Monday, May 11, 2026 11:55 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ଗଞ୍ଜାମକୁ ୨୮ ହଜାର କୋଟିର ପ୍ରକଳ୍ପ ଭେଟି

by Our Correspondent
05 Jun, 2025- 07:38 PM
in Latest News, News
1 min read
0
ଗଞ୍ଜାମକୁ ୨୮ ହଜାର କୋଟିର ପ୍ରକଳ୍ପ ଭେଟି

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି  ଗଂଜାମ ଜିଲ୍ଲା ଗସ୍ତରେ ଯାଇ ଛତ୍ରପୁର ଠାରେ ସମୁଦାୟ ୧୨ଟି ଶିଳ୍ପ ପାଇଁ ୨୮ ହଜାର କୋଟି ଟଙ୍କାରୁ ଉର୍ଦ୍ଧ୍ବ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ଏହା ଦ୍ୱାରା ୧୫ ହଜାରରୁ ଅଧିକ ନିଯୁକ୍ତି ସୃଷ୍ଟି ହେବ। ଆଜି ଗଞ୍ଜାମ ଜିଲ୍ଲା ଶିଳ୍ପ କ୍ଷେତ୍ରରେ ଏକ ନୂଆ ମାଇଲଖୁଣ୍ଟ ହାସଲ କରିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ନିଜ ବକ୍ତବ୍ୟରେ କହିଛନ୍ତି ଯେ, ଆମର କଥା ଓ କାମ ସମାନ। ଓଡିଶାର ସୁନେଲି ଭବିଷ୍ୟତ ପାଇଁ ଆମେ ଯେଉଁ ଲକ୍ଷ୍ୟ ରଖିଛୁ, ତାହା ନିଶ୍ଚିତ ରୂପେ ପୂରଣ ହେବ। ଯାଜପୁର କଳିଙ୍ଗ ନଗରରେ ୭୦ ହଜାର କୋଟି ଟଙ୍କାର ଶିଳ୍ପ ପାଇଁ ଭିତ୍ତିପ୍ରସ୍ତର ରଖାଯାଇଥିଲା। ଗତ କାଲି ଢେଙ୍କାନାଳରେ ୫୦ ହଜାର କୋଟି ଟଙ୍କାର ଶିଳ୍ପ ପାଇଁ ଭିତ୍ତିପ୍ରସ୍ତର ରଖାଯାଇଛି । ଆଉ ଆଜି ଏଠାରେ ପ୍ରାୟ ୩୦ ହଜାର କୋଟି ଟଙ୍କାର ଶିଳ୍ପ ପ୍ରତିଷ୍ଠା ହେବାକୁ ଯାଉଛି। ୫ ମାସ ମଧ୍ୟରେ ଆମେ ଦେଢ ଲକ୍ଷ କୋଟି ଟଙ୍କାର ପୁଞ୍ଜି ନିବେଶ କରିଛୁ ଏବଂ ଏହା ଦ୍ୱାରା ପ୍ରାୟ ୯୦ ହଜାର ନିଯୁକ୍ତି ସୃଷ୍ଟି ହେବ ।

ସେ କହିଥିଲେ ଯେ, ଓଡିଶାରେ ଏକ ବନ୍ଦରଭିତ୍ତିକ ଶିଳ୍ପ ବିକାଶ ପାଇଁ ଆମର ଲକ୍ଷ୍ୟ ରହିଛି। ବର୍ତ୍ତମାନ ଯେଉଁ 3ଟି ବନ୍ଦର ଅଛି, ତା ବ୍ୟତୀତ ଆଉ 3-4 ଟି ବନ୍ଦର ମଧ୍ୟ ପ୍ରତିଷ୍ଠା କରାଯିବ। କେନ୍ଦ୍ର ସରକାର ରେଳ ଓ ରାଜପଥ କ୍ଷେତ୍ରରେ ପ୍ରାୟ ଏକ ଲକ୍ଷ କୋଟି ଟଙ୍କାର ପ୍ରକଳ୍ପ ମଞ୍ଜୁରି ଦେଇଛନ୍ତି। ଓଡିଶାରେ ମଧ୍ୟ ଆମେ ୭୫ ହଜାର କିଲୋମିଟର ବିଶ୍ୱସ୍ତରୀୟ ସଡକ ନିର୍ମାଣ କରିବୁ। ଏହା ସହିତ ଅନେକ ଶିଳ୍ପ କରିଡର ମଧ୍ୟ ଗଠନ କରାଯିବ। ଏହା ଦ୍ୱାରା ଶିଳ୍ପ ପ୍ରତିଷ୍ଠା ପାଇଁ ଯାହା ସବୁ ମୌଳିକ ଆବଶ୍ୟକତା ରହିଛି, ତାହା ଓଡିଶାରେ ସମ୍ପୂର୍ଣ୍ଣ ଭାବେ ମିଳିପାରିବ।

ସେ ପୁଣି କହିଥିଲେ ଯେ, ଆଗାମୀ ୨୦୩୬ ସୁଦ୍ଧା ସମୃଦ୍ଧ ଓଡିଶା ଗଠନ ପାଇଁ ଯାହା ଆବଶ୍ୟକ, ଆମେ ସେ ସବୁ ଉଦ୍ୟମ କରୁଛୁ। ଆମର ଯୁବଶକ୍ତି ଉପରେ ମୋର ସମ୍ପୂର୍ଣ୍ଣ ଭରସା ରହିଛି। ଆମର ସ୍ୱପ୍ନ ପୂରଣ ଦିଗରେ ଆମର ଯୁବଶକ୍ତି ହିଁ ହେବ ମୁଖ୍ୟ ସାରଥି। ଶିଳ୍ପ କ୍ଷେତ୍ରରେ ନିଯୁକ୍ତି ପାଇଁ ଦକ୍ଷତା ଆବଶ୍ୟକ। ତେଣୁ ଯୁବ ବର୍ଗ ଯେପରି ଦକ୍ଷ ହେବେ, ଆଧୁନିକ ଶିଳ୍ପ କ୍ଷେତ୍ରରେ ନିଯୁକ୍ତି ପାଇଁ ଯୋଗ୍ୟ ହେବେ, ସେଥିପାଇଁ ଆମେ ଆମର ୱାର୍ଲ୍ଡ ସ୍କିଲ ସେଣ୍ଟରର 4ଟି କେନ୍ଦ୍ର ପ୍ରତିଷ୍ଠା କରିବୁ । ଆଧୁନିକ ଦକ୍ଷତା ପାଇଁ ଆମେ ସିଙ୍ଗାପୁରର ITEES ସହିତ ପାର୍ଟନରସିପ୍ କରିଛୁ। ସବୁ ITI ଗୁଡିକର ଉନ୍ନତିକରଣ କରାଯାଇ ସେଥିରେ ଆଧୁନିକ ସ୍କିଲ୍ ଶିକ୍ଷା ଦିଆଯିବ।

ଏହି କାର୍ଯ୍ୟକ୍ରମରେ ଖଣି ମନ୍ତ୍ରୀ ବିଭୁତି ଭୁଷଣ ଜେନା, ଶିଳ୍ପ ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁ, ପ୍ରାଣୀ ସମ୍ପଦ ବିକାଶ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକଙ୍କ ସମେତ ଆସ୍କା ସାଂସଦ ଶ୍ରୀମତୀ ଅନିତା ଶୁଭଦର୍ଶିନୀ ଓ ସମସ୍ତ ବିଧାୟକ ଗଣ ମଂଚାସୀନ ଥିଲେ।

ଉକ୍ତ କାର୍ଯ୍ୟକ୍ରମରେ ବ୍ରହ୍ମପୁର ସାଂସଦ, ଡକ୍ଟର ପ୍ରଦୀପ କୁମାର ପାଣିଗ୍ରାହୀ ସ୍ୱାଗତ ଭାଷଣ ଦେଇଥିବା ବେଳେ ଛତ୍ରପୁର ବିଧାୟକ କୃଷ୍ଣ ଚନ୍ଦ୍ର ନାୟକ ଧନ୍ୟବାଦ ଅର୍ପଣ କରିଥିଲେ।

Previous Post

ମହୁଆଙ୍କୁ ବାହା ହେଲେ ପିନାକୀ

Next Post

ପରିବେଶ ସୁରକ୍ଷା ମହାଯଜ୍ଞରେ ସମସ୍ତେ ନିଜର ଦାୟିତ୍ୱ ନିର୍ବାହ କରିବା: ଧର୍ମେନ୍ଦ୍ର

Next Post
ପରିବେଶ ସୁରକ୍ଷା ମହାଯଜ୍ଞରେ ସମସ୍ତେ ନିଜର ଦାୟିତ୍ୱ ନିର୍ବାହ କରିବା: ଧର୍ମେନ୍ଦ୍ର

ପରିବେଶ ସୁରକ୍ଷା ମହାଯଜ୍ଞରେ ସମସ୍ତେ ନିଜର ଦାୟିତ୍ୱ ନିର୍ବାହ କରିବା: ଧର୍ମେନ୍ଦ୍ର

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA