Monday, March 30, 2026 12:24 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ପିଲାମାନଙ୍କ ସଫଳତା ହେବ ଆମ ପାଇଁ ସବୁଠାରୁ ବଡ଼ ପୁରସ୍କାର: ମୁଖ୍ୟମନ୍ତ୍ରୀ

ହିଞ୍ଜିଳିର ଆଉ ୧୦ଟି ସ୍କୁଲ ଲୋକାର୍ପିତ

by Our Correspondent
28 Aug, 2021- 09:53 PM
in Latest News, News
1 min read
0
ପିଲାମାନଙ୍କ ସଫଳତା ହେବ ଆମ ପାଇଁ ସବୁଠାରୁ ବଡ଼ ପୁରସ୍କାର: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ହିଞ୍ଜିଳିରେ ଆଜି ଚତୁର୍ଥ ପର୍ଯ୍ୟାୟରେ ୫-ଟି କାର୍ଯ୍ୟକ୍ରମ ରେ ଆଉ ୧୦ଟି ରୂପାନ୍ତରିତ ସ୍କୁଲକୁ ଲୋକାର୍ପିତ କରିଛନ୍ତି। ଏହି ବିଦ୍ୟାଳୟ ଗୁଡିକ ହେଲା – ପଞ୍ଚାୟତ ହାଇସ୍କୁଲ, ଦୁରବନ୍ଧ ପଞ୍ଚାୟତ,  ସରକାରୀ ହାଇସ୍କୁଲ, ସେରଗଡ ପଞ୍ଚାୟତ, ବୃନ୍ଦାବନ ସରକାରୀ ହାଇସ୍କୁଲ, ହିଞ୍ଜିଳିକାଟୁ ମ୍ୟୁନିସ୍‌ପାଲଟି, ରାମଚନ୍ଦ୍ରପୁର ହାଇସ୍କୁଲ, ନରେନ୍ଦ୍ରପୁର ପଞ୍ଚାୟତ,  ୟୁ.ଏନ୍‌. ହାଇସ୍କୁଲ, ସିକ୍ରୀ ପଞ୍ଚାୟତ, ବି. ବ୍ରହ୍ମପୁର ହାଇସ୍କୁଲ, କୃଷ୍ଣଛାଇ ପଞ୍ଚାୟତ, ସରକାରୀ ୟୁ.ଜି. ହାଇସ୍କୁଲ, ବିକେପୁର, ପୁଟିଆପଦର ପଞ୍ଚାୟତ, ନରେନ୍ଦ୍ରପୁର ହାଇସ୍କୁଲ, ନରେନ୍ଦ୍ରପୁର ପଞ୍ଚାୟତ, ସରକାରୀ ୟୁ.ଜି. ହାଇସ୍କୁଲ, ନନ୍ଦିକା ପଞ୍ଚାୟତ,  ପିତ୍ତଳ ବାଳକ ହାଇସ୍କୁଲ, ପିତ୍ତଳ ପଞ୍ଚାୟତ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ, ହିଞ୍ଜିଳିରେ ଆରମ୍ଭ ହୋଇଥିବା ଏହି ରୂପାନ୍ତରଣ କାର୍ଯ୍ୟ ସାରା ରାଜ୍ୟରେ ପ୍ରତିଫଳିତ ହେବ। ଓଡିଶାର ସବୁ ସ୍କୁଲରେ ଆସିବ ରୂପାନ୍ତରଣ। ସ୍କୁଲ ରୂପାନ୍ତର ପିଲାମାନଙ୍କ ମଧ୍ୟରେ ଖୁସି ଓ ଉତ୍ସାହ ଭରି ଦେଇଛି। ଏହା ସେମାନଙ୍କ ଉଜ୍ଜଳ ଭବିଷ୍ୟତକୁ ସାକାର କରିବ ଓ ସେମାନଙ୍କୁ ଜୀବନର ସବୁ କ୍ଷେତ୍ରରେ ଶ୍ରେଷ୍ଠ କରି ଗଢି ତୋଳିବା ପାଇଁ ସୁଯୋଗ ସୃଷ୍ଟି କରିବ। । ବର୍ତ୍ତମାନ ଯୁଗ ପ୍ରତିଯୋଗିତାର ଯୁଗ । ଜ୍ଞାନର ଯୁଗ । ବର୍ତ୍ତମାନ ଯୁଗର ଆବଶ୍ୟକତାକୁ ଆଖି ଆଗରେ ରଖି ଆମେ ପିଲାଙ୍କୁ ସବୁଠାରୁ ଭଲ ସୁବିଧା ଦେବା ପାଇଁ ଚେଷ୍ଟା କରିଛୁ । ହିଞ୍ଜିଳିରୁ ଆରମ୍ଭ ହୋଇଥିବା ଏ ପରିବର୍ତ୍ତନ, ଓଡିଶାର ଭବିଷ୍ୟତକୁ ଉଜ୍ଜଳ କରିବ ଓ ଓଡିଶାର ପିଲାମାନଙ୍କୁ ଦେଶର ଶ୍ରେଷ୍ଠ ନାଗରିକ କରି ଗଢି ତୋଳିବ ବୋଲି ମୁଖ୍ୟମନ୍ତ୍ରୀ ଆଶାବ୍ୟକ୍ତ କରିଥିଲେ ।

ଛାତ୍ରଛାତ୍ରୀ ମାନଙ୍କୁ ପରାମର୍ଶ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଛାତ୍ର ଜୀବନ ହେଉଛି ଭବିଷ୍ୟତ ଗଢିବାର ସମୟ। ପିଲାମାନଙ୍କର ଭବିଷ୍ୟତ ଭଲ ହେଲେ, ରାଜ୍ୟ ଓ ଦେଶର ଭବିଷ୍ୟତ ମଧ୍ୟ ଉଜ୍ଜଳ ହେବ । ତେଣୁ ସବୁ ପିଲାମାନେ ନିଜ ଭବିଷ୍ୟତ ପାଇଁ ଯେଉଁ ସ୍ବପ୍ନ ଦେଖିଛନ୍ତି, ତାକୁ ସାକାର କରିବା ପାଇଁ କଠୋର ପରିଶ୍ରମ କରନ୍ତୁ ଏବଂ ନିଜ ପାଇଁ ଓ ନିଜ ପରିବାର ପାଇଁ ସଫଳତା ଆଣନ୍ତୁ ବୋଲି ସେ କହିଥିଲେ । ପିଲାମାନଙ୍କ ସଫଳତା ହିଁ ହେବ ଆମ ପାଇଁ ସବୁଠାରୁ ବଡ଼ ପୁରସ୍କାର ।

ଅତିଥି ଭାବରେ ଯୋଗ ଦେଇଥିବା ମନ୍ତ୍ରୀ ଜଗନ୍ନାଥ ସାରକା ,ମନ୍ତ୍ରୀ ପ୍ରେମାନନ୍ଦ ନାୟକ ଓ ବିଧାୟକ ମାନଙ୍କୁ ସମ୍ବୋଧନ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ହିଞ୍ଜିଳିର ସ୍କୁଲ ମାନଙ୍କର ଏ ରୂପାନ୍ତରଣ ସମସ୍ତଙ୍କ ପାଇଁ ଏକ ଶିକ୍ଷଣୀୟ ଉଦାହରଣ। ଜନପ୍ରତିନିଧି ଭାବରେ ସେମାନେ ସମାଜର ସବୁ କ୍ଷେତ୍ରରେ ଏପରି ପରିବର୍ତ୍ତନ ଆଣିବା ପାଇଁ ଉଦ୍ୟମ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ।

ଏହି ଅବସରରେ ୧୦ଟି ଯାକ ସ୍କୁଲରେ ଆୟୋଜିତ ହୋଇଥିଲା ସ୍ବତନ୍ତ୍ର କାର୍ଯ୍ୟକ୍ରମ। 

ଆଗାମୀ ନଭେମ୍ବର ୧୪ ଶିଶୁ ଦିବସରେ ପ୍ରଥମ ପର୍ଯ୍ୟାୟରେ ୫-ଟି ଉପକ୍ରମରେ ରୂପାନ୍ତରିତ ହୋଇଥିବା ୧୦୭୦ ସ୍କୁଲ ଲୋକାର୍ପିତ ହେବ ବୋଲି କାର୍ଯ୍ୟକ୍ରମ ପରିଚାଳନା କରି ୫-ଟି ସଚିବ ଭି କେ ପାଣ୍ଡିଆନ୍ ସୂଚନା ଦେଇଥିଲେ ।

ମୁଖ୍ୟମନ୍ତ୍ରୀଙ୍କ ସହିତ କଥାବାର୍ତ୍ତା ସମୟରେ ସ୍ମୃତି ,ଅଙ୍କିତା , ପୂଜା ରାଣୀ ,ପ୍ରଞାଶ୍ରୀ ଅମ୍ବିକା ଆଶା ,ଦୁର୍ଗା ମାଧବ ଆଦି ବିଭିନ୍ନ ସ୍କୁଲର ଛାତ୍ରଛାତ୍ରୀ ମାନେ ସେମାନେ ଆଗକୁ ବଢି ମୁଖ୍ୟମନ୍ତ୍ରୀଙ୍କ ସ୍ବପ୍ନ ସାକାର କରିବେ ଵୋଲି ପ୍ରତିଶ୍ରୁତି ଦେଇଥିଲେ ।

ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ ଓ ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିଲେ ।

ସୂଚନାଯୋଗ୍ୟ, ଗତ ୨୧ ତାରିଖରେ ରାଜ୍ୟ ସରକାରଙ୍କର ଉଚ୍ଚାକାଂକ୍ଷୀ ସ୍କୁଲ ରୂପାନ୍ତରଣ କାର୍ଯ୍ୟ ଆରମ୍ଭ ହୋଇଥିଲା। ୫-ଟି ଉପକ୍ରମରେ ହିଞ୍ଜିଳିର ୫୦ଟି ସ୍କୁଲର ରୂପାନ୍ତରଣ କାର୍ଯ୍ୟ ସଂପୂର୍ଣ୍ଣ ହୋଇଛି। ୫ଟି ପର୍ଯ୍ୟାୟରେ ୫୦ଟି ସ୍କୁଲର ଲୋକାର୍ପଣ କରାଯିବ। ଆଜି ସୁଦ୍ଧା ୪୦ଟି ସ୍କୁଲ ଲୋକାର୍ପିତ ହୋଇଛି।

Previous Post

ବିଜେଡ଼ିକୁ ମହଙ୍ଗା ପଡ଼ିବେ ମନ୍ତ୍ରୀ ପ୍ରତାପ ଜେନା !

Next Post

‘ମାନବବାଦୀ ସଂଗଠନ’ ଓ ଭଣ୍ଡ(!) ଗୁରୁଜୀ ମାନସ ଦାସଙ୍କ କଥା

Next Post
‘ମାନବବାଦୀ ସଂଗଠନ’ ଓ ଭଣ୍ଡ(!) ଗୁରୁଜୀ ମାନସ ଦାସଙ୍କ କଥା

'ମାନବବାଦୀ ସଂଗଠନ' ଓ ଭଣ୍ଡ(!) ଗୁରୁଜୀ ମାନସ ଦାସଙ୍କ କଥା

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19176 shares
    Share 7670 Tweet 4794
  • ନବୀନ..ନବୀନ, ମୋହନ..ମୋହନ

    16600 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5814 shares
    Share 2326 Tweet 1454
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5483 shares
    Share 2193 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA