Saturday, May 9, 2026 11:58 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପାଇଁ ପ୍ରସ୍ତୁତି ବୈଠକ

୨୭ରେ ଓଡ଼ିଶା ଆସୁଛନ୍ତି, ବ୍ରହ୍ମପୁରରେ "ସେବା ପର୍ବ" କାର୍ଯ୍ୟକ୍ରମରେ ଯୋଗଦେବେ

by Our Correspondent
19 Sep, 2025- 11:08 PM
in Latest News, News
1 min read
0
ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପାଇଁ ପ୍ରସ୍ତୁତି ବୈଠକ

ଭୁବନେଶ୍ୱର: ଆସନ୍ତା ସେପ୍ଟେମ୍ବର ୨୭ ତାରିଖ ଦିନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡିଶା ଗସ୍ତରେ ଆସୁଛନ୍ତି । ପ୍ରଧାନମନ୍ତ୍ରୀ ଓଡ଼ିଶା ଆସି ବ୍ରହ୍ମପୁରର ରଙ୍ଗେଇଲୁଣ୍ଡା ଠାରେ ହେବାକୁଥିବା ‘ସେବା ପର୍ବ’ କାର୍ଯ୍ୟକ୍ରମରେ ଯୋଗଦେବେ । ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଆଜି ଲୋକସେବା ଭବନ ଠାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି।

ବୈଠକରୁ ଜଣାପଡିଛି ଯେ, ପ୍ରଧାନମନ୍ତ୍ରୀ ଉକ୍ତ ଦିନ ପୂର୍ବାହ୍ନ ୧୧ଟା ରେ ବ୍ରହ୍ମପୁର ଠାରେ ଜାତୀୟ ସ୍ତରୀୟ ‘ସେବା ପର୍ବ’ କାର୍ଯ୍ୟକ୍ରମରେ ଯୋଗଦେଇ ବିଭିନ୍ନ ଜନହିତକର ପ୍ରକଳ୍ପ ଉଦ୍‌ଘାଟନ କରିବା ସହ ଅନେକ ନୂତନ କାର୍ଯ୍ୟକ୍ରମ ଦେଶବାସୀଙ୍କ ପାଇଁ ଉତ୍ସର୍ଗ କରିବେ।

ଏହି ଅବସରରେ ପ୍ରଧାନମନ୍ତ୍ରୀଙ୍କ ଗସ୍ତ ଓ କାର୍ଯ୍ୟକ୍ରମର ସଫଳ ଆୟୋଜନ ସମେତ ଏହାକୁ ସୂଚାରୁଭାବେ ସମ୍ପାଦନ କରିବା, ଏଥିନିମନ୍ତେ ସୁରକ୍ଷା ବ୍ୟବସ୍ଥା, ଜନସାଧାରଣଙ୍କ ସହଭାଗୀତା ପାଇଁ, ବୈଠକରେ ମୁଖ୍ୟମନ୍ତ୍ରୀ ବିଭିନ୍ନ ବିଭାଗର ସଚିବ ଓ ଅଧିକାରୀମାନଙ୍କୁ ଆବଶ୍ୟକ ପରାମର୍ଶ ଦେଇଛନ୍ତି। ପ୍ରଧାନମନ୍ତ୍ରୀଙ୍କ ଯାତ୍ରାପଥ, ଆଗମନ-ବିଦାୟ ବ୍ୟବସ୍ଥା, ସୁରକ୍ଷା ବଳଙ୍କ ନିୟୋଜନ, ସଭାସ୍ଥଳର ପ୍ରସ୍ତୁତି, ସ୍ୱାସ୍ଥ୍ୟ, ପୋଲିସ, ପାଣି-ବିଦ୍ୟୁତ ଓ ସ୍ଥାନୀୟ ପ୍ରଶାସନ ସମେତ ସମସ୍ତ ବିଭାଗକୁ ସମନ୍ୱୟ ରଖି କାର୍ଯ୍ୟ କରିବା ପାଇଁ ବୈଠକରେ ଆଲୋଚନା ହୋଇଥିଲା । ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟକ୍ରମକୁ ସଫଳତାର ସହ ଆୟୋଜନ କରି ସ୍ମରଣୀୟ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ।

ସୂଚନାଯୋଗ୍ୟ ଯେ, ପ୍ରଧାନମନ୍ତ୍ରୀ, ଏହି “ସେବା ପର୍ବ” କାର୍ଯ୍ୟକ୍ରମରେ ଦେଶର ଆଠଟି IIT ମାନଙ୍କର capacity expansion, କୋରାପୁଟ-ବାଇଗୁଡ଼ା ଏବଂ ମାନାବାର-କୋରାପୁଟ-ଗୋରାପୁର ରେଳ ଲାଇନ ଡ଼ବଲିଙ୍ଗ, ସମ୍ବଲପୁର-ସରଲା ଫ୍ଲାଇଓଭର ଉଦ୍‌ଘାଟନ, BSNL ଦ୍ୱାରା ଦେଶବ୍ୟାପୀ ସ୍ୱଦେଶୀ 4G ନେଟୱାର୍କ ସେବାର ଲୋକାର୍ପଣ, MKCG , VIMSAR ମେଡିକାଲ କଲେଜକୁ ବିଶ୍ୱସ୍ତରୀୟ ସୁପର ସ୍ପେଶାଲିଟି ମାନ୍ୟତା ଘୋଷଣା, ଦେଶବ୍ୟାପୀ ଦକ୍ଷତା ବିକାଶ ପ୍ରକଳ୍ପର ଉଦ୍‌ଘାଟନ, ଅନ୍ତ୍ୟୋଦୟ ଗୃହ ଯୋଜନାରେ ୫୦ ହଜାର ହିତାଧିକାରୀଙ୍କୁ ସହାୟତା ପ୍ରଦାନ ଏବଂ ଅନ୍ୟ ବିଭିନ୍ନ ବିକାଶମୂଳକ କାର୍ଯ୍ୟକ୍ରମର ଶୁଭ ଉଦ୍‌ଘାଟନ କରିବେ।

ବୈଠକରେ ଇସ୍ପାତ ଓ ଖଣି ମନ୍ତ୍ରୀ ବିଭୂତି ଭୂଷଣ ଜେନା, ମତ୍ସ୍ୟ ଓ ପ୍ରାଣିସମ୍ପଦ ବିକାଶ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ, ଶିଳ୍ପ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁ, ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶଦାତା ପ୍ରକାଶ ମିଶ୍ର, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ଉନ୍ନୟନ କମିଶନର ଶ୍ରୀମତୀ ଅନୁ ଗର୍ଗ, ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ, ପୋଲିସ ମହାନିର୍ଦ୍ଦେଶକ ୱାଇ.ବି. ଖୁରାନିଆ, ସୂଚନା ଓ ଲୋକସମ୍ପର୍କ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ହେମନ୍ତ ଶର୍ମା, ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ଶାସନ ସଚିବ ଶାଶ୍ୱତ ମିଶ୍ର ଏବଂ ପୂର୍ତ୍ତ ବିଭାଗର ପ୍ରମୁଖ ଶାସନ ସଚିବ ସଞ୍ଜୟ କୁମାର ସିଂହ ପ୍ରମୁଖ ଉପସ୍ଥିତ ଥିଲେ।

Previous Post

କିଟ୍‍-କିସ୍‍ ଓ ୟୁନେସ୍କୋ ଏମଜିଆଇଇପି ମଧ୍ୟରେ ବୁଝାମଣା

Next Post

ବିଜେଡିର ଭୟ ନା ପ୍ରେମ?

Next Post
ବିଜେଡିର ଭୟ ନା ପ୍ରେମ?

ବିଜେଡିର ଭୟ ନା ପ୍ରେମ?

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA