Thursday, April 16, 2026 09:36 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home News Health

ଡିସେମ୍ବରରେ କୋଭିଡ ସଂକ୍ରମଣର ଦ୍ୱିତୀୟ ଲହର !

ଦୀପାବଳି କଟକଣା ତଦାରଖ ପାଇଁ ଜିଲ୍ଲା ଯିବେ ପର୍ଯ୍ୟବେକ୍ଷକ

by Our Correspondent
04 Nov, 2020- 08:41 PM
in Health, Latest News, News
1 min read
0
ଡିସେମ୍ବରରେ କୋଭିଡ ସଂକ୍ରମଣର ଦ୍ୱିତୀୟ ଲହର !

ଭୁୁବନେଶ୍ୱର: ୟୁରୋପ ଓ ଅନ୍ୟ ପାଶ୍ଚାତ୍ୟ ଦେଶମାନଙ୍କ ଭଳି ଓଡ଼ିଶାରେ ଦ୍ୱିତୀୟ ପର୍ଯ୍ୟାୟ କୋଭିଡ ସଂକ୍ରମଣର ଆଶଙ୍କା ଦେଖାଦେଇଛି । ଡିସେମ୍ବର ଦ୍ୱିତୀୟ ସପ୍ତାହ ପରେ ସଂକ୍ରମଣ ଆଶଙ୍କା ଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବେଠୁ ସମସ୍ତେ ସତର୍କ ରହିବାକୁ ପରାମର୍ଶ ଦେଇଛନ୍ତି । ଆଜି କୋଭିଡ ମୁକାବିଲା କାର୍ଯ୍ୟକ୍ରମର ସମୀକ୍ଷା ଅବସରରେ ମୁଖ୍ୟମନ୍ତ୍ରୀ ସମ୍ଭାବ୍ୟ ଦ୍ୱିତୀୟ ପର୍ଯ୍ୟାୟ ସଂକ୍ରମଣ ଏଡାଇବା ଉପରେ ଗୁରୁତ୍ୱ ଦେଇଥିଲେ । ମାସ୍କ ପିନ୍ଧିବା, ସାମାଜିକ ଦୂରତା ରଖିବା ଏବଂ ହାତ ଧୋଇବା ନିୟମ କଡ଼ାକଡ଼ି ଜାରି ରଖିବାକୁ ପଡ଼ିବ । ଲକ ଡାଉନ୍ ଭଳି କଠିନ ପରିସ୍ଥିତିକୁ ଏଡାଇବାକୁ ଏହା ହିଁ ଶ୍ରେଷ୍ଠ ଉପାୟ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

ଗତ ପୂଜା ସମୟରେ କୋଭିଡ ନିୟମ ମାନି ଜନସାଧାରଣ ଶୃଙ୍ଖଳା ଓ ସଂଯମତାର ସହିତ ପର୍ବ ପାଳନ କରିଥିବାରୁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଧନ୍ୟବାଦ ଜଣାଇଥିଲେ । ଏହି ସମୟରେ ପ୍ରଶାସନ ଓ ପୋଲିସ କାର୍ଯ୍ୟକୁ ମଧ୍ୟ ମୁଖ୍ୟମନ୍ତ୍ରୀ ଉଚ୍ଚପ୍ରଶଂସା କରିଥିଲେ । ଆଗକୁ ଦୀପାବଳି ଆସୁଥିବାରୁ ସେହିଭଳି ଶୃଙ୍ଖଳା ଓ ସଂଯମତା ରକ୍ଷା କରି ପର୍ବ ପାଳନ କରିବା ପାଇଁ ଜନସାଧାରଣଙ୍କୁ ଅନୁରୋଧ କରିଥିଲେ । ଦୀପାବଳି କଟକଣା ତଦାରଖ କରିବା ପାଇଁ ପର୍ଯ୍ୟବେକ୍ଷକ ମାନଙ୍କୁ ଜିଲ୍ଲାଗସ୍ତ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେବା ସହିତ ଏହି କଟକଣାକୁ କଡାକଡି ଭାବରେ କାର୍ଯ୍ୟକାରୀ କରିବାକୁ ଜିଲ୍ଲାପାଳ ଓ ଏସ୍‌.ପି ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ ।

ବର୍ତ୍ତମାନ ରାଜ୍ୟରେ କରୋନା ସଂକ୍ରମଣ ହାର କମି ଥିବାରୁ ଓ ଆରୋଗ୍ୟ ହାର ବଢୁଥିବାରୁ ମୁଖ୍ୟମନ୍ତ୍ରୀ ସନ୍ତୋଷ ପ୍ରକାଶ କରିଥିଲେ। ଓନାମ୍‌ ପର୍ବ ପାଳନ ପରେ କେରଳରେ ଉପୁଜିଥିବା ଅବସ୍ଥା ଏବଂ ଦିଲ୍ଲୀର ବର୍ତ୍ତମାନ ଅବସ୍ଥା ସଂପର୍କରେ ଉଦାହରଣ ଦେଇ ଆମକୁ ଅଧିକ ସତର୍କ ରହିବାକୁ ପଡିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ଏବଂ ଏ କ୍ଷେତ୍ରରେ ସାମାନ୍ୟ ଢିଲାପଣ ଗ୍ରହଣୀୟ ନୁହେଁ ବୋଲି କହିଥିଲେ।

କୋଭିଡରେ ଆକ୍ରାନ୍ତ ବ୍ୟକ୍ତିମାନେ ସୁସ୍ଥ ହେବା ପରେ ପରବର୍ତ୍ତୀ ସମୟରେ ସେମାନଙ୍କ ଠାରେ କେତେକ ଜଟିଳ ସ୍ବାସ୍ଥ୍ୟ ସମସ୍ୟା ଦେଖା ଦେଉଥିବା ଜଣାପଡିଛି । ତେଣୁ ସ୍ବାସ୍ଥ୍ୟ ବିଭାଗ ପରିସ୍ଥିତି ଉପରେ ନଜର ରଖିବା ସହିତ ଉପଯୁକ୍ତ ପ୍ରୋଟୋକଲ୍‌ ପ୍ରସ୍ତୁତ କରିବା ଏବଂ ଏଥିପାଇଁ ଡାକ୍ତର ଓ ସ୍ବାସ୍ଥ୍ୟକର୍ମୀ ମାନଙ୍କୁ ତାଲିମ ଦେବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ବ ଆରୋପ କରିଥିଲେ । ଏତଦ୍‌ବ୍ୟତୀତ କୋଭିଡ ପରବର୍ତ୍ତୀ ସ୍ବାସ୍ଥ୍ୟର ଯତ୍ନ ସଂପର୍କରେ ବ୍ୟାପକ ସଚେତନତା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ।

କୋଭିଡ ଜନିତ ଆର୍ଥିକ ଶିଥିଳତା ସମୟରେ ଗରିବ ଲୋକମାନେ ଯେଭଳି ବିଶେଷ ପ୍ରଭାବିତ ନ ହେବେ, ତାକୁ ଦୃଷ୍ଟିରେ ରଖି ଜୀବିକା କାର୍ଯ୍ୟକ୍ରମ ଉପରେ ଗୁରୁତ୍ବ ଜାରି ରଖିବା ପାଇଁ ମୁଖ୍ୟମନ୍ତ୍ରୀ ସଂପୃକ୍ତ ବିଭାଗକୁ ପରାମର୍ଶ ଦେଇଥିଲେ। MGNREGA, Mission Shakti ଏବଂ Urban Wage Employment ପରି କାର୍ଯ୍ୟକ୍ରମକୁ ଜାରି ରଖିବା ସହିତ ଗରିବ ଲୋକଙ୍କ ଆର୍ଥିକ ନିରାପତ୍ତା ଯେପରି ବ୍ୟାହତ ନ ହେବ, ସେଥିପ୍ରତି ଦୃଷ୍ଟି ଦେବା ପାଇଁ ବିଭିନ୍ନ ବିଭାଗକୁ ପରାମର୍ଶ ଦେଇଥିଲେ । ଗତ SLBC ବୈଠକ ସମୟରେ ମିଶନ ଶକ୍ତି, MSME ଓ ଚାଷୀ ମାନଙ୍କୁ ଠିକ୍‌ ସମୟରେ ଋଣ ଯୋଗାଇବା ପାଇଁ ମୁଖ୍ୟମନ୍ତ୍ରୀ ବ୍ୟାଙ୍କ ମାନଙ୍କୁ ଦେଇଥିବା ପରାମର୍ଶ ସଂପର୍କରେ ସ୍ମରଣ କରାଇ ଦେଇ ସଂପୃକ୍ତ ବିଭାଗ ମାନେ ଏହା ଉପରେ ସ୍ବତନ୍ତ୍ର ଧ୍ୟାନ ଦେବାକୁ କହିଥିଲେ ।

ବୈଠକରେ ସୂଚନା ଦେଇ ମୁଖ୍ୟ ଶାସନ ସଚିବ ଶ୍ରୀ ଅସିତ ତ୍ରିପାଠୀ କହିଥିଲେ ଯେ ରାଜ୍ୟରେ ବର୍ତ୍ତମାନ କୋଭିଡ ସଂକ୍ରମଣ କମିଛି ଏବଂ ହସ୍‌ପିଟାଲରେ ICU ଓ ଶଯ୍ୟା ସନ୍ତୋଷଜନର ରହିଛି । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ କୋଭିଡ ପରବର୍ତ୍ତୀ ଯତ୍ନ ପାଇଁ Standard Protocol ପ୍ରସ୍ତୁତ କରିବା ପାଇଁ Taskforce ଗଠନ କରାଯାଇଛି । ସେହିପରି ବ୍ୟାପକ ଟୀକାକରଣକୁ ଦୃଷ୍ଟିରେ ରଖି Cold chain ଓ Database କାମ ଜାରି ରହିଛି ବୋଲି ଶ୍ରୀ ତ୍ରିପାଠୀ ସୂଚନା ଦେଇଥିଲେ ।

ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ପି.କେ ମହାପାତ୍ର କହିଥିଲେ ଯେ ସାରା ଦେଶରେ ପ୍ରତି ୧୦ ଲକ୍ଷରେ ୮୩ ହଜାର ପରୀକ୍ଷା ହେଉଥିବା ବେଳେ, ଆମ ରାଜ୍ୟରେ ୧ ଲକ୍ଷ ୨ ହଜାର ଟେଷ୍ଟିଂ କରାଯାଇଛି । ଜାତୀୟ ସ୍ତରରେ ଆରୋଗ୍ୟ ହାର ୯୨ ପ୍ରତିଶତ ଥିବାବେଳେ, ଆମ ରାଜ୍ୟରେ ଏହା ୯୫.୩୨ ପ୍ରତିଶତରେ ପହଞ୍ଚିଛି । ମୃତ୍ୟୁ ହାର ମଧ୍ୟ ହ୍ରାସ ପାଇଁ ୦.୪୬ ପ୍ରତିଶତ ରହିଛି । ରାଜ୍ୟରେ ଟୀକାକରଣ କାର୍ଯ୍ୟକ୍ରମକୁ ସୁବ୍ୟବସ୍ଥିତ କରିବା ପାଇଁ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଏକ Steering committee ଗଠନ କରାଯାଇଥିବା ବେଳେ ଅତିରିକ୍ତ ମୁଖ୍ୟ ଶାସନ ସଚିବ, ସ୍ବାସ୍ଥ୍ୟ ବିଭାଗଙ୍କ ଅଧ୍ୟକ୍ଷତାରେ ରାଜ୍ୟସ୍ତରୀୟ Taskforce ଏବଂ ଜିଲ୍ଲାପାଳ ମାନଙ୍କ ଅଧ୍ୟକ୍ଷତାରେ ଜିଲ୍ଲା Taskforce ଗଠନ କରାଯାଇଛି ବୋଲି ବୈଠକରେ ସୂଚନା ଦିଆଯାଇଥିଲା।

ଟୀକାକରଣ ନିମନ୍ତେ ୩୭୫୨ଟି ସରକାରୀ ଓ ଘରୋଇ ପ୍ରତିଷ୍ଠାନ ଚିହ୍ନଟ କରାଯାଇଥିବା ବେଳେ ୩ ଲକ୍ଷରୁ ଅଧିକ କର୍ମଚାରୀଙ୍କୁ ନିୟୋଜିତ କରିବା ପାଇଁ ସ୍ଥିର କରାଯାଇଛି ବୋଲି ବୈଠକରୁ ଜଣାଯାଇଛି।

ବୈଠକରେ ଉନ୍ନୟନ କମିଶନର ଶ୍ରୀ ସୁରେଶ ମହାପାତ୍ର, ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ସ୍ବତନ୍ତ୍ର ରିଲିଫ କମିଶନର ଶ୍ରୀ ପି.କେ ଜେନା ଏବଂ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ । ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ସଂଚାଳନ କରିଥିଲେ ।

Previous Post

ଫସାଉଥିଲେ, ନିଜେ ଫସିଗଲେ ନଏଜ୍ ମାଷ୍ଟର୍

Next Post

ଜୀବନ ପ୍ରଦୀପ ଦାଶ ବିଜେଡ଼ିରୁ ସସପେଣ୍ଡ୍

Next Post
ଜୀବନ ପ୍ରଦୀପ ଦାଶ ବିଜେଡ଼ିରୁ ସସପେଣ୍ଡ୍

ଜୀବନ ପ୍ରଦୀପ ଦାଶ ବିଜେଡ଼ିରୁ ସସପେଣ୍ଡ୍

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19181 shares
    Share 7672 Tweet 4795
  • ନବୀନ..ନବୀନ, ମୋହନ..ମୋହନ

    16600 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5815 shares
    Share 2326 Tweet 1454
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5484 shares
    Share 2194 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA