Tuesday, June 30, 2026 08:46 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

୩୦ଟି ଯାକ ଜିଲ୍ଲାରେ ଅକ୍ସିଜେନ୍ ପ୍ଲାଣ୍ଟ କାମ ଆରମ୍ଭ

ଆଗାମୀ ୨ ମାସରେ ସବୁ ପ୍ଲାଣ୍ଟରୁ ମିଳିବ ସେବା

by Our Correspondent
25 Jun, 2021- 07:58 PM
in Latest News, News
1 min read
0
୩୦ଟି ଯାକ ଜିଲ୍ଲାରେ ଅକ୍ସିଜେନ୍ ପ୍ଲାଣ୍ଟ କାମ ଆରମ୍ଭ

ଭୁବନେଶ୍ୱର: ତୃତୀୟ ପର୍ଯ୍ୟାୟରେ ରାଜ୍ୟର ଅବଶିଷ୍ଟ ୭ଟି ଜିଲ୍ଲାରେ ତରଳ ମେଡିକାଲ୍ ଅକ୍ସିଜେନ୍ (Liquid Medical Oxygen) ଏବଂ ପିଏସଏ ପ୍ଲାଣ୍ଟ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ ହୋଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡ଼ଇଓ କନଫରେନ୍ସିଂ ଜରିଆରେ ଏହାର ଭିତ୍ତିପ୍ରସ୍ତର ରଖିଛନ୍ତି । ଏଥିସହ ରାଜ୍ୟର ୩୦ଟି ଯାକ ଜିଲ୍ଲାରେ ଅକ୍ସିଜେନ୍ ପ୍ଲାଣ୍ଟ ପାଇଁ କାମ ଆରମ୍ଭ ହୋଇଛି । ଆଗାମୀ ଦୁଇ ମାସ ମଧ୍ୟରେ ଏହି ସବୁ ପ୍ଲାଣ୍ଟରୁ ସେବା ଯୋଗାଇ ଦିଆଯାଇପାରିବ ବୋଲି କୁହାଯାଇଛି ।

ଆଜି ଭିତ୍ତିପ୍ରସ୍ତର ଦିଆଯାଇଥିବା ଜିଲ୍ଲାଗୁଡିକ ହେଲା – ଅନୁଗୁଳ, ବୌଦ୍ଧ, ଦେବଗଡ, ଢେଙ୍କାନାଳ, ଗଜପତି, ଭବାନୀପାଟଣା ଓ ନୂଆପଡା । ପ୍ରତ୍ୟେକ ସଂରକ୍ଷଣ ବ୍ୟବସ୍ଥାରେ ୬ କିଲୋଲିଟର ତରଳ ଅକ୍ସିଜେନ୍ ସଂରକ୍ଷଣ ଓ ବଣ୍ଟନ କରାଯାଇପାରିବ । ଏହାସହିତ ମୁଖ୍ୟମନ୍ତ୍ରୀ ଆଠମଲ୍ଲିକ ଉପଖଣ୍ଡ ହସ୍‌ପିଟାଲରେ ଅକ୍ସିଜେନ୍ ପାଇପ ସଂଯୁକ୍ତ କୋଭିଡ ୱାର୍ଡ; ପାଲଲହଡା ଉପଖଣ୍ଡ ହସ୍‌ପିଟାଲ, ମାଧପୁର ଓ କିଶୋରନଗରର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଏବଂ ଠାକୁରମୁଣ୍ଡା ଓ ବଇଣ୍ଡାର ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଅକ୍‌ସିଜେନ ପାଇପ ସଂଯୁକ୍ତ ଆଇସୋଲେସନ୍‌ ୱାର୍ଡ, ଓ ତା ସହିତ ଦେବଗଡ ରାଜମୁଣ୍ଡାସ୍ଥିତ ନୂତନ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଟୀକା ଭଣ୍ଡାର ଗୃହର ଉଦ୍‌ଘାଟନ କରିଛନ୍ତି ।

ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ମହାମାରୀ ସମୟରେ ରାଜ୍ୟ ସରକାରଙ୍କ ପାଇଁ ଲୋକଙ୍କ ସ୍ବାସ୍ଥ୍ୟ ସୁରକ୍ଷା ହେଉଛି ସର୍ବାଧିକ ପ୍ରାଥମିକତା । ଜଣେ ବି କୋଭିଡ ରୋଗୀ ଯେପରି ସ୍ବାସ୍ଥ୍ୟସେବାରୁ ବଞ୍ଚିତ ନ ହୁଅନ୍ତି, ସେ ଦିଗରେ ଆମେ କାମ କରୁଛୁ।  କରୋନାର ପ୍ରଥମ ଓ ଦ୍ବିତୀୟ ଲହରରୁ ଆମେ ଯେଉଁ ଅଭିଜ୍ଞତା ପାଇଛୁ, ତୃତୀୟ ଲହରର ମୁକାବିଲାରେ ତାହା ଆମ ପାଇଁ ନିଶ୍ଚୟ ସହାୟକ ହେବ। ଏହାସହିତ ଭିତ୍ତିଭୂମି କ୍ଷେତ୍ରରେ ଯେଉଁ କାମ ହେଉଛି, ତାହାଦ୍ବାରା କୋଭିଡ ବିରୁଦ୍ଧରେ ଆମର ଲଢେଇ ଆହୁରି ମଜବୁତ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ଏହି କାର୍ଯ୍ୟକ୍ରମରେ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ, ଉପବାଚସ୍ପତି ରଜନୀକାନ୍ତ ସିଂହ, ମହିଳା ଓ ଶିଶୁବିକାଶ ମନ୍ତ୍ରୀ ଶ୍ରୀମତୀ ଟୁକୁନି ସାହୁ, ଶକ୍ତି ମନ୍ତ୍ରୀ ଦିବ୍ୟଶଂକର ମିଶ୍ର, ଢେଙ୍କାନାଳ ସାଂସଦ ମହେଶ ସାହୁ, ବ୍ରହ୍ମପୁର ସାଂସଦ ଚନ୍ଦ୍ରଶେଖର ସାହୁ, ବୌଦ୍ଧ ବିଧାୟକ ପ୍ରଦୀପ ଅମାତ, ନୂଆପଡା ବିଧାୟକ ରାଜେନ୍ଦ୍ର ଢୋଲକିଆ ପ୍ରମୁଖ ରାଜ୍ୟରେ କୋଭିଡ ଯୁଦ୍ଧରେ ଓଡିଶାର ଉତ୍ତମ ପ୍ରଦର୍ଶନ ଓ ସ୍ବାସ୍ଥ୍ୟ ଭିତ୍ତିଭୂମିରେ ଉନ୍ନତି ପାଇଁ ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟି ଓ ଦକ୍ଷ ନେତୃତ୍ବର ଉଚ୍ଚପ୍ରଶଂସା କରିଥିଲେ । ଏହି କାର୍ଯ୍ୟକ୍ରମରେ ବିଭିନ୍ନ ଜିଲ୍ଲାରେ ସାଂସଦ ଓ ବିଧାୟକମାନେ ଉପସ୍ଥିତ ଥିଲେ ।

ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ସଂଚାଳନ କରିଥିଲେ ।

ଏହି କାର୍ଯ୍ୟକ୍ରମରେ ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ପି.କେ. ମହାପାତ୍ର ସ୍ବାଗତ ଭାଷଣ ଦେଇଥିଲେ। ରାଜ୍ୟ ଔଷଧ ନିଗମର ପରିଚାଳନା ନିର୍ଦ୍ଦେଶକ ଶ୍ରୀମତୀ ଯାମିନୀ ଷଡଙ୍ଗୀ ଧନ୍ୟବାଦ ଅର୍ପଣ କରିଥିଲେ। ମୁଖ୍ୟଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର, ପୂର୍ତ୍ତ ବିଭାଗ ସଚିବ ଡ. କ୍ରିଷନ୍ କୁମାର ଓ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।

Previous Post

ମାଟ୍ରିକ୍‍ ପାସ୍ କଲେ ଦାନ ମାଝୀଙ୍କ ଝିଅ

Next Post

୩୦ ଜିଲ୍ଲା ପାଇଁ ୬ ବରିଷ୍ଠ ପର୍ଯ୍ୟବେକ୍ଷକ, ୨୬ ପର୍ଯ୍ୟବେକ୍ଷକ

Next Post
୩୦ ଜିଲ୍ଲା ପାଇଁ ୬ ବରିଷ୍ଠ ପର୍ଯ୍ୟବେକ୍ଷକ, ୨୬ ପର୍ଯ୍ୟବେକ୍ଷକ

୩୦ ଜିଲ୍ଲା ପାଇଁ ୬ ବରିଷ୍ଠ ପର୍ଯ୍ୟବେକ୍ଷକ, ୨୬ ପର୍ଯ୍ୟବେକ୍ଷକ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA