Monday, August 10, 2026 06:30 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ଶିକ୍ଷା ଏବଂ ଗବେଷଣା କ୍ଷେତ୍ରରେ ପୂର୍ବ ଭାରତର ଉଜ୍ୱଳ ନକ୍ଷତ୍ର

ସୋଆ ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠା ଦିବସ

by Our Correspondent
17 Jul, 2022- 11:45 AM
in Latest News, News
1 min read
0
ଶିକ୍ଷା ଏବଂ ଗବେଷଣା କ୍ଷେତ୍ରରେ ପୂର୍ବ ଭାରତର ଉଜ୍ୱଳ ନକ୍ଷତ୍ର

ପଚିଶ ବର୍ଷ ପୂର୍ବେ ଭୁବନେଶ୍ୱରରେ ଜନ୍ମ ନେଇଥିବା ଶିକ୍ଷା ଓ ଅନୁସନ୍ଧାନ (ଡିମ୍ଡ ଟୁ ବି ୟୁନିଭର୍ସିଟି) ଆଜି ପୂର୍ବ ଭାରତରେ ଏକ ଉଜ୍ୱଳ ଉଚ୍ଚଶିକ୍ଷା କେନ୍ଦ୍ର ଭାବେ ଉଭା ହୋଇଛି । ଶିକ୍ଷାର ଗୁଣବତା ଏବଂ ଅଭିନବ ଗବେଷଣା ଉପରେ ଗୁରୁତ୍ୱାରୋପ ହିଁ ଏହି ବିଶ୍ୱବିଦ୍ୟାଳୟର ବିଶେଷତ୍ୱ । ସୋଆ ଭାବେ ପରିଚିତ ଏହି ଡିମ୍ଡ ବିଶ୍ୱବିଦ୍ୟାଳୟରୁ ଶିକ୍ଷା ଲାଭ କରିଥିବା ଅନେକ ଛାତ୍ରଛାତ୍ରୀ ଏବେ ପୃଥିବୀରେ ବିଭିନ୍ନ କ୍ଷେତ୍ରରେ ବେଶ ପ୍ରତିଷ୍ଠିତ । ଶିକ୍ଷା ଏବଂ ଗବେଷଣା କ୍ଷେତ୍ରରେ ନିଜର ଉତ୍କର୍ଷ ପ୍ରମାଣିତ କରି ସୋଆ ଏକ ସ୍ୱତନ୍ତ୍ର ପରିଚୟ ହାସଲ କରିପାରିଛି ।

୨୦୦୭ ମସିହା ଜୁଲାଇ ୧୭ ତାରିଖରେ ୟୁଜିସି ଆକ୍ଟ , ୧୯୫୬ର ସେକ୍ସନ୍ ୩ ଅନୁଯାୟୀ କେନ୍ଦ୍ର ସରକାର ସୋଆକୁ ଡିମ୍ଡ ବିଶ୍ୱବିଦ୍ୟାଳୟର ମାନ୍ୟତା ପ୍ରଦାନ କରିଥିଲେ । ବର୍ତମାନ ଏହା ବୃତିଗତ ଶିକ୍ଷା କ୍ଷେତ୍ରରେ ଦେଶରେ ଆକର୍ଷଣର କେନ୍ଦ୍ର ବିନ୍ଦୁ ପାଲଟିଛି । ପ୍ରାୟ ୧୫୦୦୦ ରୁ ଅଧିକ ଛାତ୍ରଛାତ୍ରୀ ନିଜ ଭବିଷ୍ୟତ ଗଢ଼ିବା ପାଇଁ ସୋଆରେ ଶିକ୍ଷା ଗ୍ରହଣ କରୁଛନ୍ତି । ଏମାନଙ୍କ ମଧ୍ୟରେ ୧୫ଟି ବିଦେଶୀ ରାଷ୍ଟ୍ରରୁ ପ୍ରାୟ ୧୯୦ରୁ ଅଧିକ ଛାତ୍ରଛାତ୍ରୀ ମଧ୍ୟ ସୋଆକୁ ନିଜର ଭବିଷ୍ୟତ ନିର୍ଦ୍ଧାରଣକାରୀ ଶିକ୍ଷାନୁଷ୍ଠାନ ଭାବେ ଚୟନ କରିଛନ୍ତି ।

ବିଶ୍ୱବିଦ୍ୟାଳୟ ମାନ୍ୟତା ହାସଲ କରିବାର ୧୫ ବର୍ଷ ପରେ ସୋଆ ସଫଳତାର ଶିଢ଼ି ଚଢ଼ିଚାଲିଥିବା ବେଳେ ୨୦୧୬ ମସିହାରୁ ଶିକ୍ଷା ମନ୍ତ୍ରଣାଳୟ ଦ୍ୱାରା ଆରମ୍ଭ ହୋଇଥିବା ନ୍ୟାସନାଲ୍ ଇନଷ୍ଟିଚ୍ୟୁସନାଲ୍ ରାଙ୍କିଙ୍ଗ୍ ଫ୍ରେମୱାର୍କ (ଏନଆଇଆରଏଫ) ରାଙ୍କିଙ୍ଗ୍ ରେ ସବୁଠାରୁ ନୂତନ ବିଶ୍ୱବିଦ୍ୟାଳୟ ଭାବେ ବିଗତ ୭ ବର୍ଷ ଧରି ଦେଶର ଶ୍ରେଷ୍ଠ ୨୫ଟି ବିଶ୍ୱବିଦ୍ୟାଳୟ ମଧ୍ୟରେ ନିଜର ସ୍ଥାନ ବଜାୟ ରଖିଛି । ସେହିପରି ଗତ ୩ ବର୍ଷ ହେବ ଶ୍ରେଷ୍ଠ ୨୦ଟି ବିଶ୍ୱବିଦ୍ୟାଳୟ ମଧ୍ୟରେ ସ୍ଥାନ ପାଇପାରିଛି ସୋଆ ।

ଚଳିତବର୍ଷ ଏନଆଇଆରଏଫ ରାଙ୍କିଙ୍ଗ୍-୨୦୨୨ରେ ଦେଶର ୧୬ତମ ବିଶ୍ୱବିଦ୍ୟାଳୟ ଭାବେ ନିଜକୁ ସ୍ଥାନିତ କରିଛି ସୋଆ । ଓଡ଼ିଶାରେ ଏକ ନମ୍ବର ଏବଂ ପୂର୍ବ ଭାରତରେ ତୃତୀୟ ଶ୍ରେଷ୍ଠ ବିଶ୍ୱବିଦ୍ୟାଳୟ ଭାବେ ସ୍ଥାନ ହାସଲ କରିଛି ସୋଆ ।

ଚଳିତ ଏନ୍ଆଇଆର୍ଏଫ୍ -୨୦୨୨ ତାଲିକାରେ ସୋଆ ଓଭରଅଲ୍ କାଟାଗୋରିରେ ୩୦ତମ ସ୍ଥାନରେ ରହିଥିବା ବେଳେ ମେଡିକାଲ୍ ସାଇନ୍ସରେ ୧୮ତମ, ଇଞ୍ଜିନିୟରିଂରେ ୨୭ତମ ଏବଂ ଡେଂଟାଲ୍ ସାଇନ୍ସରେ ୧୦ମ ସ୍ଥାନରେ ରହିଛି । ସେହିପରି ପ୍ରଥମ ଥର ପାଇଁ ଏହି ରାଙ୍କିଙ୍ଗ୍ ରେ ପ୍ରବେଶ କରିଥିବା ସୋଆର ଫ୍ୟାକଲ୍ଟି ଅଫ୍ ଲ’ ଦେଶରେ ୯ମ ସ୍ଥାନ ହାସଲ କରିଥିବା ବେଳେ ରିସର୍ଚ୍ଚ କାଟାଗୋରିରେ ୪୫ ତମ ସ୍ଥାନରେ ସ୍ଥାନୀତ ହୋଇଛି । ସୋଆର ଦୁଇଟି ଅନୁଷ୍ଠାନ ଇନଷ୍ଟିଚ୍ୟୁଟ୍ ଅଫ୍ ଡେଂଟାଲ୍ ସାଇନ୍ସେସ୍ (ଫ୍ୟାକଲ୍ଟି ଅଫ୍ ଡେଂଟାଲ୍ ସାଇନ୍ସେସ୍) ଏବଂ ସୋଆ ନ୍ୟାସ୍ନାଲ୍ ଇନଷ୍ଟିଚ୍ୟୁଟ୍ ଅଫ୍ ଲ’ (ଫ୍ୟାକଲ୍ଟି ଅଫ୍ ଲିଗାଲ୍ ଷ୍ଟଡିଜ୍) ପ୍ରଥମ ଥର ପାଇଁ ଦେଶର ଶ୍ରେଷ୍ଠ ୧୦ଟି ଶିକ୍ଷାନୁଷ୍ଠାନ ମଧ୍ୟରେ ସ୍ଥାନୀତ ହୋଇଛି । ସେହିପରି ଆଇଏମ୍ଏସ୍ ଆଣ୍ଡ ସମ୍ ହସ୍ପିଟାଲ୍ ଓ ଇନଷ୍ଟିଚ୍ୟୁଟ୍ ଅଫ୍ ଡେଂଟାଲ୍ ସାଇନ୍ସେସ୍ ପୂର୍ବାଂଚଳରେ ଏକ ନମ୍ବର ସ୍ଥାନରେ ରହିଥିବା ବେଳେ ସୋଆ ନ୍ୟାସ୍ନାଲ୍ ଇନଷ୍ଟିଚ୍ୟୁଟ୍ ଅଫ୍ ଲ’ (ଫ୍ୟାକଲ୍ଟି ଅଫ୍ ଲ’) ପୂର୍ବାଂଚଳରେ ତୃତୀୟ ସ୍ଥାନ ହାସଲ କରିଛି ।

ନିକଟରେ ଏକ ବିରାଟ ସଫଳତା ମଧ୍ୟ ହାସଲ କରିଛି ସୋଆ । ନ୍ୟାସନାଲ୍ ଆସେସମେଣ୍ଟ ଆଣ୍ଡ ଆକ୍ରେଡିଟେସନ୍ କାଉନସିଲ୍ (ନାକ୍) ବିଶ୍ୱବିଦ୍ୟାଳୟକୁ ମୋଟ ୪ ସ୍କୋରରୁ ୩.୮୮ ସିଜିପିଏ ସହ ସର୍ବୋଚ୍ଚ ଇ++ ଗ୍ରେଡ୍ ସ୍ୱୀକୃତି ପ୍ରଦାନ କରିଛି । ଏହାଛଡ଼ା ନିକଟରେ ସୋଆକୁ ୟୁଜିସି ଦ୍ୱାରା କାଟାଗୋରି ୱାନ୍ ଗ୍ରେଡ଼ ମାନ୍ୟତା ମଧ୍ୟ ପ୍ରଦାନ କରାଯାଇଛି ।

ସମ୍ମାଜନକ କ୍ୟୁଏସ୍ ୱାର୍ଲ୍ଡ ୟୁନିଭର୍ସିଟି ରାଙ୍କିଙ୍ଗ୍ ୨୦୨୨ରେ ସୋଆ ବିଶ୍ୱ ସ୍ତରରେ ୮୦୧-୧୦୦୦ ବ୍ରାକେଟ୍ ରେ ସ୍ଥାନ ହାସଲ କରିଥିବା ବେଳେ କ୍ୟୁଏସ୍ ଏସିଆ ୟୁନିଭର୍ସିଟି ରାଙ୍କିଙ୍ଗ୍ ୨୦୨୧ରେ ୪୦୧ ରୁ ୪୫୦ ବ୍ରାକେଟ୍ ମଧ୍ୟରେ ସ୍ଥାନୀତ ହୋଇଛି । ସେହିପରି ୨୦୨୦ରେ ଉଚ୍ଚକୋଟୀର ପାରଦର୍ଶିତା ନିମନ୍ତେ କ୍ୟୁଏସ୍ ଆଇ-ଗଜ୍ ପକ୍ଷରୁ ସୋଆକୁ ଡାଏମଣ୍ଡ ୟୁନିଭର୍ସିଟି ରେଟିଙ୍ଗ୍ ମିଳିଛି । ପୂର୍ବ ଭାରତର ଏକ ମାତ୍ର ଶିକ୍ଷାନୁଷ୍ଠାନ ଭାବେ କୋଭିଡ୍ ୧୯ ଲକଡାଉନ୍ ସମୟରେ ଅନଲାଇନ୍ ଶିକ୍ଷା ପ୍ରଦାନ ଓ ପାଠ୍ୟକ୍ରମ ପରିଚାଳନା ନିମନ୍ତେ ସୋଆକୁ କ୍ୟୁଏସ୍ ଆଇ-ଗଜ୍ ଇ-ଲିଡ୍ ସମ୍ମାନ ମଧ୍ୟ ମିଳିଛି ।

ସେହିପରି ଟାଇମ୍ସ ହାୟର୍ ଏଜୁକେସନ୍ (ଟିଏଚ୍ଇ) ୱାର୍ଲ୍ଡ ରାଙ୍କିଙ୍ଗ୍ ୨୦୨୧ରେ ବିଶ୍ୱବିଦ୍ୟାଳୟ ରାଙ୍କିଙ୍ଗ୍ କ୍ଷେତ୍ରରେ ୧୨୦୧ ପ୍ଲସ୍ କ୍ୟାଟେଗୋରିରେ ସୋଆ ସ୍ଥାନ ପାଇଥିବା ବେଳେ ଇଞ୍ଜିନିୟରିଂ ଏବଂ ଟେକ୍ନୋଲୋଜି ଓ କଂପ୍ୟୁଟର ସାଇନ୍ସ କ୍ଷେତ୍ରରେ ୬୦୧ ରୁ ୮୦୦ ବ୍ରାକେଟ୍ ରେ ସ୍ଥାନ ପାଇପାରିଛି । ସେହିପରି ହେଲ୍ଥ ସାଇନ୍ସେସ୍ କ୍ୟାଟେଗୋରିରେ ସୋଆ ୬୦୧ ପ୍ଲସ୍ ରାଙ୍କ୍ ରେ ରହିଥିବା ବେଳେ ଟିଏଚ୍ଇ ଏସିଆ ୟୁନିଭର୍ସିଟି ରାଙ୍କିଙ୍ଗ୍ ୨୦୨୧ରେ ୪୦୧ ପ୍ଲସ୍ ବ୍ରାକେଟରେ ସ୍ଥାନ ପାଇଛି । ସେହିପରି ଟିଏଚ୍ଇ ଏମିର୍ଜିଂ ଇକୋନୋମିଜ୍ ୟୁନିଭର୍ସିଟି ରାଙ୍କିଙ୍ଗ୍ ୨୦୨୧ ରେ ୫୦୧ ପ୍ଲସ୍ କ୍ୟାଟେଗୋରିରେ ସ୍ଥାନୀତ ହୋଇଛି ସୋଆ ।

ଅନ୍ୟ ଏକ ଗୁରୁତ୍ୱପୂର୍ଣ୍ଣ ଉପଲବ୍ଧି ହେଉଛି ସୋଆର ୧୩ ଜଣ ଗବେଷକ ଷ୍ଟାନଫୋର୍ଡ ବିଶ୍ୱବିଦ୍ୟାଳୟ ଦ୍ୱାରା ପ୍ରକାଶିତ ସମ୍ମାନଜନକ ବିଶ୍ୱର ଶ୍ରେଷ୍ଠ ଦୁଇ ପ୍ରତିଶତ ବୈଜ୍ଞାନିକଙ୍କ ତାଲିକାରେ ସ୍ଥାନ ପାଇଛନ୍ତି ।

ସୋଆରେ ଇଞ୍ଜିନିୟରିଂ ଆଣ୍ଡ ଟେକ୍ନୋଲୋଜି, ମ୍ୟାନେଜମେଂଟ, ମେଡିକାଲ୍ ସାଇନ୍ସେସ୍, ଡେଂଟାଲ୍ ସାଇନ୍ସେସ୍, ନର୍ସିଂ, ଫାର୍ମାସ୍ୟୁଟିକାଲ୍ ସାଇନ୍ସେସ୍, ବାୟୋଟେକ୍ନୋଲୋଜି, ହସ୍ପିଟାଲ ମ୍ୟାନେଜମେଂଟ, ହସ୍ପିଟାଲିଟି ଆଣ୍ଡ ଟୁରିଜିମ୍ ମ୍ୟାନେଜମେଂଟ, ଲ ଏବଂ ଏଗି୍ରକଲ୍ଚରାଲ୍ ସାଇନ୍ସେସ୍ କ୍ଷେତ୍ରରେ ୨୪ଟି ଅଣ୍ଡର ଗ୍ରାଜୁଏଟ୍ ,୬୭ ପୋଷ୍ଟ ଗ୍ରାଜୁଏଟ୍, ୧୫ ପୋଷ୍ଟ ମାଷ୍ଟର୍ସ, ପିଏଚ୍ଡି ଏବଂ ପୋଷ୍ଟ ଡକ୍ଟରାଲ୍ ପାଠ୍ୟକ୍ରମ ଉପଲବ୍ଧ ।

ପ୍ରତ୍ୟେକ ବର୍ଷ ସୋଆର ଛାତ୍ରଛାତ୍ରୀମାନେ ଉଚ୍ଚକୋଟୀର ନିଯୁକ୍ତି ସୁଯୋଗ ପାଉଛନ୍ତି । କୋଭିଡ୍ ମହାମାରୀ ସତ୍ୱେ ୨୦୨୧ରେ ଗ୍ରାଜୁଏଟ୍ ହେଉଥିବା ସୋଆର ୯୧ ପ୍ରତିଶତ ଇଞ୍ଜିନିୟରିଂ ଛାତ୍ରଛାତ୍ରୀମାନେ ବିଶ୍ୱର ପ୍ରମୁଖ କମ୍ପାନୀ ମାନଙ୍କରେ ନିଯୁକ୍ତି ସୁଯୋଗ ପାଇଛନ୍ତି ।

ସୋଆର ୫ଟି ଇଞ୍ଜିନିୟରିଂ ପ୍ରୋଗ୍ରାମ୍ ନ୍ୟାସନାଲ୍ ବୋର୍ଡ ଅଫ୍ ଆକ୍ରେଡିଟେସନ୍ ପାଇଥିବା ବେଳେ ୩ଟି ପ୍ରୋଗ୍ରାମକୁ ୟୁଏସଏର ସମ୍ମାନଜନକ ଆକ୍ରେଡିଟେସନ୍ ବୋର୍ଡ ଫର ଇଞ୍ଜିନିୟରିଂ ଆଣ୍ଡ ଟେକ୍ନୋଲୋଜି (ଆବେଟ୍) ର ସ୍ୱୀକୃତି ମିଳିଛି ।

ଗବେଷଣାକୁ ଅଧିକ ଗୁରୁତ୍ୱ ଦେଉଥିବା ଏହି ବିଶ୍ୱବିଦ୍ୟାଳୟ ନିକଟରେ ୯୩୨୪ ସ୍କୋପସ୍ ଇଣ୍ଡେକ୍ସ ପ୍ରକାଶନ ରହିଥିବା ବେଳେ ଏହାର ଏଚ୍-ଇଣ୍ଡେକ୍ସ ୮୫ ରହିଛି । ବିଶ୍ୱବିଦ୍ୟାଳୟରେ ଗବେଷଣାକୁ ଅଧିକ ପ୍ରୋତ୍ସାହନ ଦେବା ନିମନ୍ତେ ୨୬ଟି କ୍ଷେତ୍ର କୁ ନେଇ ୧୬ଟି ଗବେଷଣା କେନ୍ଦ୍ର ରହିଛି ।

ବିଶ୍ୱବିଦ୍ୟାଳୟର ଫାକଲ୍ଟି ଅଫ୍ ମେଡିସିନ, ଇନଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍ସେସ୍ ଓ ସମ୍ ହସ୍ପିଟାଲ୍ ଏକ ୧୬୦୦ ଶଯ୍ୟା ବିଶିଷ୍ଟ ଏନ୍ଏବିଏଚ୍ ଓ ଏନ୍ଏବିଏଲ୍ ସ୍ୱୀକୃତିପ୍ରାପ୍ତ ଡାକ୍ତରଖାନା ଯାହା ପୂର୍ବ ଭାରତରେ ସ୍ୱାସ୍ଥ୍ୟ ସେବା ପ୍ରଦାନ ନିମନ୍ତେ ଏକ ପ୍ରମୁଖ କେନ୍ଦ୍ର ପାଲଟିଛି । ଏହି ମେଡିକାଲ୍ କଲେଜରେ ୨୫୦ ଏମ୍ବିବିଏସ୍ ସିଟ୍ ରହିଛି । ଏଠାରେ ଛାତ୍ରଛାତ୍ରୀମାନେ ଉନ୍ନତମାନର ଶିକ୍ଷା ଗ୍ରହଣ କରୁଥିବା ବେଳେ ରୋଗୀମାନେ ସୁଲଭ ମୂଲ୍ୟରେ ଉତମ ଚିକିତ୍ସା ପାଇପାରୁଛନ୍ତି ।

କୋଭିଡ ମହାମାରୀର ତିନୋଟି ଲହରୀ ରାଜ୍ୟକୁ ଆକ୍ରାନ୍ତ କରିଥିବା ବେଳେ ସୋଆ ଏହି ଭୟଙ୍କର ପରିସ୍ଥିତିର ମୁକାବିଲା କରିବାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲା । ସରକାରଙ୍କ ସହଭାଗିତାରେ ଓଡ଼ିଶାରେ ୨୪୦୦ରୁ ଊଦ୍ଧ୍ୱର୍ ଶଯ୍ୟା ବିଶିଷ୍ଟ ୫ ଟି କୋଭିଡ ହସ୍ପିଟାଲ୍ ତଥା ୨ଟି କୋଭିଡ କେୟାର ସେଂଟରର ପରିଚାଳନା କରି ଏହି ରୋଗରେ ଆକ୍ରାନ୍ତ ରୋଗୀମାନଙ୍କୁ ଚିକିତ୍ସା କରିବାରେ ସୋଆ ସଫଳ ହୋଇଥିଲା । ଏହି କୋଭିଡ ହସ୍ପଟାଲ୍ ଗୁଡ଼ିକ ଭୁବନେଶ୍ୱର, ତାଳଚେର, କେନ୍ଦ୍ରାପଡା, ଚାନ୍ଦପୁର ଓ ପୁରୀଠାରେ ସ୍ଥାପିତ ହୋଇଥିବା ବେଳେ କୋଭିଡ କେୟାର ସେଂଟର ଗୁଡ଼ିକ ଜଟଣୀ ଓ ଜାମୁଝରି ଠାରେ ସ୍ଥାପିତ ହୋଇଥିଲା । ଏଥିରେ ଆଇଏମ୍ଏସ୍ ଓ ସମ୍

ହସ୍ପିଟାଲ୍ ରେ ୫୦୦ ଡାକ୍ତରଙ୍କ ସହ ଅସଂଖ୍ୟ ନର୍ସ ଓ ସ୍ୱାସ୍ଥ୍ୟ କର୍ମୀ ନିୟୋଜିତ ହୋଇଥିଲେ । ବର୍ତମାନ ଚତୁର୍ଥ ଲହରୀର ମୁକାବିଲା କରିବା ପାଇଁ ମଧ୍ୟ ସୋଆ ପ୍ରସ୍ତୁତ ।

Previous Post

ଦଳୀୟ ସାଂସଦଙ୍କୁ ନବୀନଙ୍କ ଟିପ୍ସ

Next Post

ମାର୍ଗାରେଟ୍ ଆଲଭା ବିରୋଧୀ ଦଳର ଉପରାଷ୍ଟ୍ରପତି ପ୍ରାର୍ଥୀ

Next Post
ମାର୍ଗାରେଟ୍ ଆଲଭା ବିରୋଧୀ ଦଳର ଉପରାଷ୍ଟ୍ରପତି ପ୍ରାର୍ଥୀ

ମାର୍ଗାରେଟ୍ ଆଲଭା ବିରୋଧୀ ଦଳର ଉପରାଷ୍ଟ୍ରପତି ପ୍ରାର୍ଥୀ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA