Thursday, June 25, 2026 06:19 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ଝଲସିଲା ବ୍ରହ୍ମପୁର ରାମଲିଙ୍ଗେଶ୍ୱର ଜଳାଶୟ

ଗଞ୍ଜାମ ତଥା ବ୍ରହ୍ମପୁରର ବିକାଶ କାର୍ଯ୍ୟ ଉପରେ ମୁଁ ତୀକ୍ଷ୍ଣ ନଜର ରଖିଛି: ମୁଖ୍ୟମନ୍ତ୍ରୀ

by Our Correspondent
04 Jan, 2021- 09:13 PM
in Latest News, News
1 min read
0
ଝଲସିଲା ବ୍ରହ୍ମପୁର ରାମଲିଙ୍ଗେଶ୍ୱର ଜଳାଶୟ

ଭୁବନେଶ୍ୱର: ରୂପାନ୍ତରର (Transformation) ଅନନ୍ୟ ଉଦାହରଣ ପାଲଟିଛି ବ୍ରହ୍ମପୁରର ରାମଲିଙ୍ଗେଶ୍ୱର ଜଳାଶୟ। ଅବ୍ୟବହୃତ ଏବଂ ଅସ୍ବାସ୍ଥ୍ୟକର ପରିବେଶରେ ପଡି ରହିଥିବା ଏହି ଜଳାଶୟ ଆଜି ବ୍ରହ୍ମପୁରରେ ପର୍ଯ୍ୟଟକ ମାନଙ୍କର ଆକର୍ଷଣୀୟ କେନ୍ଦ୍ର ବିନ୍ଦୁ ହୋଇପାରିଛି। ଚିତାକର୍ଷକ ଆତସବାଜି, ଶିବ ତାଣ୍ଡବ ସ୍ତୋତ୍ରର ତାଳେ ତାଳେ ଲେଜର ଲାଇଟ୍‌ ଓ ଏକ ସଂଗୀତମୟ ପରିବେଶ ମଧ୍ୟରେ ବ୍ରହ୍ମପୁରର କେନ୍ଦ୍ର ସ୍ଥଳୀରେ ଅବସ୍ଥିତ ରାମଲିଙ୍ଗେଶ୍ୱର ଜଳାଶୟ ଓ ଉଦ୍ୟାନର ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ବାରା ଲୋକାର୍ପିତ ହୋଇଛି ।

ଏହି ଅବସରରେ ଆଜି ସଂଧ୍ୟାରେ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ସମବେତ ବ୍ରହ୍ମପୁରର ଜନସାଧାରଣଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ରାମଲିଙ୍ଗେଶ୍ୱର ଜଳାଶୟର ଐତିହ୍ୟ ଉପରେ ଆଲୋକପାତ କରିଥିଲେ। ଏହି ପବିତ୍ର ଜଳାଶୟର ଜଳକୁ ପରିଷ୍କାର ରଖିବା ଏବଂ ଏହାର ସୌନ୍ଦର୍ଯ୍ୟମୟ ପରିବେଶକୁ ସୁରକ୍ଷିତ ରଖିବା ପାଇଁ ମୁଖ୍ୟମନ୍ତ୍ରୀ ବ୍ରହ୍ମପୁରର ଜନସାଧାରଣଙ୍କୁ ଆହ୍ବାନ ଜଣାଇଥିଲେ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଗତ କିଛି ବର୍ଷ ତଳେ ଏହି ଜଳାଶୟର ଅବସ୍ଥା କଣ ଥିଲା ଏବଂ ବର୍ତ୍ତମାନ ଏହା କେଉଁଠି ପହଞ୍ଚିଛି। ଏହା ହେଉଛି ପରିବର୍ତ୍ତନ, Transformation. ରାମଲିଙ୍ଗେଶ୍ୱର ଜଳାଶୟ ଓ ପାର୍କ ଆଜି ଗଂଜାମର ପର୍ଯ୍ୟଟନ ମାନଚିତ୍ରରେ ଏକ ସ୍ବତନ୍ତ୍ର ସ୍ଥାନ ଅଧିକାର କରିପାରିଛି । ଏହା ଆଜି ସମ୍ଭବ ହୋଇପାରିଛି, ବ୍ରହ୍ମପୁରର ଜନସାଧାରଣଙ୍କ ଅକୁଣ୍ଠ ସମର୍ଥନ ଓ ସହଯୋଗ ଯୋଗୁ । ସେଥିପାଇଁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଧନ୍ୟବାଦ ଜଣାଇଥିଲେ।

କୋଭିଡ ସମୟରେ ଗଂଜାମର ଜନସାଧାରଣଙ୍କର ଦୃଢ ମନୋବଳର ଉଚ୍ଚ ପ୍ରଶଂସା କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଗଂଜାମର ଜନତାଙ୍କ ସଂଯମତା ଓ ଆତ୍ମଶକ୍ତି ଯୋଗୁ ଆଜି ଜିଲ୍ଲାରେ ସଫଳ ଭାବରେ କୋଭିଡକୁ ନିୟନ୍ତ୍ରଣ କରାଯାଇପାରିଛି ଏବଂ ଗଂଜାମ ଆଜି ସାରା ଦେଶ ପାଇଁ ରୋଲ ମଡେଲ ହୋଇପାରିଛି।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ବ୍ରହ୍ମପୁରକୁ ଏକ ଆଦର୍ଶ ସହର ଭାବରେ ଗଢିତୋଳିବା ପାଇଁ ରାଜ୍ୟ ସରକାର ତାଙ୍କର ଉଦ୍ୟମ ଜାରି ରଖିଛନ୍ତି । ବ୍ରହ୍ମପୁରରେ ଅତ୍ୟାଧୁନିକ ସୁବିଧା ଥିବା ଏକ ଷ୍ଟାଡିୟମର ନିର୍ମାଣ କାର୍ଯ୍ୟ ସନ୍ତୋଷଜନକ ଭାବରେ ଆଗେଇ ଚାଲିଥିବା ବେଳେ ସହର ପାଇଁ ୪୨ କୋଟି ଟଙ୍କା ବ୍ୟାୟରେ ଏକ ବର୍ଜ୍ୟବସ୍ତୁ ପରିଚାଳନା କେନ୍ଦ୍ର ନିର୍ମାଣ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ସେହିପରି ସହରର ଟ୍ରାଫିକ ନିୟନ୍ତ୍ରଣ ପାଇଁ ରିଂଗ ରୋଡ କାର୍ଯ୍ୟ ମଧ୍ୟ ଆରମ୍ଭ ହୋଇଛି।

ବ୍ରହ୍ମପୁର ମୋ ପାଇଁ ସବୁବେଳେ ସ୍ବତନ୍ତ୍ର ଗୁରୁତ୍ବ ରଖିଛି। ବ୍ରହ୍ମପୁର ତଥା ଗଂଜାମର ବିକାଶ ଉପରେ ମୁଁ ସବୁବେଳେ ତୀକ୍ଷ୍ଣ ନଜର ରଖିଛି ବୋଲି ମତଦେଇ ବ୍ରହ୍ମପୁରକୁ ଏକ ସୁନ୍ଦର ତଥା ଆଧୁନିକ ସହର ଭାବରେ ଗଢିବା ପାଇଁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କ ସହଯୋଗ କାମନା କରିଛନ୍ତି।

ଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ଜଂଗଲ ଓ ପରିବେଶ ମନ୍ତ୍ରୀ ଶ୍ରୀ ବିକ୍ରମ କେଶରୀ ଆରୁଖ, ସାଂସଦ ଶ୍ରୀ ଚନ୍ଦ୍ରଶେଖର ସାହୁ, ବିଧାୟକ ଶ୍ରୀ ବିକ୍ରମ ପଣ୍ଡା, ଓଡିଶା କୋଠାବାଡି ଓ ଅନ୍ୟାନ୍ୟ ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡର ସଭାପତି ଶ୍ରୀ ରମେଶ ଚନ୍ଦ୍ର ଚ୍ୟାଉପଟ୍ଟନାୟକ ପ୍ରମୁଖ ଉଦ୍‌ବୋଧନ ଦେଇ ରାମଲିଙ୍ଗେଶ୍ୱର ଜଳାଶୟର ପୁନରୁଦ୍ଧାର ପାଇଁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ୟମର ପ୍ରଶଂସା କରିଥିଲେ।

ଏହି ଜଳାଶୟର ପୁନରୁଦ୍ଧାର ଓ ସୌନ୍ଦର୍ଯ୍ୟକରଣରେ ସକ୍ରିୟ ଭୂମିକା ଗ୍ରହଣ କରିଥିବା ଗଞ୍ଜାମର ପୂର୍ବତନ ଜିଲ୍ଲାପାଳ ଶ୍ରୀ ପ୍ରେମଚାନ୍ଦ ଚୌଧୁରୀ ଏବଂ ପୂର୍ବତନ ପ୍ରକଳ୍ପ ନିର୍ଦ୍ଦେଶକ ଶ୍ରୀ ଚକ୍ରବର୍ତ୍ତୀ ରାଠୋରଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ ଆନ୍ତରିକ କୃତଜ୍ଞତା ଜଣାଇଥିଲେ। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବଙ୍କ ସମେତ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ । ଗଞ୍ଜାମ ଜିଲ୍ଲାପାଳ ସ୍ବାଗତ ଭାଷଣ ଦେଇଥିଲେ ଏବଂ ବ୍ରହ୍ମପୁର ମହାନଗର ନିଗମର କମିଶନର ଧନ୍ୟବାଦ ଅର୍ପଣ କରିଥିଲେ।

ସୂଚନାଯୋଗ୍ୟ ୮ ଏକର ପରିମିତ ଜମିରେ ଥିବା ଏହି ପ୍ରାଚୀନ ଜଳାଶୟ ବ୍ରହ୍ମପୁରର ଏକ ପବିତ୍ର ପୁଷ୍କରିଣୀ ଭାବରେ ପ୍ରସିଦ୍ଧ। ସମୟକ୍ରମେ ଏହା ଅବ୍ୟବହୃତ ହୋଇପଡିଥିଲା। ମୁଖ୍ୟମନ୍ତ୍ରୀଙ୍କ ଉଦ୍ୟମ କ୍ରମେ ୨୦୧୭ ମସିହାରେ ୧୨ କୋଟି ଟଙ୍କା ବ୍ୟୟରେ ଏହି ଜଳାଶୟର ପୁନରୁଦ୍ଧାର ଓ ସୌନ୍ଦର୍ଯ୍ୟକରଣ କାମ ଆରମ୍ଭ ହୋଇଥିଲା। ପୁଷ୍କରିଣୀର ମଧ୍ୟ ସ୍ଥଳରେ ଭଗବାନ ଶଂକରଙ୍କର ୩୫ ଫୁଟ ଉଚ୍ଚତା ବିଶିଷ୍ଟ ସୁଦୃଶ୍ୟ ପ୍ରତିମୂର୍ତ୍ତୀ ଶୋଭା ପାଉଥିବା ବେଳେ ଚତୁର୍ପାଶ୍ବରେ ଉଦ୍ୟାନ ଏହାକୁ ଅଧିକ ଆକର୍ଷଣୀୟ କରି ଗଢିତୋଳିଛି ।

Previous Post

‘ସ୍ୱାଧୀନତାର ୭୪ବର୍ଷରେ ବି ହାସଲ ହୋଇନି ମହାତ୍ମାଙ୍କ ସ୍ୱପ୍ନ’

Next Post

ପୁଲିସ ହାତରେ ମାହାଙ୍ଗା ଡବଲ୍ ମର୍ଡର ମୁଖ୍ୟ ଅଭିଯୁକ୍ତ

Next Post
ପୁଲିସ ହାତରେ ମାହାଙ୍ଗା ଡବଲ୍ ମର୍ଡର ମୁଖ୍ୟ ଅଭିଯୁକ୍ତ

ପୁଲିସ ହାତରେ ମାହାଙ୍ଗା ଡବଲ୍ ମର୍ଡର ମୁଖ୍ୟ ଅଭିଯୁକ୍ତ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA