Monday, June 29, 2026 09:08 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ରଥଯାତ୍ରା ପାଇଁ ଦୁଇଦିନ ଛୁଟି

ରଥଯାତ୍ରା ପ୍ରସ୍ତୁତିର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

by Our Correspondent
02 Jul, 2024- 02:47 PM
in Latest News, News
1 min read
0
ରଥଯାତ୍ରା ପାଇଁ ଦୁଇଦିନ ଛୁଟି

ଭୁବନେଶ୍ୱର: ଆଗାମୀ ରଥଯାତ୍ରା ପ୍ରସ୍ତୁତିର ଆଜି ରାଜ୍ୟସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଛି । ପୁରୀ ଟାଉନ ହଲଠାରେ ଅନୁଷ୍ଠିତ ଏହି ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଅଧ୍ୟକ୍ଷତା କରିଥିଲେ । ରଥଯାତ୍ରାର ସୁପରିଚାଳନା ପାଇଁ ସମସ୍ତ ସେବାୟତ, ପ୍ରଶାସନ, ବିଭିନ୍ନ ସାମାଜିକ ସଂଗଠନ ଓ ସ୍ଥାନୀୟ ଲୋକମାନଙ୍କର ମୁଖ୍ୟମନ୍ତ୍ରୀ ସହଯୋଗ କାମନା କରିଛନ୍ତି । ଏ ବର୍ଷ ଦୁଇଦିନ ଧରି ରଥଟଣା କାର୍ଯ୍ୟକ୍ରମ ଥିବାରୁ ରଥଯାତ୍ରାର ପରଦିନ ମଧ୍ୟ ସରକାରୀ ଛୁଟି ରହିବ । ତେଣୁ ଜୁଲାଇ ୭ ତାରିଖ ସହିତ ୮ ତାରିଖକୁ ମଧ୍ୟ ମୁଖ୍ୟମନ୍ତ୍ରୀ ଏହି ଛୁଟି ଘୋଷଣା କରିଥିଲେ ।

ମୋହନ ମାଝୀଙ୍କ ସରକାରର ଏ ଥିଲା ପ୍ରଥମ ରଥଯାତ୍ରା ସମୀକ୍ଷା ବୈଠକ । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ମହାପ୍ରଭୁ ଜଗନ୍ନାଥଙ୍କ ମୂଳ ସେବକ ହେଉଛନ୍ତି ଆଦିବାସୀ । ଜଣେ ଆଦିବାସୀ ଭାବେ ମୁଁ ନିଜକୁ ଜଗନ୍ନାଥଙ୍କ ନିକଟରେ ସମ୍ପୂର୍ଣ୍ଣ ଭାବେ ସମର୍ପିତ କରିଛି । ଜଗନ୍ନାଥ ହେଉଛନ୍ତି ଓଡିଆ ଜାତିର ପରିଚୟ ତାଙ୍କ ରଥଯାତ୍ରା ସାରା ବିଶ୍ୱ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଧାର୍ମିକ ଓ ଆଧ୍ୟାତ୍ମିକ ପର୍ବ। ଏହାର ସୁପରିଚାଳନା ଆମ ସମସ୍ତଙ୍କ ଦାୟିତ୍ୱ। ତେଣୁ ସମସ୍ତେ ଦାୟିତ୍ୱବାନ ହୋଇ ଏହାକୁ ଅତ୍ୟନ୍ତ ନିଷ୍ଠା ସହକାରେ ସୂଚାରୁରୂପେ ପାଳନ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିବେଦନ କରିଥିଲେ।

ଯେହେତୁ ଦେଶ ବିଦେଶରୁ ଲକ୍ଷ ଲକ୍ଷ ଭକ୍ତ ପୁରୀକୁ ଆସିବେ, ସମସ୍ତଙ୍କ ମିଳିତ ସହଯୋଗରେ ରଥଯାତ୍ରା ସୁରୁଖୁରରେ ସମ୍ପୂର୍ଣ୍ଣ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଥିଲେ। ପୁରୀର ଜନସାଧାରଣ, ମହାପ୍ରଭୁଙ୍କ ସେବାୟତ, ପ୍ରଶାସନ, ପୁଲିସ ସମସ୍ତେ ସେବା ଓ ସମର୍ପଣ ମନୋଭାବ, ମହାପ୍ରଭୁଙ୍କ ଏ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରାକୁ ତ୍ରୁଟିଶୂନ୍ୟ ଭାବେ ପରିଚାଳନା କରି ସଫଳ କରିବେ ବୋଲି ମୁଖ୍ୟମନ୍ତ୍ରୀ ଆଶା ଓ ବିଶ୍ୱାସ ପ୍ରକଟ କରିଥିଲେ।

ଏହି ବୈଠକରେ ଦୁଇ ଉପ ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ ଓ ଶ୍ରୀମତୀ ପ୍ରଭାତୀ ପରିଡ଼ା, ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ, ଅନ୍ୟ ମନ୍ତ୍ରୀଗଣ, ବିଧାୟକଗଣ, ମୁଖ୍ୟ ଶାସନ ସଚିବ, ବରିଷ୍ଠ ଅଧିକାରୀ, ମହାପ୍ରଭୁଙ୍କ ସେବାୟତଗଣ ପ୍ରମୁଖ ଉପସ୍ଥିତ ଥିଲେ।

Previous Post

୫ ହଜାର ଲୋକଙ୍କୁ ଶୁଣିଲେ ମୁଖ୍ୟମନ୍ତ୍ରୀ

Next Post

ଓଡ଼ିଆ ଭାଷାର ଏକ ସମୃଦ୍ଧ ଇତିହାସ ରହିଛି: ରାଜ୍ୟପାଳ

Next Post
ଓଡ଼ିଆ ଭାଷାର ଏକ ସମୃଦ୍ଧ ଇତିହାସ ରହିଛି: ରାଜ୍ୟପାଳ

ଓଡ଼ିଆ ଭାଷାର ଏକ ସମୃଦ୍ଧ ଇତିହାସ ରହିଛି: ରାଜ୍ୟପାଳ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA