Tuesday, June 30, 2026 10:37 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ଏଣିକି ୱେବସାଇଟ୍ ରୁ ମିଳିବ କୋଭିଡ୍ ଟେଷ୍ଟ ରିପୋର୍ଟ

ରାଜ୍ୟ କୋଭିଡ ଡ୍ୟାସବୋର୍ଡରେ 'Covid-19 Test Report' ସୁବିଧାର ଶୁଭାରମ୍ଭ

by Our Correspondent
22 May, 2021- 05:24 PM
in Latest News, News
1 min read
0
ଏଣିକି ୱେବସାଇଟ୍ ରୁ ମିଳିବ କୋଭିଡ୍ ଟେଷ୍ଟ ରିପୋର୍ଟ

ଭୁବନେଶ୍ୱର: କୋଭିଡ୍ ଟେଷ୍ଟ ରିପୋର୍ଟ ପାଇଁ ଆଉ କେନ୍ଦ୍ରକୁ ଯିବାକୁ ପଡ଼ିବନି । ମୋବାଇଲରୁ ମିଳିଯିବ କୋଭିଡ୍ ପରୀକ୍ଷା ରିପୋର୍ଟ । ଲୋକମାନଙ୍କୁ ସୁବିଧାରେ କୋଭିଡ୍ ରିପୋର୍ଟ ପ୍ରଦାନ କରିବା ପାଇଁ ରାଜ୍ୟ ସରକାର କୋଭିଡ୍ ଟେଷ୍ଟ ରିପୋର୍ଟ ୱେବସାଇଟ୍ ଆରମ୍ଭ କରିଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଏହାକୁ ଲୋକାର୍ପିତ କରିଛନ୍ତି ।

ଲୋକମାନଙ୍କୁ ସୁବିଧାରେ କୋଭିଡ ପରୀକ୍ଷା ରିପୋର୍ଟ ପ୍ରଦାନ କରିବା ପାଇଁ ଏହି ବ୍ୟବସ୍ଥା କରାଯାଇଛି । କୋଭିଡ-୧୯ ପରୀକ୍ଷା; ଯଥା ଆରଟି ପିସିଆର କିମ୍ବା ରାପିଡ୍ ଆଣ୍ଟିଜେନ୍ ପରୀକ୍ଷ ପାଇଁ ନମୁନା ଦେଇଥିବା ବ୍ୟକ୍ତି ଏହି ୱେବସାଇଟରେ କେବଳ ସେମାନଙ୍କ ପଞ୍ଜିକୃତ ମୋବାଇଲ୍ ନମ୍ବର କିମ୍ବା ଏସଆରଏଫ ଆଇଡି ଦାଖଲ କରି ନିଜର ନମୁନା ପରୀକ୍ଷା ଫଳାଫଳ ଜାଣିପାରିବା ସହ ଆବଶ୍ୟକସ୍ଥଳେ ଏହାକୁ ଡାଉନଲୋଡ୍ ମଧ୍ୟ କରିପାରିବେ। ସ୍ୱାସ୍ଥ୍ୟ ବିଭାଗ ଓ ଇଲେକ୍ଟ୍ରୋନିକ୍ସ ଏବଂ ଆଇଟି ବିଭାଗର ଏହି ଅଭିନବ ବ୍ୟବସ୍ଥା ଦ୍ୱାରା ଲୋକମାନଙ୍କୁ ରିପୋର୍ଟ ସଂଗ୍ରହ କରିବା ପାଇଁ ପରୀକ୍ଷା କେନ୍ଦ୍ରକୁ ଯିବାକୁ ପଡ଼ିବ ନାହିଁ।

ଏହି ଡିଜିଟାଲ୍ ପରୀକ୍ଷା ରିପୋର୍ଟରେ ନମୁନା ପରୀକ୍ଷା କରିଥିବା ବ୍ୟକ୍ତିଙ୍କ ସମସ୍ତ ବିବରଣୀ ରହିବ। ଏଥିସହ ଏହି ରିପୋର୍ଟରେ ଥିବା କ୍ୟୁଆର କୋଡ୍ ଯୋଗେ ପ୍ରାଧିକୃତ ସାଂସ୍ଥ ଯେକୌଣସି ସମୟରେ ରିପୋର୍ଟର ସତ୍ୟାସତ୍ୟ ଯାଞ୍ଚ କରିପାରିବେ। ବ୍ୟବହାରକାରୀଙ୍କ ଗୋପନୀୟତା ସୁନିଶ୍ଚିତ କରିବା ପାଇଁ ଓଟିପି ଦ୍ୱାରା ପଞ୍ଜିକୃତ ହୋଇଥିବା ମୋବାଇଲ ନମ୍ବରକୁ ରିପୋର୍ଟ ପଠାଯିବାର ବ୍ୟବସ୍ଥା ହୋଇଛି। ଜନସାଧାରଣଙ୍କ ସୁବିଧା ପାଇଁ https://covid19regd.odisha.gov.in/SamplCollectionDetails.aspx ୱେବସାଇଟକୁ https://statedashboard.odisha.gov.in ସହିତ ସଂଯୋଗ କରାଯାଇଛି।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, “ରାଜ୍ୟବାସୀଙ୍କ ମୂଲ୍ୟବାନ ଜୀବନ ସୁରକ୍ଷିତ କରିବା ପାଇଁ ଓଡ଼ିଶା ସରକାର କୋଭିଡ ପରୀକ୍ଷାଠାରୁ ଆରମ୍ଭ କରି ଚିକିତ୍ସା ପର୍ଯ୍ୟନ୍ତ ସମସ୍ତ ସେବା ମାଗଣାରେ ଯୋଗାଇ ଦେଉଛନ୍ତି। “ଆମେ କୋଭିଡ ପରୀକ୍ଷାକୁ ଆହୁରି ବ୍ୟାପକ କରିବା ପାଇଁ ବିଭିନ୍ନ ଜିଲ୍ଲାରେ ଆରଟି ପିସିଆର ପରୀକ୍ଷା କେନ୍ଦ୍ର ପ୍ରତିଷ୍ଠା କରୁଛୁ। ଯେଉଁଠାରେ ଲୋକମାନଙ୍କୁ ପ୍ରତିଦିନ ସେବା ଯୋଗାଇ ଦିଆଯିବ। ଯାହା ଆମର କୋଭିଡ ମହାମାରୀ ବିରୋଧୀ ଲଢେଇରେ ଆହୁରି ଦୃଢତା ଭରିବ।”

ଇଲେକ୍ଟ୍ରୋନିକ୍ସ ଏବଂ ଆଇଟି ସଚିବ ଶ୍ରୀ ମନୋଜ କୁମାର ମିଶ୍ର କହିଛନ୍ତି, “ଅନେକ ସମୟରେ ଲୋକମାନେ କୋଭିଡ ରିପୋର୍ଟ ପାଇବା ପାଇଁ ପରୀକ୍ଷା କେନ୍ଦ୍ରରେ ଅପେକ୍ଷା କରୁଥିବା ଦେଖିବାକୁ ମିଳୁଛି। ବର୍ତ୍ତମାନର କଠିନ ସମୟରେ ନିଜ ନମୁନା ପରୀକ୍ଷା ରିପୋର୍ଟ ଜାଣିବା ନେଇ ଉତ୍କଣ୍ଠା ରହିବା ସ୍ୱାଭାବିକ ଏବଂ ଲୋକମାନେ ନମୁନା ପରୀକ୍ଷା ପାଇଁ ଦେଇ ସଙ୍ଗେସଙ୍ଗେ ରିପୋର୍ଟ ଆଶା କରୁଛନ୍ତି। ତେଣୁ ଏହାକୁ ଦୃଷ୍ଟିରେ ଆମେ ବୈଷୟିକ ଜ୍ଞାନକୌଶଳର ପ୍ରୟୋଗରେ ସିଧାସଳଖ ଲୋକଙ୍କୁ ନମୁନା ପରୀକ୍ଷା ରିପୋର୍ଟ ପ୍ରଦାନର ବ୍ୟବସ୍ଥା କରିଛୁ। ଏହି ସୁବିଧା ଗ୍ରାମପଞ୍ଚାୟତସ୍ତରରେ ‘ମୋ ସେବା କେନ୍ଦ୍ର’ରେ ମଧ୍ୟ ଉପଲବ୍ଧ କରାଯାଇଛି।”

Previous Post

ଆରପାରିରେ ନବୀନ ନନ୍ଦଙ୍କ ପୁଅ ସମ୍ବିତ

Next Post

ଜିରୋ କାଜୁଆଲିଟି ଉପରେ ଗୁରୁତ୍ୱ

Next Post
ଜିରୋ କାଜୁଆଲିଟି ଉପରେ ଗୁରୁତ୍ୱ

ଜିରୋ କାଜୁଆଲିଟି ଉପରେ ଗୁରୁତ୍ୱ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA