ଭୁବନେଶ୍ୱର: ପ୍ରାଥମିକ ବିଦ୍ୟାଳୟର କନିଷ୍ଠ ଶିକ୍ଷକ(ସ୍କିମାଟିକ୍) ମାନଙ୍କ ମାସିକ ପାରିଶ୍ରମିକ ୧୧ ହଜାର ଟଙ୍କାରୁ ୧୬ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି । ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଆଜି ଏ ସଂକ୍ରାନ୍ତୀୟ ବିଜ୍ଞପ୍ତି ପ୍ରକାଶ ପାଇଛି ।
ସମଗ୍ର ଶିକ୍ଷା କାର୍ଯ୍ୟକ୍ରମରେ ପ୍ରାଥମିକ ଓ ଉଚ୍ଚ ପ୍ରାଥମିକସ୍ତରରେ ନିୟୋଜିତ ସ୍କିମାଟିକ୍ କନିଷ୍ଠ ଶିକ୍ଷକମାନଙ୍କୁ ମାସିକ ୧୧ ହଜାର ୧୦୦ ଟଙ୍କା ପାରିଶ୍ରମିକ ଦିଆଯାଉଥିଲା । ପାରିଶ୍ରମିକ ବୃଦ୍ଧି ଫଳରେ ରାଜ୍ୟରେ ଏହି ବର୍ଗରେ ଥିବା ୧୩ ହଜାର ୭୪୦ ଶିକ୍ଷକ ଉପକୃତ ହେବେ ।
ସୂଚନାଥାଉକି, ଗତ ଜାନୁଆରୀ ୧୬ ତାରିଖରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏହି ବର୍ଗର ଶିକ୍ଷକମାନଙ୍କର ମାସିକ ପାରିଶ୍ରମିକୁ ବୃଦ୍ଧି କରିବା ପାଇଁ ନିଷ୍ପତ୍ତି ନେଇ ଏ ସମ୍ପର୍କିତ ପ୍ରସ୍ତାବକୁ ଅନୁମୋଦନ ଦେଇଥିଲେ ।
ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଏଥିପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି ।