Friday, February 13, 2026 07:26 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

‘ଶ୍ରୀଜଗନ୍ନାଥ ଦର୍ଶନ’ ଯୋଜନାର ଶୁଭାରମ୍ଭ

by Our Correspondent
13 Feb, 2026- 07:16 PM
in Latest News, News
1 min read
0
‘ଶ୍ରୀଜଗନ୍ନାଥ ଦର୍ଶନ’ ଯୋଜନାର ଶୁଭାରମ୍ଭ

ଭୁବନେଶ୍ୱର: ଆଜି ନବରଙ୍ଗପୁର, ଭଦ୍ରକ, ବାରିପଦା, ସମ୍ବଲପୁର, ଏବଂ ବ୍ରହ୍ମପୁରଠାରୁ ‘ଶ୍ରୀଜଗନ୍ନାଥ ଦର୍ଶନ’ ଯୋଜନାର ଶୁଭାରମ୍ଭ ହୋଇଛି। ୫ଟି ଜିଲ୍ଲାରୁ ପ୍ରାୟ ୫୦୦ ଶ୍ରଦ୍ଧାଳୁ ତୀର୍ଥଯାତ୍ରୀ ଏସ୍କଟ ଅଫିସରଙ୍କ ସହିତ ପୁରୀ ଅଭିମୁଖେ ଯାତ୍ରା କରିଛନ୍ତି। ଏହି ଯୋଜନାରେ ଚଳିତ ବର୍ଷ ରାଜ୍ୟର ୫ ହଜାର ହିତାଧିକାରୀ ଏବଂ ଆସନ୍ତା ୪ ବର୍ଷ ମଧ୍ୟରେ ୧ ଲକ୍ଷରୁ ଉର୍ଦ୍ଧ୍ୱ ଯୋଗ୍ୟ ହିତାଧିକାରୀଙ୍କୁ ମହାପ୍ରଭୁଙ୍କ ଦର୍ଶନ କରାଇବାର ଲକ୍ଷ୍ୟ ରହିଛି। ଆର୍ଥିକ ଦୁର୍ବଳ ଶ୍ରେଣୀର ୬୦ ରୁ ୭୫ ବର୍ଷ ବୟସ ସୀମା ମଧ୍ୟରେ ଥିବା ବରିଷ୍ଠ ନାଗରିକ ଓ ୭୫ ବର୍ଷ ବୟସ ମଧ୍ୟରେ ଥିବା ସମସ୍ତ ବିଧବା ମା’ ମାନଙ୍କୁ ଏହି ଯୋଜନାରେ ସାମିଲ କରାଯାଉଛି। ଯୋଜନାର ହିତାଧିକାରୀମାନଙ୍କୁ ଏସି ବସରେ ଯାତାୟତ ସହ ପୁରୀ ବୃନ୍ଦାବତୀ ନିବାସରେ ରହଣି ଓ ମହାପ୍ରସାଦ ସେବନର ବ୍ୟବସ୍ଥା କରାଯାଇଛି।

ମହାପ୍ରଭୁ ଶ୍ରୀଜଗନ୍ନାଥ ହେଉଛନ୍ତି ଜଗତର ନାଥ, ତେଣୁ ତାଙ୍କ ଦର୍ଶନ ପାଇଁ କୌଣସି ବାଧା ରହିବା ଉଚିତ ନୁହେଁ। ପ୍ରତିଟି ଓଡିଆ ଯେପରି ଜୀବନରେ ଅନ୍ତତଃ ଥରେ ସମ୍ମାନର ସହ ମହାପ୍ରଭୁଙ୍କ ଦର୍ଶନ ପାଇବେ, ଏହି ଚିନ୍ତାଧାରା ରଖି ଆମ ସରକାର ‘ଶ୍ରୀଜଗନ୍ନାଥ ଦର୍ଶନ’ ଯୋଜନାର ଶୁଭାରମ୍ଭ କରିଛନ୍ତି ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନବରଙ୍ଗପୁର ଠାରେ ‘ଶ୍ରୀଜଗନ୍ନାଥ ଦର୍ଶନ’ ଯୋଜନାର ଶୁଭାରମ୍ଭ ଅବସରରେ କହିଛନ୍ତି। ଯେଉଁ ଦିନ ପ୍ରତିଟି ଗରିବ ଲୋକ ବିନା କୌଣସି ବାଧାରେ ମହାପ୍ରଭୁଙ୍କ ଚକାନୟନ ସହ ଆଖି ମିଳାଇ ପାରିବ ଏବଂ ଶ୍ରଦ୍ଧାରେ ଲୁହ ଝରାଇବ, ସେହିଦିନ ହିଁ ମୋର ମୁଖ୍ୟମନ୍ତ୍ରୀ ପଦ ସାର୍ଥକ ହେବ ଏବଂ ମୋ ପାଇଁ ସେହି ଭକ୍ତର ସନ୍ତୋଷ ହିଁ ହେବ ସର୍ବଶ୍ରେଷ୍ଠ ପୁରସ୍କାର ବୋଲି ସେ କହିଛନ୍ତି।

ଏଥି ସହିତ ମୁଖ୍ୟମନ୍ତ୍ରୀ ନବରଙ୍ଗପୁର ଜିଲ୍ଲାବାସୀଙ୍କ ବହୁ ଆକାଂକ୍ଷିତ ମେଡିକାଲ କଲେଜର ମଧ୍ୟ ଭିତ୍ତି ପ୍ରସ୍ତର ସ୍ଥାପନ କରିଛନ୍ତି। ନବରଙ୍ଗପୁରର ପାତାଲଗୁଡାଠାରେ ୫୦ ଏକରରୁ ଉର୍ଦ୍ଧ୍ୱ ଜାଗା ଉପରେ ପ୍ରତିଷ୍ଠା ହେବାକୁ ଥିବା ଏହି ମେଡିକାଲ କଲେଜ ଓ ହସ୍ପିଟାଲରେ ୧୦୦ ଏମ୍.ବି.ବି.ଏସ୍ ସିଟ ଓ ୪୨୦ଟି ଶଯ୍ୟା ରହିବ। ଏହି ମେଡିକାଲ କଲେଜ ଓ ହସ୍ପିଟାଲ ପ୍ରତିଷ୍ଠା ପରେ ଜିଲ୍ଲାବାସୀ ଉନ୍ନତ ମାନର ଚିକିତ୍ସା ସୁବିଧା ପାଇଁ ଆଉ ଜିଲ୍ଲା ବାହରକୁ ଯିବେ ନାହିଁ, ସମସ୍ତ ଅତ୍ୟାଧୁନିକ ଚିକିତ୍ସା ଜିଲ୍ଲା ଭିତରେ ହିଁ ପାଇବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଆମ ସରକାର ଆସିବାର ମାତ୍ର ୨୦ ମାସ ମଧ୍ୟରେ ଯାଜପୁର, କନ୍ଧମାଳ ଓ ତାଳଚେରରେ ୩ଟି ନୂଆ ମେଡିକାଲ କଲେଜ କାର୍ଯ୍ୟକ୍ଷମ ହୋଇଛି। ଏଥି ସହିତ ଆଉ ୪ଟି ମେଡିକାଲ କଲେଜ ଆମର ପ୍ରତିଶ୍ରୁତି ଥିଲା। ଆଜି ନବରଙ୍ଗପୁରରେ ମେଡିକାଲ କଲେଜ ସ୍ଥାପନ ପାଇଁ ଶୁଭ ଦିଆଗଲା। ଖୁବ୍ ଶୀଘ୍ର ଢେଙ୍କାନାଳ, ଜଗତସିଂହପୁର ଓ ଭଦ୍ରକରେ ମଧ୍ୟ ମେଡିକାଲ କଲେଜ ସ୍ଥାପନ ହେବ। ରାଜ୍ୟବାସୀଙ୍କୁ ଗୁଣାତ୍ମକମାନର ସ୍ୱାସ୍ଥ୍ୟସେବା ଓ ରାଜ୍ୟରେ ଡାକ୍ତର ଅଭାବ ଦୂର କରିବା ପାଇଁ ଏହା ହେଉଛି ଆମ ସରକାରଙ୍କ ପ୍ରତିବଦ୍ଧତାର ପ୍ରତିଫଳନ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବରଙ୍ଗପୁର ଜିଲ୍ଲା ପାଇଁ ୪୪୬ କୋଟିରୁ ଉର୍ଦ୍ଧ୍ୱ ଟଙ୍କା ମୂଲ୍ୟର ୧୭୭ଟି ବିକାଶମୂଳକ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି। ଏଥିରେ ୬୮ କୋଟି ଟଙ୍କା ମୂଲ୍ୟର ୧୧୨ଟି ପ୍ରକଳ୍ପର ଉଦ୍‍ଘାଟନ ଓ ୩୭୮ କୋଟି ଟଙ୍କା ମୂଲ୍ୟର ୬୫ଟି ପ୍ରକଳ୍ପର ଭିତ୍ତିପ୍ରସ୍ତର ରହିଛି। ଶିକ୍ଷା, ସ୍ୱାସ୍ଥ୍ୟସେବା, ସଡକ, ସେତୁ, ହଷ୍ଟେଲ, ବନ ସୁରକ୍ଷା ସମିତି, ଅଙ୍ଗନବାଡି କେନ୍ଦ୍ର ଆଦି ଏହି ସବୁ ପ୍ରକଳ୍ପ ଗୁଡିକ ନବରଙ୍ଗପୁରର ବିକାଶ ଯାତ୍ରାକୁ ଆହୁରି ତ୍ୱରାନ୍ୱିତ କରିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ନବରଙ୍ଗପୁର ଜିଲ୍ଲାରେ କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ସମ୍ପର୍କରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଜିଲ୍ଲାର ସର୍ବାଙ୍ଗୀନ ଉନ୍ନତି ଓ ବିକାଶ ପାଇଁ ଶିକ୍ଷା, ସ୍ୱାସ୍ଥ୍ୟ, କୃଷି, ଗମନାଗମନ, ମହିଳା ସଶକ୍ତିକରଣ ଓ ଆତ୍ମନିର୍ଭରତା କ୍ଷେତ୍ରରେ ଜିଲ୍ଲା ଯେପରି ଶୀର୍ଷ ସ୍ଥାନରେ ପହଞ୍ଚିବ, ସେ ଦିଗରେ ରାଜ୍ୟ ସରକାର ପ୍ରତିବଦ୍ଧତାର ସହ ପଦକ୍ଷେପ ନେଉଛନ୍ତି। ନବରଙ୍ଗପୁର ରାଜ୍ୟ ରାଜଧାନୀ ଠାରୁ ବହୁ ଦୂରରେ ଥିଲେ ମଧ୍ୟ ବିକାଶ କେବେ ଜିଲ୍ଲା ପାଇଁ ଦୂର ହେବ ନାହିଁ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

Previous Post

ଆରପାରିରେ କାହ୍ନୁଚରଣ ଲେଙ୍କା

Next Post

‘ସମ୍ମମ’ ରେ ଜଟିଳ ଅସ୍ତ୍ରୋପଚାର

Next Post
‘ସମ୍ମମ’ ରେ ଜଟିଳ ଅସ୍ତ୍ରୋପଚାର

'ସମ୍ମମ' ରେ ଜଟିଳ ଅସ୍ତ୍ରୋପଚାର

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19159 shares
    Share 7664 Tweet 4790
  • ନବୀନ..ନବୀନ, ମୋହନ..ମୋହନ

    16596 shares
    Share 6638 Tweet 4149
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7296 shares
    Share 2918 Tweet 1824
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5813 shares
    Share 2325 Tweet 1453
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5482 shares
    Share 2193 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA