Wednesday, April 22, 2026 03:01 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ଓୟୁଟିଆର ର ହେବ ନବକଳେବର

୩ ବର୍ଷରେ ଖର୍ଚ୍ଚ ହେବ ୧୫୦୦ କୋଟି

by Our Correspondent
10 May, 2022- 02:56 PM
in Latest News, News
1 min read
0
ଓୟୁଟିଆର ର ହେବ ନବକଳେବର

ଭୁବନେଶ୍ୱର: ଓଡ଼ିଶା ବୈଷୟିକ ଶିକ୍ଷା ଓ ଗବେଷଣା ବିଶ୍ୱବିଦ୍ୟାଳୟ(OUTR) ର ନବକଳେବର ହେବ । ଭତ୍ତିଭୂମିଠାରୁ ଆରମ୍ଭ କରି ମାନବ ସମ୍ବଳର ବିକାଶ ଜରିଆରେ ଏହି ଅନୁଷ୍ଠାନର ରୂପାନ୍ତର ହେବ ।  ତିନି ବର୍ଷରେ ତିନୋଟି ପର୍ଯ୍ୟାୟରେ ଖର୍ଚ୍ଚ ହେବ ୧୫୦୦ କୋଟି ଟଙ୍କା। କେବଳ ପ୍ରଥମ ବର୍ଷରେ ବିନିଯୋଗ ହେବ ୧୦୦୦ କୋଟି ଟଙ୍କା । IIM, IIT ଓ NIT ପରି ଖ୍ୟାତିସମ୍ପନ୍ନ ବୈଷୟିକ ଅନୁଷ୍ଠାନ ପରି ଏହାର ବିକାଶ କରାଯାଇପାରିବ । ଆଜି OUTR ର ବିକାଶ ସଂପର୍କିତ master plan କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି । ବର୍ତ୍ତମାନ OUTRରେ ୪୬୦୦ ଛାତ୍ରଛାତ୍ରୀ ପଢୁଥିବା ବେଳେ ଆଗାମୀ ୫ ବର୍ଷରେ ଯେପରି ୧୦ ହଜାର ଛାତ୍ରଛାତ୍ରୀ ପଢିବାର ସୁଯୋଗ ପାଇବେ, ତାକୁ ଦୃଷ୍ଟିରେ ରଖି ଏହାକୁ IIT ଢାଞ୍ଚାରେ ବିକାଶ କରାଯିବ ।

ମୁଖ୍ୟମନ୍ତ୍ରୀ OUTRର ଭିତ୍ତିଭୂମି, ପରିଚାଳନା, ଶିକ୍ଷାଦାନ ଆଦି ସଂପର୍କରେ ସମୀକ୍ଷା କରିଥିଲେ । ଏହି ବିଶ୍ୱବିଦ୍ୟାଳୟକୁ ବୈଷୟିକ ଶିକ୍ଷା ଓ ଗବେଷଣା କ୍ଷେତ୍ରରେ ଏକ ଅଗ୍ରଣୀ ଶିକ୍ଷାନୁଷ୍ଠାନ ଭାବରେ ଗଢି ତୋଳିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ । 

-ଉଚ୍ଚମାନର ଶିକ୍ଷାଦାନ ଉପରେ ଗୁରୁତ୍ୱ ସହ new age technology ପାଇଁ ନୂଆ ନୂଆ ପାଠ୍ୟକ୍ରମ ଖୋଲାଯାଇ ମାନବ ସମ୍ବଳର ବିକାଶ ତଥା ଆନ୍ତଃ ବିଭାଗୀୟ ଗବେଷଣା କାର୍ଯ୍ୟକ୍ରମକୁ ଉତ୍ସାହିତ କରିବା ପାଇଁ ଅଧିକ Centre of Excellence ପ୍ରତିଷ୍ଠା କରାଯିବ ।

-ଶିକ୍ଷାଦାନ ଓ ଗବେଷଣା ପାଇଁ ଦେଶ ବିଦେଶର ବିଶ୍ୱବିଦ୍ୟାଳୟ ସହ ସହଭାଗିତାରେ କାର୍ଯ୍ୟ କରାଯିବ ।

-ପ୍ରଯୁକ୍ତି ବିଦ୍ୟା ଶିକ୍ଷାର୍ଥୀ ମାନଙ୍କ ମଧ୍ୟରେ Startup cultureକୁ ଉତ୍ସାହିତ କରିବା ଏବଂ ସେମାନଙ୍କ ଭିତରେ ଉଦ୍ୟୋଗୀ ମନୋଭାବର ବିକାଶ ପାଇଁ ବିଭିନ୍ନ ଅଗ୍ରଣୀ ଶିଳ୍ପାନୁଷ୍ଠାନ ସହଯୋଗରେ Incubation Centreର ବିକାଶ କରାଯିବ।

-ବିଶ୍ୱବିଦ୍ୟାଳୟ ମଧ୍ୟରେ ଗବେଷଣା ସହିତ ଯେପରି ନୂଆ ନୂଆ patent ଓ ବୌଦ୍ଧିକ ସମ୍ପତ୍ତି ଅଧିକାର ହାସଲ କରାଯାଇପାରିବ ସେଥିପାଇଁ ସ୍ୱତନ୍ତ୍ର ଧ୍ୟାନ ଦିଆଯିବ।

ସୂଚନାଯୋଗ୍ୟ, ଏହି ବିଶ୍ୱବିଦ୍ୟାଳୟ ୧୯୮୧ ମସିହାରେ ଓଡିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ ଅଧିନରେ College of Engineering & Technology ବା CET ନାମରେ ପ୍ରତିଷ୍ଠିତ ହୋଇଥିଲା। ୨୦୦୧ ମସିହାରେ ଏହା ଭୁବନେଶ୍ୱରର ଘାଟିକିଆ ଠାରେ ଥିବା ୧୦୦ ଏକର ବିଶିଷ୍ଟ ନିଜସ୍ୱ କ୍ୟମ୍ପସ୍‌କୁ ସ୍ଥାନାନ୍ତରିତ ହୋଇଥିଲା। ଏହା ହେଉଛି ଓଡିଶାର ଏକମାତ୍ର ଅନୁଷ୍ଠାନ ଯାହାକି NAAC A Grade ମାନ୍ୟତା ହାସଲ କରିପାରିଛି। ୨୦୨୧ରେ ଏହା ଏକ ବିଶ୍ୱବିଦ୍ୟାଳୟର ମାନ୍ୟତା ପାଇଥିଲା ଏବଂ ଓଡିଶା ବୈଷୟିକ ଶିକ୍ଷା ତଥା ଗବେଷଣା ବିଶ୍ୱବିଦ୍ୟାଳୟ ଭାବରେ ନାମିତ ହୋଇଥିଲା । ନିକଟରେ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି)  ଭି.କେ. ପାଣ୍ଡିଆନ, OUTR (CET) ପରିଦର୍ଶନ କରି ଅଧ୍ୟାପକ ତଥା ଛାତ୍ରଛାତ୍ରୀ ମାନଙ୍କ ସହିତ ଅନୁଷ୍ଠାନର ବିକାଶ ସଂପର୍କରେ ଆଲୋଚନା କରିଥିଲେ ।

ଆଜିର କାର୍ଯ୍ୟକ୍ରମକୁ ମୁଖ୍ୟମନ୍ତ୍ରୀଙ୍କ ସଚିବ ଶ୍ରୀ ପାଣ୍ଡିଆନ୍ ସଂଯୋଜନା କରିଥିଲେ । ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗର ପ୍ରମୁଖ ସଚିବ  ହେମନ୍ତ ଶର୍ମା, OUTRର ରୂପାନ୍ତର ସଂପର୍କିତ ଏକ ଉପସ୍ଥାପନା ରଖିଥିଲେ।

ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ଉନ୍ନୟନ କମିଶନର ପି.କେ. ଜେନା, ଅର୍ଥ ବିଭାଗର ପ୍ରମୁଖ ସଚିବ ବିଶାଳ ଦେବ ଓ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।

Previous Post

କିଶୋର ପଟେଲ କଂଗ୍ରେସ ପ୍ରାର୍ଥୀ

Next Post

ରାଜ୍ୟସଭା ନିର୍ବାଚନ ତାରିଖ ଘୋଷଣା

Next Post
ରାଜ୍ୟସଭା ନିର୍ବାଚନ ତାରିଖ ଘୋଷଣା

ରାଜ୍ୟସଭା ନିର୍ବାଚନ ତାରିଖ ଘୋଷଣା

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19181 shares
    Share 7672 Tweet 4795
  • ନବୀନ..ନବୀନ, ମୋହନ..ମୋହନ

    16601 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5815 shares
    Share 2326 Tweet 1454
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5485 shares
    Share 2194 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA