ଭୁବନେଶ୍ୱର: ଓଡ଼ିଶା କ୍ରିକେଟ୍ ଆସୋସିଏସନ୍(ଓସିଏ) ସଭାପତି ଭାବେ ନିଦ୍ୱର୍ନ୍ଦରେ ନିର୍ବାଚିତ ହୋଇଛନ୍ତି ବିଜେଡି ସାଂଗଠନିକ ସମ୍ପାଦକ ତଥା ବିଧାୟକ ପ୍ରଣବ ପ୍ରକାଶ(ବବି) ଦାସ । ସଭାପତି ପଦ ପାଇଁ ଏକମାତ୍ର ପ୍ରାର୍ଥୀ ଭାବେ ସେ ପ୍ରାର୍ଥୀପତ୍ର ଦାଖଲ କରିଥିଲେ । ପ୍ୟାନେଲରେ ପ୍ରଣବଙ୍କ ସମେତ ୬ ଜଣ ସଦସ୍ୟ ପ୍ରାର୍ଥୀପତ୍ର ଦାଖଲ କରିଥିଲେ । ସମସ୍ତେ ନିଦ୍ୱର୍ନ୍ଦରେ ନିର୍ବାଚିତ ହୋଇଛନ୍ତି । ସଞ୍ଜୟ ବେହେରା ସାଧାରଣ ସମ୍ପାଦକ ଭାବେ ନିର୍ବାଚିତ ହୋଇଥିବା ବେଳେ ପଙ୍କଜ ଲୋଚନ ମହାନ୍ତି ଉପସଭାପତି ଓ ବିକାଶ ପ୍ରଧାନ କୋଷାଧ୍ୟକ୍ଷ ନିର୍ବାଚିତ ହୋଇଛନ୍ତି । ଆଜି ନିର୍ବାଚନ ପ୍ରକ୍ରିୟା ସରିଥିବା ବେଳେ କେବଳ ଔପଚାରିକ ଘୋଷଣା ବାକି ଅଛି ।
ନିଦ୍ୱର୍ନ୍ଦରେ ନିର୍ବାଚିତ ହୋଇଥିବାରୁ ପ୍ରଣବ ପ୍ରକାଶ ପ୍ୟାନେଲର ସମସ୍ତ କର୍ମକର୍ତ୍ତା ଏବଂ ଓସିଏ ସଦସ୍ୟଙ୍କୁ ଧନ୍ୟବାଦ ଜଣାଇଛନ୍ତି । କ୍ରୀଡ଼ାର ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସ୍ୱପ୍ନକୁ ସାକାର କରିବାର ଦାୟିତ୍ୱ ମିଳିଥିବାରୁ ସେ କୃତଜ୍ଞତା ଜଣାଇଛନ୍ତି । ଆଗାମୀ ଦିନରେ କ୍ରିକେଟର ବିକାଶ ପାଇଁ ସେ ଆପ୍ରାଣ ଉଦ୍ୟମ କରିବେ ବୋଲି କହିଛନ୍ତି ।