Thursday, April 16, 2026 01:35 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

୧୦ ଲକ୍ଷଙ୍କୁ ମିଳିବ ନିଯୁକ୍ତି

ରୋଜଗାର ମେଳାର ଶୁଭାରମ୍ଭ କଲେ ମୋଦି

by Our Correspondent
22 Oct, 2022- 05:12 PM
in Latest News, News
1 min read
0
୧୦ ଲକ୍ଷଙ୍କୁ ମିଳିବ ନିଯୁକ୍ତି

ନୂଆଦିଲ୍ଲୀ/ଭୁବନେଶ୍ୱର: ଦେଶରେ ରୋଜଗାର ମେଳାର ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏଥିରେ ୧୦ ଲକ୍ଷଙ୍କୁ ନିଯୁକ୍ତି ଦେବାକୁ ଯୋଜନା ହୋଇଛି । ଆଜି ପ୍ରଥମ ଦିନରେ ପ୍ରଧାନମନ୍ତ୍ରୀ ୭୫ ହଜାର୨୨୬ ଜଣଙ୍କୁ ନିଯୁକ୍ତିପତ୍ର ପ୍ରଦାନ କରିଛନ୍ତି । କେନ୍ଦ୍ରର ୩୮ ମନ୍ତ୍ରଣାଳୟରେ ଖାଲି ପଡ଼ିଥିବା ପଦବୀଗୁଡ଼ିକରେ ଏମାନଙ୍କୁ ନିଯୁକ୍ତି ଦିଆଯିବ । ୟୁପିଏସସି, ଏସଏସି, ରେଲୱେ ଆଦି ଦ୍ୱାରା ପ୍ରାର୍ଥୀ ଚୟନ କରାଯାଉଛି ।

ଦେଶର ୫୦ ଟି ଜାଗାରେ ରୋଜଗାର ମେଳାର ଆୟୋଜନ କରାଯାଇଛି । ପ୍ରଧାନମନ୍ତ୍ରୀ ଭିଡିଓ କନଫରେନ୍ସିଂରେ ଯୋଗଦେଇ ଆଶାୟୀଙ୍କୁ ନିଯୁକ୍ତିପତ୍ର ବଣ୍ଟନର ଶୁଭାରମ୍ଭ କରିଥିଲେ । ପ୍ରଧାନମନ୍ତ୍ରୀ ତାଙ୍କ ଭାଷଣରେ ଚାକିରି ଆଶାୟୀ ଯୁବକ ଯୁବତୀଙ୍କୁ ରୋଜଗାରର ଆଶା ଦେଇଥିଲେ । କହିଥିଲେ, ଭାରତ ଆଜି ବିଶ୍ୱର ପଞ୍ଚମ ବୃହତ୍ତ ଅର୍ଥନୀତି ହୋଇପାରିଛି । ୮ ବର୍ଷ ମଧ୍ୟରେ ଆମେ ୧୦ମ ସ୍ଥାନରୁ ୫ମ ସ୍ଥାନକୁ ଉଠି ପାରିଛୁ । ଆମ ଦେଶରେ ନିଯୁକ୍ତି ପ୍ରକ୍ରିୟା ତ୍ୱରିତ ଓ ସହଜ ହୋଇଛି । ୫ଜି ଆସିବା ପରେ ଦେଶରେ ରୋଜଗାର ବଢ଼ିବ । ଡିଜିଟାଲ୍ ସେକ୍ଟରରେ ଆହୁରି ରୋଜଗାର ବଢ଼ିବ ବୋଲି ପ୍ରଧାନମନ୍ତ୍ରୀ କହିଥିଲେ ।

ଓଡ଼ିଶାର ଭୁବନେଶ୍ୱର ଓ କଟକରେ ରୋଜଗାର ମେଳା ଅନୁଷ୍ଠିତ ହୋଇଛି । ଭୁବନେଶ୍ୱରର ରେଳ ଅଡିଟୋରିୟମଠାରେ ଆୟୋଜିତ ରୋଜଗାର ମେଳାର ଶୁଭାରମ୍ଭ କରିଥିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏହି କାର୍ଯ୍ୟକ୍ରମରେ ଡାକ ବିଭାଗ, ଭୁବନେଶ୍ୱର ଆଇଆଇଟି, କେନ୍ଦ୍ରୀୟ ସୁରକ୍ଷା ବଳ, ଆୟକର ବିଭାଗ, କେନ୍ଦ୍ରୀୟ ଅବକାରୀ ବିଭାଗ, ଏସଏଲବିସି, ଇଏସଆଇ, କେନ୍ଦ୍ରୀୟ ଭୂତଳ ଜଳ ବିଭାଗ, ସୀମା ସୁରକ୍ଷା ବଳ,ଭାରତୀୟ ରେଳବାଇ ଆଦି ବିଭାଗ ସାମିଲ ହୋଇଛନ୍ତି । କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ବିଭିନ୍ନ ବିଭାଗର ୨୩୯ ଜଣ ଯୁବକ ଯୁବତୀଙ୍କୁ ନିଯୁକ୍ତିପତ୍ର ବାଣ୍ଟିଥିଲେ ।

ସେହିଭଳି କଟକ ଶହୀଦ ଭବନରେ ଆୟୋଜିତ ରୋଜଗାର ମେଳାରେ କେନ୍ଦ୍ରମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁ ଯୋଗଦେଇ ୧୦୫ ଜଣଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିଥିଲେ ।

Previous Post

ପ୍ରଣବ ପ୍ରକାଶ ଓସିଏ ସଭାପତି ନିର୍ବାଚିତ

Next Post

ସୂର୍ଯ୍ୟପରାଗ ପାଇଁ ସରକାରୀ ଛୁଟି

Next Post
ସୂର୍ଯ୍ୟପରାଗ ପାଇଁ ସରକାରୀ ଛୁଟି

ସୂର୍ଯ୍ୟପରାଗ ପାଇଁ ସରକାରୀ ଛୁଟି

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19181 shares
    Share 7672 Tweet 4795
  • ନବୀନ..ନବୀନ, ମୋହନ..ମୋହନ

    16600 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5815 shares
    Share 2326 Tweet 1454
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5483 shares
    Share 2193 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA