Tuesday, May 19, 2026 06:59 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ମୟୁରଭଞ୍ଜକୁ ୪୨୦ କୋଟିରୁ ଉର୍ଦ୍ଧ୍ୱ ପ୍ରକଳ୍ପ ଭେଟି

by Our Correspondent
13 May, 2025- 10:31 PM
in Latest News, News
1 min read
0
ମୟୁରଭଞ୍ଜକୁ ୪୨୦ କୋଟିରୁ ଉର୍ଦ୍ଧ୍ୱ ପ୍ରକଳ୍ପ ଭେଟି

ଭୁବନେଶ୍ୱର/ବିଶୋଇ: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ମୟୂରଭଞ୍ଜର ବିଶୋଇ ଠାରେ ଜିଲ୍ଲାର ବିଭିନ୍ନ ବ୍ଲକ ପାଇଁ ୪୨୦ କୋଟିରୁ ଉର୍ଦ୍ଧ୍ୱ ମୂଲ୍ୟର ବିଭିନ୍ନ ଉନ୍ନୟନ ମୂଳକ ପ୍ରକଳ୍ପର ଶୁଭ ଉଦ୍‌ଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଏଥିସହିତ, ବିଶୋଇ ବ୍ଲକ ମୁଖ୍ୟାଳୟ ଠାରେ ଏକ +୨ ମହାବିଦ୍ୟାଳୟ ସ୍ଥାପନ କରିବା ପାଇଁ ଓ ବିଶୋଇ ସ୍ଥିତ ମିନି ଷ୍ଟାଡିଅମକୁ ମହାପୁରୁଷ ଧରଣୀଧର ନାଏକଙ୍କ ନାମରେ ନାମିତ କରିବା ଏବଂ ସେଠାରେ ତାଙ୍କ ପ୍ରତିମୂର୍ତ୍ତି ସ୍ଥାପନ କରିବାପାଇଁ ମଧ୍ୟ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ।

ସୂଚନାଯୋଗ୍ୟଯେ ଜିଲ୍ଲାର ବିଭିନ୍ନ ବ୍ଲକ ପାଇଁ ୪୨୦ କୋଟିରୁ ଉର୍ଦ୍ଧ୍ୱଟଙ୍କା ମୂଲ୍ୟର ବିଭିନ୍ନ ଉନ୍ନୟନ ମୂଳକ ପ୍ରକଳ୍ପ ମଧ୍ୟରେ ୩୨୮ କୋଟିରୁ ଉର୍ଦ୍ଧ୍ୱ ଟଙ୍କା ମୂଲ୍ୟର ୧୩୩ଟି ପ୍ରକଳ୍ପର ଶୁଭ ଉଦ୍‍ଘାଟନ ଏବଂ ୯୧ କୋଟିରୁ ଉର୍ଦ୍ଧ୍ୱ ଟଙ୍କା ମୂଲ୍ୟର ୫୨ ଟି ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି।

ବିଶୋଇ ମିନିଷ୍ଟାଡିଅମ ଠାରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେଯେ, ମୟୂରଭଞ୍ଜ ଜିଲ୍ଲାର ବିକାଶ ଯାତ୍ରାରେ ଏ ସବୁ ପ୍ରକଳ୍ପ ଗୁଡ଼ିକ ଆଉ ଏକ ନୂଆ ଅଧ୍ୟାୟ ଯୋଡ଼ିଲା। ଆଜି ଦିନଟି ଜିଲ୍ଲାବାସୀଙ୍କ ପାଇଁ ଗର୍ବ ଓ ଗୌରବର ବିଷୟ । ଏହି ସମସ୍ତ ପ୍ରକଳ୍ପ ଗୁଡ଼ିକ ରାଇରଙ୍ଗପୁର, କୁସୁମି, ବିଜାତଳା, ବହଳଦା, ଜାମ୍‌ଦା, ତିରିଂ ଅଞ୍ଚଳରେ ବିକାଶର ଏକ ନୂଆଧାରା ସୃଷ୍ଟି କରିବା ସହିତ ସମୃଦ୍ଧ ଓଡ଼ିଶା ଗଠନ ପାଇଁ ମୂଳଦୁଆ ପକାଇବ। ଏହି ସବୁ ପ୍ରକଳ୍ପଗୁଡ଼ିକ ମଧ୍ୟରେ ଗ୍ରାମ୍ୟ ପାନୀୟ ଜଳ ପ୍ରକଳ୍ପ, ମେଗା ପାଇପ ଜଳ ଯୋଗାଣ ପ୍ରକଳ୍ପ, ବିଦ୍ୟାଳୟ ଭିତ୍ତିଭୂମି ଉନ୍ନତି କରଣ, ବ୍ୟାଙ୍କ ସୁବିଧା, ସ୍ୱାସ୍ଥ୍ୟକେନ୍ଦ୍ର, ସଡକ ନିର୍ମାଣ ପ୍ରକଳ୍ପ, ଆଦିବାସୀ ସଂସ୍କୃତି ଭବନ ଏବଂ ଅନ୍ୟାନ୍ୟ ସରକାରୀ ଭିତ୍ତିଭୂମି ରହିଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ସେ ପୁଣି କହିଥିଲେଯେ, ଗତ ୧୧ ମାସରେ ଆମେ ଲୋକଙ୍କ ଆଶା ଆକାଂକ୍ଷାକୁ ପୂରଣ କରିବା ପାଇଁ ସମର୍ଥ ହୋଇଛୁ। ଏହି ସ୍ୱଳ୍ପ ସମୟ ମଧ୍ୟରେ ଶ୍ରୀ ମନ୍ଦିରର ଚାରିଦ୍ୱାର ଖୋଲିବା ହେଉ କିମ୍ୱା ମା’ମାନଙ୍କ ପାଇଁ ସୁଭଦ୍ରା ହେଉ, କି ଚାଷୀ ଭାଇମାନଙ୍କ ପାଇଁ ଧାନର ସର୍ବନିମ୍ନ ସହାୟକ ମୂଲ୍ୟ ୩୧୦୦ ଟଙ୍କା ହେଉ ମାତ୍ର ୨୪ ମିନିଟରେ ନିର୍ଣ୍ଣୟ ନେଇଥିଲୁ ଯାହା ଗତ ୨୪ ବର୍ଷରେ ହୋଇ ପାରି ନଥିଲା। ସୁଭଦ୍ରା ଓ ଚାଷୀମାନଙ୍କ ପାଇଁ ସହାୟତା ଆଜି ଗ୍ରାମାଞ୍ଚଳର ଅର୍ଥନୀତିକୁ ମଜବୁତ୍‍ କରିଛି । ଆହୁରି ମଧ୍ୟ ଚାଷୀଭାଇ ମାନଙ୍କ ପାଇଁ ଆମେ ସିଏମ୍‍ କିଷାନ ଯୋଜନା ଆରମ୍ଭ କରିଛୁ। ସୁଭଦ୍ରା ଯୋଜନାରେ ଆଜି ରାଜ୍ୟର ୧ କୋଟିରୁ ଉର୍ଦ୍ଧ୍ୱ ମହିଳା ଉପକୃତ ହୋଇଛନ୍ତି। ରାଜ୍ୟର ୧୭ ଲକ୍ଷ ମହିଳା ଆଜି ଲକ୍ଷପତି ଦିଦି ହୋଇଛନ୍ତି।

ଆଜି କେନ୍ଦ୍ରସରକାରଙ୍କ ସହଯୋଗରେ ଓଡ଼ିଶାରେ ଶିଳ୍ପାୟନ କ୍ଷେତ୍ରରେ ବ୍ୟାପକ ଅଭିବୃଦ୍ଧି ଘଟିବା ପାଇଁ ଯାଉଛି। ଆମ ସରକାର ରାଜ୍ୟର ପ୍ରତ୍ୟେକ ଜିଲ୍ଲାରେ ଶିଳ୍ପ ପ୍ରତିଷ୍ଠା ପାଇଁ ଲକ୍ଷ୍ୟ ରଖିଛନ୍ତି। ଉତ୍କର୍ଷ ଓଡ଼ିଶାର ଅପାର ସଫଳତା ଆମ ପାଇଁ ଏହି ନୂଆ ସୁଯୋଗ ଆଣିଛି। ସମଗ୍ର ଓଡ଼ିଶାରେ ବ୍ୟାପକ ଶିଳ୍ପାୟନର ସମ୍ଭାବନା ସୃଷ୍ଟି ହୋଇଛି। ମୟୂରଭଞ୍ଜ ଜିଲ୍ଲାରେ ମଧ୍ୟ ଆଗାମୀ ଦିନରେ ଅନେକ ଶିଳ୍ପ ପ୍ରକଳ୍ପ ସ୍ଥାପନ ହେବ । ଜିଲ୍ଲାରେ ୧୦ ହଜାର କୋଟି ଟଙ୍କାର ଶିଳ୍ପ ପ୍ରତିଷ୍ଠା ହେବ। ଏହି ଶିଳ୍ପାୟନ ଜିଲ୍ଲାର ବିକାଶକୁ ଦ୍ୱିଗୁଣିତ କରିବା ସହିତ ଜିଲ୍ଲାବାସୀଙ୍କ ରୋଜଗାର ଓ ନିଯୁକ୍ତି ପାଇଁ ବ୍ୟାପକ ସୁଯୋଗ ଆଣିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ଆମ ସରକାର ହେଉଛି, ଲୋକଙ୍କ ସରକାର। ଆମେ କଥାରେ ନୁହେଁ, କାମରେ ବିଶ୍ୱାସ କରୁ। ଶାସନ ବ୍ୟବସ୍ଥାରେ ଏଥିପାଇଁ ଆମେ ପରିବର୍ତ୍ତନ ଆଣିଛୁ । ବର୍ଷ ବର୍ଷ ଧରି ଲୋକଙ୍କ ଆପତ୍ତି ଅଭିଯୋଗ ସରକାର ଓ ଜନ ପ୍ରତିନିଧିମାନେ ଶୁଣୁ ନଥିଲେ। ଆମେ ବ୍ୟବସ୍ଥାରେ ପରିବର୍ତ୍ତନ ଆଣିଛୁ। ସେଥିପାଇଁ ନିର୍ବାଚିତ ଲୋକ ପ୍ରତିନିଧିମାନେ ସିଧାସଳଖ ଭାବେ ଲୋକଙ୍କ ଅଭିଯୋଗ ଶୁଣୁଛନ୍ତି ଓ ତାର ସମାଧାନର ବ୍ୟବସ୍ଥା କରୁଛନ୍ତି । ଓଡ଼ିଶାର ବିଶେଷ କରି ଗ୍ରାମାଞ୍ଚଳର ମହିଳାମାନେ ଆଜି ଆର୍ଥିକ ଦୃଷ୍ଟିକୋଣରୁ ସଶକ୍ତ ଓ ସ୍ୱାବଲମ୍ୱୀ ହୋଇଛନ୍ତି। ଓଡ଼ିଶାର ଗ୍ରାମାଞ୍ଚଳବାସୀଙ୍କ ଆର୍ଥିକ ଅଭିବୃଦ୍ଧି ପାଇଁ ନିଶ୍ଚିତ ରୂପେ ଏକ ଭଲ ସମୟ ଆସିଛି ବୋଲି ସେ କହିଥିଲେ।

୨୦୩୬ ସୁଦ୍ଧା ଏହି ସବୁ ଲକ୍ଷ୍ୟ ହାସଲ କରିବା ପାଇଁ ଆମେ ୩୬ଟି ସ୍ପଷ୍ଟ କାର୍ଯ୍ୟକ୍ରମ ପ୍ରସ୍ତୁତ କରିଛୁ। ଏହାକୁ କୁହାଯାଉଛି ‘୩୬ ପାଇଁ ୩୬’ । ଆପଣମାନଙ୍କ ସହଯୋଗରେ, ଓଡ଼ିଶାର ସାଢ଼େ ୪ କୋଟି ଲୋକଙ୍କ ଉଦ୍ୟମରେ ଆମେ ଗଢ଼ିବୁ ସମୃଦ୍ଧ ଓଡ଼ିଶା। ଏହା ହେବ ଆମ ସମସ୍ତଙ୍କର ସ୍ୱପ୍ନର ଓଡ଼ିଶା। ସମୃଦ୍ଧ ଓଡ଼ିଶାରେ ଆମେ ଶିକ୍ଷା, ସ୍ୱାସ୍ଥ୍ୟ, ଶିଳ୍ପ, ଭିତ୍ତିଭୂମି ଆଦି ସବୁ କ୍ଷେତ୍ରରେ ଉତ୍କର୍ଷ ହାସଲ କରିବାର ଲକ୍ଷ୍ୟ ରଖିଛୁ । ତା’ସହିତ ସମାଜର ଶେଷଧାଡ଼ିରେ ରହୁଥିବା ଭାଇଭଉଣୀ ମାନଙ୍କୁ ଯେପରି ସବୁ ପ୍ରକାର ମୌଳିକ ସୁବିଧା ଉପଲବ୍‍ଧ ହେବ, ସେ ଦିଗରେ ମଧ୍ୟ ଆମର ଉଦ୍ୟମ ରହିଛି। ସମସ୍ତଙ୍କୁ ବିଶୁଦ୍ଧ ପାଣି, ଉନ୍ନତ ସ୍ୱାସ୍ଥ୍ୟ ସେବା, ଗୁଣାତ୍ମକ ବିଜୁଳି, ଗମନାଗମନ ସୁବିଧା ଏ ସବୁ ଉପଲବ୍‍ଧ ହେବ ବୋଲି ମୁଖ୍ୟମନ୍ତ୍ରୀ ଶେଷରେ କହିଥିଲେ।

ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ, ସ୍ଥାନୀୟ ହିତାଧିକାରୀଙ୍କୁ ମୃତ୍ୟୁ ସହାୟତା ରାଶି, ଶ୍ରମିକ ମାନଙ୍କ କନ୍ୟା ମାନଙ୍କ ପାଇଁ ବିବାହ ପ୍ରୋତ୍ସାହନ ରାଶି ଓ ସ୍ୱୟଂ ସହାୟକ ଗୋଷ୍ଠୀ ମହିଳା ମାନଙ୍କୁ ୧୦ ଲକ୍ଷ ଟଙ୍କା ଲେଖାଏଁ ଆର୍ଥିକ ସହାୟତା ରାଶି ପ୍ରଦାନ କରିଥିଲେ।

ଏହି କାର୍ଯ୍ୟକ୍ରମ ଅବସରରେ ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ,ଡ. କୃଷ୍ଣଚନ୍ଦ୍ର ମହାପାତ୍ର, ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶରାମ ସିଂଖୁଣ୍ଟିଆ, ମୟୂରଭଞ୍ଜ ସାଂସଦ ଶ୍ରୀମତୀ ମମତା ମହାନ୍ତ, ବାଲେଶ୍ବର ସାଂସଦ, ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ, ମୟୂରଭଞ୍ଜ ସାଂସଦ, ନବଚରଣ ମାଝୀ, ଉଦଳା ବିଧାୟକ ଭାସ୍କର ଚନ୍ଦ୍ର ମଢେଇ, ରାଇରଙ୍ଗପୁର ବିଧାୟକ, ଜଲେନ ନାଏକ,ବାରିପଦା ବିଧାୟକ, ପ୍ରକାଶ ସୋରେନ, ବାଙ୍ଗିରିପୋଷି ବିଧାୟିକା, ସୁଶ୍ରୀ ସଞ୍ଜୀଳି ମୁର୍ମୁ, ପ୍ରମୁଖ ମଂଚାସୀନ ଥିଲେ।

କାର୍ଯ୍ୟକ୍ରମରେ ସାରସକଣା ବିଧାୟକ  ଭାଦବ ହାଁସଦା ସ୍ୱାଗତଭାଷଣ ଦେଇଥିବା ବେଳେ, ମୟୂରଭଞ୍ଜ ଜିଲ୍ଲାପାଳ ହେମକାନ୍ତ ସୟ ଧନ୍ୟବାଦ ଅର୍ପଣ କରିଥିଲେ।

Previous Post

ପଣ୍ଡିତ ମୁର୍ମୁଙ୍କ ବାସଭବନକୁ ସ୍ମାରକୀ ତୀର୍ଥସ୍ଥଳୀ ଓ ତାଙ୍କ ସମାଧି ପୀଠକୁ ଐତିହ୍ୟ ସ୍ମୃତି ପୀଠ ଭାବେ ପରିଣତ କରାଯିବ

Next Post

ସିବିଏସ୍ଇ ଦଶମ ପରୀକ୍ଷାରେ ଡିଏଭି ପୋଖରୀପୁଟର ଶତପ୍ରତିଶତ ସଫଳତା

Next Post
ସିବିଏସ୍ଇ ଦଶମ ପରୀକ୍ଷାରେ ଡିଏଭି ପୋଖରୀପୁଟର ଶତପ୍ରତିଶତ ସଫଳତା

ସିବିଏସ୍ଇ ଦଶମ ପରୀକ୍ଷାରେ ଡିଏଭି ପୋଖରୀପୁଟର ଶତପ୍ରତିଶତ ସଫଳତା

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA