Saturday, August 29, 2026 01:38 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ହିଞ୍ଜିଳିରୁ ଆରମ୍ଭ ହେଲା ସ୍କୁଲ ରୂପାନ୍ତରଣ କାର୍ଯ୍ୟ

୫୦ସ୍କୁଲର ରୂପାନ୍ତରଣ ସଂପୂର୍ଣ୍ଣ, ୧୦ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

by Our Correspondent
21 Aug, 2021- 08:50 PM
in Latest News, News
1 min read
0
ହିଞ୍ଜିଳିରୁ ଆରମ୍ଭ ହେଲା ସ୍କୁଲ ରୂପାନ୍ତରଣ କାର୍ଯ୍ୟ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀଙ୍କ ନିର୍ବାଚନମଣ୍ଡଳୀ ହିଞ୍ଜିଳିରୁ ଆଜି ଆରମ୍ଭ ହୋଇଛି ରାଜ୍ୟ ସରକାରଙ୍କର ଉଚ୍ଚାକାଂକ୍ଷୀ ସ୍କୁଲ ରୂପାନ୍ତରଣ କାର୍ଯ୍ୟ। ୫-ଟି ଉପକ୍ରମରେ ହିଞ୍ଜିଳିର ୫୦ଟି ସ୍କୁଲର ରୂପାନ୍ତରଣ କାର୍ଯ୍ୟ ସଂପୂର୍ଣ୍ଣ ହୋଇଛି । ପ୍ରଥମ ପର୍ଯ୍ୟାୟରେ ୧୦ଟି ରୂପାନ୍ତରିତ ସ୍କୁଲକୁ ଆଜି ଲୋକାର୍ପିତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହି ଅବସରରେ ୧୦ଟି ଯାକ ସ୍କୁଲରେ ଆୟୋଜିତ ହୋଇଥିଲା ସ୍ୱତନ୍ତ୍ର କାର୍ଯ୍ୟକ୍ରମ। ମନ୍ତ୍ରୀମଣ୍ଡଳର ସଦସ୍ୟଗଣ, ବିଧାୟକଗଣ, ସରପଞ୍ଚ, ପଞ୍ଚାୟତ ସଦସ୍ୟ, ସ୍କୁଲର ପୁରାତନ ଛାତ୍ରଛାତ୍ରୀ, ବର୍ତ୍ତମାନର ଛାତ୍ରଛାତ୍ରୀ, ଅଭିଭାବକ ଓ ସ୍ଥାନୀୟ ଜନସାଧାରଣ ଏଥିରେ ଯୋଗ ଦେଇଥିଲେ ।

କାର୍ଯ୍ୟକ୍ରମକୁ ଭର୍ଚୁଆଲ ମାଧ୍ୟମରେ ଉଦ୍‌ଘାଟନ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ପ୍ରତି ପିଲା ହେଉଛି ଅନନ୍ତ ସମ୍ଭାବନାର ପ୍ରତୀକ। ତାର ସୁନ୍ଦର ଭବିଷ୍ୟତ ପାଇଁ ତା ଆଖିରେ ଥାଏ ଅନେକ ସ୍ବପ୍ନ ଓ ଏହି ସ୍ବପ୍ନକୁ ସାକାର କରିବା ପାଇଁ ରୂପାନ୍ତରଣ ଆଣିଛି ସୁଯୋଗ। ପିଲାଙ୍କ ସ୍ବପ୍ନ ସାକାର ହେଲେ ପୂରଣ ହେବ ନୂଆ ଓଡିଶା, ନବୀନ ଓଡିଶାର ଲକ୍ଷ୍ୟ । ଏହି ରୂପାନ୍ତରକୁ ନୂଆ ଓଡିଶାର ଭିତ୍ତି ଭାବରେ ବର୍ଣ୍ଣନା କରିଥିଲେ । ପିଲାମାନଙ୍କ ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସ୍କୁଲ ହେଉଛି ସମସ୍ତଙ୍କ ଜୀବନର ଶ୍ରେଷ୍ଠ ସମୟ । ଏହି ରୂପାନ୍ତର ତୁମ ମାନଙ୍କ ପାଇଁ । ତୁମମାନଙ୍କ ଭବିଷ୍ୟତ ପାଇଁ ଏବଂ ତୁମମାନଙ୍କୁ ଶ୍ରେଷ୍ଠ ଗଢିବା ପାଇଁ ଏହା ଅନେକ ସୁଯୋଗ ସୃଷ୍ଟି କରିବ ।

ହିଞ୍ଜିଳିରେ ଆରମ୍ଭ ହୋଇଥିବା ଏହି ରୂପାନ୍ତରଣ କାର୍ଯ୍ୟ ସାରା ରାଜ୍ୟକୁ ବାଟ ଦେଖାଇଛି । ସାରା ରାଜ୍ୟରେ ପ୍ରଥମ ପର୍ଯ୍ୟାୟରେ ୧୦୭୦ ସ୍କୁଲର କାୟାକଳ୍ପ ହେବ ବୋଲି ମୁଖ୍ୟମନ୍ତ୍ରୀ ଏହି ଅବସରରେ ସୂଚନା ଦେଇଥିଲେ ।

ମନ୍ତ୍ରୀମଣ୍ଡଳର ସଦସ୍ୟବୃନ୍ଦ ଓ ବିଧାୟକ ମାନଙ୍କୁ ସମ୍ବୋଧନ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ହିଞ୍ଜିଳିର ସ୍କୁଲ ମାନଙ୍କର ଏ ରୂପାନ୍ତରଣ ସମସ୍ତଙ୍କ ପାଇଁ ନିଶ୍ଚିତ ଭାବରେ ଏକ ବଡ ପ୍ରେରଣା । ଏହା ସାରା ରାଜ୍ୟରେ ମଧ୍ୟ ସମ୍ଭବ। ଗଞ୍ଜାମରେ ଏହାର ସଫଳତା ହେଉଛି ଗୋଷ୍ଠୀର ଅଂଶଗ୍ରହଣ । ଆପଣ ଗଞ୍ଜାମରେ ଯଦି କିଛି କାମ ପାଇଁ ଏକ ଲକ୍ଷ ଟଙ୍କା ଦେବେ, ତେବେ ସେମାନେ ଆପଣଙ୍କ ଦୁଇ ଲକ୍ଷ ଟଙ୍କାର କାମ କରି ଦେଖାଇବେ । ସେହିପରି ୫ ଲକ୍ଷ ଦେଲେ, ୮ ଲକ୍ଷ ଟଙ୍କାର କାମ କରି ଦେଖାଇବେ । ଗଞ୍ଜାମର ଏହି ଗୋଷ୍ଠୀ ଚେତନା ହିଁ ଗଞ୍ଜାମର ସବୁଠାରୁ ବଡ ଶକ୍ତି ଓ ସଫଳତା। ସାରା ରାଜ୍ୟରେ ପିଲାମାନଙ୍କ ସୁନ୍ଦର ଭବିଷ୍ୟତ ପାଇଁ ମିଳିମିଶି କାମ କଲେ ତାହା ହିଁ ଆଣିବ ଓଡିଶାର ପ୍ରକୃତ ରୂପାନ୍ତର।

ପରିଶେଷରେ ଜନସାଧାରଣ ରୂପାନ୍ତରଣ ହୋଇଥିବା ସ୍କୁଲ ଗୁଡିକର ଯତ୍ନ ନିଜ ସଂପତ୍ତି ପରି ନେବା ପାଇଁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଅନୁରୋଧ କରିଥିଲେ ।

ଏହି କାର୍ଯ୍ୟକ୍ରମ ରେ କୋଡ଼ିଏ ଜଣ ବିଧାୟକ ଓ ମନ୍ତ୍ରୀ ଭାଗ ନେଇଥିଲେ । 

୫-ଟି ସଚିବ ଭି କେ ପାଣ୍ଡିଆନ୍ କାର୍ଯ୍ୟ କ୍ରମ ସଚାଳନା କରିଥିଲେ ।

ମୁଖ୍ୟ ଶାସନ ସଚିବଙ୍କ ସମେତ ବରିଷ୍ଠ ପଦାଧିକାରୀ ଓ ବିଭିନ୍ନ ଜିଲ୍ଲାର ଜିଲ୍ଲାପାଳ ମାନେ ଉପସ୍ଥିତ ଥିଲେ ।

Previous Post

ନବୀନଙ୍କ ପ୍ରଶଂସାରେ ନୀତୀଶଙ୍କ ସ୍ତମ୍ଭ

Next Post

ନୂଆ ରୂପରେ ଧର୍ମେନ୍ଦ୍ର, ପ୍ରଥମ ପଦାର୍ପଣରେ ବୈଷ୍ଣବଙ୍କ ବାଜିମାତ୍

Next Post
ନୂଆ ରୂପରେ ଧର୍ମେନ୍ଦ୍ର, ପ୍ରଥମ ପଦାର୍ପଣରେ ବୈଷ୍ଣବଙ୍କ ବାଜିମାତ୍

ନୂଆ ରୂପରେ ଧର୍ମେନ୍ଦ୍ର, ପ୍ରଥମ ପଦାର୍ପଣରେ ବୈଷ୍ଣବଙ୍କ ବାଜିମାତ୍

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA