ଭୁୁବନେଶ୍ୱର: ନବନିର୍ବାଚିତ ରାଜ୍ୟସଭା ସାଂସଦ ମାନସ ମଙ୍ଗରାଜଙ୍କୁ ପୁଣି ଏକ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ମିଳିଛି । ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟର ପରାମର୍ଶଦାତା କମିଟିର ସଦସ୍ୟ ଭାବେ ସେ ମନୋନୀତ ହୋଇଛନ୍ତି । ମନ୍ତ୍ରଣାଳୟର ନୀତି ନିର୍ଦ୍ଧାରଣରେ ପରାମର୍ଶଦାତା କମିଟି ଗୁରୁତ୍ୱପୂର୍ଣ୍ଣ ଭୂମିକା ନେଇଥାଏ । କେନ୍ଦ୍ର ସଂସଦୀୟ ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ ଆଜି ଶ୍ରୀ ମଙ୍ଗରାଜଙ୍କ ମନୋନୟନ ସଂକ୍ରାନ୍ତ ବିଜ୍ଞପ୍ତି ପ୍ରକାଶ ପାଇଛି ।








