Sunday, September 21, 2025 01:05 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ଏମିତି ହେବ ‘ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ’

କାର୍ଯ୍ୟକ୍ରମ ସମ୍ପର୍କରେ ବିସ୍ତୃତ ସୂଚନା ଦେଲେ ବିଭାଗୀୟ ଶାସନ ସଚିବ

by Our Correspondent
31 Jan, 2024- 09:36 PM
in Latest News, News
1 min read
0
ଏମିତି ହେବ ‘ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ’

ଭୁବନେଶ୍ୱର: ଫେବ୍ରୁଆରୀ ୩ରୁ ୫ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱର ଜନତା ମଇଦାନରେ ଆୟୋଜିତ ହେଉଛି ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ । ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତ ବିଭାଗର ମନ୍ତ୍ରୀ ଅଶ୍ୱିନୀ କୁମାର ପାତ୍ର, ବିଭାଗର କମିସନର ତଥା ଶାସନ ସଚିବ ଶ୍ରୀମତୀ ସୁଜାତା ଆର କାର୍ତ୍ତିକେୟନ ପ୍ରମୁଖ ଆଜି ଏକ ସାମ୍ବାଦିକ ସମ୍ମିଳନୀରେ କାର୍ଯ୍ୟକ୍ରମ ସମ୍ପର୍କରେ ବିସ୍ତୃତ ସୂଚନା ଦେଇଛନ୍ତି ।

ଏହି ସମ୍ମିଳନୀରେ ଅନେକ ଅନ୍ତର୍ଜାତୀୟ ଖ୍ୟାତିସମ୍ପନ୍ନ ବିଦ୍ୱାନ-ପଦ୍ମଶ୍ରୀ ପ୍ରଫେସର ହରମାନ କୁଲ୍‌କେ, ପ୍ରଫେସର ଉୱେ ସ୍କୋଡା, ପ୍ରଫେସର ଆର୍ଲୋ ଗ୍ରିଫିଥ୍‌ସ୍, ପ୍ରଫେସର ଆଣ୍ଟେ ସ୍କିମେଡ଼ିଚେନ୍ ଏବଂ ବହୁ ଜାତୀୟସ୍ତରର ବିଦ୍ୱାନ ଅଂଶଗ୍ରହଣ କରିବେ ।

• ଓଡିଆ ଭାଷା ଏବଂ ଭାଷା ବିଜ୍ଞାନରେ ଅନନ୍ୟ ଅବଦାନ ପାଇଁ ଡକ୍ଟର ଦେବୀପ୍ରସନ୍ନ ପଟ୍ଟନାୟକଙ୍କୁ ଜୀବନବ୍ୟାପୀ ସାଧନା ପୁରସ୍କାରରେ ସମ୍ବର୍ଦ୍ଧିତ କରାଯିବ ।

• ଏତଦ୍‌ବ୍ୟତୀତ ଜ୍ଞାନପୀଠ ପୁରସ୍କାର ବିଜେତା, ପଦ୍ମପୁରସ୍କାର ବିଜେତା, ସାହିତ୍ୟ ଅକାଦେମି ପୁରସ୍କାରପ୍ରାପ୍ତ ବ୍ୟକ୍ତି, କବୀର ସମ୍ମାନ ପୁରସ୍କାରପ୍ରାପ୍ତ, ରାଜ୍ୟ ଏକାଡ଼େମୀର ସର୍ବୋଚ୍ଚ ପୁରସ୍କାର ବିଜେତାମାନଙ୍କୁ ସମ୍ମାନିତ କରାଯାଉଛି ।

• ଏହି ସମ୍ମିଳନୀରେ ଓଡ଼ିଶାର ଗୌରବମୟ ଅତୀତ ଓ ପରିବର୍ତ୍ତନଶୀଳ ବର୍ତ୍ତମାନ ଏବଂ ପ୍ରେରଣାଦାୟୀ ଭବିଷ୍ୟତର ଏକ ସୁସଜ୍ଜିତ ପ୍ରଦର୍ଶନୀ ପ୍ରଦର୍ଶିତ ହେବ । ଏହି ପ୍ରଦର୍ଶନୀ ତିନୋଟି ବିସ୍ତୃତ ବିଷୟ ଏବଂ ସମୟସୀମା ଉପରେ ଆୟୋଜିତ ହୋଇଛି ଯଥା- ପ୍ରାଚୀନ, ମଧ୍ୟ ଏବଂ ଆଧୁନିକ ।

• ଏହି ପ୍ରଦର୍ଶନୀରେ ଓଡ଼ିଆ ଭାଷା ଏବଂ ଲିପିର ଉତ୍ପତ୍ତି ଓ ବିବର୍ତ୍ତନ, ପ୍ରାଚୀନ ପ୍ରସ୍ତର ଅଭିଲେଖ, ତାମ୍ରଫଳକ, ତାଳପତ୍ର ପୋଥି, କଳିଙ୍ଗାଶୈଳୀର ମନ୍ଦିର ସ୍ଥାପତ୍ୟ, ଓଡ଼ିଶାର ନୌବାଣିଜ୍ୟ ସମ୍ପର୍କିତ କଳାକୃତିଗୁଡ଼ିକ ସୁଦୃଶ୍ୟ ଚିତ୍ରପଟ୍ଟ ମାଧ୍ୟମରେ ପ୍ରଦର୍ଶିତ ହେବ ।

• ମଧ୍ୟଯୁଗୀୟ ଓଡ଼ିଆ ସାହିତ୍ୟର ନବଜାଗରଣ ପ୍ରଦର୍ଶିତ ହେବ । ଓଡ଼ିଶାର କଳା ଏବଂ ଭାସ୍କର୍ଯ୍ୟ, ନୃତ୍ୟ ଏବଂ ସଙ୍ଗୀତ ପରମ୍ପରାଗୁଡ଼ିକ ପ୍ରଦର୍ଶିତ ହେବ ।

• ପ୍ରିଣ୍ଟିଂ ପ୍ରେସର ଆଗମନ ଏବଂ ଓଡିଆ ଭାଷାର ପ୍ରସାରରେ ଏହାର ପ୍ରଭାବ ଉପଯୁକ୍ତ କଳାକୃତି ଏବଂ ଫଟୋ ସହିତ ପ୍ରଦର୍ଶିତ ହେବ । ସମସାମୟିକ ସମ୍ବାଦପତ୍ର, ପତ୍ରପତ୍ରିକା ଏବଂ ଆଧୁନିକ ଚିନ୍ତାନାୟକମାନଙ୍କର ଭାବଧାରା ପ୍ରଦର୍ଶିତ ହେବ ।

• ବର୍ତ୍ତମାନର ଯୁଗ ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ଦ୍ୱାରା ପରିଚାଳିତ । ଦ୍ରୁତ ପରିବର୍ତ୍ତନଶୀଳ ବିଶ୍ୱ ସହିତ ପାଦ ମିଳାଇ ଓଡ଼ିଆ ଭାଷା ଓ ସାହିତ୍ୟ ଭବିଷ୍ୟତର ଆହ୍ୱାନର ଯଥାର୍ଥ ମୁକାବିଲା କରିବ । ଏହି ସମ୍ମିଳନୀ କେବଳ ଏହି ପ୍ରସଙ୍ଗରେ ବିଚାରବିମର୍ଶ କରିବ ନାହିଁ ବରଂ ବୃହତ୍ତର ବିଶ୍ୱଆଡ଼କୁ ଓଡ଼ିଆ ଭାଷାର ପ୍ରଗତିକୁ ପ୍ରମାଣ କରିବ ।

• ଏହା ଓଡିଆ ଭର୍ଚୁଆଲ୍ ଏକାଡେମୀ ପ୍ରଦର୍ଶନ, ଉଇକିପିଡ଼ିଆ ଏବଂ ଓଡ଼ିଆ ଫଣ୍ଟ ସମ୍ପର୍କରେ ଆଲୋକପାତ କରିବ ।

• ଓଡ଼ିଆ ଭାଷାର ଡିଜିଟାଲ୍ ଯୁଗ ଅଭିମୁଖେ ତା’ର ଯାତ୍ରାକୁ ପ୍ରଦର୍ଶିତ କରିବ ।

• ୪ ଫେବୃଆରୀ ୨୦୨୪ ରେ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କୁ ଏକ ବିଶେଷ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯିବ ।

• ସ୍କୁଲ ପିଲା ଏବଂ ଯୁବକମାନଙ୍କ ମଧ୍ୟରେ ପଠନ ଅଭ୍ୟାସକୁ ପ୍ରୋତ୍ସାହିତ କରିବା ପାଇଁ ଏକ ମୋବାଇଲ୍ ଲାଇବ୍ରେରୀ, ବସ୍ ଏବଂ ମୋବାଇଲ୍ ବୁକ୍‌ଆର୍ଟ ମାଧ୍ୟମରେ “ଆସ ପଢ଼ିବା” ର ଏକ ଧାରଣା ପ୍ରଦର୍ଶିତ ହେବ ।

• ଅତୀତର କୃତବିଦ୍ୟ ସାଧକମାନଙ୍କର ଅବଦାନକୁ ସ୍ମରଣକରି ତାଙ୍କର ଆବକ୍ଷ ପ୍ରତିମୂର୍ତ୍ତି ଓ ତୈଳଚିତ୍ର ପ୍ରଦର୍ଶିତ ହେବ । ବିଶିଷ୍ଟ ବ୍ୟକ୍ତିବିଶେଷଙ୍କର ଓଡ଼ିଆ ଦସ୍ତଖତ ପ୍ରଦର୍ଶିତ ହେବ ।

• ପ୍ରଦର୍ଶନୀକୁ ପିଲାମାନଙ୍କ ପାଇଁ ଅଧିକ ଚଳଚଞ୍ଚଳ କରିବାକୁ ଡାକ ପ୍ରକୋଷ୍ଠ ଏବଂ ସୂଚନା ଫଳକ ପ୍ରଦର୍ଶିତ ହେବ ।

• ଏକ ପୂର୍ଣ୍ଣାଙ୍ଗ ‘କୋଣାର୍କ ଅଶ୍ୱ’ ପ୍ରତିମୂର୍ତ୍ତିକୁ ପ୍ରତୀକ ଭାବରେ କେନ୍ଦ୍ରୀୟ ସ୍ଥଳରେ ସ୍ଥାନିତ କରାଯିବ ।

• ବୌଦ୍ଧିକ ଅଧିବେଶନ ଏବଂ ସମ୍ମିଳନୀ କାର୍ଯ୍ୟକ୍ରମଗୁଡିକ ଜୀବନ୍ତଭାବରେ ପ୍ରସାରିତ ହେବ ।

• ଭୁବନେଶ୍ୱରର କିଟ୍‌ଠାରେ ଏକ ଆନ୍ତର୍ଜାତିକ କବିତା ମହୋତ୍ସବ, ଶିକ୍ଷା ଓ ଅନୁସନ୍ଧାନ ବିଶ୍ୱବିଦ୍ୟାଳୟ ଦ୍ୱାରା ଅନ୍ତର୍ଜାତୀୟ ସାହିତ୍ୟ ମହୋତ୍ସବ ଅନୁଷ୍ଠିତ ହେବ । ରେଭେନ୍ସା ବିଶ୍ୱବିଦ୍ୟାଳୟ ଦ୍ୱାରା ଓଡିଆ ଚଳଚ୍ଚିତ୍ର ଏବଂ ଥିଏଟର ମହୋତ୍ସବ ସହିତ ଓଡ଼ିଆ ସିନେମା ଓ ମଞ୍ଚର ଭୂମିକା ଉପରେ ଏକ ଆଲୋଚନାଚକ୍ର ଆୟୋଜିତ ହେବ ।

• ଏତଦ୍‌ବ୍ୟତୀତ ବିଡ଼ିଏ ଏବଂ ବିଏମ୍‌ସିଙ୍କ ଦ୍ୱାରା ଭୁବନେଶ୍ୱର ନଗରରେ ଏକାମ୍ର ଉତ୍ସବ ଆୟୋଜିତ ହେବ ।

• ଉକ୍ତ ସମ୍ମିଳନୀ ଓଡିଶାର ଲୋକମାନଙ୍କର ଏକ ସାମୂହିକ ପର୍ବ ଅଟେ । ଏହି କାରଣରୁ ଛାତ୍ରଛାତ୍ରୀଙ୍କ ମଧ୍ୟରେ ବିଭିନ୍ନ କାର୍ଯ୍ୟକ୍ରମ, ବିଶ୍ୱବିଦ୍ୟାଳୟ, କଲେଜ ଏବଂ ବିଦ୍ୟାଳୟସ୍ତରରେ ପ୍ରତିଯୋଗିତା ଆୟୋଜିତ ହୋଇଛି ।

• ସମ୍ମିଳନୀ ସହିତ ସହଭାଗୀ ହେବା ପାଇଁ ଓଡିଆ ଭାଷା ଏବଂ ସାହିତ୍ୟିକ କାର୍ଯ୍ୟକଳାପରେ ଆଗ୍ରହୀ ଥିବା ସମସ୍ତ ପଞ୍ଚାୟତରେ ଏକ ସ୍ୱତନ୍ତ୍ର ‘ଗ୍ରାମ ସଭା’ ଆୟୋଜନ କରାଯାଉଛି । ବ୍ଲକସ୍ତରରେ ମଧ୍ୟ ଏହି କାର୍ଯ୍ୟକ୍ରମଗୁଡ଼ିକ ପରିଚାଳିତ ହେବ ।

• ଓଡ଼ିଶାର ବିଶିଷ୍ଟ ବ୍ୟକ୍ତିତ୍ୱ ତଥା ବରପୁତ୍ରମାନଙ୍କ ପ୍ରତିମୂର୍ତ୍ତିଗୁଡ଼ିକରେ ଶ୍ରଦ୍ଧାଞ୍ଜଳି ଅର୍ପଣ କାର୍ଯ୍ୟକ୍ରମ ପାଇଁ ନିର୍ଦ୍ଦେଶନାମା ଜାରି କରାଯାଇଛି ।

• ସମସ୍ତ ବିଭାଗ, ହିତାଧିକାରୀ, ସଙ୍ଗଠନ, ବ୍ୟକ୍ତି ଏବଂ ସ୍ୱେଚ୍ଛାସେବୀଙ୍କୁ ନେଇ ଏହି ସମ୍ମିଳନୀ ଆୟୋଜିତ ହେଉଛି ।

ଏହି ସମ୍ମିଳନୀକୁ ସ୍ମରଣୀୟ କରିବା ପାଇଁ ଆସନ୍ତା ଫେବୃଆରୀ ୩ ତାରିଖ ତଥା ଉଦଘାଟାନୀ ଉତ୍ସବ ଅବସରରେ ପୂର୍ବାହ୍ନ ୧୧.୩୦ ଘଟିକା ସମୟରେ ରାଜ୍ୟ ତଥା ଦେଶବିଦେଶରେ ରହୁଥିବା ଓଡିଆ ଭାଇଭଉଣୀମାନେ ଏକକାଳୀନ “ବନ୍ଦେ ଉତ୍କଳ ଜନନୀ” ସଂଗୀତ ଗାନ କରିବାପାଇଁ ରାଜ୍ୟ ସରକାରଙ୍କ ତରଫରୁ ଅନୁରୋଧ କରାଯାଇଛି ।

Previous Post

୧୩୮ କୋଟିର ‘ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର’

Next Post

Interim Budget 2024: Key highlights

Next Post
Interim Budget 2024: Key highlights

Interim Budget 2024: Key highlights

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19105 shares
    Share 7642 Tweet 4776
  • ନବୀନ..ନବୀନ, ମୋହନ..ମୋହନ

    16587 shares
    Share 6635 Tweet 4147
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7292 shares
    Share 2917 Tweet 1823
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5799 shares
    Share 2320 Tweet 1450
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5476 shares
    Share 2190 Tweet 1369

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA