Wednesday, April 8, 2026 09:56 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ସମଲେଶ୍ୱରୀ ମନ୍ଦିର ବିକାଶ ପାଇଁ ୨୦୦ କୋଟି

by Our Correspondent
17 Feb, 2021- 07:04 PM
in Latest News, News
1 min read
0
ସମଲେଶ୍ୱରୀ ମନ୍ଦିର ବିକାଶ ପାଇଁ ୨୦୦ କୋଟି

ଭୁବନେଶ୍ୱର: ଶ୍ରୀମନ୍ଦିର ଓ ଶ୍ରୀ ଲିଙ୍ଗରାଜ ମନ୍ଦିର ପରେ ସମ୍ବଲପୁରର ମା’ ସମଲେଶ୍ୱରୀ ମନ୍ଦିରର ବିକାଶ ପାଇଁ ରାଜ୍ୟ ସରକାର ଆଗକୁ ବଢ଼ିଛନ୍ତି । ମନ୍ଦିର ଅଞ୍ଚଳର ବିକାଶ ପାଇଁ ପ୍ରସ୍ତୁତ ହୋଇଛି Samaleswari Temple Area Management & Local Economy Initiatives (SAMALEI) “ସମଲେଇ ଯୋଜନା’ । ପୂର୍ତ୍ତ ବିଭାଗ ପକ୍ଷରୁ ପ୍ରସ୍ତୁତ ଏହି ଚିଠା ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିକଟରେ ଉପସ୍ଥାପନା କରାଯାଇଥିଲା ।

୨୦୨୧-୨୨ ଆର୍ଥିକ ବର୍ଷରେ ୨୦୦ କୋଟି ଖର୍ଚ୍ଚ କରାଯାଇ ସମଲେଶ୍ୱରୀଙ୍କ ପୀଠ ତଥା ଆଖପାଖର ୧୦୮ ଏକର ଜମିରେ ବିକାଶ କରାଯିବ । ମା’ ଙ୍କ ମନ୍ଦିରର ସୋ÷ନ୍ଦର୍ଯ୍ୟକରଣ, ସ୍ଥାନୀୟ ଲୋକଙ୍କ ଆର୍ଥିକ ବିକାଶ ତଥା ପର୍ଯ୍ୟଟକ ଓ ଭକ୍ତମାନଙ୍କ ପାଇଁ ଅନନ୍ୟ ଅନୁଭୂତ ଆଣିବା ଏହି ଯୋଜନାର ମୁଖ୍ୟ ଉଦ୍ଦେଶ୍ୟ ।

ଯୋଜନାର ବିସ୍ତୃତ ରୂପରେଖ ଏହିଭଳି ।

ମା ଙ୍କ ମନ୍ଦିରର ସୁରକ୍ଷା ଓ ବିକାଶ

ମାଙ୍କ ମନ୍ଦିର ଅଞ୍ଚଳ ୧୨ ଏକର ଜମି ଉପରେ ପ୍ରତିଷ୍ଠିତ । ତେଣୁ ଏଠାରୁ ଆସୁଥିବା ଭକ୍ତମାନେ ଯେଭଳି ସୁବିଧାରେ ମାଙ୍କର ଦର୍ଶନ କରିପାରିବେ, ସେଥିପାଇଁ ଧାଡି ପରିଚାଳନା ବ୍ୟବସ୍ଥା, ବିଭିନ୍ନ ଧାର୍ମିକ ଉତ୍ସବ ଅନୁଷ୍ଠାନ ପାଇଁ ସ୍ଥାନ ସହିତ ଭୋଗମଣ୍ଡପ ଓ ପୂଜୀରୀଙ୍କ ବିଶ୍ରାମଗୃହ ନିର୍ମାଣ କରାଯିବ । ମନ୍ଦିରର ଚାରି ଦିଗରେ ୪ଟି ସୁଦୃଶ୍ୟ ଐତିହ୍ୟ ଦ୍ବାର ନିର୍ମାଣ କରାଯିବ । ଭକ୍ତମାନେ ପୂର୍ବ ଦ୍ବାର ଦେଇ ମନ୍ଦିରକୁ ପ୍ରବେଶ କରିବେ ଏବଂ ଅନ୍ୟ ୩ଟି ଦ୍ବାର ଦେଇ ବାହାରକୁ ବାହାରିବେ । ମନ୍ଦିରର ମୁଖ୍ୟ ପ୍ରବେଶ ଦ୍ବାର ପାଖରେ ମନ୍ଦିର କାର୍ଯ୍ୟାଳୟ, Interpretation Centre ଏବଂ ଜନସାଧାରଣଙ୍କ ପାଇଁ ଜରୁରୀ ସୁବିଧାର ବିକାଶ କରାଯିବ। ମନ୍ଦିର ନିକଟରେ ଅବସ୍ଥିତ ଗୋପାଳଜୀ ମଠର ସଂରକ୍ଷଣ କରାଯିବ ଏବଂ ଏହାର ବିକାଶ କୁ ମୂଳ ଯୋଜନା ସହ ସମନ୍ବିତ କରାଯିବ ।

ଐତିହ୍ୟ କରିଡ଼ର

ମନ୍ଦିର ଚାରିପଟେ ଭକ୍ତମାନେ ଯେପରି ସୁବିଧାରେ ପରିକ୍ରମା କରିପାରିବେ, ସେଥିପାଇଁ ୧ କିଲୋମିଟର ଦୈର୍ଘ୍ୟ ବିଶିଷ୍ଟ ଏକ ପାଦଚଲା ରାସ୍ତା ନିର୍ମାଣ କରାଯିବ । ସମ୍ବଲପୁରର ଜଳବାୟୁକୁ ଦୃଷ୍ଟିରେ ରଖି ପରିକ୍ରମା ପଥରେ ଛାୟାପ୍ରଦ ବୃକ୍ଷ ଆଦି ରୋପଣ କରାଯିବ।

ଯାତ୍ରୀ ସୁବିଧା 

ଯାତ୍ରୀମାନଙ୍କ ପାଇଁ ସେଠାରେ ପର୍ଯ୍ୟାପ୍ତ ସୁବିଧାର ବିକାଶ କରାଯିବ ଏବଂ ତାସହିତ ପାର୍କିଂ ଜାଗା, ସ୍ବତନ୍ତ୍ର Vending zone, ଶୌଚାଳୟ, ସୂଚନା କେନ୍ଦ୍ର, ଦାନ କେନ୍ଦ୍ର ଇତ୍ୟାଦି ବ୍ୟବସ୍ଥା ରଖାଯିବ । ତାସହିତ ମନ୍ଦିର ପାଖରେ ଯାତ୍ରୀନିବାସର ମଧ୍ୟ ସୁବିଧା ଉପଲବ୍‌ଧ ହେବ ।

ସେବାୟତ ପରିବାର ପାଇଁ ବାସଗୃହ

ମନ୍ଦିର ନିକଟରେ ରହୁଥିବା ସେବାୟତ ମାନଙ୍କ ପାଇଁ ସୁରକ୍ଷିତ ବାସଗୃହ ପ୍ରକଳ୍ପ ହାତକୁ ନିଆଯିବ ଏବଂ ଏଥିରେ ସମସ୍ତ ପ୍ରକାର ମୌଳିକ ସୁବିଧା ର ବିକାଶ କରାଯିବ ।

ମନ୍ଦିର ଓ ମହାନଦୀ ସଂଯୋଗ ରାସ୍ତା

ମାଙ୍କ ଦର୍ଶନ ପାଇଁ ଆସୁଥିବା ଭକ୍ତମାନେ ଯେପରି ମନ୍ଦିରରୁ ମହାନଦୀ ଘାଟକୁ ସୁବିଧାରେ ଯାଇପାରିବେ, ସେଥିପାଇଁ ୩୦ ମିଟର ଚଉଡା ବିଶିଷ୍ଟ ପାଦଚଲା ରାସ୍ତାର ମଧ୍ୟ ବିକାଶ କରାଯିବ।

ମହାନଦୀ ଆଳତୀ

ଉପରୋକ୍ତ ପାଦଚଲା ରାସ୍ତାର ମଧ୍ୟ ଭାଗରେ ଏକ ୩୦ ମିଟର ବିଶିଷ୍ଟ Deck ନିର୍ମାଣ କରାଯିବ, ଯେଉଁଠାରୁ କି ଉଭୟ ମହାନଦୀ ଓ ମାଙ୍କ ମନ୍ଦିର ସ୍ପଷ୍ଟ ଭାବରେ ଦେଖାଯିବ। ସେଠାରେ ପ୍ରତିଦିନ ମହାନଦୀ ଆଳତୀ ଭକ୍ତମାନଙ୍କୁ ଏକ ଅନନ୍ୟ ଆଧ୍ୟାତ୍ମିକ ଅନୁଭୂତି ଦେବ ।

ରିଙ୍ଗ ରୋଡ ବିକାଶ

ବର୍ତ୍ତମାନର ରିଙ୍ଗ ରୋଡକୁ ଚଉଡା କରାଯିବ ଏବଂ ସେଥିରେ ସ୍ବତନ୍ତ୍ର ଭାବରେ ନଦୀ କୂଳେ କୂଳେ ଚଲାପଥ ଓ ଅବସର ସୁବିଧା ରହିବ ।

ନଦୀ କୂଳର ବିକାଶ

ନଦୀ କୂଳର ଯୋଜନାବଦ୍ଧ ଭାବରେ ବିକାଶ କରାଯିବ ଏବଂ ଲୋକମାନେ ଯେପରି ସୁବିଧାରେ ସେମାନଙ୍କର ପରମ୍ପରା ଓ ରୀତିନୀତି ପାଳନ କରିପାରିବେ, ସେଥିପାଇଁ ପ୍ଲାଟଫର୍ମର ବ୍ୟବସ୍ଥା କରାଯିବ । ତାସହିତ ପର୍ଯ୍ୟଟକ ମାନଙ୍କୁ ମହାନଦୀର ଦୃଶ୍ୟ ଅବଲୋକନ ପାଇଁ Pavilion, Plaza ଓ Deck ଆଦି ନିର୍ମାଣ କରାଯିବ । ପୁରୁଣା ଦିନ ଭଳି ମହାନଦୀରୁ ମନ୍ଦିର ସ୍ପଷ୍ଟ ଦେଖାଯିବ।

ହ୍ରଦ କୂଳର ବିକାଶ

ଏହି ପ୍ରକଳ୍ପ ଅଧୀନରେ ୨୨ ଏକର ଜମିରେ ହ୍ରଦ କୂଳର ବିକାଶ କରାଯିବ। ଏଥିରେ wetlandର ବିକାଶ ସହିତ 5 MLD Sewerage Treatment Plant ନିର୍ମାଣ କରାଯିବ । Wetland ଅଞ୍ଚଳର ପୁନରୁଦ୍ଧାର ଓ ସୌନ୍ଦର୍ଯ୍ୟକରଣ କରାଯିବ। ଏହାସହିତ ସେଠାରେ ପର୍ଯ୍ୟଟକ ମାନଙ୍କ ସୁବିଧା ପାଇଁ Food Park, ସ୍ଥାପତ୍ୟ ପାର୍କ ତଥା ମୁକ୍ତାକାଶ ରଂଗମଞ୍ଚର ବ୍ୟବସ୍ଥା ରହିବ । ସମ୍ବଲପୁରର ପ୍ରସିଦ୍ଧ ହସ୍ତତନ୍ତ ଓ ହସ୍ତଶିଳ୍ପ ସହିତ ବିଭିନ୍ନ ସ୍ମାରକୀ (Souvenirs) ସାମଗ୍ରୀ ର ବିକ୍ରି ପାଇଁ vending ବ୍ଯବସ୍ଥା କରାଯିବ।

ରେଲୱେ ରାସ୍ତର ପ୍ରଶସ୍ତିକରଣ

ରେଳଷ୍ଟେସନରୁ ମନ୍ଦିରର ଉତ୍ତର ପାର୍ଶ୍ବକୁ ସଂଯୁକ୍ତ କରୁଥିବା ରାସ୍ତାକୁ ପ୍ରଶସ୍ତ କରାଯିବ । ଯାହାଫଳରେ ଟ୍ରାଫିକ ସମସ୍ୟା ଦୂର ହୋଇପାରିବ।

ଶ୍ମଶାନର ପୁନର୍ବିନ୍ୟାସ 

ବର୍ତ୍ତମାନ ଥିବା ଶ୍ମଶାନକୁ ପୂର୍ବ ପଟକୁ ସ୍ଥାନାନ୍ତର କରାଯିବ ଏବଂ ଏଠାରେ ଆଧୁନିକ ସୁବିଧାର ବିକାଶ କରାଯିବ । ଏହି ଶ୍ମଶାନଟି 9 ମିଟର ବିଶିଷ୍ଟ ପାଦଚଲା ରାସ୍ତା ଦ୍ୱାରା ମହାନଦୀ ସହ ସଂଯୁକ୍ତ ହେବା ଫଳରେ ଲୋକମାନେ ସୁବିଧାରେ ନଦୀଘାଟକୁ ଯାଇ ପରମ୍ପରା ଓ ରୀତିନୀତି ପାଳନ କରିପାରିବେ । ଶ୍ମଶାନ ପାଖରେ ଶେଷକୃତ୍ୟ, ସ୍ଥାନ ଶ୍ରାଦ୍ଧମଣ୍ଡପ ଓ ବିଶ୍ରାମଗୃହ ର ବ୍ୟବସ୍ଥା କରାଯିବ। ଏହି ନୂଆ ଯୋଜନା ଫଳରେ ପ୍ରଭାବିତ ହେଉଥିବା ଜନସାଧାରଣଙ୍କ ପାଇଁ ମାନବୀୟ ଦୃଷ୍ଟିରୁ ବିଚାର କରିଏକ ଉଦାର ଥଇଥାନ ଓ ପୁରର୍ବାସ ପ୍ୟାକେଜ ପ୍ରସ୍ତୁତ କରାଯାଉଛି ।

ଏଥିରେ ଘରୋଇ ଜମିରେ ଘର ସରକାରୀ ଜମିରେ ଥିବା ବସ୍ତି, ସରକାରୀ ଜମିରେ ଅନ୍ୟ ବାସଗୃହ, ସରକାରୀ ଜମିରେ ଦୋକାନ ଘର, ସରକାରୀ ଜମିରେ vendor ମାନଙ୍କ ପାଇଁ ସୁବିଧା ପାଇଁ ପ୍ୟାକେଜରେ ବିସ୍ତୃତ ବ୍ୟବସ୍ଥା ରଖାଯିବ । ସେହିପରି ସରକାରୀ ଜମିରେ ଥିବା କ୍ଲବ, ଧାର୍ମିକ ଅନୁଷ୍ଠାନ, ସରକାରୀ ଅଫିସ ଓ ପ୍ରତିଷ୍ଠାନ ମାନଙ୍କ ପାଇଁ ସହାୟତା ପ୍ରଦାନ କରାଯିବ।

ଏହି ଚିଠା ମାଷ୍ଟର ପ୍ଲାନ ସଂପର୍କରେ ଜନସାଧାରଣ development.samalei@gmail.com ଜରିଆରେ ମାର୍ଚ୍ଚ ୧୫ ସୁଦ୍ଧା ସେମାନଙ୍କର ମୂଲ୍ୟବାନ ମତାମତ ଦେବାକୁ କୁହାଯାଇଛି ।

ଏହି ବୈଠକରେ ମୁଖ୍ୟ ଶାସନ ସଚିବ, ଉନ୍ନୟନ କମିଶନରଙ୍କ ସମେତ ବିଭିନ୍ନ ବିଭାଗର ପ୍ରମୁଖ ଶାସନ ସଚିବ ଓ ଶାସନ ସଚିବ ଉପସ୍ଥିତ ଥିଲେ । ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ ।

Previous Post

ରାଉରକେଲାରେ କ’ଣ କହିଲେ ମୁଖ୍ୟମନ୍ତ୍ରୀ….

Next Post

‘ଜ୍ଞାନୀ’ ଅପରାଜିତାଙ୍କ ଜ୍ଞାନ ପରୀକ୍ଷା !

Next Post
‘ଜ୍ଞାନୀ’ ଅପରାଜିତାଙ୍କ ଜ୍ଞାନ ପରୀକ୍ଷା !

'ଜ୍ଞାନୀ' ଅପରାଜିତାଙ୍କ ଜ୍ଞାନ ପରୀକ୍ଷା !

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19180 shares
    Share 7672 Tweet 4795
  • ନବୀନ..ନବୀନ, ମୋହନ..ମୋହନ

    16600 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5814 shares
    Share 2326 Tweet 1454
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5483 shares
    Share 2193 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA