ଭୁବନେଶ୍ୱର: ଓଡ଼ିଶାର ରାଜ୍ୟପାଳ ଭାବେ ରଘୁବର ଦାସ ଆଜି ଶପଥ ନେଇଛନ୍ତି । ରାଜଭବନର ନୂଆ ଅଭିଷେକ ହଲରେ ଓଡ଼ିଶା ହାଇକୋର୍ଟର କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଡ. ଜଷ୍ଟିସ୍ ବିଦ୍ୟୁତ ରଞ୍ଜନ ଷଡ଼ଙ୍ଗୀ ନୂଆ ରାଜ୍ୟପାଳଙ୍କୁ ଶପଥ କରାଇଥିଲେ । ଓଡ଼ିଶାର ୨୬ତମ ରାଜ୍ୟପାଳ ଶ୍ରୀ ଦାସ ହିନ୍ଦୀରେ ଶପଥ ପାଠ କରିଥିଲେ ।
ପ୍ରାରମ୍ଭରେ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା ଦେଶର ମହାମହିମ ରାଷ୍ଟ୍ରପତିଙ୍କ ଦ୍ୱାରା ଜାରି ନିଯୁକ୍ତି ପରୱାନାକୁ ପାଠ କରିଥିଲେ । ଏହାପରେ ନୂଆ ରାଜ୍ୟପାଳଙ୍କୁ ମୁଖ୍ୟ ବିଚାରପତି ଶପଥ ପାଠ କରାଇଥିଲେ । ଶପଥ ଗ୍ରହଣ ଶପଥ ଗ୍ରହଣ ସମାରୋହ ପରେ ନୂଆ ରାଜ୍ୟପାଳ ଶ୍ରୀ ଦାସଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅଭିନନ୍ଦନ ଜଣାଇଥିଲେ । କମିସନରେଟ୍ ପୁଲିସ ପକ୍ଷରୁ ତାଙ୍କୁ ଗାର୍ଡ ଅଫ୍ ଅନର ପ୍ରଦାନ କରାଯାଇଥିଲା ।
ଶପଥ ଗ୍ରହଣ ସମାରୋହରେ ମୁଖ୍ୟମନ୍ତ୍ରୀଙ୍କ ସମେତ ବାଚସ୍ପତି ଶ୍ରୀମତୀ ପ୍ରମିଳା ମଲ୍ଲିକ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରାଜ୍ୟ ମନ୍ତ୍ରୀମଣ୍ଡଳର ସଦସ୍ୟବୃନ୍ଦ, ବିଧାୟକ ଏବଂ ଅନ୍ୟ ବିଶିଷ୍ଟ ବ୍ୟକ୍ତିମାନେ ଯୋଗ ଦେଇଥିଲେ ।








