Friday, May 1, 2026 01:50 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ପ୍ରମିଳା ମଲ୍ଲିକଙ୍କୁ ଗଣଶିକ୍ଷା ଓ ଶ୍ରମ ବିଭାଗ ଦାୟିତ୍ୱ

ମନ୍ତ୍ରିମଣ୍ଡଳ ଅଦଳବଦଳକୁ ଅପେକ୍ଷା

by Our Correspondent
13 May, 2023- 05:23 PM
in Latest News, News
1 min read
0
ପ୍ରମିଳା ମଲ୍ଲିକଙ୍କୁ ଗଣଶିକ୍ଷା ଓ ଶ୍ରମ ବିଭାଗ ଦାୟିତ୍ୱ

ଭୁବନେଶ୍ୱର: ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ପ୍ରମିଳା ମଲ୍ଲିକଙ୍କୁ ମିଳିଛି ଆଉ ଦୁଇଟି ଗୁରୁତ୍ୱପୂର୍ଣ୍ଣ ବିଭାଗ । ତାହା ହେଲା ସ୍କୁଲ ଓ ଗଣଶିକ୍ଷା ବିଭାଗ ଏବଂ ଶ୍ରମ ବିଭାଗ । ଏହି ଦୁଇ ବିଭାଗର ମନ୍ତ୍ରୀ ସମୀର ଦାଶ ଏବଂ ଶ୍ରୀକାନ୍ତ ସାହୁ ଗତକାଲି ଇସ୍ତଫା ଦେଇଥିବାରୁ ଏହା ଖାଲି ପଡ଼ିଥିଲା । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଏହି ଦୁଇ ବିଭାଗର ଦାୟିତ୍ୱ ପ୍ରମିଳାଙ୍କୁ ଦେଇଛନ୍ତି ।

ସୂଚନାଯୋଗ୍ୟ, ଗତକାଲି ସଂଧ୍ୟାରେ ବାଚସ୍ପତି ବିକ୍ରମ କେଶରୀ ଆରୁଖଙ୍କ ସମେତ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ଏବଂ ଶ୍ରମମନ୍ତ୍ରୀ ଶ୍ରୀକାନ୍ତ ସାହୁ ସେମାନଙ୍କ ପଦରୁ ଇସ୍ତଫା ଦେଇଥିଲେ । ମୁଖ୍ୟମନ୍ତ୍ରୀ ଦିଲ୍ଲୀରେ ଥିବା ବେଳେ ଅଚାନକ ବାଚସ୍ପତି ଏବଂ ଦୁଇମନ୍ତ୍ରୀଙ୍କ ଇସ୍ତଫା ରାଜ୍ୟ ରାଜନୀତିରେ କମ୍ପନ ସୃଷ୍ଟି କରିଥିଲା । ମନ୍ତ୍ରିମଣ୍ଡଳ ଅଦଳବଦଳ ନିଶ୍ଚିତ ବୋଲି ଏଥିରୁ ଆଭାସ ମିଳିଥିଲା ।

ଆଜି ମୁଖ୍ୟମନ୍ତ୍ରୀ ଦିଲ୍ଲୀରୁ ଫେରିଥିଲେ ମଧ୍ୟ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ହରିଆନା ଗସ୍ତରେ ଥିବାରୁ ମନ୍ତ୍ରିମଣ୍ଡଳ ଅଦଳବଦଳ ବିଳମ୍ବ ହୋଇପାରେ ବୋଲି ଅନୁମାନ କରାଯାଉଛି । ବିଦାୟୀ ଦୁଇମନ୍ତ୍ରୀଙ୍କ ବିଭାଗ ଶ୍ରୀମତୀ ମଲ୍ଲିକଙ୍କୁ ଅସ୍ଥାୟୀ ଭାବେ ଯାଇଛି ଏବଂ ଖୁବ୍ ଶୀଘ୍ର ମନ୍ତ୍ରିମଣ୍ଡଳ ଅଦଳବଦଳ ନେଇ ସ୍ପଷ୍ଟ ଚିତ୍ର ମିଳିଯିବ ବୋଲି କୁହାଯାଉଛି ।

ସୂଚନାଥାଉକି, ନବ ଦାସଙ୍କ ମୃତ୍ୟୁ ପରେ ଅର୍ଥ ଓ ସଂସଦୀୟ ବ୍ୟାପାର ମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କୁ ଅତିରିକ୍ତ ଭାବେ ସ୍ୱାସ୍ଥ୍ୟ ବିଭାଗର ଦାୟିତ୍ୱ ଦିଆଯାଇଛି ।

 

Previous Post

କର୍ଣ୍ଣାଟକରେ କାମ କଲାନି ମୋଦି ମ୍ୟାଜିକ୍

Next Post

ଡବଲ୍ ଇଞ୍ଜିନ୍ ନୁହେଁ, ସୁଶାସନ ଜରୁରୀ: ନବୀନ

Next Post
ଡବଲ୍ ଇଞ୍ଜିନ୍ ନୁହେଁ, ସୁଶାସନ ଜରୁରୀ: ନବୀନ

ଡବଲ୍ ଇଞ୍ଜିନ୍ ନୁହେଁ, ସୁଶାସନ ଜରୁରୀ: ନବୀନ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19182 shares
    Share 7673 Tweet 4796
  • ନବୀନ..ନବୀନ, ମୋହନ..ମୋହନ

    16601 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5815 shares
    Share 2326 Tweet 1454
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5485 shares
    Share 2194 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA