Wednesday, February 18, 2026 03:33 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ପୁରନ୍ଦେଶ୍ୱରୀଙ୍କ ନିଶାନାରେ ରାଜ୍ୟ ସରକାର

ବିଜେପି କର୍ମକର୍ତ୍ତାଙ୍କ ମନୋବଳ ବଢ଼ାଇବା ପାଇଁ ଉଦ୍ଦିଷ୍ଟ: ବିଜେଡ଼ି

by Our Correspondent
12 Dec, 2020- 09:22 PM
in Latest News, News, Politics
1 min read
0
ପୁରନ୍ଦେଶ୍ୱରୀଙ୍କ ନିଶାନାରେ ରାଜ୍ୟ ସରକାର

ଭୁୁବନେଶ୍ୱର: ୩ ଦିନିଆ ଓଡ଼ିଶା ଗସ୍ତରେ ଆସିଥିବା ରାଜ୍ୟ ବିଜେପିର ନୂଆ ପ୍ରଭାରୀ ଶ୍ରୀମତୀ ଡି.ପୁରନ୍ଦେଶ୍ୱରୀ ଦିଲ୍ଲୀ ଫେରିଯିବା ପୂର୍ବରୁ ଏକ ସାମ୍ବାଦିକ ସମ୍ମିଳନୀ କରି ବିଜେଡ଼ି ସରକାରକୁ ନିଶାନା କରିଛନ୍ତି । ଏକାଧିକ ପ୍ରସଙ୍ଗରେ ରାଜ୍ୟ ସରକାରଙ୍କୁ ଘେରିଛନ୍ତି । ରାଜ୍ୟରେ ସୁଶାସନ ନୁହେଁ, କୁଶାସନ ଚାଲିଛି ବୋଲି କଟାକ୍ଷ କରିଛନ୍ତି ପୁରନ୍ଦେଶ୍ୱରୀ ।

ରାଜ୍ୟର ଆଇନଶୃଙ୍ଖଳାଠାରୁ ଆରମ୍ଭ କରି ଚିଟଫଣ୍ଡ ଦୁର୍ନୀତି, ପକ୍କାଘର, ପାନୀୟ ଜଳଯୋଗାଣ, ଜଳସେଚନ ସୁବିଧା, ଆୟୁଷ୍ମାନ୍ ଯୋଜନା, “କାଳିଆ’ ଟଙ୍କା ଆଦି ଅନେକ ପ୍ରସଙ୍ଗରେ ବିଜେଡ଼ି ସରକାରଙ୍କୁ ଟାର୍ଗେଟ୍ କରିଥିଲେ ବିଜେପି ପ୍ରଭାରୀ । କହିଥିଲେ, ବିଜେଡ଼ି ନିର୍ବାଚନ ବେଳେ ଯେଉଁସବୁ ପ୍ରତିଶ୍ରୁତି ଦେଇଥିଲା ତାହା ପାଳନ କରୁନାହିଁ । ୨୦୧୪ ଓ ୨୦୧୯ରେ ନିର୍ବାଚନରେ କଚା ଘରକୁ ପକ୍କା ଘର କରିବେ ବୋଲି ପ୍ରତିଶ୍ରୁତି ଦେଇଥିଲେ ମଧ୍ୟ ଗ୍ରାମାଞ୍ଚଳରେ ଆହୁରି ୨ ଲକ୍ଷ କଚା ଘର ପକ୍କା କରିବାକୁ ବାକି ରହିଛି । ଆୟୁଷ୍ମାନ ଭାରତ ଯୋଜନା ଓଡ଼ିଶାରେ କାହିଁକି ଲାଗୁ ହୋଇନି ବୋଲି ପ୍ରଶ୍ନ କରି ରାଜ୍ୟର ଗରିବ ଲୋକେ କେନ୍ଦ୍ର ସରକାରଙ୍କ ଏହି ସ୍ୱାସ୍ଥ୍ୟ ସୁବିଧାରୁ ବଞ୍ଚିତ ହେଉଛନ୍ତି ବୋଲି କହିଥିଲେ ।

ପ୍ରଧାନମନ୍ତ୍ରୀ କିଷାନ ଯୋଜନାକୁ ରାଜ୍ୟରେ ଠିକ୍ ଭାବେ ଲାଗୁ କରାଯାଉନି । ରାଜ୍ୟ ସରକାର “କାଳିଆ’ ଯୋଜନା ଲାଗୁ କରିଛନ୍ତି । ପିଏମକ କିଷାନ ଯୋଜନାରେ ୬ ହଜାର ଓ “କାଳିଆ’ ଯୋଜନାରେ ଚାଷୀମାନଙ୍କୁ ୪ ହଜାର ଟଙ୍କା ମିଳିବା କଥା । ମାତ୍ର “କାଳିଆ’ ଯୋଜନାରେ ଚାଷୀମାନେ ଟଙ୍କା ପାଉନାହାନ୍ତି । ପ୍ରଥମେ ୩୫ ଲକ୍ଷ ଚାଷୀ କଥା ସରକାର କହୁଥିଲେ । ଏବେ ୨୧ ଲକ୍ଷ ଚାଷୀ କଥା କହୁଛନ୍ତି । ଏହି ଅବଶିଷ୍ଟ ଚାଷୀ କୁଆଡ଼େ ଗଲେ ବୋଲି ପ୍ରଶ୍ନ କରିଥିଲେ ପୁରନ୍ଦେଶ୍ୱରୀ ।

ରାଜ୍ୟରେ ଆଇନଶୃଙ୍ଖଳା ପରିସ୍ଥିତିକୁ ନେଇ ବର୍ଷିଥିଲେ ପ୍ରଭାରୀ । ଏଠି ଆଇନଶୃଙ୍ଖଳା ବିଗିଡ଼ି ଯାଇଛି । ପ୍ରତିଦିନ ମହିଳାଙ୍କ ପ୍ରତି ଅତ୍ୟାଚାର ଓ ଶିଶୁ ନିଖୋଜ ଘଟଣା ବଢ଼ିଚାଲିଛି । ପରୀ ହତ୍ୟାକାଣ୍ଡରେ ସଂପୃକ୍ତ ଅପରାଧୀଙ୍କୁ ଧରିବାରେ ପୁଲିସର ନିଷ୍କ୍ରିୟତା ଓ ସରକାରଙ୍କ ନିରବତାକୁ ପ୍ରଶ୍ନ କରିଥିଲେ । ଏଥିସହ ଚିଟଫଣ୍ଡ ଦୁର୍ନୀତି ପ୍ରସଙ୍ଗ ଉଠାଇ ଏଥିରେ ବିଜେଡ଼ି ନେତାଙ୍କ ସଂପୃକ୍ତି ଥିବା କହିଥିଲେ ।

ବିଜେଡ଼ିର ଜବାବ

ଦୁଇ ଦୁଇଟି ଉପନିର୍ବାଚନରେ ହାରିଥିବା ବିଜେପି କର୍ମକର୍ତ୍ତାଙ୍କ ମନୋବଳ ବଢାଇବାପାଇଁ ରାଜ୍ୟ ଗସ୍ତରେ ଆସିଥିବା ବିଜେପିର ଓଡିଶା ପ୍ରଭାରୀ ଡି.ପୁରନ୍ଦେଶ୍ୱରୀ ଲୋକଙ୍କୁ ମିଛ କହୁଛନ୍ତି । ଏଭଳି ପ୍ରବଞ୍ଚନା ଓଡିଶାବାସୀଙ୍କ ନିକଟରେ କାମ ଦେବନାହିଁ। ରାଜ୍ୟ ବିଜେପି ପ୍ରଭାରୀଙ୍କ ସାମ୍ବାଦିକ ସମ୍ମିଳନୀର ଏଭଳି ଢ଼ଙ୍ଗରେ ଜବାବ ଦେଇଛନ୍ତି ବିଜେଡିର ରାଷ୍ଟ୍ରୀୟ ପ୍ରବକ୍ତା ତଥା ରାଜ୍ୟସଭା ସାଂସଦ ଡକ୍ଟର ସସ୍ମିତ ପାତ୍ର ।
କହିଛନ୍ତି ଯେ ବାଲେଶ୍ୱର ଓ ତିର୍ତ୍ତୋଲ ଉପନିର୍ବାଚନରେ ଶୋଚନୀୟ ପରାଜୟ ପରେ ଦଳୀୟ କର୍ମୀଙ୍କ ମନୋବଳ ବଢାଇବାପାଇଁ ସେ ଏଠାକୁ ଆସିଛନ୍ତି । ବିଶେଷକରି ବାଲେଶ୍ୱର ପରାଜୟ ରାଜ୍ୟ ବିଜେପି ନେତା ଓ କର୍ମୀଙ୍କ ମନୋବଳ ଭାଙ୍ଗି ଦେଇଛି ।

ଡକ୍ଟର ପାତ୍ର କହିଛନ୍ତି ଯେ ରାଜ୍ୟ ସରକାରଙ୍କୁ ସମାଲୋଚନା କରିବା ବଦଳରେ ଯଦି ଶ୍ରୀମତୀ ପୁରନ୍ଦେଶ୍ୱରୀ ଚାଷୀ ପ୍ରସଙ୍ଗରେ ଅଧିକ କହିଥାନ୍ତେ ତେବେ ଭଲ ହୋଇଥାନ୍ତା । ବିଶେଷକରି ଧାନର ସର୍ବନିମ୍ନ ସହାୟକ ମୂଲ୍ୟ ୧୪୭୦ ଟଙ୍କାରୁ ୨୯୩୦ ଟଙ୍କା ବୃଦ୍ଧିପାଇଁ ଓଡିଶା ବିଧାନସଭାରେ ୨୦୧୭ ମାର୍ଚ୍ଚ ୨୫ ତାରିଖରେ ଯେଉଁ ସର୍ବସମ୍ମତ ପ୍ରସ୍ତାବ ପାରିତ ହୋଇଥିଲା ସେ ସଂକ୍ରାନ୍ତରେ ମତ ରଖିବାର ଥିଲା । ବିଜେପିର ଧାମନଗର ବିଧାୟକ ବିଷ୍ଣୁ ସେଠୀ ଗତକାଲି ସାଧାରଣ ସଭାରେ ଜଣେ ମହିଳା ସମାଜସେବୀଙ୍କୁ ଖରାପ ବ୍ୟବହାର ପ୍ରଦର୍ଶନ କରିଛନ୍ତି ଓ ସେଥିପାଇଁ ପୁଲିସ୍‌ରେ ଅଭିଯୋଗ ହୋଇଥିବା ନେଇ ବୋଧେ ଶ୍ରୀମତୀ ପୁରନ୍ଦେଶ୍ୱରୀ ଅବଗତ ନାହାନ୍ତି ।

ଅତୀତରେ ଇତିଶ୍ରୀ ପ୍ରଧାନ ମୃତ୍ୟୁ ଘଟଣାରେ ଜୟରାମ ପାଙ୍ଗିଙ୍କ ସମ୍ପୃକ୍ତିର ତଦନ୍ତ ସିବିଆଇ ଦ୍ୱାରା କରିବାଲାଗି ବିଜେପି ଲଗାତାର ଆନ୍ଦୋଳନ ଚଳାଇଥିଲା । ହେଲେ ପରବର୍ତ୍ତୀ ସମୟରେ ଶ୍ରୀ ପାଙ୍ଗି ବିଜେପିରେ ଯୋଗଦେଲେ ଏବଂ ବିଜେପି ତାଙ୍କୁ ସ୍ୱାଗତ କରିବା ସହିତ ଟିକଟ ଦେଇ ନିର୍ବାଚନ ଲଢାଇଲା । ଓଡିଶା ବିଜେପି ବୋଧହୁଏ ତାଙ୍କ ରାଜ୍ୟ ପ୍ରଭାରୀଙ୍କୁ ଏ ସଂକ୍ରାନ୍ତରେ ଅବଗତ କରିନାହାନ୍ତି ବୋଲି ଡକ୍ଟର ପାତ୍ର କହିଛନ୍ତି ।

ଦେଶର ଅନ୍ୟ ରାଜ୍ୟ ତୁଳନାରେ ସର୍ବାଧିକ ଘର ତିଆରି କରିଥିବାରୁ କେନ୍ଦ୍ରରେ ଶାସନ କରୁଥିବା ତାଙ୍କରି ଦଳ ଓଡିଶାକୁ ୫ଟି ପୁରସ୍କାର ଦେଇଥିବା ନେଇ ଶ୍ରୀମତୀ ପୁରନ୍ଦେଶ୍ୱରୀ ଅବଗତ ନଥିବା ଲକ୍ଷ୍ୟ କରାଯାଉଛି । ଏଭଳି ସ୍ଥିତିରେ ନିଜ ସ୍ତରରେ ଦଳୀୟ କର୍ମୀଙ୍କ ମନୋବଳ ବଢାଇବାପାଇଁ ସେ ଯେଭଳି ମିଛ କହୁଛନ୍ତି ଓଡିଶାବାସୀ ତାହାକୁ ଆଦୌ ଗ୍ରହଣ କରିବେ ନାହିଁ ବୋଲି ଡକ୍ଟର ପାତ୍ର କହିଛନ୍ତି ।

Previous Post

ଭାବୀ ଜ୍ୱାଇଁଙ୍କ ପାଇଁ ଦଲାଲି କରୁଥିଲେ ପ୍ରଦୀପ ପାଣିଗ୍ରାହୀ

Next Post

National Webinar on Self-Reliant India: Agriculture and Beyond

Next Post
National Webinar on Self-Reliant India: Agriculture and Beyond

National Webinar on Self-Reliant India: Agriculture and Beyond

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19161 shares
    Share 7664 Tweet 4790
  • ନବୀନ..ନବୀନ, ମୋହନ..ମୋହନ

    16597 shares
    Share 6639 Tweet 4149
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7296 shares
    Share 2918 Tweet 1824
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5813 shares
    Share 2325 Tweet 1453
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5483 shares
    Share 2193 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA