Tuesday, July 8, 2025 03:48 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home News International

ରତନ ଟାଟାଙ୍କୁ କିସ୍‍ ହ୍ୟୁମାନିଟାରିଆନ୍‍ ସମ୍ମାନ-୨୦୨୧

by Our Correspondent
22 Apr, 2024- 08:26 PM
in International, Latest News, News
1 min read
0
ରତନ ଟାଟାଙ୍କୁ କିସ୍‍ ହ୍ୟୁମାନିଟାରିଆନ୍‍ ସମ୍ମାନ-୨୦୨୧

ଭୁବନେଶ୍ୱର: ବିଶ୍ୱର ବିଶିଷ୍ଟ ଶିଳ୍ପପତି, ସମାଜସେବୀ ତଥା ଟାଟାଗ୍ରୁପ୍‍ର ଚେୟାରମ୍ୟାନ୍‍ ଏମେରିଟସ୍‍ ରତନ ଟାଟାଙ୍କୁ ସମ୍ମାନଜନକ କିସ୍‍ ହ୍ୟୁମାନିଟାରିଆନ୍‍ ସମ୍ମାନ-୨୦୨୧ ସୋମବାର ପ୍ରଦାନ କରାଯାଇଛି । ଆଜି ମୁମ୍ବାଇସ୍ଥିତ ରତନ ଟାଟାଙ୍କ ବାସଭବନରେ ଆୟୋଜିତ ଏକ ସ୍ୱତନ୍ତ୍ର ଉତ୍ସବରେ ଟାଟା ଗ୍ରୁପ୍‍ର ଅଧ୍ୟକ୍ଷ ଏନ୍‍ ଚନ୍ଦ୍ରଶେଖରନ୍‍ ଓ ତିନି ଥର ଗ୍ରାମି ପୁରସ୍କାର ବିଜେତା ରିକି କେଜ୍‍ଙ୍କ ଉପସ୍ଥିତିରେ କିଟ୍‍ ଓ କିସ୍‍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ରତନ ଟାଟାଙ୍କୁ ଏହି ସମ୍ମାନ ପ୍ରଦାନ କରିଥିଲେ । ସାମାଜିକ ବିକାଶ ପ୍ରତି ପ୍ରତିବଦ୍ଧତା ଓ କର୍ପୋରେଟ୍‍ ନେତୃତ୍ୱ କ୍ଷେତ୍ରରେ ସେ ସୃଷ୍ଟି କରିଥିବା ଉଦାହରଣ ପାଇଁ ତାଙ୍କୁ କିସ୍‍ ହ୍ୟୁମାନିଟାରିଆନ୍‍ ସମ୍ମାନ ପ୍ରଦାନ କରାଯାଇଛି । ବର୍ତ୍ତମାନ ସମୟରେ ସ୍ୱାସ୍ଥ୍ୟଗତ କାରଣରୁ ରତନ ଟାଟା ବାହାରକୁ ଯାଉ ନ ଥିବା କାରଣରୁ ତାଙ୍କ ବାସଭବନରେ ଏହି ସମ୍ମାନ ପ୍ରଦାନ  କରାଯାଇଥିଲା ।

ଏହି ସମ୍ମାନ ଗ୍ରହଣ କରିବା ସହ କିସ୍‍ ଓ ଏହାର ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କୁ ଧନ୍ୟବାଦ ଦେଇ ରତନ ଟାଟା କହିଲେ ଏହି ସମ୍ମାନ ମୋତେ ପ୍ରଦାନ କରିଥିବାରୁ ମୁଁ ବହୁତ ଖୁସି । ଏହା ମୋ ଜୀବନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ମୁହୂର୍ତ୍ତ ବୋଲି ସେ କହିଥିଲେ । ସାଧାରଣତଃ ରତନ ଟାଟା କୌଣସି ପୁରସ୍କାର ଗ୍ରହଣ କରି ନ ଥାନ୍ତି । ମାତ୍ର କିସ୍‍ ହ୍ୟୁମାନିଟାରିଆନ୍‍ ସମ୍ମାନର ଗୁରୁତ୍ୱ ଉପଲବ୍‍ଧି କରି ସେ ଏହି ସମ୍ମାନ ଗ୍ରହଣ କରିବା ପାଇଁ ସମ୍ମତି ପ୍ରକାଶ କରିଥିଲେ। ୨୦୨୧ରେ ଶ୍ରୀ ଟାଟାଙ୍କୁ ଏହି ସମ୍ମାନ ଗ୍ରହଣ କରିବା ପାଇଁ ଶ୍ରୀ ସାମନ୍ତ ଅନୁରୋଧ କରିଥିଲେ । କୋଭିଡ୍‍ ମହାମାରୀ ଯୋଗୁଁ ୨୦୨୧ରେ ଏହି ସମ୍ମାନ ତାଙ୍କୁ ପ୍ରଦାନ କରାଯାଇପାରି ନ ଥିଲା ।

‘ରତନ ଟାଟା ଭାରତର ଏକ ଜଣାଶୁଣା ନାଁ ଏବଂ ସେ ଜଣେ ଅତି ଭଲ ଲୋକ । ତାଙ୍କୁ ଆଜି ଏହି ସମ୍ମାନ ପ୍ରଦାନ କରି ନିଜକୁ ଗୌରବାନ୍ୱିତ ମନେକରୁଛି” ବୋଲି ଶ୍ରୀ ସାମନ୍ତ ନିଜ ପ୍ରତିକ୍ରିୟାରେ ପ୍ରକାଶ କରିଛନ୍ତି । ଶ୍ରୀ ସାମନ୍ତ କହିଲେ, ରତନ ଟାଟାଙ୍କ ସମାଜସେବା ଓ ନେତୃତ୍ୱ ମୋତେ ପିଲାଦିନୁ ପ୍ରଭାବିତ କରିଥିଲା । ପିଲାଦିନରୁ ମୁଁ ରତନ ଟାଟାଙ୍କୁ ସମ୍ମାନ ଦେବା ସହ ତାଙ୍କୁ ସେ ଭଲ ପାଇ ଆସୁଛି । ସମୟ ଥିଲା ଦିନେ ମୋ ବାପା ଟାଟା କମ୍ପାନୀରେ ଏକ ଛୋଟ କର୍ମଚାରୀ ଥିଲେ । ମୋତେ ଯେତେବେଳେ ମାତ୍ର ୪ ବର୍ଷ ବୟସ ହୋଇଥିଲା, ସେତେବେଳେ ମୋ ବାପା ଏକ ରେଳ ଦୁର୍ଘଟଣାରେ ପ୍ରାଣ ହରାଇଥିଲେ । ସେବେଠାରୁ ମୁଁ ରତନ ଟାଟାଙ୍କୁ ସମ୍ମାନ ଦେବା ସହ ଭଲ ପାଇ ଆସୁଛି ବୋଲି ଶ୍ରୀ ସାମନ୍ତ କହିଛନ୍ତି ।

ସୂଚନାଯୋଗ୍ୟ, ପୂର୍ବରୁ ଏହି ସମ୍ମାନଜନକ ସମ୍ମାନ ଲାଭ କରିଥିବା ବ୍ୟକ୍ତିଙ୍କ ମଧ୍ୟରେ ବିଶ୍ୱର ବହୁ ବିଶିଷ୍ଟ ରାଷ୍ଟ୍ରନେତା, ନୋବେଲ୍‍ ବିଜେତା ଏବଂ ବିଭିନ୍ନ କ୍ଷେତ୍ରର ବିଶିଷ୍ଟ ବ୍ୟକ୍ତିମାନେ ଅଛନ୍ତି । ଏହା  କିସ୍‍ ହ୍ୟୁମାନିଟାରିଆନ୍‍ ସମ୍ମାନର ବ୍ୟାପକ ଅନ୍ତର୍ଜାତୀୟ ଗ୍ରହଣୀୟତା ଓ ସମ୍ମାନକୁ ସୂଚୀତ କରିଥାଏ । ଏହି ଅବସରରେ କିସ୍‍ର ୪୦ ହଜାର ଛାତ୍ରଛାତ୍ରୀ ରତନ ଟାଟାଙ୍କ ସୁସ୍ଥ, ଦୀର୍ଘ ଓ ନିରାମୟ ଜୀବନ କାମନା କରିଛନ୍ତି ।

Previous Post

୨୪ ରୁ ହାଇ ଭୋଲଟେଜ୍ ପ୍ରଚାର

Next Post

ସୋଆକୁ ୩ଟି ସିଏସ୍ଆର୍ ସମ୍ମାନ

Next Post
ସୋଆକୁ ୩ଟି ସିଏସ୍ଆର୍ ସମ୍ମାନ

ସୋଆକୁ ୩ଟି ସିଏସ୍ଆର୍ ସମ୍ମାନ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19067 shares
    Share 7627 Tweet 4767
  • ନବୀନ..ନବୀନ, ମୋହନ..ମୋହନ

    16583 shares
    Share 6633 Tweet 4146
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7287 shares
    Share 2915 Tweet 1822
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5780 shares
    Share 2312 Tweet 1445
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5465 shares
    Share 2186 Tweet 1366

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA