Friday, April 24, 2026 07:24 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ଚତୁର୍ଥ ଦିବସରେ ୧୩୦ଟି ରୂପାନ୍ତରିତ ସ୍କୁଲ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

୧୦୭୫ ସ୍କୁଲର ରୂପାନ୍ତର ପର୍ବ

by Our Correspondent
16 Nov, 2021- 10:25 PM
in Latest News, News
1 min read
0
ଚତୁର୍ଥ ଦିବସରେ ୧୩୦ଟି ରୂପାନ୍ତରିତ ସ୍କୁଲ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ରାଜ୍ୟରେ ଚାଲିଛି ସ୍କୁଲ ରୂପାନ୍ତର ପର୍ବ । ୫-ଟି School Transformation କାର୍ଯ୍ୟକ୍ରମରେ ପ୍ରଥମ ପର୍ଯ୍ୟାୟରେ ରାଜ୍ୟର ୩୦ଟି ଜିଲ୍ଲାର ୧୦୭୫ଟି ରୂପାନ୍ତରିତ ସ୍କୁଲର ଲୋକାର୍ପଣ ଚାଲିଛି । ସାତ ଦିନର ଏହି କାର୍ଯ୍ୟକ୍ରମରେ ଆଜି ଚତୁର୍ଥ ଦିବସରେ ନୂଆପଡା, ଗଞ୍ଜାମ ,ସମ୍ଵଲପୁର ,ରାୟଗଡ଼ା ଓ ନୟାଗଡ଼ ଆଦି ୫ଟି ଜିଲ୍ଲାର ୧୩୦ଟି ରୂପାନ୍ତର ସ୍କୁଲକୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଲୋକାର୍ପିତ କରିଛନ୍ତି। ଆଜି ସୁଦ୍ଧା ୫୩୧ଟି ରୂପାନ୍ତରିତ ସ୍କୁଲ ଛାତ୍ରଛାତ୍ରୀ ମାନଙ୍କ ଉଦ୍ଦେଶ୍ୟରେ ଲୋକାର୍ପିତ ହୋଇଛି ।

ଆଜି ଲୋକାର୍ପିତ ହୋଇଥିବା ୧୩୦ଟି ସ୍କୁଲ ମଧ୍ୟରୁ ନୂଆପଡା ର ୭ଟି, ଗଞ୍ଜାମ ର .୮୩ଟି, ସମ୍ବଲପୁର ର୨୫ .ଟି, ନୟାଗଡ଼୮ଟି ଓ ରାୟଗଡ଼ା ର୭ଟି ସ୍କୁଲ ରହିଛି ।

ଏହି ଅବସରରେ ଶିଶୁ ଦିବସ ପାଇଁ ପିଲାମାନଙ୍କୁ ଶୁଭେଚ୍ଛା ଜଣାଇ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କହିଥିଲେ ଯେ ଉତ୍କର୍ଷତା ପାଇଁ ପ୍ରତିଯୋଗୀ ମନୋଭାବ ର ବିକାଶ ଜରୁରୀ । ରୂପାନ୍ତର ପରେ ସ୍କୁଲ ର ପରିବେଶ ପିଲାଙ୍କ ଭିତରେ ପ୍ରତିଯୋଗୀ ମନୋଭାବ କୁ ଅଧିକ ସୁଦୃଢ କରିଛି । ଶିକ୍ଷା କ୍ଷେତ୍ରରେ ରାଜ୍ୟରେ ଆରମ୍ଭ ହୋଇଥିବା ଏ ନୂଆ ଯୁଗର ପୁରା ସୁଯୋଗ ନେବା ପାଇଁ ମୁଖ୍ୟମନ୍ତ୍ରୀ ଛାତ୍ରଛାତ୍ରୀ ମାନଙ୍କୁ ଆହ୍ବାନ ଜଣାଇଥିଲେ । ପ୍ରଥମ ପର୍ଯ୍ୟାୟରେ ୨୪ ନଭେମ୍ବର ସୁଦ୍ଧା ରାଜ୍ୟର ୧୦୭୫ଟି ସ୍କୁଲ ଲୋକାର୍ପଣ କାର୍ଯ୍ୟକ୍ରମ ଚାଲିବ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ ଏହି ରୂପାନ୍ତର କାର୍ଯ୍ୟକ୍ରମ ପାଇଁ ସ୍ଥାନୀୟ ଅଞ୍ଚଳର ବିଧାୟକ, ପଞ୍ଚାୟତ ପ୍ରତିନିଧି, ସ୍କୁଲ ପରିଚାଳନା କମିଟି, ଶିକ୍ଷକ ତଥା ପିତାମାତା ଏବଂ ଅଭିଭାବକ ମାନଙ୍କୁ ଧନ୍ୟବାଦ ଜଣାଇଥିଲେ ।

ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କହିଥିଲେ ଯେ ସ୍କୁଲରେ ତିଆରି ହୁଏ ଦେଶର ଭବିଷ୍ୟତ। ଜାତିର ଭବିଷ୍ୟତ ।  “ମୁଁ ଚାହେଁ ମୋ ରାଜ୍ୟର ପିଲା ସବୁ କ୍ଷେତ୍ରରେ ଆଗୁଆ ହୁଅନ୍ତୁ। ପାଠ ସହ କ୍ରୀଡା, ସଂଗୀତ ସବୁ କ୍ଷେତ୍ରରେ ଓଡିଶାର ଗୌରବ ବଢାନ୍ତୁ । ନୂଆ ନୂଆ technology ବିଷୟରେ ଜାଣନ୍ତୁ । ବଡ ବଡ ସ୍ବପ୍ନ ଦେଖନ୍ତୁ ଓ ଜୀବନର ସବୁ challengeକୁ ସାମନା କରିବା ପାଇଁ ଆତ୍ମବିଶ୍ବାସର ସହ ଆଗକୁ ବଢନ୍ତୁ । ଏହା ହିଁ ହେଉଛି ସ୍କୁଲ ରୂପାନ୍ତରର ଲକ୍ଷ୍ୟ ।”

ପିଲାମାନଙ୍କୁ ପରାମର୍ଶ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ, ମାତୃଭୂମି ଓ ପରିବାର ପରେ ସ୍କୁଲ ହେଉଛି ଆମର ସବୁଠାରୁ ବଡ ପରିଚୟ । ମୋର ପୁରା ବିଶ୍ବାସ, ତୁମେ ମାନେ ଭଲ ପାଠ ପଢି ଭଲ କାମ କରି, ଏ ପରିଚୟକୁ ରାଜ୍ୟର ଗୌରବରେ ପରିଣତ କରିପାରିବ।

ଏହି କାର୍ଯ୍ୟକ୍ରମରେ ୪ଟି ଜିଲ୍ଲାର ଛାତ୍ରଛାତ୍ରୀମାନେ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରି ବିଦ୍ୟାଳୟ ରୂପାନ୍ତର ସଂପର୍କରେ ନିଜର ମନ କଥା କହିଥିଲେ। ଭାରତୀ ସାହୁ , ସୌମ୍ୟ ଶ୍ରୀ ବଡପଣ୍ଡା ଭାଗ୍ୟ ଲକ୍ଷ୍ମୀ ପ୍ରଧାନ , ସ୍ମରଣିକା ପଟନାୟକ, ଓ ସରସ୍ବତୀ ସାହୁ ପ୍ରମୁଖ ଛାତ୍ରୀ ଆଲୋଚନାରେ ଭାଗ ନେଇ କହିଥିଲେ ଯେ ରୂପାନ୍ତର ଆମ ପାଇଁ ସୁଯୋଗ ଆଣିଛି ।ତାର ସଦ୍ ବ୍ୟବହାର କରିବୁ ଓ ମୁଖ୍ୟମନ୍ତ୍ରୀ ଙ୍କ ଲକ୍ଷ୍ୟ ପୂରଣ କରିବୁ ।ଏହାସହିତ ସୋମାନଙ୍କ ଜୀବନର ଲକ୍ଷ୍ୟ ସମ୍ପର୍କରେ ମଧ୍ୟ ମୁଖ୍ୟମନ୍ତ୍ରୀ ଙ୍କୁ କହିଥିଲେ । ।

କାର୍ଯ୍ୟକ୍ରମରେ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ମନ୍ତ୍ରୀ ଜଗନ୍ନାଥ ସାରକା , ସରକାରୀ ଉପମୁଖ୍ୟ ସଚେତକ ରୋହିତ ପୂଜାରୀ, ବିଧାୟକ ରାଜେନ୍ଦ୍ର ଢୋଲକିଆ ଓ ସତ୍ୟନାରାୟଣ ସାହୁ ପ୍ରମୁଖ ଯୋଗ ଦେଇ ବିଦ୍ୟାଳୟ ରୂପାନ୍ତର କାର୍ଯ୍ୟକ୍ରମର ଶିକ୍ଷା କ୍ଷେତ୍ରରେ ଏହା ଏକ ବୈପ୍ଳବିକ ପରିବର୍ତ୍ତନ ଆଣିବ ବୋଲି ପ୍ରକାଶ କରି ସେମାନେ ଏଥିପାଇଁ ମୁଖ୍ୟମନ୍ତ୍ରୀଙ୍କ ଦୂରଦର୍ଶିତାର ପ୍ରଶଂସା କରିଥିଲେ ।

କାର୍ଯ୍ୟକ୍ରମରେ ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମ ସଂପର୍କରେ ଭିଡିଓ ଚଳଚ୍ଚିତ୍ର ପ୍ରଦର୍ଶନ କରାଯାଇଥିଲା ।

ଏହି କାର୍ଯ୍ୟକ୍ରମକୁ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ ପରିଚାଳନା କରିଥିଲେ । ମୁଖ୍ୟମନ୍ତ୍ରୀ ଙ୍କ ନିର୍ଦ୍ଦେଶ ମତେ ନିର୍ଧାରିତ ସମୟ ସୀମା ମଧ୍ୟରେ ପ୍ରଥମ ପର୍ଯ୍ୟାୟ ସ୍କୁଲ ରୂପାନ୍ତର କାର୍ଯ୍ୟ ଶେଷ କରିଥିବାରୁ ସେ ସମସ୍ତ ଙ୍କୁ ଧନ୍ୟବାଦ ଜଣାଇଥିଲେ ।

ସରକାରୀ ସ୍କୁଲରୁ ପାଠପଢି ସର୍ବଭାରତୀୟ ସେବାରେ ଯୋଗ ଦେଇ ଥିବା ଉତ୍ତରାଞଳ ଡିଆଇଜି ସାର୍ଥକ ଷଡ଼ଙ୍ଗୀ ,ଓ special director PR &DW department ଅରବିନ୍ଦ ଡାକୁଆ ନିଷ୍ଠା ଓ ପରିଶ୍ରମ ଦ୍ବାରା ସବୁ କିଛି ହାସଲକ ରିପାରିବା ବୋଲି ମତ ଦେଇଥିଲେ

ମୋ ସ୍କୁଲ କାର୍ଯ୍ୟକ୍ରମର ଅଧ୍ୟକ୍ଷା ଶ୍ରୀମତୀ ସୁସ୍ମିତା ବାଗ୍‌ଚୀ, ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ଏବଂ ବିଭିନ୍ନ ବିଭାଗର ପ୍ରମୁଖ ସଚିବ ଓ ସଚିବମାନେ ଉପସ୍ଥିତ ଥିଲେ ।

Previous Post

ପ୍ରାର୍ଥୀଙ୍କ ଖର୍ଚ୍ଚସୀମା: ଜିଲ୍ଲା ପରିଷଦ ୫ ଲକ୍ଷ, ସମିତି ସଭ୍ୟ ଓ ସରପଞ୍ଚ ୨ ଲକ୍ଷ

Next Post

ରନ୍ଧନଗ୍ୟାସ ଦରବୃଦ୍ଧି ବିରୋଧରେ ବିଜେଡ଼ିର ଆନ୍ଦୋଳନ ଡାକରା

Next Post
ରନ୍ଧନଗ୍ୟାସ ଦରବୃଦ୍ଧି ବିରୋଧରେ ବିଜେଡ଼ିର ଆନ୍ଦୋଳନ ଡାକରା

ରନ୍ଧନଗ୍ୟାସ ଦରବୃଦ୍ଧି ବିରୋଧରେ ବିଜେଡ଼ିର ଆନ୍ଦୋଳନ ଡାକରା

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19182 shares
    Share 7673 Tweet 4796
  • ନବୀନ..ନବୀନ, ମୋହନ..ମୋହନ

    16601 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5815 shares
    Share 2326 Tweet 1454
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5485 shares
    Share 2194 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA