Sunday, March 26, 2023 05:01 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Breaking News

ରାଷ୍ଟ୍ରପତି ହେବା ପରେ ଜନ୍ମମାଟିକୁ ପ୍ରଥମ ଗସ୍ତ

ରାଷ୍ଟ୍ରପତି ହେବା ପରେ ଜନ୍ମମାଟିକୁ ପ୍ରଥମ ଗସ୍ତ

by Our Correspondent
10 Nov, 2022- 11:26 AM
in Breaking News, Latest News, News
1 min read
0
ରାଷ୍ଟ୍ରପତି ହେବା ପରେ ଜନ୍ମମାଟିକୁ ପ୍ରଥମ ଗସ୍ତ

ଭୁବନେଶ୍ୱର: ଭାରତର ରାଷ୍ଟ୍ରପତି ପଦରେ ଅଳଙ୍କୃତ ହେବା ପରେ ଆଜି ନିଜ ଜନ୍ମମାଟି ଓଡ଼ିଶାକୁ ପ୍ରଥମ ଗସ୍ତରେ ଆସିଛନ୍ତି ଦ୍ରୌପଦ୍ରୀ ମୁର୍ମୁ । ବାୟୁସେନାର ଏକ ସ୍ୱତନ୍ତ୍ର ବିମାନରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଥିବା ପରେ ତାଙ୍କୁ ବିପୁଳ ସମ୍ବର୍ଦ୍ଧନା ଦିଆଯାଇଛି । ଏଠାରୁ ବାୟୁସେନାର ସ୍ୱତନ୍ତ୍ର ହେଲିକପ୍ଟରରେ ରାଷ୍ଟ୍ରପତି ମହାପ୍ରଭୁ ଜଗନ୍ନାଥଙ୍କ ନିମନ୍ତେ ପୁରୀ ଯାତ୍ରା କରିଛନ୍ତି ।

ନୂଆଦିଲ୍ଲୀରୁ ରାଷ୍ଟ୍ରପତିଙ୍କୁ ନେଇ ଆସିଥିବା ବାୟୁସେନାର ସ୍ୱତନ୍ତ୍ର ବିମାନ ଭୁବନେଶ୍ୱର ବିମାନବନ୍ଦରରେ ସକାଳ ପ୍ରାୟ ୧୦.୫୦ ମିନିଟ୍ ରେ ଅବତରଣ କରିଥିଲା । ରାଷ୍ଟ୍ରପତିଙ୍କୁ ସ୍ୱାଗତ କରିବା ପାଇଁ ବିମାନବନ୍ଦରରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉପସ୍ଥିତ ଥିଲେ । ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର, ଡିଜି ସୁନୀଲ ବଂଶଲଙ୍କ ସମେତ ରାଜ୍ୟ ସରକାରଙ୍କ ଅନ୍ୟ ଉଚ୍ଚ ପଦାଧିକାରୀମାନେ ମଧ୍ୟ ଉପସ୍ଥିତ ଥିଲେ । ରାଷ୍ଟ୍ରପତିଙ୍କୁ ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ ପ୍ରମୁଖ ସ୍ୱାଗତ କରି ପାଛୋଟି ଆଣିବା ପରେ ପୁଲିସ ପକ୍ଷରୁ ଗାର୍ଡ ଅଫ୍ ଅନର୍ ପ୍ରଦାନ କରାଯାଇଥିଲା ।

୧୫ ମିନିଟ୍ ର ଏହି କାର୍ଯ୍ୟକ୍ରମ ପରେ ରାଷ୍ଟ୍ରପତି ବାୟୁସେନାର ଏକ ସ୍ୱତନ୍ତ୍ର ହେଲିକପ୍ଟରରେ ପୁରୀ ଯାତ୍ରା କରିଥିଲେ । ପୁରୀ ତାଳବଣିଆ ହେଲିପ୍ୟାଡ୍ ରେ ହେଲିକପ୍ଟର ପହଞ୍ଚିବା ପରେ ରାଷ୍ଟ୍ରପତିଙ୍କୁ ଜିଲ୍ଲା ଓ ମନ୍ଦିର ପ୍ରଶାସନ ପକ୍ଷରୁ ବିପୁଳ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଥିଲା । ସେଠାରୁ ଏକ କ୍ୟାରିକେଡ୍ ରେ ରାଷ୍ଟ୍ରପତି ଶ୍ରୀମନ୍ଦିର ଯାଇଛନ୍ତି । ସେଠାରେ ରାଷ୍ଟ୍ରପତି ଏକ ଘଣ୍ଟା ରହିବେ । ମହାପ୍ରଭୁଙ୍କୁ ଦର୍ଶନ ଓ ପୂଜାର୍ଚ୍ଚନା ପରେ ରାଷ୍ଟ୍ରପତି ମହାପ୍ରସାଦ ସେବନ କରିବାର କାର୍ଯ୍ୟକ୍ରମ ରହିଛି ।

କାର୍ଯ୍ୟସୂଚୀ ଅନୁଯାୟୀ ଦିନ ୨ଟା ୫୦ରେ ରାଷ୍ଟ୍ରପତି ଭୁବନେଶ୍ୱର ଫେରି ବିଭିନ୍ନ ଛକରେ ଥିବା ସ୍ୱାଧୀନତା ସଂଗ୍ରାମୀଙ୍କୁ ଶ୍ରଦ୍ଧାଞ୍ଜଳି ଦେବେ । ରାଜଧାନୀର ୬ଟି ଭିନ୍ନ ଭିନ୍ନ ସ୍ଥାନରେ ଥିବା ୮ ଜଣ ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବେ । ରାଜଭବନରେ ରାଷ୍ଟ୍ରପତି ରାତ୍ରିଯାପନ କରିବେ ।

ଆସନ୍ତାକାଲି ୧୧ ତାରିଖ ସକାଳ ୯ଟାରୁ ୧୦ଟା ସମୟ ମଧ୍ୟରେ ରାଷ୍ଟ୍ରପତି ଖଣ୍ଡଗିରିସ୍ଥିତ ତପୋବନ ହାଇସ୍କୁଲ, ୟୁନିଟ୍-୨ ସରକାରୀ ବାଳିକା ହାଇସ୍କୁଲ ଏବଂ କୁନ୍ତଳା କୁମାରୀ ସାବତ ଆଦିବାସୀ ଛାତ୍ରୀ ନିବାସ ପରିଦର୍ଶନ କରିବେ । ସାଢ଼େ ୧୧ଟାରେ ଜୟଦେବ ଭବନରେ ସର୍ବଭାରତୀୟ ବୈଷୟିକ ଶିକ୍ଷା ପରିଷଦର କାର୍ଯ୍ୟକ୍ରମରେ ଯୋଗଦେବେ । ଅପରାହ୍ନରେ ରାଷ୍ଟ୍ରପତି ଦିଲ୍ଲୀ ଫେରିଯିବେ ।

 

Previous Post

ସ୍ଥାନୀୟ ନେତାଙ୍କୁ ଅଧିକ ଗୁରୁତ୍ୱ

Next Post

ଜନ୍ମମାଟିରେ ଭାବବିହ୍ୱଳ ରାଷ୍ଟ୍ରପତି

Next Post
ଜନ୍ମମାଟିରେ ଭାବବିହ୍ୱଳ ରାଷ୍ଟ୍ରପତି

ଜନ୍ମମାଟିରେ ଭାବବିହ୍ୱଳ ରାଷ୍ଟ୍ରପତି

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Breaking News
  • Business & Economy
  • Crime
  • Editors Pick
  • Entertainment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ଗଣଦୁଷ୍କର୍ମ ମାମଲା ଚାପିଦେବାକୁ ଚାହିଁଥିଲେ ଓଟିଭି ଏମଡି ଜାଗୀ ପଣ୍ଡା!

    ଗଣଦୁଷ୍କର୍ମ ମାମଲା ଚାପିଦେବାକୁ ଚାହିଁଥିଲେ ଓଟିଭି ଏମଡି ଜାଗୀ ପଣ୍ଡା!

    3265 shares
    Share 1306 Tweet 816
  • ଏୟାରଲିଫ୍ଟ ହେଲେ କୃଷି ଅଧିକାରୀ ଆଦିତ୍ୟ ପାତ୍ର

    2176 shares
    Share 870 Tweet 544
  • ସ୍ୱତନ୍ତ୍ର ବିକାଶ ପରିଷଦ: ୮ ଜିଲ୍ଲାରେ ନୂଆ ଅଧ୍ୟକ୍ଷ

    2070 shares
    Share 828 Tweet 518
  • ଧର୍ମେନ୍ଦ୍ର ବିରୋଧୀ ମେଳିରେ ୧୨ ବିଧାୟକ, ୬ ସାଂସଦ !

    2039 shares
    Share 816 Tweet 510
  • ସାଂସଦ ଅପରାଜିତା ହେବେ ମେୟର ପ୍ରାର୍ଥୀ!

    1920 shares
    Share 768 Tweet 480

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Breaking News
  • Business & Economy
  • Crime
  • Editors Pick
  • Entertainment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA