous Post

ସତ୍ୟ ନାରାୟଣ ପ୍ରଧାନ ଏନସିବି ଡିଜି

Next Post

୬୩,୩୦୩ ପ୍ରାଥମିକ ଶିକ୍ଷକ ପାଇବେ ପଦୋନ୍ନତି

Next Post
୬୩,୩୦୩ ପ୍ରାଥମିକ ଶିକ୍ଷକ ପାଇବେ ପଦୋନ୍ନତି

୬୩,୩୦୩ ପ୍ରାଥମିକ ଶିକ୍ଷକ ପାଇବେ ପଦୋନ୍ନତି

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA