Wednesday, April 29, 2026 10:58 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home News

ଓଡ଼ିଶାର ସଂସ୍କୃତି ଓ ପରମ୍ପରାକୁ ବାନ୍ଧି ରଖିବାର ମାଧ୍ୟମ ହେଉଛି ‘ପଖାଳ’

by Our Correspondent
09 Apr, 2025- 09:30 PM
in News
1 min read
0
ଓଡ଼ିଶାର ସଂସ୍କୃତି ଓ ପରମ୍ପରାକୁ ବାନ୍ଧି ରଖିବାର ମାଧ୍ୟମ ହେଉଛି ‘ପଖାଳ’

ଭୁବନେଶ୍ୱର: ପଖାଳ ସବୁ ଓଡ଼ିଆଙ୍କର ପ୍ରିୟ ଖାଦ୍ୟ । ଓଡ଼ିଶାର ଘରେ ଘରେ ଏହି ପାରମ୍ପରିକ ଖାଦ୍ୟ ବେଶ ଆଦୃତ ବୋଲି କହିଛନ୍ତି ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ଉପସଭାପତି ଶ୍ରୀମତୀ ଶାଶ୍ୱତୀ ଦାସ । ପଖାଳର ପ୍ରଚାର ଓ ପ୍ରସାର କରିବା ଉଦେ୍ଦଶ୍ୟରେ ସୋଆ ପରିଚାଳିତ ସ୍କୁଲ୍ ଅଫ୍ ହୋଟେଲ୍ ମ୍ୟାନେଜମେଂଟ (ଏସ୍ଏଚ୍ଏମ୍ ) ପକ୍ଷରୁ ବୁଧବାର ଆରମ୍ଭ ହୋଇଥିବା ପଖାଳ ଉତ୍ସବକୁ ଉଦ୍ଘାଟନ କରି କହିଛନ୍ତି । ଓଡ଼ିଶାର ଜନଜାତି ସଂପ୍ରଦାୟର ଇତିହାସ, ଜୀବନଶୈଳୀ, ପରମ୍ପରା ଓ ସଂସ୍କୃତିକୁ ବାନ୍ଧି ରଖିବାର ପ୍ରୟାସ ଏହି ପଖାଳ ଉତ୍ସବର ଉଦ୍ଦେଶ୍ୟ ବୋଲି ସେ କହିଛନ୍ତି ।

ସବୁ ବର୍ଷ ପରି ଚଳିତ ବର୍ଷ ମଧ୍ୟ ଏସ୍ଏଚ୍ଏମ୍ ପକ୍ଷରୁ ଏପ୍ରିଲ୍ ୯ ରୁ ୧୩ ତାରିଖ ପର୍ଯ୍ୟନ୍ତ ‘ପଖାଳ ଉତ୍ସବ’ର ଆୟୋଜନ କରାଯାଇଛି । ୫ ଦିନ ବ୍ୟାପି ଚାଲିବାକୁ ଥିବା ଏହି ଉତ୍ସବରେ ପଖାଳ ସାଙ୍ଗକୁ ବିଭିନ୍ନ କିସମର ବ୍ୟଞ୍ଜନ ପ୍ରସ୍ତୁତ କରାଯାଇଛି । ପାରମ୍ପରିକ ବ୍ୟଞ୍ଜନ ପରିବେଷଣ ସହିତ ଓଡ଼ିଶାର ସଂସ୍କୃତି ଓ ପରମ୍ପରାକୁ ବଜାୟ ରଖି ପ୍ରତ୍ୟେକ ଓଡିଆଙ୍କ ଖାଦ୍ୟରୁଚି ତଥା ଭାବଧାରାକୁ ସର୍ବସାଧାରଣଙ୍କ ନିକଟରେ ପହଂଚାଇବା ଏହି ଉତ୍ସବର ମୁଖ୍ୟ ଉଦେ୍ଦଶ୍ୟ ବୋଲି ଏସ୍ଏଚ୍ଏମ୍ର ଡିନ୍ ପ୍ରଫେସର ସୁଶାନ୍ତ ରଞ୍ଜନ ଚଇନି କହିଛନ୍ତି ।

ଖରାଦିନେ ପ୍ରତ୍ୟେକ ଓଡ଼ିଆ ଖରା ତାତିକୁ ଏଡ଼ାଇବା ପାଇଁ ପଖାଳ ଖାଇବାକୁ ହିଁ ପସନ୍ଦ କରିଥାନ୍ତି ବୋଲି ସେ କହିଛନ୍ତି ।

ଓଡ଼ିଶାର ସଂସ୍କୃତି, ପରମ୍ପରା ଓ ଗ୍ରାମୀଣ ପରିବେଶର ଏକ ଝଲକ ଏହି ପଖାଳ ଉତ୍ସବର ଆୟୋଜନରେ ଦେଖିବାକୁ ମିଳିଛି ।

ଅତିଥିମାନଙ୍କୁ ୫ ଦିନ ବ୍ୟାପି ଅନୁଷ୍ଠିତ ହେବାକୁ ଥିବା ଏହି ଉତ୍ସବରେ ପ୍ରତ୍ୟେକ ଦିନ ୧୨ ଟାରୁ ୩ ଟା ପର୍ଯ୍ୟନ୍ତ ପଖାଳ ପରଷା ଯିବ । ଏହି ଉତ୍ସବକୁ ଏସ୍ଏଚ୍ଏମ୍ର ଛାତ୍ରଛାତ୍ରୀମାନେ ହିଁ ସଂଚାଳନ କରୁଥିବା ବେଳେ ସେମାନଙ୍କୁ ଫ୍ୟାକଲ୍ଟି ଓ ଅନ୍ୟାନ୍ୟ କର୍ମଚାରୀମାନେ ସହଯୋଗ କରୁଛନ୍ତି ।

ଏହି ୫ ଦିନିଆ ପଖାଳ ଉତ୍ସବରେ ଅତିଥି ମାନଙ୍କୁ ଉଷୁନା ପଖାଳ, ଅରୁଆ ପଖାଳ, ଦହି ପଖାଳ, ଅଦା ପଖାଳ, ଛୁଙ୍କ ପଖାଳ ଏବଂ ଲେମ୍ବୁ ପଖାଳ ପ୍ରଭୃତି ପରଷା ଯିବାର ବ୍ୟବସ୍ଥା ହେବ । ସେହିପରି ପଖାଳକୁ ସୁହାଇଲା ଭଳି ବିଭିନ୍ନ ପ୍ରକାରର ଆମିଷ ଓ ନିରାମିଷ ବ୍ୟଞ୍ଜନ ଯେପରିକି – ମାଛ ପତ୍ରପୋଡା, ଚିଙ୍ଗୁଡି ଛେଚା, ଶୁଖୁଆ ଭଜା, କୁକୁଡା କଷା, ଚୁନା ମାଛ ଭଜା, ଚିଙ୍ଗୁଡି ଝରଝରି, ପୋହଳା ମାଛ ଭଜା, ଅଣ୍ଡା, ଛତୁ ପତ୍ରପୋଡା, ଆଳୁ ଭଜା, ବାଇଗଣ ଭଜା, ଆଳୁ ଓ ବାଇଗଣ ଭର୍ତା, ପୋଡା ଆଳୁ , ଗୋଟା ଭେଣ୍ଡି ଭଜା, ନଡ଼ିଆ ଭଜା, ସାଗ ବଡ଼ି ଭଜା, ପରିବା ଭଜା, ଚିପ୍ସ, ଆମ୍ବ ଛେଚା ଚଟଣୀ, ପୋଡା ଟମାଟୋ ଚଟଣୀ , ପଣସ ପିଠଉ ଭଜା, ପନିର ଭୁର୍ଜି, ଆଳୁ କଲରା ବାଟି ତରକାରୀ ଓ ବଡି ଚୁରା ସହିତ କାକୁଡି, ପିଆଜ, ଲଙ୍କା ଓ ଲେମ୍ବୁ ପ୍ରଭୃତି ପରିବେଷଣ କରାଯିବାର ବ୍ୟବସ୍ଥା କରାଯାଇଛି ।

Previous Post

କନକ ମାଧ୍ୟମରେ ସୌମ୍ୟଙ୍କ ବଡ଼ ଷଡ଼ଯନ୍ତ୍ର!

Next Post

‘ନବୀନ ବାବୁଙ୍କ ମୁହଁରେ ମିଛ କୁହାଯାଇଛି’

Next Post
‘ନବୀନ ବାବୁଙ୍କ ମୁହଁରେ ମିଛ କୁହାଯାଇଛି’

'ନବୀନ ବାବୁଙ୍କ ମୁହଁରେ ମିଛ କୁହାଯାଇଛି'

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19182 shares
    Share 7673 Tweet 4796
  • ନବୀନ..ନବୀନ, ମୋହନ..ମୋହନ

    16601 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5815 shares
    Share 2326 Tweet 1454
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5485 shares
    Share 2194 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA