Wednesday, April 22, 2026 05:49 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ପୁରୀରୁ ଗଡ଼ିଲା ‘ବନ୍ଦେ ଭାରତ’ ଏକ୍ସପ୍ରେସ୍

by Our Correspondent
18 May, 2023- 05:38 PM
in Latest News, News
1 min read
0
ପୁରୀରୁ ଗଡ଼ିଲା ‘ବନ୍ଦେ ଭାରତ’ ଏକ୍ସପ୍ରେସ୍

ଭୁବନେଶ୍ୱର: ବହୁ ପ୍ରତୀକ୍ଷିତ ପୁରୀ-ହାୱାଡା ‘ବନ୍ଦେ ଭାରତ’ ଏକ୍ସପ୍ରେସ୍ ଆଜି ପୁରୀରୁ ଶୁଭାରମ୍ଭ କରିଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭିଡିଓ କନଫରେନ୍ସିଂ ଯୋଗେ ପତାକା ହଲାଇ ଏହି ଯାତ୍ରାର ଶୁଭାରମ୍ଭ କରିଛନ୍ତି । ଏହି ଟ୍ରେନ୍ ରେ ପୁରୀ-କୋଲକତା ଯାତ୍ରା ପାଇଁ ମାତ୍ର ୬ ଘଣ୍ଟା ଲାଗିବ ।

ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ୱରରୁ ଭିଡିଓ କନଫରେନ୍ସିଂରେ ଯୋଡି ହୋଇଥିଲା ବେଳେ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ, କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରାଷ୍ଟ୍ରମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁ ପ୍ରମୁଖ ପୁରୀ ରେଳଷ୍ଟେସନ୍ ରେ ଉପସ୍ଥିତ ଥିଲେ । ବନ୍ଦେ ଭାରତ ଏକ୍ସପ୍ରେସ୍ ସହ ଓଡ଼ିଶା ପାଇଁ ୮କୋଟି ନୂଆ ପ୍ରକଳ୍ପର ଶୁଭାରମ୍ଭ କରିଥିଲେ ପ୍ରଧାନମନ୍ତ୍ରୀ ମୋଦୀ ।

ପ୍ରଧାନମନ୍ତ୍ରୀ ତାଙ୍କ ଉଦବୋଧନରେ କହିଥିଲେ, ବନ୍ଦେ ଭାରତରେ ଭାରତର ଗତି ଓ ପ୍ରଗତିର ପ୍ରତିଫଳିତ ହେଉଛି । ଭାରତୀୟ ରେଳ ଭଳି ବନ୍ଦେ ଭାରତ ଟ୍ରେନ୍ ସମସ୍ତଙ୍କୁ ଯୋଡ଼ିବ । ଓଡ଼ିଶା-ପଶ୍ଚିମବଙ୍ଗର ଆଧ୍ୟାତ୍ମିକ, ସାଂସ୍କୃତିକ ସମ୍ବନ୍ଧକୁ ସମୃଦ୍ଧ କରିବ । ଏହି ଆଧୁନିକ ଟ୍ରେନ୍ ଭାରତୀୟ ଅର୍ଥ ବ୍ୟବସ୍ଥାକୁ ଗତି ଦେଉଛି । ପୂର୍ବରୁ କିଛି ବଡ଼ ପ୍ରକଳ୍ପ ଦିଲ୍ଲୀ, ମୁମ୍ବାଇରେ ସୀମିତ ରହୁଥିଲା । ଏବେ ଦେଶର କୋଣ, ଅନୁକୋଣକୁ ସବୁ ପ୍ରକଳ୍ପ ପହଞ୍ଚୁଛି । ବିକାଶରେ ପଛୁଆ ରହିଥିବା ରାଜ୍ୟକୁ ବି ଫାଇଦା ମିଳୁଛି ।

ଓଡ଼ିଶାକୁ ରେଳ ଅନୁଦାନ ସମ୍ପର୍କରେ ପ୍ରଧାନମନ୍ତ୍ରୀ କହିଥିଲେ, ବିଗତ ୯ ବର୍ଷ ହେଲାଣି ଓଡ଼ିଶାକୁ ରେଳ ଅନୁଦାନ ବଢ଼ି ଚାଲିଛି । ଖୋର୍ଦ୍ଧା, ବଲାଙ୍ଗୀର ପ୍ରକଳ୍ପ ଅନେକ ବର୍ଷ ହେଲା ପଡ଼ି ରହିଥିଲା । ଏବେ ଏହି ପ୍ରକଳ୍ପ କାର୍ଯ୍ୟ ଦ୍ରୁତ ଗତିରେ ଚାଲୁ ରହିଛି । ଓଡ଼ିଶାରେ ଶତ ପ୍ରତିଶତ ରେଳ ବିଦ୍ୟୁତିକରଣ କାର୍ଯ୍ୟ ସମ୍ପନ୍ନ ହୋଇଛି । ଖଣିଜ ସମ୍ପଦରେ ଭରପୁର ଓଡ଼ିଶାକୁ ଏହାଦ୍ୱାରା ଫାଇଦା ମିଳିବ । ଓଡ଼ିଶାର ୨୫ ଲକ୍ଷ ପରିବାରକୁ ମାଗଣା ବିଜୁଳି ସଂଯୋଗ ମିଳିଛି । ଭାରତର ଦ୍ରୁତ ବିକାଶ ପାଇଁ ରାଜ୍ୟର ସନ୍ତୁଳିତ ବିକାଶ ଜରୁରୀ ବୋଲି ପ୍ରଧାନମନ୍ତ୍ରୀ କହିଥିଲେ ।

ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ତାଙ୍କ ଅଭିଭାଷଣରେ ବନ୍ଦେ ଭାରତ ଏକ୍ସପ୍ରେସ୍ ପାଇଁ ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇବା ସହ ଓଡ଼ିଶା ପାଇଁ ଆଉ କିଛି ଗୁରୁତ୍ୱପୂର୍ଣ୍ଣ ଦାବି ଉପସ୍ଥାପିତ କରିଥିଲେ । ପୁରୀରୁ ରାଉରକେଲା ଭାୟା ସମ୍ବଲପୁର ଏବଂ ଭୁବନେଶ୍ୱର-ହାଇଦ୍ରାବାଦ ମଧ୍ୟରେ ଆଉ ଦୁଇଟି ବନ୍ଦେ ଭାରତ ଏକ୍ସପ୍ରେସ୍ ପାଇଁ ମୁଖ୍ୟମନ୍ତ୍ରୀ ଅନୁରୋଧ କରିଥିଲେ ।

ପୁରୀରେ ପ୍ରସ୍ତାବିତ ଶ୍ରୀଜଗନ୍ନାଥ ଅନ୍ତର୍ଜାତୀୟ ବିମାନବନ୍ଦର ନିର୍ମାଣରେ ମୁଖ୍ୟମନ୍ତ୍ରୀ ପ୍ରଧାନମନ୍ତ୍ରୀଙ୍କ ସହଯୋଗ ଲୋଡ଼ିଥିଲେ । ସହଯୋଗ ରହିଲେ, ଏହି ପ୍ରକଳ୍ପ କାର୍ଯ୍ୟ ୩/୪ ବର୍ଷରେ ସମ୍ପୂର୍ଣ୍ଣ ହୋଇପାରିବ । ପ୍ରଧାନମନ୍ତ୍ରୀ ଶ୍ରୀକ୍ଷେତ୍ରକୁ ଆସି ଏହାର ଉଦଘାଟନ କରିବେ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

ପୁରୀ-କୋଣାର୍କ ନୂଆ ରେଳୱେ ପ୍ରକଳ୍ପ ମଂଜୁର ପାଇଁ ମୁଖ୍ୟମନ୍ତ୍ରୀ ଅନୁରୋଧ କରିଥିଲେ । ରାଜ୍ୟ ସରକାର ଏହାର ଅଧା ନିର୍ମାଣ ଖର୍ଚ୍ଚ ଏବଂ ସମ୍ପୂର୍ଣ୍ଣ ଜାଗା ଖର୍ଚ୍ଚ ଦେବେ ବୋଲି ମୁଖ୍ୟମନ୍ତ୍ରୀ ପ୍ରତିଶ୍ରୁତି ଦେଇଥିଲେ । ସେହିଭଳି ଅନୁଗୁଳ-ସୁକିନ୍ଦା ଏବଂ ହରିଦାସପୁର-ପାରାଦ୍ୱୀପ ଲାଇନ୍ ରେ ଯାତ୍ରୀବାହୀ ରେଳ ଚଳାଚଳ ପାଇଁ ସେ ପ୍ରଧାନମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ ।

ଆପଣଙ୍କ ନେତୃତ୍ୱରେ ଖୁବ୍ ଶୀଘ୍ର ଆମର ବୁଲେଟ୍ ଟ୍ରେନ୍ ସ୍ୱପ୍ନ ପୂରଣ ହୋଇପାରିବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରି ତାଙ୍କ ଭାଷଣ ଶେଷ କରିଥିଲେ ।

Previous Post

ଏବର୍ଷ ମାଟ୍ରିକ୍ ପାସ୍ ହାର ୯୬.୪ %

Next Post

ମାଟ୍ରିକ୍ ରେ କିସ୍‌ର ଶତ ପ୍ରତିଶତ ସଫଳତା

Next Post
ମାଟ୍ରିକ୍ ରେ କିସ୍‌ର ଶତ ପ୍ରତିଶତ ସଫଳତା

ମାଟ୍ରିକ୍ ରେ କିସ୍‌ର ଶତ ପ୍ରତିଶତ ସଫଳତା

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19181 shares
    Share 7672 Tweet 4795
  • ନବୀନ..ନବୀନ, ମୋହନ..ମୋହନ

    16601 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5815 shares
    Share 2326 Tweet 1454
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5485 shares
    Share 2194 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA