Tuesday, June 30, 2026 10:37 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ପାଇଁ ବ୍ୟାପକ ପ୍ରସ୍ତୁତି

ପ୍ରସ୍ତୁତି ସମୀକ୍ଷା କଲେ ୫-‘ଟି’ ଅଧ୍ୟକ୍ଷ

by Our Correspondent
19 Jan, 2024- 11:25 PM
in Latest News, News
1 min read
0
ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ପାଇଁ ବ୍ୟାପକ ପ୍ରସ୍ତୁତି

ଭୁବନେଶ୍ୱର: ଆସନ୍ତା ଫେବ୍ରୁଆରୀ ୩ ରୁ ୫ ତାରିଖ ପର୍ଯ୍ୟନ୍ତ ତିନି ଦିନ ଧରି ଭୁବନେଶ୍ୱରର ଜନତା ମଇଦାନରେ ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀର ଆୟୋଜନ କରାଯାଇଛି । ଏଥିପାଇଁ ବ୍ୟାପକ ପ୍ରସ୍ତୁତି ହୋଇଛି । ଏହି ପରିପ୍ରେକ୍ଷୀରେ ଆଜି ୫-ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ ଭି. କାର୍ତ୍ତିକ ପାଣ୍ଡିଆନ୍ ଏହାର ପ୍ରସ୍ତୁତି ସମ୍ପର୍କରେ ସମୀକ୍ଷା କରିଥିଲେ ।

ନିଷ୍ପତ୍ତି ଅନୁଯାୟୀ

  • ସମ୍ମିଳନୀ ଉପଲକ୍ଷେ ପ୍ରସ୍ତୁତ କରାଯାଉଥିବା ଅକ୍ଷର ଭୂମିକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ଵାରା ସମ୍ମିଳନୀର ପ୍ରଥମ ଦିନରେ ଲୋକାର୍ପଣ କରାଯିବ ।

  • ସମ୍ମିଳନୀ ଅବସରରେ ସମସ୍ତ ବିଦ୍ୟାଳୟ/ଉଚ୍ଚ ବିଦ୍ୟାଳୟ/ ମହାବିଦ୍ୟାଳୟ/ ବିଶ୍ୱବିଦ୍ୟାଳୟ ଗୁଡ଼ିକରେ ଓଡ଼ିଆ ଭାଷା ସମ୍ପର୍କିତ ବିଭିନ୍ନ ପ୍ରତିଯୋଗିତା ଆୟୋଜନ କରାଯିବ ।

  • ଭାଷା ସମ୍ପର୍କିତ ଗୁରୁତ୍ୱପୂର୍ଣ୍ଣ ବିଷୟ ବସ୍ତୁ ଗୁଡ଼ିକୁ ନେଇ ୧୬ଗୋଟି ସମ୍ପାନ ଆୟୋଜନ କରାଯିବ । ଏତଦବ୍ୟତୀତ ବିଦ୍ୟାଳୟ/ଉଚ୍ଚ ବିଦ୍ୟାଳୟ/ ମହାବିଦ୍ୟାଳୟ/ ବିଶ୍ୱବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କ ନିମନ୍ତେ ଏକ ସ୍ଵତନ୍ତ ସମ୍ପାନର ଆୟୋଜନ କରାଯିବ।

  • ମୁଖ୍ୟମନ୍ତ୍ରୀଙ୍କ ଦ୍ଵାରା ପ୍ରଥମ ବିଶ୍ଵ ଓଡ଼ିଆ ଭାଷା ସମ୍ମିଳନୀର ଲୋକାର୍ପିତ ଲୋଗୋକୁ ଚୟନିତ ଉଚ୍ଚ ବିଦ୍ୟାଳୟ ଓ ମହାବିଦ୍ୟାଳୟମାନଙ୍କର ପ୍ରମୁଖ ସ୍ଥାନ/ କାନ୍ଥରେ ଚିତ୍ରଣ କରାଯିବ ।

  • ଲୋଗୋକୁ ସମସ୍ତ ବିଦ୍ୟାଳୟ ଓ ମହାବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କୁ ପ୍ରଦାନ କରାଯିବା ସହିତ ସମସ୍ତ ସରକାରୀ ଗାଡ଼ିରେ ଷ୍ଟିକରିଂ କରାଯାଇ ସମ୍ମିଳନୀର ପ୍ରଚାର ପ୍ରସାର କରାଯିବ।

  • ସମ୍ମିଳନୀର ପ୍ରଚାର ପ୍ରସାର ନିମନ୍ତେ ବିଷୟଭିତ୍ତିକ ସଙ୍ଗୀତ ପ୍ରସ୍ତୁତ କରାଯିବ ।

  • ସୂଚନା ଓ ଲୋକସମ୍ପର୍କ ବିଭାଗ ଦ୍ଵାରା ସମ୍ମିଳନୀର ପ୍ରଚାର ପ୍ରସାର ନିମନ୍ତେ ଆୟୋଜିତ କାର୍ଯ୍ୟକ୍ରମ ଗୁଡ଼ିକର ସୂଚନା, ଶିକ୍ଷା ଓ ଯୋଗାଯୋଗ ମାଧ୍ୟମରେ ଉଭୟ ମୁଦ୍ରଣ ଓ ବୈଦ୍ୟୁତିକ ଗଣମାଧ୍ୟମର ବ୍ୟବହାର କରାଯିବ ।

  • ଓଡ଼ିଶା ପରିବାର ତରଫରୁ ରାଜ୍ୟ ବାହାରେ ଓ ବିଦେଶରେ ରହୁଥିବା ଓଡ଼ିଆ ସଂଗଠନମାନଙ୍କୁ Live Webcast ଦ୍ଵାରା ଯୋଡ଼ାଯାଇ ସମ୍ମିଳନୀର ଉଦଘାଟନ ଓ ଉଦଯାପନ ଉତ୍ସବରେ ବାସ୍ତବ ଓ ଆଭାସୀ ଉପସ୍ଥିତି ନିମନ୍ତେ ଉତ୍ସାହିତ କରାଯିବ ।

  • ସେମାନଙ୍କର ମତାମତକୁ ବୈଦ୍ୟୁତିକ ଗଣମାଧ୍ୟମ ଓ ମୁଦ୍ରଣ ଗଣମାଧ୍ୟମରେ ପ୍ରକାଶ କରାଯିବା ସହିତ ମତାମତର କ୍ୟାଟଲଗ ପ୍ରସ୍ତୁତ କରାଯିବ ।

  • ସମ୍ମିଳନୀ ସମ୍ବନ୍ଧୀୟ ଆଲୋଚନା ଚକ୍ର ଓ ଅନ୍ୟାନ୍ୟ କାର୍ଯ୍ୟକ୍ରମ ଗୁଡ଼ିକୁ ତଥ୍ୟପୁସ୍ତିକା (Brochure) ମାଧ୍ୟମରେ ପ୍ରକାଶ କରାଯିବ ।

  • ପ୍ରତିବର୍ଷ ରାଜ୍ୟସ୍ତରୀୟ ଓଡ଼ିଆ ଭାଷା ସପ୍ତାହ ପାଳନ କରାଯିବା ସହିତ ରାଜ୍ୟ ମାତୃଭାଷା ଦିବସ ପାଳନ କରାଯିବ ।

  • ମାତୃଭାଷାର ବହୁଳ ବ୍ୟବହାର ନିମନ୍ତେ ବିଭିନ୍ନ ନିଗମ କାର୍ଯ୍ଯାଳୟ/ ସରକାରୀ କାର୍ଯ୍ଯାଳୟ/ ବେସରକାରୀ କାର୍ଯ୍ଯାଳୟ/ ଅନୁଷ୍ଠାନମାନଙ୍କରେ ଓଡ଼ିଆ ଭାଷାର ବିଭିନ୍ନ ପ୍ରତିଯୋଗିତାର ଆୟୋଜନ କରାଯାଇ କୃତୀ ପ୍ରତିଯୋଗୀମାନଙ୍କୁ ପୁରସ୍କୃତ/ସମ୍ବର୍ଦ୍ଧିତ କରାଯିବ ।

  • ରାଜ୍ୟ ବାହାରେ ବିଭିନ୍ନ ପ୍ରତିଷ୍ଠିତ ବିଶ୍ୱବିଦ୍ୟାଳୟରେ ଓଡ଼ିଆ ଚେୟାର ପ୍ରତିଷ୍ଠା କରାଯିବା ପାଇଁ ପଦକ୍ଷେପ ଗ୍ରହଣ କରାଯିବ ।

  • ରାଜ୍ୟ ବାହାରେ ଓ ବିଦେଶରେ ରହୁଥିବା ଓଡ଼ିଆମାନଙ୍କୁ ଓଡ଼ିଆ ଶିଖିବା ନିମିତ୍ତ ଉଭୟ ଡିଜିଟାଲ ଓ କଠିନ ପୁସ୍ତକ ଯୋଗାଇ ଦିଆଯିବ। ସେମାନଙ୍କୁ ସପ୍ତମ ଶ୍ରେଣୀ ସ୍ତରର ଓଡ଼ିଆ ଉତ୍ତୀର୍ଣ୍ଣ ପ୍ରମାଣପତ୍ର ପ୍ରଦାନ ନିମିତ୍ତ ଏକ ପରୀକ୍ଷା ପ୍ଲାଟଫର୍ମ ମଧ୍ୟ ଉପଲବ୍ଧ କରାଯିବ ।

  • ରାଜ୍ୟରେ ଶହେ ବର୍ଷରୁ ପୁରୁଣା ୧୦୯ଟି ପ୍ରାଥମିକ ବିଦ୍ୟାଳୟ ଏବଂ ୪୫ଟି ଉଚ୍ଚ ବିଦ୍ୟାଳୟକୁ ଐତିହ୍ୟ ଭାବେ ଘୋଷଣା କରାଯିବା ସହ ଉକ୍ତ ବିଦ୍ୟାଳୟରୁ ଉତ୍ତୀର୍ଣ୍ଣ ବରପୁତ୍ରମାନଙ୍କୁ ସମ୍ବର୍ଦ୍ଧନା କରାଯିବ ।

  • ସମ୍ମିଳନୀ ସ୍ଥଳ ଏବଂ ଭୁବନେଶ୍ୱର ମହାନଗରକୁ ଆଲୋକମାଳାରେ ସୁସଜ୍ଜିତ କରାଯିବ ।   ଉକ୍ତ ବୈଠକରେ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା, ଉନ୍ନୟନ କମିଶନର ଶ୍ରୀମତୀ ଅନୁ ଗର୍ଗ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଶାସନ ସଚିବ ଶ୍ରୀମତୀ ସୁଜାତା ରାଉତ କାର୍ତ୍ତିକେୟନ, ଅନ୍ୟାନ୍ୟ ବିଭାଗୀୟ ମୁଖ୍ୟ ଓ ବିଭିନ୍ନ ନିର୍ଦ୍ଦେଶାଳୟର ନିର୍ଦ୍ଦେଶକମାନେ ଉପସ୍ଥିତ ଥିଲେ ।

Previous Post

ଅର୍ପଣ ରଥ କାର୍ଯ୍ୟକ୍ରମରେ ଘୋର ବିଭ୍ରାଟ: କଂଗ୍ରେସ

Next Post

୧୩ ଜିଲ୍ଲାରେ ୧୯ଟି ନଦୀ ଜଳାଶୟ ପ୍ରକଳ୍ପ, ଖର୍ଚ୍ଚ ହେବ ୪୬୦୦ କୋଟି

Next Post
୧୩ ଜିଲ୍ଲାରେ ୧୯ଟି ନଦୀ ଜଳାଶୟ ପ୍ରକଳ୍ପ, ଖର୍ଚ୍ଚ ହେବ ୪୬୦୦ କୋଟି

୧୩ ଜିଲ୍ଲାରେ ୧୯ଟି ନଦୀ ଜଳାଶୟ ପ୍ରକଳ୍ପ, ଖର୍ଚ୍ଚ ହେବ ୪୬୦୦ କୋଟି

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA