Thursday, June 25, 2026 08:26 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ମେଡିକାଲ, ଇଞ୍ଜିନିୟରିଂରେ ସରକାରୀ ସ୍କୁଲ ପିଲାଙ୍କ ପାଇଁ ୧୫% ସିଟ୍

ବିଧାନସଭାରେ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବ ପାରିତ

by Our Correspondent
23 Mar, 2021- 06:28 PM
in Latest News, News
1 min read
0
ମେଡିକାଲ, ଇଞ୍ଜିନିୟରିଂରେ ସରକାରୀ ସ୍କୁଲ ପିଲାଙ୍କ ପାଇଁ ୧୫% ସିଟ୍

ଭୁବନେଶ୍ୱର: ସରକାରୀ ହାଇସ୍କୁଲରେ ପଢ଼ୁଥିବା ପିଲାଙ୍କ ପାଇଁ ମେଡିକାଲ ଓ ଇଞ୍ଜିନିୟରିଂ କଲେଜରେ ଏଣିକି ୧୫% ସ୍ଥାନ ସଂରକ୍ଷଣ ରହିବ । ଏହି ସଂରକ୍ଷଣ ସୁବିଧା ସମସ୍ତ ସଂରକ୍ଷିତ ବର୍ଗ ତଥା ସାଧାରଣ ବର୍ଗର ପିଲାଙ୍କ ସ୍ଥାନ ସମେତ ସବୁସ୍ତରରେ ସମାନୁପାତିକ ଭାବେ ଲାଗୁ କରାଯିବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ଆଗତ ଏହି ପ୍ରସ୍ତାବ ଆଜି ବିଧାନସଭାରେ ପାରିତ ହୋଇଛି । ଓଡ଼ିଶା ହାଇକୋର୍ଟର ଅବସରପ୍ରାପ୍ତ ବିଚାରପତି ଜଷ୍ଟିସ୍ ଡ. ଏ.କେ. ମିଶ୍ରଙ୍କ ଅଧ୍ୟକ୍ଷତାରେ ଗଠିତ ଉଚ୍ଚ କ୍ଷମତା ସମ୍ପନ୍ନ କମିଟିର ସୁପାରିଶ ଆଧାରରେ ରାଜ୍ୟ ସରକାର ଏହାକୁ କାର୍ଯ୍ୟକାରୀ କରିବେ । କମିଟି ସୁପାରିଶକୁ ଗତକାଲି ରାଜ୍ୟ କ୍ୟାବିନେଟ୍ ମୋହର ମାରିଥିଲା ।

ସୂଚନାଥାଉକି, ଡିସେମ୍ବର ତୃତୀୟ ସପ୍ତାହରେ ଅନୁଷ୍ଠିତ ବିଜେଡ଼ି ରାଜ୍ୟ ପରିଷଦ ବୈଠକରେ ପ୍ରଥମେ ଏହି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବଟି ଗ୍ରହଣ କରାଯାଇଥିଲା । ଦଳ ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାକୁ ଅନୁମୋଦନ କରିଥିଲେ । ଡିସେମ୍ବର ୨୮ ତାରିଖରେ ରାଜ୍ୟ କ୍ୟାବିନେଟ୍ ଏହି ସଂରକ୍ଷଣ ପାଇଁ ନିଷ୍ପତ୍ତି ନେଇଥିଲେ ।

ସରକାରୀ ସ୍କୁଲ୍ ରେ ପାଠ ପଢ଼ୁଥିବା ଗ୍ରାମାଞ୍ଚଳର ମେଧାବୀ ଛାତ୍ରଛାତ୍ରୀମାନେ କୋଚିଂ ସୁବିଧା ପାଉ ନ ଥିବାରୁ ପ୍ରବେଶିକା ପରୀକ୍ଷାରେ ସମସ୍ୟାର ସମ୍ମୁଖୀନ ହେଉଛନ୍ତି । ସେମାନଙ୍କର ଯୋଗ୍ୟତା ଥାଇ ମଧ୍ୟ ଡାକ୍ତରୀ କିମ୍ବା ଇଞ୍ଜିନିୟରିଂ ପାଠ୍ୟକ୍ରମରେ ନାମଲେଖାରୁ ବଞ୍ଚିତ ହେଉଥିବାରୁ ସମାନତା ଆଣିବା ଲକ୍ଷ୍ୟରେ ରାଜ୍ୟ ସରକାର ଏହି ପଦକ୍ଷେପ ନେଇଥିଲେ । ସଂରକ୍ଷଣ ବ୍ୟବସ୍ଥାର ରୂପରେଖ ଏକ ଉଚ୍ଚକ୍ଷମତା ସମ୍ପନ୍ନ କମିଟି ବିଚାରକୁ ଛଡ଼ାଯାଇଥିଲା ।

ବିଧାନସଭାରେ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବ

“ସର୍ବଭାରତୀୟ ସ୍ତରରେ ନିଟ୍‌ ଏବଂ JEE ପରି ସାଧାରଣ ପ୍ରବେଶିକା ପରୀକ୍ଷା ପ୍ରଚଳନ ହେବା ପରେ ରାଜ୍ୟର ସରକାରୀ ସ୍କୁଲ ଓ କଲେଜ ମାନଙ୍କରେ ପଢୁଥିବା ଛାତ୍ରଛାତ୍ରୀ ମାନଙ୍କର ସଂଖ୍ୟା ଉଲ୍ଲେଖନୀୟ ଭାବରେ ହ୍ରାସ ପାଉଥିବା ପରିଲକ୍ଷିତ ହେଉଛି।

ଏହା ଛାତ୍ରଛାତ୍ରୀ ମାନଙ୍କର ମେଧାର ଅଭାବ ଯୋଗୁ ନୁହେଁ; ବରଂ ଏହିସବୁ ପରୀକ୍ଷା ପାଇଁ ଆବଶ୍ୟକ ହେଉଥିବା କୋଚିଂ ସୁବିଧା ପାଇପାରି ନଥିବାରୁ ସରକାରୀ ସ୍କୁଲରେ ପଢୁଥିବା ଛାତ୍ରଛାତ୍ରୀ ମାନେ ଉପରୋକ୍ତ ପ୍ରବେଶିକା ପରୀକ୍ଷାରେ ଭଲ ପ୍ରଦର୍ଶନ କରିପାରୁ ନାହାନ୍ତି । ଏହିସବୁ ପ୍ରବେଶିକା ପରୀକ୍ଷାରେ ଭଲ ପ୍ରଦର୍ଶନ ପାଇଁ ଯେଉଁ ସ୍ବତନ୍ତ୍ର ତାଲିମ ଆବଶ୍ୟକ, ତାହା କେବଳ ଏହି କୋଚିଂ ସେଣ୍ଟର ମାନଙ୍କରେ ହିଁ ଉପଲବ୍‌ଧ ହୋଇଥାଏ । ଏହି କୋଚିଂ ସେଣ୍ଟର ଗୁଡିକ ମୁଖ୍ୟତଃ ସହର ଭିତ୍ତିକ ଏବଂ ଏଠାରେ ତାଲିମ ନେବା ପାଇଁ ବିପୁଳ ଅର୍ଥର ଆବଶ୍ୟକତା ରହିଛି । ସରକାରୀ ସ୍କୁଲ ଓ କଲେଜରେ ପଢୁଥିବା ପିଲାମାନଙ୍କ ପକ୍ଷରେ ଆର୍ଥିକ ଦୃଷ୍ଟିରୁ ଏହିସବୁ କୋଚିଂ କେନ୍ଦ୍ରରେ ତାଲିମ ନେବା ସମ୍ଭବ ହୋଇପାରୁନାହିଁ। ଏହାସହିତ କୋଚିଂ ସେଣ୍ଟର ଗୁଡିକ ଠାରୁ ସେମାନେ ଦୂରରେ ରହୁଥିବାରୁ ସେମାନଙ୍କ ପକ୍ଷରେ ନିୟମିତ କୋଚିଂ ନେବା ସମ୍ଭବପର ହେଉନାହିଁ । ଏହା ଓଡିଶାର ସଂଖ୍ୟାଧିକ ଛାତ୍ରଛାତ୍ରୀମାନଙ୍କ ପାଇଁ ଏକ ଅସମାନ ପରିସ୍ଥିତି ସୃଷ୍ଟି କରୁଛି ।

ଏହି ପରିପ୍ରେକ୍ଷୀରେ ରାଜ୍ୟ କ୍ୟାବିନେଟ ଓଡିଶାର ସରକାରୀ ମେଡିକାଲ ଓ ଇଞିନିୟରିଂ କଲେଜ ମାନଙ୍କରେ ସରକାରୀ ସ୍କୁଲରେ ପଢୁଥିବା ପିଲାମାନଙ୍କ ପାଇଁ ଉପଯୁକ୍ତ ସଂଖ୍ୟକ ସ୍ଥାନ ସଂରକ୍ଷଣ ପାଇଁ ସଂକଳ୍ପ ଗ୍ରହଣ କରିଛି । ଏ ସଂପର୍କରେ ଆବଶ୍ୟକ ସୁପାରିଶ କରିବା ପାଇଁ ଓଡିଶା ହାଇକୋର୍ଟର ଅବସରପ୍ରାପ୍ତ ବିଚାରପତି ମାନ୍ୟବର ଜଷ୍ଟିସ୍‌ ଡଃ ଏ.କେ. ମିଶ୍ରଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚ କ୍ଷମତାପନ୍ନ କମିଟି ଗଠନ କରାଯାଇଥିଲା ।

ଏହି ଉଚ୍ଚକ୍ଷମତାପନ୍ନ କମିଟି ପରିସ୍ଥିତିର ପୁଙ୍ଖାନୁପୁଙ୍ଖ ଅନୁଧ୍ୟାନ ଓ ବିଶ୍ଳେଷଣ ପରେ ନିମ୍ନୋକ୍ତ ନିଷ୍କର୍ଷ ଓ ସୁପାରିଶ ପ୍ରଦାନ କରିଛନ୍ତି।

୧. ଓଡିଶାରେ ସରକାରୀ ସ୍କୁଲ ମାନଙ୍କରେ ପ୍ରାୟ ୮୬ ପ୍ରତିଶତ ପିଲା ପାଠ ପଢୁଥିବା ବେଳେ, ରାଜ୍ୟ ମେଡିକାଲ କଲେଜରେ ସେମାନେ ୨୩ ପ୍ରତିଶତ ଏବଂ ଇଞ୍ଜିନିୟରିଂ କଲେଜରେ ୨୧ ପ୍ରତିଶତ ସିଟ୍‌ରେ ସ୍ଥାନ ପାଇପାରୁଛନ୍ତି ।

୨. କିନ୍ତୁ ରାଜ୍ୟର ଘରୋଇ ସ୍କୁଲ ମାନଙ୍କରେ ମାତ୍ର ୧୨ ପ୍ରତିଶତ ପିଲା ପାଠ ପଢୁଥିବା ବେଳେ, ସେମାନେ ଉଭୟ ମେଡିକାଲ ଓ ଇଞ୍ଜିନିୟରିଂ କଲେଜର ୬୦ ପ୍ରତିଶତ ସିଟ୍‌ ପାଉଛନ୍ତି।

ଏହା ସ୍ଷଷ୍ଟ ଭାବରେ ସୂଚିତ କରୁଛି ଯେ କୋଚିଂ ପ୍ରତିଷ୍ଠାନ ଗୁଡିକ ଯାହାକି ଜାତୀୟ ପ୍ରବେଶିକା ପରୀକ୍ଷା ଗୁଡିକରେ ସଫଳତା ଲାଭ ପାଇଁ ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରୁଛି, ସେଠାରେ ନାମ ଲେଖାଇବା ପାଇଁ ଆର୍ଥିକ ତଥା ପାରିପାର୍ଶ୍ବିକ ସୁବିଧା ଅଭାବରୁ ଏଭଳି ବିଷମତା ସୃଷ୍ଟି ହେଉଛି। ଏହି ବିଷମତା ଦ୍ବାରା ସଂଖ୍ୟାଧିକ ଛାତ୍ରଛାତ୍ରୀ ପ୍ରଭାବିତ ହେଉଛନ୍ତି।

ଏହି ସମସ୍ୟାର ସମାଧାନ ପାଇଁ କମିଟି ନିମ୍ନୋକ୍ତ ସୁପାରିଶ ପ୍ରଦାନ କରିଛନ୍ତି।

୧. ରାଜ୍ୟର ସରକାରୀ ହାଇସ୍କୁଲ ମାନଙ୍କରେ ପାଠ ପଢୁଥିବା ଛାତ୍ରଛାତ୍ରୀ ମାନଙ୍କ ପାଇଁ ଡାକ୍ତରୀ ଓ ଇଞ୍ଜିନିୟରିଂ ପାଠ୍ୟକ୍ରମରେ ନାମ ଲେଖାଇବା ପାଇଁ ୧୫ ପ୍ରତିଶତ ସ୍ଥାନ ସଂରକ୍ଷିତ ରହିବ ।

୨. ଏହି ସଂରକ୍ଷଣ ସୁବିଧା ସମସ୍ତ ସଂରକ୍ଷିତ ବର୍ଗ ତଥା ସାଧାରଣ ବର୍ଗର ପିଲାଙ୍କ ସ୍ଥାନ ସମେତ ସବୁ ସ୍ତରରେ ସମାନୁପାତିକ ଭାବେ ଲାଗୁ କରାଯିବ।

୩. ଏହାକୁ କାର୍ଯ୍ୟକାରୀ କରିବା ପାଇଁ ସରକାର ଓଡିଶା ପ୍ରଫେସନାଲ ଏଜୁକେସନାଲ ଇନଷ୍ଟିଚ୍ୟୁସନ୍‌ସ ( ରେଗୁଲେସନ ଅଫ ଆଡ୍‌ମିଶନ ଆଣ୍ଡ ଫିକ୍‌ସେସନ୍‌ ଅଫ ଫି) ଆକ୍ଟ, ୨୦୦୭ର ଧାରା ୯ ଅନୁଯାୟୀ ବିଜ୍ଞପ୍ତି ଜାରି କରିପାରିବେ।

ଓଡିଶା ରାଜ୍ୟର ଲକ୍ଷ ଲକ୍ଷ ଛାତ୍ରଛାତ୍ରୀଙ୍କ ସ୍ବାର୍ଥକୁ ଦୃଷ୍ଟିରେ ରଖି ଉଚ୍ଚକ୍ଷମତାସଂପନ୍ନ କମିଟିର ସୁପାରିଶକୁ ଗ୍ରହଣ କରିବା ପାଇଁ ମୁଁ ଏହି ପବିତ୍ର ଗୃହକୁ ନିବେଦନ କରୁଛି ।

ଏହା ରାଜ୍ୟର ମେଧାବୀ ଓ ବୁଦ୍ଧିମାନ ଛାତ୍ରଛାତ୍ରୀ ଯେଉଁମାନଙ୍କର କୋଟିଂ ପ୍ରତିଷ୍ଠାନ ଗୁଡିକରେ ପଢିବା ପାଇଁ ଆର୍ଥିକ ଏବଂ ପାରିପାର୍ଶ୍ବିକ ସୁବିଧା ନାହିଁ, ସେମାନଙ୍କ ମନୋବଳ ବୃଦ୍ଧି କରିବ।

ଉଚ୍ଚକ୍ଷମତାପନ୍ନ କମିଟିର ରିପୋର୍ଟକୁ ଏହି ପବିତ୍ର ଗୃହର ସଦସ୍ୟ ମାନଙ୍କୁ ପ୍ରଦାନ କରିବା ପାଇଁ ଅନୁମତି ଦେବାକୁ ମୁଁ ମାନ୍ୟବର ବାଚସ୍ପତିଙ୍କୁ ଅନୁରୋଧ କରୁଛି।”

Previous Post

କରୋନା ଲେଉଟାଣି, ଫେରିପାରେ ଲକଡାଉନ୍

Next Post

ସତର୍କ ନହେଲେ ଘୋର ବିପଦ: ମୁଖ୍ୟମନ୍ତ୍ରୀ

Next Post
ସତର୍କ ନହେଲେ ଘୋର ବିପଦ: ମୁଖ୍ୟମନ୍ତ୍ରୀ

ସତର୍କ ନହେଲେ ଘୋର ବିପଦ: ମୁଖ୍ୟମନ୍ତ୍ରୀ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA