Friday, January 16, 2026 07:10 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ରଥଯାତ୍ରା ସୁପରିଚାଳନା ପାଇଁ ପ୍ରଶାସନ ସମ୍ପୂର୍ଣ୍ଣ ପ୍ରସ୍ତୁତ

ମୁଖ୍ୟମନ୍ତ୍ରୀଙ୍କ ରଥଯାତ୍ରା -୨୦୨୫ ସ୍ୱତନ୍ତ୍ର ସମୀକ୍ଷା ବୈଠକ

by Our Correspondent
22 Jun, 2025- 03:56 PM
in Latest News, News
1 min read
0
ରଥଯାତ୍ରା ସୁପରିଚାଳନା ପାଇଁ ପ୍ରଶାସନ ସମ୍ପୂର୍ଣ୍ଣ ପ୍ରସ୍ତୁତ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ପୁରୀ ପୌରସଂସ୍ଥାର ଟାଉନ ହଲଠାରେ ରଥଯାତ୍ରା ପରିଚାଳନା ବ୍ୟବସ୍ଥା ସମ୍ପର୍କରେ ସମୀକ୍ଷା କରି କହିଛନ୍ତି ଯେ, ରଥଯାତ୍ରାର ସୁପରିଚାଳନା ପାଇଁ ପ୍ରଶାସନ ସମ୍ପୂର୍ଣ୍ଣ ଭାବେ ପ୍ରସ୍ତୁତ ଅଛି।

ବୈଠକରେ ମୁଖ୍ୟମନ୍ତ୍ରୀ ରଥଯାତ୍ରାକୁ ସମ୍ପୂର୍ଣ୍ଣ ଭାବେ ଅଘଟଣ-ମୁକ୍ତ (Incident Free) କରିବା ଉପରେ ଗୁରୁତ୍ୱ ଆରୋପ କରିଥିଲେ। ପୋଲିସ ନିୟୋଜନ, ଟ୍ରାଫିକ ନିୟନ୍ତ୍ରଣ ବ୍ୟବସ୍ଥା, ଅଗ୍ନିଶମ ସୁରକ୍ଷା ବ୍ୟବସ୍ଥା ଆଦି ସମସ୍ତ କାର୍ଯ୍ୟଗୁଡିକୁ ସଠିକ ଭାବେ ପରିଚାଳନା କରି ଶ୍ରଦ୍ଧାଳୁ ମାନେ ଯେପରି ଶୃଙ୍ଖଳିତ ଭାବେ ରଥଯାତ୍ରାରେ ଭାଗନେଇ ପାରିବେ ସେଥିପ୍ରତି ଧ୍ୟାନ ଦେବା ପାଇଁ ମୁଖ୍ୟମନ୍ତ୍ରୀ ପ୍ରଶାସନକୁ ନିର୍ଦ୍ଦେଶ ଦେଇଥିଲେ।

ବିଭିନ୍ନ ଜିଲ୍ଲାରେ ଡାଇରିଆ ପରିସ୍ଥିତି ଥିବା ଯୋଗୁ ସ୍ୱାସ୍ଥ୍ୟ ବିଭାଗ ସହିତ ଅନ୍ୟ ସମସ୍ତ ସମ୍ପୃକ୍ତ ବିଭାଗ ରଥଯାତ୍ରା ପୂର୍ବରୁ ସୁନାବେଶ ପର୍ଯ୍ୟନ୍ତ ଏହା ଉପରେ ସମ୍ପୂର୍ଣ୍ଣ ନଜର ରଖିବା ଆବଶ୍ୟକ। କୌଣସି ସ୍ଥାନରେ ଯେପରି ଅସ୍ୱାସ୍ଥ୍ୟକର ଖାଦ୍ୟ କିମ୍ବା ପାଣି ବିକ୍ରି ନହୁଏ ତାହା ସୁନିଶ୍ଚିତ କରିବା ଅତ୍ୟନ୍ତ ଜରୁରୀ। ଏହା ସହିତ ସବୁ ସ୍ଥାନରେ ବିଶୁଦ୍ଧ ପାନୀୟ ଜଳ ଓ ସ୍ୱାସ୍ଥ୍ୟକର ଖାଦ୍ୟ ମଧ୍ୟ ଉପଲବ୍ଧ ହେବା ଆବଶ୍ୟକ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ରଥଯାତ୍ରା ସମୟରେ ମହାପ୍ରଭୁଙ୍କ ନୀତିକାନ୍ତି ଯେପରି ସୁରୁଖୁରୁରେ ଏବଂ ଠିକ୍ ସମୟରେ ହେବ ସେଥିପାଇଁ ମୁଖ୍ୟମନ୍ତ୍ରୀ ସେବାୟତ ମାନଙ୍କ ସହଯୋଗ କାମନା କରିଥିଲେ।

ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ଆମ ସାଂସ୍କୃତିର ସବୁଠାରୁ ଗୌରବମୟ ପରିଚୟ। କୋଟି କୋଟି ଲୋକଙ୍କ ଭାବାବେଗ ଏଥିରେ ଜଡିତ ଅଛି। ତେଣୁ, ଏହାର ସୁପରିଚାଳନା କେବଳ ଏକ ସରକାରୀ ଦାୟିତ୍ୱ ନୁହେଁ, ବରଂ ଏକ ପବିତ୍ର କର୍ତ୍ତବ୍ୟ। ତେଣୁ ସମସ୍ତ ବିଭାଗର ଅଧିକାରୀ, କର୍ମଚାରୀ ଏବଂ ବିଭିନ୍ନ ବେସରକାରୀ ସଂସ୍ଥା ସମସ୍ତେ ସମନ୍ୱୟ ରଖି ଏହାର ସଫଳ ପରିଚାଳନା ପାଇଁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ପରାମର୍ଶ ଦେଇଥିଲେ।

ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ରଥଯାତ୍ରା ସୁରୁଖୁରୁ ରେ ସମ୍ପାଦିତ ହେବାପାଇଁ ନିଆ ଯାଇଥିବା ପଦକ୍ଷେପ,ସ୍ବାସ୍ଥ୍ୟ ମନ୍ତ୍ରୀ ଡ ମୁକେଶ ମହଲିଙ୍ଗ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ହୋଇଥିବା ପ୍ରସ୍ତୁତି ଏବଂ ପୋଲିସ୍ ମହାନିର୍ଦ୍ଦେଶକ ଆଇନ ଶୃଙ୍ଖଳା ବ୍ୟବସ୍ଥା ବିଷୟ ରେ ସୂଚନା ପ୍ରଦାନ କରିଥିଲେ ।

ଏହି ଅବସର ରେ ମୁଖ୍ୟମନ୍ତ୍ରୀ ଓ ଅତିଥି ମାନେ ପୁରୀ ଜିଲ୍ଲା ପ୍ରଶାସନ ର ସୂଚନା ପୁସ୍ତିକା ରୂପରେଖ ଉନ୍ମୋଚନ କରିଥିଲେ ।

ଏହି ସମୀକ୍ଷା ବୈଠକରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା, , ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣଚନ୍ଦ୍ର ମହାପାତ୍ର, ଉଚ୍ଚଶିକ୍ଷା କ୍ରୀଡା ଓ ଯୁବସେବା ତଥା ଓଡିଆ ଭାଷା ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, ପୁରୀ ସାଂସଦ ସମ୍ବିତ ପାତ୍ର, ରାଜ୍ୟସଭା ସାଂସଦ ସୁଭାଶିଷ ଖୁଣ୍ଟିଆ, ବିଧାୟକ ଗଣ, ମୁଖ୍ୟ ଶାସନ ସଚିବ, ଉନ୍ନୟନ କମିଶନର, ଗୃହ ବିଭାଗ ର ଅତିରିକ୍ତ ମୁଖ୍ୟ ଶାସନ ସଚିବ, ବିଭିନ୍ନ ବିଭାଗର ବରିଷ୍ଠ ଅଧିକାରୀଗଣ, ଜିଲ୍ଲା ପ୍ରଶାସନର ଅଧିକାରୀଗଣ , ସେବାୟତ ଓ ମଠାଧୀଶ ଗଣ ଯୋଗଦେଇଥିଲେ।

ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ ଅରବିନ୍ଦ ପାଢ଼ୀ ସମସ୍ତଙ୍କୁ ସ୍ଵାଗତ କରିଥିଲେ ।

ସମୀକ୍ଷା ବୈଠକ ପରେ ମୁଖ୍ୟମନ୍ତ୍ରୀ ଗୁଣ୍ଡିଚା ମନ୍ଦିର ଯାଇ ସେଠାରେ ହୋଇଥିବା ଉନ୍ନତି ଓ ସୌନ୍ଦର୍ଯ୍ୟ କରଣକାର୍ଯ୍ୟ ବୁଲି ଦେଖିଥିଲେ ।

Previous Post

ନବୀନଙ୍କ ସଫଳ ଅସ୍ତ୍ରୋପଚାର, ଅବଜରଭେସନରେ ରହିବେ ଦୁଇଦିନ

Next Post

ଆସ୍କାରେ ରାଜ୍ୟସ୍ତରୀୟ ଯୁବ ଶକ୍ତି ସମାବେଶ

Next Post
ଆସ୍କାରେ ରାଜ୍ୟସ୍ତରୀୟ ଯୁବ ଶକ୍ତି ସମାବେଶ

ଆସ୍କାରେ ରାଜ୍ୟସ୍ତରୀୟ ଯୁବ ଶକ୍ତି ସମାବେଶ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19146 shares
    Share 7658 Tweet 4787
  • ନବୀନ..ନବୀନ, ମୋହନ..ମୋହନ

    16593 shares
    Share 6637 Tweet 4148
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7295 shares
    Share 2918 Tweet 1824
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5811 shares
    Share 2324 Tweet 1453
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5481 shares
    Share 2192 Tweet 1370

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA