Tuesday, August 18, 2026 05:39 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

‘ସୁଭଦ୍ରା’ ମଞ୍ଚରୁ ପୂର୍ବ ସରକାରଙ୍କ ଉପରେ ବର୍ଷିଲେ ମୋହନ

କୋଟିଏ ମହିଳାଙ୍କୁ ସୁଭଦ୍ରା ଦ୍ୱିତୀୟ କିସ୍ତି

by Our Correspondent
08 Mar, 2025- 06:25 PM
in Latest News, News
1 min read
0
‘ସୁଭଦ୍ରା’ ମଞ୍ଚରୁ ପୂର୍ବ ସରକାରଙ୍କ ଉପରେ ବର୍ଷିଲେ ମୋହନ

ଭୁବନେଶ୍ୱର: ଆଜି ୫୧ତମ ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ରାଜ୍ୟର କୋଟିଏ ମହିଳା ହିତାଧିକାରୀଙ୍କୁ ସୁଭଦ୍ରା ଯୋଜନାର ଦ୍ୱିତୀୟ କିସ୍ତି ପ୍ରଦାନ କରାଯାଇଛି । ବ୍ରହ୍ମପୁର ଆମ୍ବପୁଆଠାରେ ଆୟୋଜିତ ବର୍ଣ୍ଣାଢ଼୍ୟ ସମାରୋହରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି କିସ୍ତି ପ୍ରଦାନ କରିଛନ୍ତି । ମୁଖ୍ୟମନ୍ତ୍ରୀ ତାଙ୍କ ଉଦବୋଧନରେ ପୂର୍ବ ବିଜେଡି ସରକାରକୁ ତୀବ୍ର ସମାଲୋଚନା କରିଥିଲେ । କହିଥିଲେ, ବିଗତ ୨୪ ବର୍ଷରେ ମହିଳା ସଶକ୍ତିକରଣ କେବଳ ଏକ ସ୍ଲୋଗାନରେ ରହିଯାଇଥିଲା। କିନ୍ତୁ, ଆମ ସରକାର ମହିଳାଙ୍କୁ ରାଜନୈତିକ, ସାମାଜିକ ଏବଂ ଅର୍ଥନୈତିକ ସ୍ତରରେ ସଶକ୍ତ କରିବା ପାଇଁ ଶପଥ ନେଇ ବିଭିନ୍ନ କାର୍ଯ୍ୟ ଓ ଯୋଜନା କାର୍ଯ୍ୟକାରୀ କରୁଛନ୍ତି।

ମୁଖ୍ୟମନ୍ତ୍ରୀ କହିଥିଲେ, ଯେଉଁମାନେ ପଚାରୁଛନ୍ତି ଯେ ଆମ ସରକାର ୯ ମାସରେ କ’ଣ କରିଛି, ସେମାନଙ୍କୁ କୁହନ୍ତୁ ଯେ ୨୪ ବର୍ଷରେ ଯେଉଁ ସରକାର ମହିଳାଙ୍କ ପାଇଁ କେବଳ ସ୍ଲୋଗାନ ଦେଉଥିଲେ, ମୋହନ ସରକାର କ୍ଷମତାକୁ ଆସିବାର ମାତ୍ର ୨୪ ମିନିଟ ମଧ୍ୟରେ ଐତିହାସିକ ସୁଭଦ୍ରା ଯୋଜନା କାର୍ଯ୍ୟକାରୀ କରିବା ପାଇଁ ନିଷ୍ପତ୍ତି ନେଇଥିଲେ ଏବଂ ଖୁସିର ବିଷୟ ଯେ ତିନିମାସ ମଧ୍ୟରେ କାର୍ଯ୍ୟ ଆରମ୍ଭ କରି ଆଜି ୯ ମାସ ମଧ୍ୟରେ ଏକ କୋଟିରୁ ଅଧିକ ମହିଳାଙ୍କୁ ସୁଭଦ୍ରାର ଦ୍ଵିତୀୟ କିସ୍ତି ପ୍ରଦାନ କରିଛନ୍ତି।

ଆମର ନିନ୍ଦୁକମାନେ ଭୁଲି ଯାଇଛନ୍ତି ଯେ ଶିଶୁଟିଏ ଜନ୍ମ ହେବାକୁ ମଧ୍ୟ ମା’ ଗର୍ଭରେ ୯ ମାସ ବିତେଇବାକୁ ପଡିଥାଏ। ଆମ ସରକାରର ୯ ମାସ ପୂରଣ କରିବାକୁ ଆହୁରି ଚାରିଦିନ ବାକି ଅଛି। କିନ୍ତୁ, ଏହି ସ୍ୱଳ୍ପ ସମୟ ଭିତରେ ଆମେ ଓଡିଶାର ଜନସାଧାରଣଙ୍କ ପାଇଁ ଯେଉଁ କାର୍ଯ୍ୟ କରି ପାରିଛୁ, ତାହା ସେମାନେ ପ୍ରକୃତରେ ବିଶ୍ୱାସ କରିପାରୁ ନାହାନ୍ତି। ସେମାନେ ବିଶ୍ୱାସ କରି ପାରୁନାହାନ୍ତି ଯେ ଚାଷୀଙ୍କୁ ୨୪ ବର୍ଷ ରେ MSP ଠାରୁ କିଛି ଅଧିକ ଟଙ୍କା ଦେଇ ପାରିଲେ ନାହିଁ , କିନ୍ତୁ ଏ ନୂଆ ସରକାର କିପରି ଭାବେ ୨୪ ମିନିଟରେ କୁଇଣ୍ଟାଲ ପିଛା ୧୦୦ ନୁହେଁ, ୮୦୦ ଟଙ୍କା ଦେବା ପାଇଁ ନିଷ୍ଫତ୍ତି ନେଇଗଲେ।

ମୁଖ୍ୟମନ୍ତ୍ରୀ ସେମାନଙ୍କୁ ଜବାବ ରଖି କହିଥିଲେ ଯ, ୨୪ ବର୍ଷ ଧରି ଆପଣ ଯାହା କରିବାକୁ ଚିନ୍ତା କରିପାରି ନ ଥିଲେ ଆମେ ତାକୁ କାର୍ଯ୍ୟରେ ପରିଣତ କରିଛୁ। ଗରିବ ପରିବାରଙ୍କ କନ୍ୟା ସନ୍ତାନ ବିବାହ ଏବଂ ରାଜ୍ୟର ଗରିବ ଜନସାଧାରଣଙ୍କୁ ନିଃଶୁଳ୍କ ଜଗନ୍ନାଥ ଦର୍ଶନ କରାଇବାର ନିଷ୍ପତ୍ତି ମଧ୍ୟ ଆମେ ନେଇଛୁ।

ଏହି କାର୍ଯ୍ୟକ୍ରମ ଆଜି ଏକ ବିପ୍ଲବରେ ପରିଣତ ହୋଇଛି, ସୁଭଦ୍ରା ବିପ୍ଲବ। କାରଣ ସୁଭଦ୍ରା ଯୋଜନା କେବଳ ବର୍ଷକୁ ଦୁଇଥର ସହାୟତା ବାଣ୍ଟିବା କାର୍ଯ୍ୟକ୍ରମ ନୁହେଁ। ସୁଭଦ୍ରା ଯୋଜନା ଏକ ବ୍ୟାପକ ଅଭିଯାନର ରୂପ ନେବାକୁ ଯାଉଛି। କିଶୋରୀ ମାନଙ୍କଠାରୁ ଆରମ୍ଭ କରି ଭିନ୍ନ ଭିନ୍ନ ବୟସର ମହିଳାମାନେ ସଶକ୍ତ ଏବଂ ସମୃଦ୍ଧ ହୋଇପାରିବାର ବ୍ୟବସ୍ଥା କରାଯାଉଛି। ଏହା ରାଜ୍ୟର ପ୍ରତ୍ୟେକ ସୁଭଦ୍ରାଙ୍କ ମନରେ ଏକ ନୂତନ ଆଶା ଓ ବିଶ୍ୱାସର ସଂଚାର କରିବ।

ମହିଳାଙ୍କ ବିରୁଦ୍ଧରେ ହିଂସା ଏବଂ ଅସଦାଚରଣ କରୁଥିବା ବ୍ୟକ୍ତିଙ୍କ ପାଇଁ କଡା ବାର୍ତ୍ତା ଦେବାକୁ ଯାଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ମହିଳାଙ୍କ ବିରୁଦ୍ଧରେ ହିଂସାରେ ଲିପ୍ତ ବ୍ୟକ୍ତି ସରକାର, ବିଶେଷଭାବେ ବ୍ୟକ୍ତିଗତ ଭାବେ ମୋ ପାଇଁ କେବଳ ଜଣେ ଜଣେ ଅପରାଧୀ, ଏବଂ ଏହିପରି ଅପରାଧୀଙ୍କ ସ୍ଥାନ ଜେଲର ଚାରିକାନ୍ଥ ମଧ୍ୟରେ, ସଭ୍ୟ ସମାଜରେ ତାଙ୍କର କୌଣସି ସ୍ଥାନ ନାହିଁ। ଏହାକୁ କଡାକଡି ଭାବେ ପାଳନ କରିବା ପାଇଁ ମୁଁ ବିଭାଗୀୟ ଅଧିକାରୀଙ୍କୁ ଆବଶ୍ୟକ ନିର୍ଦ୍ଦେଶ ଦେଇସାରିଛି।

ସେ ପୁଣି କହିଥିଲେ ଯେ ମହିଳା ମାନଙ୍କୁ ଲକ୍ଷପତି କରାଇବା ପାଇଁ ‘ଲକ୍ଷପତି ଦିଦି’ ଯୋଜନା ଆରମ୍ଭ ହୋଇଛି । ସାରା ଦେଶରେ ୩ କୋଟି ଲକ୍ଷପତି ଦିଦି ସୃଷ୍ଟି କରିବାର ଲକ୍ଷ୍ୟ ରଖାଯାଇଛି । ଆମ ରାଜ୍ୟ ଲକ୍ଷପତି ଦିଦି ଯୋଜନାକୁ କାର୍ଯ୍ୟକାରୀ କରି ସମଗ୍ର ଭାରତବର୍ଷରେ ଦ୍ଵିତୀୟ ସ୍ଥାନ ହାସଲ କରିଛି; ବର୍ତ୍ତମାନ ସୁଦ୍ଧା ୫ ଲକ୍ଷ ଲକ୍ଷପତି ଦିଦି ସୃଷ୍ଟି କରି ସାରିଲୁଣି । ଓଡିଶାରେ ଆମେ ୨୦୨୭ ସୁଦ୍ଧା ଅତି କମ୍ ରେ ୨୫ ଲକ୍ଷ ଲକ୍ଷପତି ଦିଦି ସୃଷ୍ଟି କରିବାର କାର୍ଯ୍ୟକ୍ରମ ଜାରି ରଖିଛୁ । ବିଗତ ୨୪ ବର୍ଷରେ ମହିଳା ସଶକ୍ତିକରଣ କେବଳ ଏକ ସ୍ଲୋଗାନରେ ରହିଯାଇଥିଲା। କିନ୍ତୁ, ଆମ ସରକାର ମହିଳାଙ୍କୁ ରାଜନୈତିକ, ସାମାଜିକ ଏବଂ ଅର୍ଥନୈତିକ ସ୍ତରରେ ସଶକ୍ତ କରିବା ପାଇଁ ଶପଥ ନେଇ ବିଭିନ୍ନ କାର୍ଯ୍ୟ ଓ ଯୋଜନା କାର୍ଯ୍ୟକାରୀ କରୁଛନ୍ତି।

ଏହି କାର୍ଯ୍ୟକ୍ରମ ଅବସରରେ ମୁଖ୍ୟମନ୍ତ୍ରୀ ଗଞ୍ଜାମ ଜିଲ୍ଲାରେ ୬୩୮ କୋଟିରୁ ଅଧିକ ଟଙ୍କାର ବିକାଶମୂଳକ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି । ଏଥିରେ ୪୯୩ କୋଟି ଟଙ୍କାର ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର ରଖାଯାଇଥିବା ବେଳେ ୧୪୫ କୋଟିରୁ ଅଧିକ ଟଙ୍କାର ପ୍ରକଳ୍ପ ଉଦ୍‍ଘାଟନ କରାଯାଇଛି । ସୂଚନା ଥାଉକି, ଏଥିରେ ଅନେକ ଜଳଯୋଗାଣ ପ୍ରକଳ୍ପ, ସଡ଼କ ଉନ୍ନତିକରଣ, ସେତୁ ନିର୍ମାଣ, ଚେକ୍‍ ଡ୍ୟାମ୍‍ ପ୍ରକଳ୍ପ, ସ୍ୱାସ୍ଥ୍ୟସେବା କେନ୍ଦ୍ର ସ୍ଥାପନ, ଇନ୍‍ଷ୍ଟ୍ରିମ୍‍ ଷ୍ଟୋରେଜ୍‍ ପ୍ରକଳ୍ପ ଆଦି ପ୍ରକଳ୍ପ ରହିଛି ।

ଏହି ଅବସରରେ ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା କହିଥିଲେ ଯେ ସୁଭଦ୍ରା ଆଜି ୧ କୋଟିରୁ ଉର୍ଦ୍ଧ୍ଵ ମହିଳାଙ୍କ ପାଖରେ ପହଂଚିଛି। କଥା ଦେଇ ଆମ ସରକାର ଆଜି କଥା ରଖିଛନ୍ତି। ୮ ମାସ ମଧ୍ୟରେ ଏହି ଯେଉଁ ପ୍ରତିଶ୍ରୁତି ଆମେ ଦେଇଥିଲୁଯେ ମହିଳାଙ୍କୁ ସଶକ୍ତ କରିବୁ ଏବଂ ତାହା ଏହି ଭଳି ଭାବେ ଆଗକୁ ମଧ୍ୟ ଆମେ ପୂର୍ଣ୍ଣ କରିବୁ ।

ଏହି କାର୍ଯ୍ୟକ୍ରମରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହ ଦେଓ, ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ, ମତ୍ସ୍ୟ ଏବଂ ପ୍ରାଣୀ ସମ୍ପଦ ବିକାଶ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ, ବାଣିଜ୍ୟ, ପରିବହନ ମନ୍ତ୍ରୀ ବିଭୁତି ଭୂଷଣ ଜେନା, ବ୍ରହ୍ମପୁର ସାଂସଦ ପ୍ରଦୀପ ପାଣିଗ୍ରାହୀ, ଆସିକା ସାଂସଦ ଶ୍ରୀମତୀ ଅନିତା ଶୁଭଦର୍ଶିନୀ ଓ ଗଂଜାମ ଜିଲ୍ଲାର ସମସ୍ତ ବିଧାୟକ ମାନେ ଉପସ୍ଥିତ ଥିଲେ।

ଉକ୍ତ କାର୍ଯ୍ୟକ୍ରମରେ ମହିଳା ଏବଂ ଶିଶୁବିକାଶ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀମତୀ ଶୁଭା ଶର୍ମା ସ୍ୱାଗତ ଭାଷଣ ଦେଇଥିବା ବେଳେ, ଗଂଜାମ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡା ଧନ୍ୟବାଦ ଦେଇଥିଲେ।

Previous Post

କିଟ୍‍ କ୍ୟାମ୍ପସ୍‍କୁ ଫେରିଲେ ନେପାଳୀ ଛାତ୍ରଛାତ୍ରୀ

Next Post

ମା ମାନଙ୍କୁ ବିଭ୍ରାନ୍ତ କରିବାକୁ ବିଜେପି ଅପଚେଷ୍ଟାର ଜବାବ ଦିଅ: ନବୀନ

Next Post
ମା ମାନଙ୍କୁ ବିଭ୍ରାନ୍ତ କରିବାକୁ ବିଜେପି ଅପଚେଷ୍ଟାର ଜବାବ ଦିଅ: ନବୀନ

ମା ମାନଙ୍କୁ ବିଭ୍ରାନ୍ତ କରିବାକୁ ବିଜେପି ଅପଚେଷ୍ଟାର ଜବାବ ଦିଅ: ନବୀନ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA