Wednesday, April 22, 2026 09:21 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ଜଗତସିଂହପୁର ଲୋକସଭା କ୍ଷେତ୍ରରେ ପାଣ୍ଡିଆନଙ୍କ ପ୍ରଚାର

ବିରୋଧୀ ଦଳ ଉପରେ ପ୍ରଚଣ୍ଡ ଆକ୍ରମଣ

by Our Correspondent
23 May, 2024- 09:11 PM
in Latest News, News, Politics
1 min read
0
ଜଗତସିଂହପୁର ଲୋକସଭା କ୍ଷେତ୍ରରେ ପାଣ୍ଡିଆନଙ୍କ ପ୍ରଚାର

ଭୁବନେଶ୍ୱର: ବିଜୁ ଜନତା ଦଳର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ ଆଜି ଜଗତସିଂହପୁର ଲୋକସଭା ନିର୍ବାଚନ ମଣ୍ଡଳୀର ନିମାପଡ଼ା, କାକଟପୁର, ନିଆଳି, ବଲିକୁଦା-ଏରସମା, ପାରାଦୀପ, ତିର୍ତ୍ତୋଲ ଓ ଜଗତସିଂହପୁର ବିଧାନସଭା ନିର୍ବାଚନ ମଣ୍ଡଳୀରେ ପ୍ରଚାର କରି ବିଜୁ ଜନତା ଦଳର ପ୍ରାର୍ଥୀମାନଙ୍କୁ ଲକ୍ଷାଧିକ ଭୋଟରେ ଜିତାଇ ମୁଖ୍ୟମନ୍ତ୍ରୀଙ୍କୁ ଆଶୀର୍ବାଦ କରିବାକୁ ଅନୁରୋଧ କରିଛନ୍ତି ।

ତାଙ୍କ ଭାଷଣରେ ବିରୋଧୀ ଦଳ ଉପରେ ପ୍ରଚଣ୍ଡ ଆକ୍ରମଣ କରି ଶ୍ରୀ ପାଣ୍ଡିଆନ କହିଲେ ମୁଖ୍ୟମନ୍ତ୍ରୀଙ୍କ ପ୍ରତି ଓଡ଼ିଶାବାସୀଙ୍କ ଏତେ ଭଲପାଇବା ଦେଖି ବିରୋଧିଙ୍କ ମୁଣ୍ଡ କାମ କରୁନାହିଁ । ବାହାରୁ ବଡ଼ ବଡ଼ ନେତାମାନେ ଆସି ମୁଖ୍ୟମନ୍ତ୍ରୀଙ୍କୁ ଅଭଦ୍ର ଭାଷାରେ ଗାଳି ଦେଉଛନ୍ତି । ମୁଖ୍ୟମନ୍ତ୍ରୀଙ୍କୁ ଏପରି ଅସମ୍ମାନିତ କରୁଥିବା ଲୋକମାନଙ୍କୁ ଆପଣମାନେ ମୁହଁତୋଡ଼ ଜବାବ ଦିଅନ୍ତୁ ବୋଲି ସେ କହିଥିଲେ ।

ଆସାମ ମୁଖ୍ୟମନ୍ତ୍ରୀଙ୍କୁ ତୀବ୍ର ସମାଲୋଚନା କରି ସେ କହିଲେ ଯେ, ଆସାମ ମୁଖ୍ୟମନ୍ତ୍ରୀ ଜାଣିବା ଉଚିତ ଯେ, ନବୀନ ବାବୁ ଆପଣଙ୍କ ଗୁରୁଙ୍କ ଗୁରୁ ସହିତ କାମ କରିଛନ୍ତି । ବାଜପେୟୀଙ୍କ ସରକାରରେ ନବୀନ ବାବୁ ଯେତେବେଳେ କ୍ୟାବିନେଟ୍‍ ମନ୍ତ୍ରୀ ଥିଲେ, ଆପଣ ସେତେବେଳେ ଓକିଲାତି କରୁଥିଲେ । ଆପଣ ଓଡ଼ିଶାବାସୀଙ୍କ ଠାରୁ ସଂସ୍କାର ଶିଖନ୍ତୁ । ଓଡ଼ିଶା କେବେ ଅତିଥିଙ୍କୁ ଏମାଟିରେ ଅସମ୍ମାନିତ କରେ ନାହିଁ । ମହାପ୍ରଭୁ ଆପଣଙ୍କୁ ସଦ୍‍ବୁଦ୍ଧି ଦିଅନ୍ତୁ । ଆମ ମୁଖ୍ୟମନ୍ତ୍ରୀଙ୍କୁ ଅସମ୍ମାନିତ କରନ୍ତୁ ନାହିଁ ।

ସେ ପୁଣି କହିଲେ ଯେ, ଆସାମ ଓ ଉତ୍ତରପ୍ରଦେଶର ମୁଖ୍ୟମନ୍ତ୍ରୀ ଆସି କହୁଛନ୍ତି, ଯେ ଓଡ଼ିଶାକୁ ଏକ ନମ୍ୱର କରିବେ । ପ୍ରଥମେ ସେମାନେ ଆଗେ ନିଜ ରାଜ୍ୟକୁ ଦେଖନ୍ତୁ, ତା’ପରେ ଓଡ଼ିଶା କଥା ଚିନ୍ତା କରିବେ । ଓଡ଼ିଶାଠୁ ସବୁ କ୍ଷେତ୍ରରେ ସେମାନେ ବହୁ ପଛରେ ଅଛନ୍ତି । ଓଡ଼ିଶାକୁ ଏକ ନମ୍ୱର କରିବେ ନବୀନ ପଟ୍ଟନାୟକ । ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କ ଠାରୁ କିଛି ଶିଖିକି ଯାଆନ୍ତୁ, କାମରେ ଲାଗିବ ।

ବିରୋଧିଙ୍କ ଉପରେ ଶାଣିତ ଆକ୍ରମଣ ଜାରି ରଖି ସେ କହିଲେ ଯେ, ଓଡ଼ିଶା ମୁଖ୍ୟମନ୍ତ୍ରୀଙ୍କ ପ୍ରତି ଅଶାଳୀନ ଭାଷା ବ୍ୟବହାର ଓ ତାଙ୍କୁ ଅସମ୍ମାନିତ କରିବାକୁ ଓଡ଼ିଶାବାସୀ କେବେ ବରଦାସ୍ତ କରିବେ ନାହିଁ । ଜୁନ ୧ ତାରିଖରେ ଆପଣମାନେ ଏହାର ଉଚିତ ଜବାବ ଦେବେ ବୋଲି ସେ କହିଥିଲେ ।

ସେ କହିଲେ ଯେ, ବିରୋଧୀ ଦଳ ବିଜୁ ଜନତା ଦଳର କର୍ମୀମାନଙ୍କୁ ଧମକ ଦେଉଛନ୍ତି । ଆକ୍ରମଣ କରୁଛନ୍ତି । ଏଇଟା ଭଲ ନୁହେଁ । ଆମ ଦଳର କୌଣସି କର୍ମୀଙ୍କ ଦେହରେ ହାତ ଲଗେଇବାକୁ ଦେବୁନାହିଁ । ମୁଖ୍ୟମନ୍ତ୍ରୀ ଶାନ୍ତିରେ ବିଶ୍ୱାସ କରନ୍ତି ।

ଓଡ଼ିଶାବାସୀଙ୍କ ପ୍ରତି ମୁଖ୍ୟମନ୍ତ୍ରୀଙ୍କ ପ୍ରତିଶ୍ରୁତିବଦ୍ଧତା ଓ ଭଲପାଇବାର ସମ୍ପର୍କରେ ବର୍ଣ୍ଣନା କରି ସେ କହିଲେ ଯେ, ସେ ସାଢ଼େ ୪ କୋଟି ଓଡ଼ିଶାବାସୀଙ୍କୁ ନିଜପରିବାରର ସଦସ୍ୟ ବୋଲି ଗ୍ରହଣ କରିଛନ୍ତି । ମାନ୍ୟବର ମୁଖ୍ୟମନ୍ତ୍ରୀ ଆପଣମାନଙ୍କ ଉଜ୍ୱଳ ଭବିଷ୍ୟତ ଲାଗି ଦିନରାତି ୨୪ ଘଣ୍ଟା କାମ କରୁଛନ୍ତି । ଏ ସରକାର ହେଉଛି ଆପଣମାନଙ୍କ ସରକାର । ଚାଷୀଭାଇମାନଙ୍କ ସରକାର, ଯୁବପିଢ଼ିର ସରକାର ।

ଏହାପରେ ଶ୍ରୀ ପାଣ୍ଡିଆନ ରାଜ୍ୟର ସବୁ ଲୋକପ୍ରିୟ ଜନକଲ୍ୟାଣ ଯୋଜନା ସମ୍ପର୍କରେ ଲୋକଙ୍କୁ ପଚାରିଥିଲେ ଏ ସବୁ କିଏ କରୁଛି । ସବୁ ପ୍ରଶ୍ନର ଗୋଟିଏ ଉତ୍ତର ଆସିଥିଲା – ନବୀନ ପଟ୍ଟନାୟକ ।

ପାଣ୍ଡିଆନ ପଚାରିଲେ – ମିଶନଶକ୍ତି କିଏ କରିଛି ? ମମତା ଯୋଜନାରେ ୧୦ ହଜାର ଟଙ୍କା କିଏ ଦଉଛି ? ବି.ଏସ୍‍.କେ.ୱାଇରେ ସ୍ୱାସ୍ଥ୍ୟ ସୁରକ୍ଷା କିଏ ଦଉଛି ? ମଧୁବାବୁ ପେନ୍‍ସନରେ ଭତ୍ତା କିଏ ଦଉଛି ? ଲକ୍ଷ୍ମୀ ବସରେ ମା’ମାନଙ୍କୁ ୫ ଟଙ୍କାରେ ଯାତାୟତ ସୁବିଧା କିଏ ଦଉଛି ? ଜନତା ଏକ ସ୍ୱରରେ ଉତ୍ତର ଦେଇଥିଲେ – ନବୀନ ପଟ୍ଟନାୟକ । ମଠ, ମନ୍ଦିର, ଚର୍ଚ୍ଚ, ମସ୍‍ଜିଦ୍‍ ଆଦି ପୂଜାସ୍ଥଳର ରୂପାନ୍ତର କିଏ କରିଛି – ଉତ୍ତର ଆସିଥିଲା ନବୀନ ପଟ୍ଟନାୟକ ।

ସେ ପୁଣି କହିଲେ ଯେ, ମହାପ୍ରଭୁଙ୍କ କୃପାରୁ ଓ ଆପଣମାନଙ୍କ ଆଶୀର୍ବାଦରୁ ସାରା ଓଡ଼ିଶା – ମାଲକାନଗିରିରୁ ମୟୁରଭଞ୍ଜ, ସୁନ୍ଦରଗଡ଼ରୁ ଜଗତ୍‍ସିଂହପୁର ପର୍ଯ୍ୟନ୍ତ – ସମସ୍ତେ ଜାଣିଗଲେଣି ଯେ, ନବୀନ ପଟ୍ଟନାୟକ ପୁଣି ଥରେ ଜୁନ ୯ ତାରିଖରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ । ଶପଥ ନେବା ପରେ ପ୍ରଥମ ଦସ୍ତଖତ ହେବ, ୯୦ ପ୍ରତିଶତ ଲୋକଙ୍କ ପାଇଁ ବିଜୁଳି ବିଲ୍‍ ଛାଡ଼ । ଦ୍ୱିତୀୟ ଦସ୍ତଖତରେ ବି,ଏସ୍‍.କେ.ୱାଇରେ ସମସ୍ତେ ସାମିଲ ହେବେ । ବି.ପି.ଏଲ୍‍ କାର୍ଡ ନଥିଲେ ଏପରିକି ସରକାରୀ ଚାକିରିରେ ଥିଲେ ମଧ୍ୟ ସମସ୍ତେ ବି.ଏସ୍‍.କେ.ୱାଇ କାର୍ଡ ପାଇବେ । ତୃତୀୟରେ ମିଶନଶକ୍ତି ସଦସ୍ୟାମାନଙ୍କ ପାଇଁ ୬୦ ବର୍ଷ ପରେ ପେନ୍‍ସନ୍‍ ସୁବିଧା ମିଳିବ ।

ବିରୋଧି ଦଳର ମିଛ ପ୍ରତିଶ୍ରୁତିର ମୁଖା ଖୋଲି ସେ କହିଲେ ଯେ, ମୁଖ୍ୟମନ୍ତ୍ରୀଙ୍କ ମାଗଣା ବିଜୁଳି ଘୋଷଣା ଶୁଣି ବିଜେପି କହୁଛି ମାଗଣା ବିଜୁଳି ଦେବ । କିନ୍ତୁ ଏଥିପାଇଁ ଆପଣଙ୍କୁ ୫୦ ହଜାର ଟଙ୍କା ଜମା କରିବାକୁ ପଡ଼ିବ । ସୋଲାର ପ୍ୟାନେଲ ମାଧ୍ୟମରେ ସୂର୍ଯ୍ୟକିରଣରୁ ବିଜୁଳି ପାଇବେ । ସେମାନେ ଆପଣଙ୍କୁ ଦିନରେ ଲଣ୍ଠନ ଦେଖାଉଛନ୍ତି, ଏମାନଙ୍କୁ ଚିହ୍ନିକି ରଖନ୍ତୁ ।

ପାରାଦୀପରେ ସେ କହିଲେ ଯେ, ବିଜୁବାବୁଙ୍କୁ ଆପଣମାନେ ଭଲ ପାଆନ୍ତି ? ସମସ୍ତେ ଉତ୍ସାହର ସହିତ ବିପୁଳ ହର୍ଷଧ୍ୱନି ସହ କହିଥିଲେ ‘ହଁ’ । ତା’ପରେ ପାଣ୍ଡିଆନ କହିଲେ ଯେ, ପାରାଦୀପକୁ ବିଜୁବାବୁ ବହୁତ ଭଲ ପାଉଥିଲେ । ପାରାଦୀପ ଓଡ଼ିଶା ଅର୍ଥନୀତିର ମେରୁଦଣ୍ଡ । ପାରାଦୀପ ପାଇଁ ବହୁ ପୁଞ୍ଜିନିବେଶ ଆଣିଛନ୍ତି ମୁଖ୍ୟମନ୍ତ୍ରୀ । ପାରାଦୀପର ଉନ୍ନତି ହେବ, ଲୋକଙ୍କ ରୋଜଗାର ବଢ଼ିବ ।

ଶେଷରେ ସେ କହିଥିଲେ ଯେ, ମୁଖ୍ୟମନ୍ତ୍ରୀ ଆପଣମାନଙ୍କ ମୁହଁରେ ହସ ଫୁଟାଇବା ପାଇଁ ଦିନରାତି ଖଟୁଛନ୍ତି । ୫ ବର୍ଷରେ ଥରେ ସୁଯୋଗ ଆସିଛି ତାଙ୍କୁ ଆଶୀର୍ବାଦ କରିବା ପାଇଁ । ମୋର ଆଶା, ବିଶ୍ୱାସ ଓ ଅନୁରୋଧ ଯେ, ଆପଣମାନେ ଜୋରଦାର ଆଶୀର୍ବାଦ କରି ଉଭୟ ସାଂସଦ ଓ ବିଧାୟକ ପ୍ରାର୍ଥୀଙ୍କୁ ଜିତାଇବେ । ମୁଖ୍ୟମନ୍ତ୍ରୀଙ୍କ ହାତମୁଠାକୁ ଟାଣ କରିବେ । ସବୁ ସ୍ଥାନରେ ୫୦ ହଜାରରୁ ୭୦ ହଜାର ମାର୍ଜିନରେ ଜିତାଇବାକୁ ଜନତା ପ୍ରତିଶ୍ରୁତି ଦେଇଥିଲେ ।

କାର୍ଯ୍ୟକ୍ରମରେ ଜଗତସିଂହପୁର ସାଂସଦ ପ୍ରାର୍ଥୀ ଡଃ ରାଜଶ୍ରୀ ମଲ୍ଲିକ, ନିମାପଡ଼ା ବିଧାୟକ ପ୍ରାର୍ଥୀ ଦିଲ୍ଲୀପ କୁମାର ନାୟକ, କାକଟପୁର ବିଧାୟକ ପ୍ରାର୍ଥୀ ତୁଷାରକାନ୍ତି ବେହେରା, ନିଆଳି ବିଧାୟକ ପ୍ରାର୍ଥୀ ଡଃ ପ୍ରମୋଦ ମଲ୍ଲିକ, ବାଲିକୁଦା-ଏରସମା ବିଧାୟକ ପ୍ରାର୍ଥୀ ଶାରଦା ପ୍ରସନ୍ନ ଜେନା, ପାରାଦୀପ ବିଧାୟକ ପ୍ରାର୍ଥୀ ଗୀତାଞ୍ଜଳୀ ରାଉତରାୟ, ତିର୍ତ୍ତୋଲ ବିଧାୟକ ପ୍ରାର୍ଥୀ ରମାକାନ୍ତ ଭୋଇ ଓ ଜଗତସିଂହପୁର ବିଧାୟକ ପ୍ରାର୍ଥୀ ପ୍ରଶାନ୍ତ ମୁଦୁଲୀ ପ୍ରମୁଖ ବିଜୁ ଜନତା ଦଳ ଶଙ୍ଖ ଚିହ୍ନରେ ବିପୁଳ ସଂଖ୍ୟାରେ ଭୋଟ ଦେଇ ମୁଖ୍ୟମନ୍ତ୍ରୀଙ୍କ ହାତମୁଠାକୁ ଟାଣ କରିବା ପାଇଁ ଅନୁରୋଧ କରିଥିଲେ ।

Previous Post

ମୁଖ୍ୟମନ୍ତ୍ରୀଙ୍କୁ ତାତ୍ସଲ୍ୟ; ବିଜେଡିର ପାଲଟା ଜବାବ

Next Post

୨୬ରେ ମାଟ୍ରିକ୍ , ପ୍ଲସ୍ ଟୁ ରେଜଲ୍ଟ

Next Post
୨୬ରେ ମାଟ୍ରିକ୍ , ପ୍ଲସ୍ ଟୁ ରେଜଲ୍ଟ

୨୬ରେ ମାଟ୍ରିକ୍ , ପ୍ଲସ୍ ଟୁ ରେଜଲ୍ଟ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19181 shares
    Share 7672 Tweet 4795
  • ନବୀନ..ନବୀନ, ମୋହନ..ମୋହନ

    16601 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5815 shares
    Share 2326 Tweet 1454
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5485 shares
    Share 2194 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA