Friday, June 5, 2026 12:08 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ପଦ୍ମପୁର ପାଇଁ ୪୮୮ କୋଟି

by Our Correspondent
29 Oct, 2022- 07:52 PM
in Latest News, News
1 min read
0
ପଦ୍ମପୁର ପାଇଁ ୪୮୮ କୋଟି
Spread the love

ଭୁୁବନେଶ୍ୱର: ଆଗକୁ ଉପନିର୍ବାଚନ ହେବାକୁ ଥିବା ବରଗଡ଼ ଜିଲ୍ଲାର ପଦ୍ମପୁର ନିର୍ବାଚନମଣ୍ଡଳୀ ପାଇଁ ୪୮୮ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଲୋକାର୍ପିତ କରିଛନ୍ତି । ପଦ୍ମପୁର ଅଞ୍ଚଳର ବିକାଶକୁ ଆଗେଇ ନେବାରେ ଏ ସବୁ ପ୍ରକଳ୍ପ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଏଥିସହ ପଦ୍ମପୁର ଅଞ୍ଚଳର ୩ଟି ବ୍ଲକ୍ ଓ ସହରାଞ୍ଚଳ ପାଇଁ ୩୦ କୋଟି ଟଙ୍କାର ପ୍ରକଳ୍ପ ଉଦଘାଟିତ ହୋଇଛି । ଏଥିରେ ୨୦ ଟି କଲ୍ୟାଣମଣ୍ଡପ ସହିତ ପଞ୍ଚାୟତ ଭବନ, ଗ୍ରାମୀଣ ବଜାର ଓ କମନ୍ ଫାସିଲିଟି ସେଣ୍ଟର କରାଯାଇଛି ।

ବିକାଶ ହେଉଛି ଆମର ପରିଚୟ। ଚାଷୀ, ମହିଳା, ଯୁବବର୍ଗ ମାନଙ୍କୁ ସଶକ୍ତ କରି ସାରା ଓଡିଶାକୁ ସଶକ୍ତ କରିବା ପାଇଁ ରାଜ୍ୟ ସରକାର କାମ କରୁଛନ୍ତି ବୋଲି ମୁଖ୍ୟମନ୍ତ୍ରୀ ମତବ୍ୟକ୍ତ କରିବା ସହ ପଦ୍ମପୁର ଓଡ଼ିଶାର ଭାତହାଣ୍ଡି ବୋଲି ବର୍ଣ୍ଣନା କରିଛନ୍ତି । ପଦ୍ମପୁରର ଚାଷୀମାନଙ୍କ ଉନ୍ନତି ପାଇଁ ମୁଖ୍ୟମନ୍ତ୍ରୀ ୧୦ କୋଟି ଟଙ୍କାର ୨୦ଟି ଉଠା ଜଳସେଚନ ପ୍ରକଳ୍ପ ଲୋକାର୍ପିତ କରିଥିଲେ । ତା ସହିତ କୃଷି ବଜାର ଭିତ୍ତିଭୂମି ବିକାଶ ପାଇଁ ୧୮ କୋଟି ୪୮ ଲକ୍ଷ ଟଙ୍କାର ପ୍ରକଳ୍ପ କାମ ମଧ୍ୟ ଆରମ୍ଭ କରିଥିଲେ ।

ଏହାସହିତ ପଦ୍ମପୁରରେ ଯୋଗାଯୋଗର ବିକାଶ ପାଇଁ ୨୬୦ କୋଟି ଟଙ୍କାରେ ୩୮ଟି ସେତୁ ଓ ୧୩୬ କୋଟି ଟଙ୍କାରେ ୨୫ଟି ରାସ୍ତା କାମର ଶୁଭାରମ୍ଭ କରାଯିବା ସହିତ ୯ କୋଟି ଟଙ୍କାରେ ଗ୍ରାମ୍ୟ ଭିତ୍ତିଭୂମି ପ୍ରକଳ୍ପ, ୬୦ ଲକ୍ଷ ଟଙ୍କାରେ ୪ଟି ଗ୍ରାମୀଣ ବଜାର ଓ ୪ କୋଟି ୨୨ ଲକ୍ଷ ଟଙ୍କାରେ ୧୬ଟି ପୌରାଞ୍ଚଳ ଭିତ୍ତିଭୂମି ଯୋଜନା ମଧ୍ୟ ଆରମ୍ଭ କରାଯାଇଛି ।

ପ୍ରଭୁ ନୃସିଂହନାଥଙ୍କ ଆଶୀର୍ବାଦ ପଦ୍ମପୁର ମାଟିକୁ ପବିତ୍ର କରିଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସ୍ଥାନୀୟ ଲୋକଙ୍କ ରୋଜଗାର ବଢାଇବା ପାଇଁ ଏ ପୀଠର ବିକାଶ ପାଇଁ କାମ ଆରମ୍ଭ ହୋଇଛି। ନୃସିଂହନାଥ ଓ ବେଦ ବରାହ ପୀଠର ବିକାଶ ପାଇଁ ୨୬ କୋଟି ଟଙ୍କା ଖର୍ଚ୍ଚ କରାଯିବ ବୋଲି ସେ କହିଥିଲେ ।

ସେହିପରି ଶିକ୍ଷାର ବିକାଶରେ ୫-ଟି ସ୍କୁଲ ରୂପାନ୍ତର ବିଶେଷ ଭୂମିକା ନେଇଛି ବୋଲି ମତବ୍ୟକ୍ତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହି କାର୍ଯ୍ୟକ୍ରମରେ ପଦ୍ମପୁରର ୩୦ଟି ହାଇସ୍କୁଲର ରୂପାନ୍ତର ହୋଇଛି । ଆଉ ୪୪ଟି ପାଇଁ କାମ ଆରମ୍ଭ ହୋଇଛି ବୋଲି ସେ କହିଥିଲେ।

ଏହି କାର୍ଯ୍ୟକ୍ରମରେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ, ଶ୍ରମମନ୍ତ୍ରୀ ଶ୍ରୀକାନ୍ତ ସାହୁ, ହସ୍ତତନ୍ତ ଓ ବୟନଶିଳ୍ପ ମନ୍ତ୍ରୀ ରୀତା ସାହୁ, ଭଟଲୀ ବିଧାୟକ ସୁଶାନ୍ତ
ସିଂ, ବରଗଡ ବିଧାୟକ ଦେବେଶ ଆଚାର୍ଯ୍ୟ ଓ ଅତାବିରା ବିଧାୟକ ସ୍ନେହାଙ୍ଗୀନି ଛୁରିଆ ପ୍ରମୁଖ ଯୋଗ ଦେଇ ଓଡିଶାରେ ବିକାଶର ଏକ ନୂଆ ଧାରା ସୃଷ୍ଟି କରିବାରେ ମୁଖ୍ୟମନ୍ତ୍ରୀଙ୍କ ଦୃଢ ନେତୃତ୍ବ ଓ ଦୂରଦୃଷ୍ଟିର ଉଚ୍ଚପ୍ରଶଂସା କରିଥିଲେ। 

Previous Post

ମୁଖ୍ୟ ବିଚାରପତିଙ୍କ ସହ ପାଣ୍ଡିଆନଙ୍କ ଫଟୋ ପଛର କାହାଣୀ

Next Post

ମାନବିକତାର ପରିଚୟ ଦେଲା ଓଡ଼ିଶା ମୋ ପରିବାର

Next Post
ମାନବିକତାର ପରିଚୟ ଦେଲା ଓଡ଼ିଶା ମୋ ପରିବାର

ମାନବିକତାର ପରିଚୟ ଦେଲା ଓଡ଼ିଶା ମୋ ପରିବାର

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA