Thursday, July 2, 2026 02:47 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ସାଇ ଇଣ୍ଟରନ୍ୟାସନାଲ୍ ସ୍କୁଲ ଅଧ୍ୟକ୍ଷ ବିଜୟ ସାହୁଙ୍କ ପରଲୋକ

by Our Correspondent
03 Jun, 2021- 04:50 PM
in Latest News, News
1 min read
0
ସାଇ ଇଣ୍ଟରନ୍ୟାସନାଲ୍ ସ୍କୁଲ ଅଧ୍ୟକ୍ଷ ବିଜୟ ସାହୁଙ୍କ ପରଲୋକ

ଭୁବନେଶ୍ୱର: ସାଇ ଇଣ୍ଟରନ୍ୟାସନାଲ୍ ସ୍କୁଲ ଅଧ୍ୟକ୍ଷ ତଥା ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଂଗଠନର ଉପଦେଷ୍ଟା ଡ. ବିଜୟ କୁମାର ସାହୁ ଆଉ ନାହାନ୍ତି । ହାଇଦ୍ରାବାଦର ଏକ ଘରୋଇ ହସ୍ପିଟାଲ୍ ରେ ଆଜି ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ତାଙ୍କୁ ମାତ୍ର ୫୮ ବର୍ଷ ହୋଇଥିଲା । ଡ. ସାହୁଙ୍କ ଅକାଳ ବିୟୋଗରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରମୁଖ ଗଭୀର ଶୋକ ପ୍ରକାଶ କରିଛନ୍ତି ।

ଡ. ସାହୁ ମାସେ ତଳେ କରୋନାରେ ଆକ୍ରାନ୍ତ ହୋଇ ହସ୍ପିଟାଲ୍ ରେ ଭର୍ତ୍ତି ହୋଇଥିଲେ । ତାଙ୍କ ଅବସ୍ଥା ଗୁରୁତର ହୋଇପଡ଼ିଥିଲା । ପରବର୍ତ୍ତୀ ସମୟରେ ଉଚ୍ଚତର ଚିକିତ୍ସା ପାଇଁ ତାଙ୍କୁ ଏୟାର ଆମ୍ବୁଲାନସ୍ ଯୋଗେ ହାଇଦ୍ରାବାଦ ନିଆଯାଇଥିଲା । ସେଠାରେ ଏକ ଘରୋଇ ହସ୍ପିଟାଲ୍ ରେ ତାଙ୍କୁ ଚିକିତ୍ସା କରାଯାଉଥିଲା । ଲଣ୍ଡନରେ ତାଙ୍କର ଫୁସଫୁସ୍ ପ୍ରତ୍ୟାରୋପଣ ପାଇଁ ମଧ୍ୟ ଯୋଜନା ହୋଇଥିଲା । ତେବେ ଆଜି ତାଙ୍କ ଅବସ୍ଥା ସଙ୍କଟାପନ୍ନ ହୋଇପଡ଼ିଥିଲା ଏବଂ ଡାକ୍ତରମାନଙ୍କ ପ୍ରବଳ ଉଦ୍ୟମ ସତ୍ତ୍ୱେ ସେ ବଞ୍ଚିପାରିନାହାନ୍ତି ।

ଜଣେ ସଫଳ ଚାଟାର୍ଡ ଆକାଉଣ୍ଟାଣ୍ଟ ରୁ ଉଦ୍ୟୋଗପତି ବନିଥିବା ଡ. ସାହୁ ଓଡ଼ିଶାରେ ଶିକ୍ଷାର ବିକାଶ ପାଇଁ ଅନେକ କାର୍ଯ୍ୟ କରିଥିଲେ । ଓଡ଼ିଶାରେ ଇଂରାଜୀ ମାଧ୍ୟମ ଶିକ୍ଷା କ୍ଷେତ୍ରରେ ବୈପ୍ଲବିକ ପରିବର୍ତ୍ତନ ଆଣିବାରେ ସେ ଥିଲେ ଅନ୍ୟତମ ବିନ୍ଧାଣୀ । ଭୁବନେଶ୍ୱରରେ ସାଇ ଇଣ୍ଟରନ୍ୟାସନାଲ୍ ସ୍କୁଲ ପ୍ରତିଷ୍ଠା କରି ସେ ଇଂରାଜୀ ମାଧ୍ୟମ ଶିକ୍ଷାକୁ ଏକ ନୂଆ ସୋପାନରେ ପହଞ୍ଚାଇଥିଲେ । ସରକାରୀ ସ୍କୁଲରେ ଗୁଣାତ୍ମକ ଶିକ୍ଷା ପ୍ରଦାନକୁ ସେ ମଧ୍ୟ ଗୁରୁତ୍ୱ ଦେଇ ଆସୁଥିଲେ ।

ଶିକ୍ଷାର ବିକାଶ କ୍ଷେତ୍ରରେ ତାଙ୍କର ଅବଦାନ ଓ ଦୂରଦୃଷ୍ଟି ପାଇଁ ରାଜ୍ୟ ସରକାର ତାଙ୍କୁ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଂଗଠନର ଉପଦେଷ୍ଟା ଭାବେ ନିଯୁକ୍ତି ଦେଇଥିଲେ । ଅତ୍ୟନ୍ତ ଦକ୍ଷତାର ସହ ସେ ନିଜର ଦାୟିତ୍ୱ ତୁଲାଇ ଆସୁଥିଲେ । ତାଙ୍କ ବିୟୋଗ ରାଜ୍ୟ ପାଇଁ ଅଶେଷ କ୍ଷତି ଆଣିଛି ।

Previous Post

ବାତ୍ୟା କ୍ଷୟକ୍ଷତି ପରିମାଣ ୬୧୦ କୋଟି

Next Post

ବୁଲା କୁକୁର, ଗାଈଗୋରୁଙ୍କ ପାଇଁ ଆଉ ୬୭ ଲକ୍ଷ ଟଙ୍କା

Next Post
ବୁଲା କୁକୁର, ଗାଈଗୋରୁଙ୍କ ପାଇଁ ଆଉ ୬୭ ଲକ୍ଷ ଟଙ୍କା

ବୁଲା କୁକୁର, ଗାଈଗୋରୁଙ୍କ ପାଇଁ ଆଉ ୬୭ ଲକ୍ଷ ଟଙ୍କା

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA