Tuesday, June 30, 2026 05:51 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ବର୍ଷକରେ କଟକ ଚଣ୍ଡୀ ମନ୍ଦିରର ନବକଳେବର, ଖର୍ଚ୍ଚ ହେବ ୭୦ କୋଟି

ବିକାଶ ଯୋଜନାକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

by Our Correspondent
19 May, 2022- 09:27 PM
in Latest News, News
1 min read
0
ବର୍ଷକରେ କଟକ ଚଣ୍ଡୀ ମନ୍ଦିରର ନବକଳେବର, ଖର୍ଚ୍ଚ ହେବ ୭୦ କୋଟି

ଭୁବନେଶ୍ୱର: କଟକର ଅଧିଷ୍ଠାତ୍ରୀ ଦେବୀ ମା କଟକ ଚଣ୍ଡୀଙ୍କ ପୀଠର ନବ କଳେବର ହେବ । ହଜାର ହଜାର ଭକ୍ତଙ୍କ ଆସ୍ଥା ଓ ବିଶ୍ୱାସର ଏହି ପୀଠର ବିକାଶ ଯୋଜନାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଅନୁମୋଦନ କରିଛନ୍ତି । ଏଥିପାଇଁ ଖର୍ଚ୍ଚ ହେବ ୭୦ କୋଟି ଟଙ୍କା । ଭକ୍ତମାନଙ୍କ ପାଇଁ ବିଭିନ୍ନ ସୁବିଧା ସୁଯୋଗ ସହିତ ଏକ ସୁନ୍ଦର ଆଧ୍ୟାତ୍ମିକ ପରିବେଶ ସୃଷ୍ଟି କରାଯିବ । ବର୍ଷକରେ କାମ ଶେଷ କରିବାକୁ ଧାର୍ଯ୍ୟ କରାଯାଇଛି । ୫-ଟି କାର୍ଯ୍ୟକ୍ରମ ଅଧୀନରେ ଇଣ୍ଟିଗ୍ରେଟେଡ ଡେଭଲପମେଣ୍ଟ ଅଫ୍ ହେରିଟେଜ, ମନୁମେଣ୍ଟସ୍ ଆଣ୍ଡ ଟୁରିଷ୍ଟ୍ ଡେଷ୍ଟିନେସନ୍ ଯୋଜନାରେ ଏହାକୁ ଅନ୍ତର୍ଭୁକ୍ତ କରାଯାଇଛି ।

ପୂର୍ତ୍ତ ବିଭାଗ ପକ୍ଷରୁ ଆଜି ମୁଖ୍ୟମନ୍ତ୍ରୀଙ୍କ ନିକଟରେ ଏହି ଯୋଜନା ବିଷୟରେ ଏକ ଉପସ୍ଥାପନ କରାଯାଇଥିଲା । କଟକ ସହରର ସାମଗ୍ରିକ ବିକାଶରେ ଚଣ୍ଡୀ ମନ୍ଦିରର କୟାକଳ୍ପ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବ ବୋଲି ବର୍ଣ୍ଣନା କରି ମୁଖ୍ୟମନ୍ତ୍ରୀ ଏ ଦିଗରେ କଟକବାସୀଙ୍କ ସକ୍ରିୟ ସହଯୋଗ କାମନା କରିଛନ୍ତି ।

ଓବିସିସି ଦ୍ୱାରା ପ୍ରସ୍ତୁତ ଏହି ଯୋଜନା ଅନୁଯାୟୀ ମନ୍ଦିର ପରିସରକୁ ଅଧିକ ଆକର୍ଷଣୀୟ କରାଯିବ । ମନ୍ଦିର ଚତୁଃପାର୍ଶ୍ବରେ ପଥର ପାଚେରୀ ନିର୍ମାଣ ସହିତ ଚାରି ଦିଗରେ ଚାରି ଗୋଟି ଦ୍ୱାର ନିର୍ମାଣ କରାଯିବ । ଏହାସହିତ ମନ୍ଦିର ପରିସରରେ ନୂଆ ଜଗମୋହନ, ଯଜ୍ଞ ମଣ୍ଡପ, ଚଣ୍ଡୀପାଠ ମଣ୍ଡପ, ମୁଣ୍ଡନ ମଣ୍ଡପ, ହନୁମାନ ମନ୍ଦିର ଏବଂ ନୂଆ ରୋଷଘର ମଧ୍ୟ ନିର୍ମାଣ କରାଯିବ। ମନ୍ଦିର ପରିସରରେ ଖଣ୍ଡାଲାଇଟସ୍‌ ପଥର ବିଛାଯିବା ସହିତ ଆଲୋକୀକରଣ କରାଯିବ ଏବଂ ସିସିଟିଭି ମଧ୍ୟ ଲଗାଯିବ। ବାଟମଙ୍ଗଳା ମନ୍ଦିର ମଧ୍ୟ ପୁନଃ ନିର୍ମାଣ କରାଯିବ।

ଯାତ୍ରୀମାନେ ଯେପରି ସୁବିଧାରେ ଓ ଶୃଙ୍ଖଳିତ ଭାବରେ ମାଙ୍କ ଦର୍ଶନ କରିପାରିବେ, ସେଥିପାଇଁ ପୋଲିସ କଣ୍ଟ୍ରୋଲ ରୁମ୍‌, cloak room, ପ୍ରସାଦ ସେବନ ବ୍ୟବସ୍ଥା, ବିଶୁଦ୍ଧ ପାନୀୟ ଜଳ, ବ୍ୟାଖାନ କେନ୍ଦ୍ର ଆଦି ବ୍ୟବସ୍ଥା ଉପରେ ଗୁରୁତ୍ୱ ଦିଆଯିବ ।

ଏହାସହିତ ଯାତ୍ରୀମାନଙ୍କ ରହିବା ପାଇଁ ଯାତ୍ରୀ ନିବାସ, ବିସ୍ଥାପିତ ଦୋକାନୀ ମାନଙ୍କ ପାଇଁ ୧୮ଟି ଦୋକାନ, ମନ୍ଦିର ପରିସରରେ ସେବାୟତ ମାନଙ୍କ ପାଇଁ ବିଶ୍ରାମ ଗୃହ, ଅଫିସ ଗୃହ ଆଦି ନିର୍ମାଣ କରାଯିବ। ପାର୍କିଂ ସହିତ ଖୋଲାସ୍ଥାନ ଓ ଲ୍ୟାଣ୍ଡସ୍କେପିଂ ମଧ୍ୟ ବିକାଶ କରାଯିବ ।

ଏହି ଯୋଜନାରେ ପାରିପାର୍ଶ୍ବିକ ଅଞ୍ଚଳର ବିକାଶ ସହ ମନ୍ଦିର ନିକଟରେ ଭାରୀଯାନ ନିୟନ୍ତ୍ରଣ, ଯାତ୍ରୀଙ୍କ ପାଇଁ ବିଭିନ୍ନ ମୌଳିକ ସୁବିଧା, ଜଳ ନିଷ୍କାସନ ଆଦି ବିଭିନ୍ନ ସମସ୍ୟାର ସମାଧାନ ସହ କଟକ ଚଣ୍ଡୀ ମନ୍ଦିରକୁ ଏକ ପ୍ରମୁଖ ପର୍ଯ୍ୟଟନ କେନ୍ଦ୍ର ଭାବରେ ବିକଶିତ କରିବା ପାଇଁ ଗୁରୁତ୍ୱ ଆରୋପ କରାଯାଇଛି ।

ଚଣ୍ଡୀ ମନ୍ଦିରଟି ରାସ୍ତାର ଅତ୍ୟନ୍ତ ନିକଟରେ ଥିବାରୁ ଭାରିଯାନ ଚଳାଚଳ, ଯାତ୍ରୀ ମାନଙ୍କ ନିରାପତ୍ତା ଉପରେ ବିପଦ ସୃଷ୍ଟି କରୁଛି। ତେଣୁ ଚଣ୍ଡୀ ମନ୍ଦିର ସମ୍ମୁଖ ରାସ୍ତାକୁ ଡାଇଭର୍ଟ କରାଯିବ। ଜଳ ନିଷ୍କାସନକୁ ଦୃଷ୍ଟିର ରଖି ମନ୍ଦିର ଚଟାଣକୁ ଉଚ୍ଚା କରିବା ପାଇଁ ନିଷ୍ପତ୍ତି ନିଆଯାଇଛି ।

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ନିକଟରେ ମୁଖ୍ୟମନ୍ତ୍ରୀଙ୍କ ସଚିବ(୫-ଟି) ଭି.କେ. ପାଣ୍ଡିଆନ ମା’ଙ୍କ ପୀଠକୁ ଯାଇ ବିକାଶ ସଂପର୍କରେ ସ୍ଥାନୀୟ ଜନସାଧାରଣ ଓ ସେବାୟତ ମାନଙ୍କ ସହିତ ଆଲୋଚନା କରିଥିଲେ ।

ଆଜିର କାର୍ଯ୍ୟକ୍ରମ ରେ ମୁଖ୍ୟ ଶାସନ ସଚିବ ଙ୍କ ସମତେ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।

ମୁଖ୍ୟମନ୍ତ୍ରୀ ଙ୍କ ସଚିବ ଶ୍ରୀ ପାଣ୍ଡିଆନ ଆଲୋଚନା ସଂଯୋଜନା କରିଥିଲେ ।

Previous Post

‘ମିଶନ ଶକ୍ତି’ ପାଇଁ ହାତ ଖୋଲିଦେଲେ

Next Post

ଭାରତ ଓ ଦକ୍ଷିଣ ଏସିଆରେ ସ୍କୁଲ୍‍-ଫୁଟବଲ୍‍ର ପ୍ରସାର କରିବ କିସ୍‍

Next Post
ଭାରତ ଓ ଦକ୍ଷିଣ ଏସିଆରେ ସ୍କୁଲ୍‍-ଫୁଟବଲ୍‍ର ପ୍ରସାର କରିବ କିସ୍‍

ଭାରତ ଓ ଦକ୍ଷିଣ ଏସିଆରେ ସ୍କୁଲ୍‍-ଫୁଟବଲ୍‍ର ପ୍ରସାର କରିବ କିସ୍‍

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA